Daniel 6:10 in Oriya 10 ଏଥିଉତ୍ତାରେ ଏହି ଲେଖା ସ୍ୱାକ୍ଷରିତ ହୋଇଅଛି ବୋଲି ଜାଣିଲା ଉତ୍ତାରେ ଦାନିୟେଲ ଆପଣା ଗୃହକୁ ଗଲେ; ତାଙ୍କ କୋଠରୀର ଝରକା ଯିରୂଶାଲମ ଆଡ଼େ ମେଲା ଥିଲା; ପୁଣି, ସେ ପୂର୍ବେ ଯେପରି କରିଥାଆନ୍ତି, ତଦନୁସାରେ ଦିନ ମଧ୍ୟରେ ତିନି ଥର ଆଣ୍ଠୁପାତି ପ୍ରାର୍ଥନା କଲେ ଓ ଆପଣା ପରମେଶ୍ୱରଙ୍କ ଛାମୁରେ ଧନ୍ୟବାଦ ପ୍ରଦାନ କଲେ।
Other Translations King James Version (KJV) Now when Daniel knew that the writing was signed, he went into his house; and his windows being open in his chamber toward Jerusalem, he kneeled upon his knees three times a day, and prayed, and gave thanks before his God, as he did aforetime.
American Standard Version (ASV) And when Daniel knew that the writing was signed, he went into his house (now his windows were open in his chamber toward Jerusalem) and he kneeled upon his knees three times a day, and prayed, and gave thanks before his God, as he did aforetime.
Bible in Basic English (BBE) For this reason King Darius put his name on the writing and the order.
Darby English Bible (DBY) And when Daniel knew that the writing was signed, he went into his house; and, his windows being open in his upper chamber toward Jerusalem, he kneeled on his knees three times a day, and prayed and gave thanks before his God, as he did aforetime.
World English Bible (WEB) When Daniel knew that the writing was signed, he went into his house (now his windows were open in his chamber toward Jerusalem) and he kneeled on his knees three times a day, and prayed, and gave thanks before his God, as he did before.
Young's Literal Translation (YLT) And Daniel, when he hath known that the writing is signed, hath gone up to his house, and the window being opened for him, in his upper chamber, over-against Jerusalem, three times in a day he is kneeling on his knees, and praying, and confessing before his God, because that he was doing `it' before this.
Cross Reference 1 Kings 8:38 in Oriya 38 ତେବେ, ଆପଣା ଆପଣା ମନଃପୀଡ଼ା ଜାଣି କୌଣସି ଲୋକ କିଅବା ତୁମ୍ଭର ସମଗ୍ର ଇସ୍ରାଏଲ ଲୋକ ଏହି ଗୃହ ଆଡ଼େ ହସ୍ତ ବିସ୍ତାର କରି କୌଣସି ପ୍ରାର୍ଥନା କି ବିନତି କଲେ;
1 Kings 8:44 in Oriya 44 ତୁମ୍ଭେ ଆପଣା ଲୋକମାନଙ୍କୁ ଯେକୌଣସି ଆଡ଼େ ପଠାଇଲେ ଯେବେ ସେମାନେ ଆପଣା ଶତ୍ରୁ ସଙ୍ଗେ ଯୁଦ୍ଧ କରିବାକୁ ବାହାରେ ଯାଇ ତୁମ୍ଭର ମନୋନୀତ ଏହି ନଗର ଆଡ଼େ ଓ ତୁମ୍ଭ ନାମ ନିମନ୍ତେ ମୋ' ନିର୍ମିତ ଏହି ଗୃହ ଆଡ଼େ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବେ,
1 Kings 8:48 in Oriya 48 ଆଉ, ଯେଉଁ ଶତ୍ରୁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନଙ୍କ ଦେଶରେ ଥାଇ ଯେବେ ସେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତୁମ୍ଭ ପ୍ରତି ଫେରନ୍ତି, ପୁଣି, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ଆପଣାମାନଙ୍କର ସେହି ଦେଶ ଆଡ଼େ ଓ ତୁମ୍ଭ ମନୋନୀତ ନଗର ଆଡ଼େ ଓ ତୁମ୍ଭ ନାମ ନିମନ୍ତେ ମୋ' ନିର୍ମିତ ଗୃହ ଆଡ଼େ ମୁଖ କରି ତୁମ୍ଭ ନିକଟରେ ପ୍ରାର୍ଥନା କରନ୍ତି,
1 Kings 8:54 in Oriya 54 ଏଥିଉତ୍ତାରେ ଶଲୋମନ ସଦାପ୍ରଭୁଙ୍କ ନିକଟରେ ଏହିସବୁ ପ୍ରାର୍ଥନା ଓ ବିନତି-ନିବେଦନ କରିବାର ସମାପ୍ତ କରନ୍ତେ, ସେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଜାନୁପାତରୁ ଓ ସ୍ୱର୍ଗ ଆଡ଼େ ହସ୍ତ-ବିସ୍ତାରକରଣରୁ ଉଠିଲେ।
2 Chronicles 6:13 in Oriya 13 କାରଣ ଶଲୋମନ ପାଞ୍ଚ ହାତ ଦୀର୍ଘ ଓ ପାଞ୍ଚ ହାତ ପ୍ରସ୍ଥ ଓ ତିନି ହାତ ଉଚ୍ଚ ଏକ ପିତ୍ତଳମୟ ମଞ୍ଚ ନିର୍ମାଣ କରି ପ୍ରାଙ୍ଗଣର ମଧ୍ୟସ୍ଥଳରେ ରଖିଥିଲେ; ଆଉ ସେ ତହିଁ ଉପରେ ଠିଆ ହୋଇ ସମସ୍ତ ଇସ୍ରାଏଲର ସମାଜ ସମ୍ମୁଖରେ ଆଣ୍ଠୁ ପାତି ସ୍ୱର୍ଗ ଆଡ଼େ ଆପଣା ହସ୍ତ ବିସ୍ତାର କରି କହିଲେ,
2 Chronicles 6:38 in Oriya 38 ଶତ୍ରୁଗଣ ସେମାନଙ୍କୁ ଯେଉଁ ଦେଶକୁ ବନ୍ଦୀ କରି ନେଇ ଯାଇଅଛନ୍ତି, ଆପଣାମାନଙ୍କର ସେହି ବନ୍ଦୀତ୍ୱ ଦେଶରେ ଥାଇ ଯେବେ ସେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତୁମ୍ଭ ପ୍ରତି ଫେରନ୍ତି, ପୁଣି ତୁମ୍ଭେ ସେମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ଆପଣାମାନଙ୍କର ସେହି ଦେଶ ଆଡ଼େ, ପୁଣି ତୁମ୍ଭ ମନୋନୀତ ନଗର ଓ ତୁମ୍ଭ ନାମ ନିମନ୍ତେ ଆମ୍ଭର ନିର୍ମିତ ଗୃହ ଆଡ଼େ ମୁଖ କରି ପ୍ରାର୍ଥନା କରନ୍ତି;
Ezra 9:5 in Oriya 5 ତହୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟରେ ମୁଁ ଆପଣା ଦୁଃଖିତାବସ୍ଥାରୁ ଉଠିଲି, ମୋ' ଦେହରେ ମୋହର ଚିରା ବସ୍ତ୍ର ଓ ଚୋଗା ଥିଲା; ପୁଣି, ମୁଁ ଆପଣା ଆଣ୍ଠୁ ପାତି ସଦାପ୍ରଭୁ ମୋ' ପରମେଶ୍ୱରଙ୍କ ଆଡ଼େ ହସ୍ତ ବିସ୍ତାର କରି କହିଲି,
Nehemiah 6:11 in Oriya 11 ତହିଁରେ ମୁଁ କହିଲି, “ମୋ' ପରି ଲୋକ କ'ଣ ପଳାଇବ ? ମୋ' ପରି ହୋଇ ପ୍ରାଣ ବଞ୍ଚାଇବା ପାଇଁ ଯେ ମନ୍ଦିର ଭିତରକୁ ଯିବ, ଏପରି କିଏ ଅଛି ? ମୁଁ ଭିତରକୁ ଯିବି ନାହିଁ।”
Psalm 5:7 in Oriya 7 ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ, ତୁମ୍ଭ ଗୃହକୁ ଆସିବି; ମୁଁ ତୁମ୍ଭ ଭୟରେ ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ପ୍ରଣାମ କରିବି।
Psalm 11:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ; ତୁମ୍ଭେମାନେ କିପରି ମୋ' ପ୍ରାଣକୁ କହୁଅଛ, ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ ?
Psalm 34:1 in Oriya 1 ଦାଉଦଙ୍କ ଗୀତ; ଯେତେବେଳେ ସେ ଅବୀମେଲକ ସାକ୍ଷାତରେ ଆପଣା ମତି ବଦଳାଇବାରୁ ତାହା ଦ୍ୱାରା ତାଡ଼ିତ ହୋଇ ପ୍ରସ୍ଥାନ କରିଥିଲେ, ସେହି ସମୟର ଗୀତ। ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋ' ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ।
Psalm 55:17 in Oriya 17 ସନ୍ଧ୍ୟା, ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ପ୍ରାର୍ଥନା କରି ରୋଦନ କରିବି; ଆଉ, ସେ ମୋ' ରବ ଶୁଣିବେ।
Psalm 86:3 in Oriya 3 ହେ ପ୍ରଭୁ, ମୋ' ପ୍ରତି ଦୟାଳୁ ହୁଅ; କାରଣ ମୁଁ ସାରାଦିନ ତୁମ୍ଭ ନିକଟରେ ଡାକ ପକାଏ।
Psalm 95:6 in Oriya 6 ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ; ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁ;
Daniel 6:13 in Oriya 13 ତହିଁରେ ସେମାନେ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, ହେ ମହାରାଜ, ନିର୍ବାସିତ ଯିହୁଦୀ-ସନ୍ତାନଗଣ ମଧ୍ୟରେ ଜଣେ ଯେ ଦାନିୟେଲ, ସେ ଆପଣଙ୍କୁ କିଅବା ଆପଣଙ୍କ ସ୍ୱାକ୍ଷରିତ ନିଷେଧ ପତ୍ରକୁ ମାନ୍ୟ କରେ ନାହିଁ, ମାତ୍ର ଦିନ ମଧ୍ୟରେ ତିନି ଥର ପ୍ରାର୍ଥନା କରେ।
Jonah 2:4 in Oriya 4 ଆଉ, ମୁଁ କହିଲି, ମୁଁ ତୁମ୍ଭ ଦୃଷ୍ଟିଗୋଚରରୁ ଦୂରୀକୃତ ହୋଇଅଛି; ତଥାପି ମୁଁ ପୁନର୍ବାର ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ଦୃଷ୍ଟିପାତ କରିବି।
Matthew 10:28 in Oriya 28 ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରି ପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରି ପାରନ୍ତି, ତାହାଙ୍କୁ ହିଁ ଭୟ କର।
Luke 12:4 in Oriya 4 କିନ୍ତୁ ମୋର ବନ୍ଧୁ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ଯେଉଁମାନେ ଶରୀରକୁ ବଧ କରନ୍ତି, ମାତ୍ର ତାହା ପରେ ଆଉ କିଛି କରି ପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ।
Luke 14:26 in Oriya 26 କେହି ଯେବେ ମୋ’ ପାଖକୁ ଆସି ନିଜର ବାପା, ମା, ସ୍ତ୍ରୀ, ସନ୍ତାନ, ଭାଇ ଓ ଭଉଣୀମାନଙ୍କୁ ଏପରିକି ନିଜ ପ୍ରାଣକୁ ସୁଦ୍ଧା ଅଧିକ ପ୍ରେମ ନ କରେ, ତେବେ ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ।
Luke 22:41 in Oriya 41 ଆଉ ସେ ସେମାନଙ୍କଠାରୁ ପ୍ରାୟ ଶହେ ହାତ ଦୂରକୁ ଯାଇ ଆଣ୍ଠୁପାତି ଏହି ପ୍ରାର୍ଥନା କରିବାକୁ ଲାଗିଲେ,
Acts 2:1 in Oriya 1 ପେଣ୍ଟିକଷ୍ଟ ଦିବସ ଉପସ୍ଥିତ ହୁଅନ୍ତେ, ସମସ୍ତେ ଏକ ସ୍ଥାନରେ ଏକାଠି ଥିଲେ।
Acts 2:15 in Oriya 15 କାରଣ ଆପଣମାନେ ଯେପରି ମନେ କରୁଅଛନ୍ତି,ଏମାନେ ସେପରି ମାତାଲ ନୁହଁନ୍ତି, ଯେଣୁ ବର୍ତ୍ତମାନ ସମୟ ସକାଳ ନଅ ଘଣ୍ଟା ମାତ୍ର।
Acts 3:1 in Oriya 1 ଦିନେ ପ୍ରାର୍ଥନାର ନିର୍ଦ୍ଧିଷ୍ଟ ସମୟରେ, ଅର୍ଥାତ୍ ଅପରାହ୍ନ ତିନି ଘଣ୍ଟା ବେଳେ ପିତର ଓ ଯୋହନ ମନ୍ଦିରକୁ ଯାଉଥିଲେ।
Acts 4:17 in Oriya 17 କିନ୍ତୁ ଏ କଥାଟା ଯେପରି ଲୋକମାନଙ୍କ ମଧ୍ୟରେ ଆହୁରି ଅଧିକ ବ୍ୟାପି ନ ଯାଏ, ଏଥିପାଇଁ ଏହି ନାମରେ କୌଣସି ଲୋକକୁ ଆଉ କିଛି ନ କହିବାକୁ ସେମାନଙ୍କୁ ଭୟ ଦେଖାଇବା।
Acts 4:29 in Oriya 29 ଆଉ ଏବେ, ହେ ପ୍ରଭୁ, ସେମାନଙ୍କ ତର୍ଜନଗର୍ଜନ ପ୍ରତି ଦୃଷ୍ଟିପାତ କର; ପୁଣି, ତୁମ୍ଭର ଦାସମାନଙ୍କୁୁ ପୂର୍ଣ୍ଣ ସାହସ ସହ ତୁମ୍ଭର ବାକ୍ୟ କହିବାକୁ ଶକ୍ତି ଦିଅ,
Acts 5:20 in Oriya 20 “ଯାଅ, ମନ୍ଦିର ମଧ୍ୟରେ ଠିଆ ହୋଇ ଲୋକମାନଙ୍କୁ ଏହି ଜୀବନ ସମ୍ବନ୍ଧୀୟ ସମସ୍ତ କଥା କୁହ।”
Acts 5:29 in Oriya 29 କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ , ମନୁଷ୍ୟମାନଙ୍କର ଆଜ୍ଞା ଅପେକ୍ଷା ବରଂ ଇଶ୍ବରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ।
Acts 5:40 in Oriya 40 ସେମାନେ ତାହାଙ୍କ କଥାରେ ସମ୍ମତ ହେଲେ, ପୁଣି, ପ୍ରେରିତମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ପ୍ରହାର କଲେ ଓ ଯୀଶୁଙ୍କ ନାମରେ କଥା ନ କହିବାକୁ ଆଜ୍ଞା ଦେଇ ଛାଡ଼ି ଦେଲେ।
Acts 7:60 in Oriya 60 ପୁଣି, ସେ ଆଣ୍ଠୋଇପଡ଼ି ଉଚ୍ଚସ୍ୱରରେ ଡାକି କହିଲେ, ହେ ପ୍ରଭୁ, ଏହି ପାପ ଏମାନଙ୍କ ବିରୁଦ୍ଧରେ ଗଣନା କର ନାହିଁ। ସେ ଏହା କହି ମହାନିଦ୍ରା (ମୃତ୍ୟୁ) ବରଣ କଲେ।
Acts 9:40 in Oriya 40 କିନ୍ତୁ, ପିତର ସମସ୍ତଙ୍କୁ ବାହାର କରିଦେଇ ଆଣ୍ଠୁ ମାଡ଼ି ପ୍ରାର୍ଥନା କଲେ, ପୁଣି, ଶବ ଆଡ଼କୁ ବୁଲିପଡ଼ି କହିଲେ, ଟାବୀଥା, ଉଠ। ସେଥିରେ ସେ ଆଖି ମେଲା କଲେ, ଆଉ ପିତରକୁ ଦେଖି ଉଠି ବସିଲେ।
Acts 10:9 in Oriya 9 ପରଦିନ ସେମାନେ ଯାଉ ଯାଉ ଯେତେବେଳେ ସେହି ନଗରର ନିକଟବର୍ତ୍ତୀ ହେଲେ, ସେତେବେଳେ ପିତର ପ୍ରାୟ ଦିନ ବାର ଘଣ୍ଟା ସମୟରେ ପ୍ରାର୍ଥନା କରିବା ନିମନ୍ତେ ଛାତ ଉପରକୁ ଗଲେ,
Acts 20:24 in Oriya 24 କିନ୍ତୁ ମୁଁ ଯେପରି ମୋହର ନିରୁପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଇଶ୍ବରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରି ପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି।
Acts 20:36 in Oriya 36 ଏହି ସବୁ କଥା କହିଲା ପରେ, ସେ ଆଣ୍ଠୁପାତି ସେ ସମସ୍ତଙ୍କ ସହିତ ପ୍ରାର୍ଥନା କଲେ,।
Acts 21:5 in Oriya 5 ଆମ୍ଭେମାନେ ସାତ ଦିନ ରହିଲା ଉତ୍ତାରେ, ସେହି ସ୍ଥାନରୁ ଯାତ୍ରା କଲୁ, ପୁଣି, ସେମାନେ ସମସ୍ତେ ସ୍ତ୍ରୀ ଓ ପିଲାପିଲିଙ୍କ ସହିତ ଆମ୍ଭମାନଙ୍କୁ ନଗରର ବାହାର ପର୍ଯ୍ୟନ୍ତ ଛାଡ଼ିବା ନିମନ୍ତେ ଆସିଲେ,
Ephesians 3:14 in Oriya 14 ଏଥି ନିମନ୍ତେ ଯେଉଁ ପିତାଙ୍କଠାରୁ ସ୍ୱର୍ଗ ଓ ପୃଥିବୀସ୍ଥ ପ୍ରତ୍ୟେକ ପିତୃକୁଳ ନାମ ପ୍ରାପ୍ତ ହୁଏ,
Philippians 1:14 in Oriya 14 ଆହୁରି ମଧ୍ୟ ଅଧିକାଂଶ ଭାଇମାନେ ମୋହର ବନ୍ଧନଦ୍ୱାରା ପ୍ରଭୁଙ୍କଠାରେ ନିର୍ଭର କରି ନିର୍ଭୟରେ ଇଶ୍ବରଙ୍କ ବାକ୍ୟ କହିବା ନିମନ୍ତେ ଅତି ଉତ୍ସୁକଭାବେ ସାହସୀ ହୋଇଅଛନ୍ତି।
Philippians 1:20 in Oriya 20 ଏ ସମ୍ବନ୍ଧରେ ମୋହର ଏକାନ୍ତ ଆକାଂକ୍ଷା ଓ ଭରସା ଅଛି ଯେ ମୁଁ କୌଣସି ବିଷୟରେ ଲଜ୍ଜିତ ହେବି ନାହିଁ, କିନ୍ତୁ ସର୍ବଦା ଯେଉଁପରି, ଏବେ ମଧ୍ୟ ସେହିପରି ଅତି ସାହସରେ, ଜୀବନରେ ହେଉ ବା ମରଣରେ ହେଉ, ଖ୍ରୀଷ୍ଟଙ୍କୁ ମୋହର ଶରୀରରେ ମହିମାନ୍ୱିତ କରିବି।
Philippians 4:6 in Oriya 6 କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଇଶ୍ବରଙ୍କ ନିକଟରେ ଜଣାଅ।
Colossians 3:17 in Oriya 17 ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦିଅ।
1 Thessalonians 5:17 in Oriya 17 ସବୁ ଅବସ୍ଥାରେ ଧନ୍ୟବାଦ ଦିଅ;
Hebrews 4:16 in Oriya 16 ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଅନୁଗ୍ରହ ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ।
Hebrews 13:15 in Oriya 15 ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଇଶ୍ବରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ।
Revelation 2:10 in Oriya 10 ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶଦିନ କ୍ଲେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ।
Revelation 2:13 in Oriya 13 ଯେଉଁଠାରେ ଶୟତାନର ସିଂହାସନ, ସେଠାରେ ଯେ ତୁମ୍ଭେ ବାସ କରୁଅଛ, ଏହା ଆମ୍ଭେ ଜାଣୁ; ତଥାପି ତୁମ୍ଭେ ଆମ୍ଭର ନାମ ଦୃଢ଼ରୂପେ ଧରିଅଛ, ଆଉ ଆମ୍ଭର ବିଶ୍ୱସ୍ତ ସାକ୍ଷୀ ଆନ୍ତିପା ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଶୟତାନର ସେହି ବସତି ସ୍ଥଳରେ ହତ ହୋଇଥିଲା, ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରୁଅଛ ବୋଲି ସେତେବେଳେ ସୁଦ୍ଧା ଅସ୍ୱୀକାର କରି ନ ଥିଲ।