Daniel 6:16 in Oriya 16 ତହୁଁ ରାଜା ଆଜ୍ଞା କରନ୍ତେ, ସେମାନେ ଦାନିୟେଲଙ୍କୁ ଆଣି ସିଂହମାନଙ୍କ ଗର୍ତ୍ତରେ ନିକ୍ଷେପ କଲେ। ପୁଣି, ରାଜା ଦାନିୟେଲଙ୍କୁ କହିଲା, ତୁମ୍ଭେ ନିତ୍ୟ ନିତ୍ୟ ଯେଉଁ ପରମେଶ୍ୱରଙ୍କର ସେବା କରୁଅଛ, ସେ ତୁମ୍ଭଙ୍କୁ ଉଦ୍ଧାର କରିବେ।
Other Translations King James Version (KJV) Then the king commanded, and they brought Daniel, and cast him into the den of lions. Now the king spake and said unto Daniel, Thy God whom thou servest continually, he will deliver thee.
American Standard Version (ASV) Then the king commanded, and they brought Daniel, and cast him into the den of lions. `Now' the king spake and said unto Daniel, Thy God whom thou servest continually, he will deliver thee.
Bible in Basic English (BBE) Then these men said to the king, Be certain, O King, that by the law of the Medes and Persians no order or law which the king has put into force may be changed.
Darby English Bible (DBY) Then the king commanded, and they brought Daniel, and cast [him] into the den of lions. The king spoke and said unto Daniel, Thy God whom thou servest continually, he will save thee.
World English Bible (WEB) Then the king commanded, and they brought Daniel, and cast him into the den of lions. [Now] the king spoke and said to Daniel, Your God whom you serve continually, he will deliver you.
Young's Literal Translation (YLT) Then the king hath said, and they have brought Daniel, and have cast `him' into a den of lions. The king hath answered and said to Daniel, `Thy God, whom thou art serving continually, Himself doth deliver thee.'
Cross Reference 2 Samuel 3:39 in Oriya 39 ଏଣୁ ମୁଁ ରାଜାଭିଷିକ୍ତ ହେଲେ ହେଁ ଆଜି ଦୁର୍ବଳ ହେଲି; ଏହି ପୁରୁଷମାନେ, ଅର୍ଥାତ୍, ସରୁୟାର ପୁତ୍ରମାନେ ଆମ୍ଭ ପ୍ରତି ନିଷ୍ଠୁର; ସଦାପ୍ରଭୁ ଏହି କୁକ୍ରିୟାକାରୀକୁ ତାହାର କୁକର୍ମ ଅନୁସାରେ ପ୍ରତିଫଳ ଦିଅନ୍ତୁ।”
Job 5:19 in Oriya 19 ସେ ଛଅଗୋଟି ସଙ୍କଟରୁ ତୁମ୍ଭକୁ ଉଦ୍ଧାର କରିବେ; ଆହୁରି, ସାତ ସଂକଟରୁ ତୁମ୍ଭକୁ କୌଣସି ଅମଙ୍ଗଳ ସ୍ପର୍ଶ କରିବ ନାହିଁ।
Psalm 37:39 in Oriya 39 ମାତ୍ର ସଦାପ୍ରଭୁଙ୍କଠାରୁ ଧାର୍ମିକ ଲୋକର ପରିତ୍ରାଣ ହୁଏ; ସେ ସଙ୍କଟ ସମୟରେ ସେମାନଙ୍କର ଦୃଢ଼ ଦୁର୍ଗ ଅଟନ୍ତି।
Psalm 91:14 in Oriya 14 ସେ ଆମ୍ଭ ଉପରେ ଆପଣା ସ୍ନେହ ରଖିଅଛି, ଏହେତୁ ଆମ୍ଭେ ତାହାକୁ ଉଦ୍ଧାର କରିବା; ସେ ଆମ୍ଭ ନାମ ଜାଣିଅଛି, ଏହେତୁ ଆମ୍ଭେ ତାହାକୁ ଉଚ୍ଚରେ ରଖିବା।
Psalm 118:8 in Oriya 8 ମନୁଷ୍ୟ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।
Proverbs 29:25 in Oriya 25 ଲୋକଭୟ ଫାନ୍ଦଜନକ; ମାତ୍ର ସଦାପ୍ରଭୁଙ୍କ ଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ।
Isaiah 43:2 in Oriya 2 ତୁମ୍ଭେ ଜଳ ମଧ୍ୟ ଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦନଦୀ ମଧ୍ୟରେ ଗମନ କଲେ, ସେହି ସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ହେବ ନାହିଁ, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ।
Jeremiah 26:14 in Oriya 14 ମାତ୍ର ଦେଖ, ମୁଁ ତୁମ୍ଭମାନଙ୍କ ହସ୍ତରେ ଅଛି: ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ତାହା ମୋ' ପ୍ରତି କର।
Jeremiah 38:5 in Oriya 5 ଏଥିରେ ସିଦିକୀୟ ରାଜା କହିଲା, “ଦେଖ, ସେ ତୁମ୍ଭମାନଙ୍କ ହସ୍ତରେ ଅଛି; କାରଣ ରାଜା ତୁମ୍ଭମାନଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟ କରିବା ଲୋକ ନୁହନ୍ତି।”
Daniel 3:15 in Oriya 15 ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋ' ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋ' ହସ୍ତରୁ ଉଦ୍ଧାର କରିବ ?
Daniel 3:17 in Oriya 17 ଯଦି ସେହିପରି ହୁଏ, ତେବେ ଆମ୍ଭେମାନେ ଯାହାଙ୍କର ସେବା କରୁ, ଆମ୍ଭମାନଙ୍କର ସେହି ପରମେଶ୍ୱର ଆମ୍ଭମାନଙ୍କୁ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରୁ ରକ୍ଷା କରିବାକୁ ସମର୍ଥ ଅଟନ୍ତି; ଆଉ ହେ ମହାରାଜ, ସେ ଆପଣଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।
Daniel 3:28 in Oriya 28 ନବୂଖଦ୍ନିତ୍ସର କହିଲା, ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ୱାସ କଲେ ଓ ଆପଣାମାନଙ୍କର ପରମେଶ୍ୱର ବ୍ୟତୀତ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ବା ପ୍ରଣାମ ନ କରିବେ, ଏଥିପାଇଁ ରାଜାର ବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ।
Daniel 6:7 in Oriya 7 ରାଜ୍ୟର ଅଧ୍ୟକ୍ଷଗଣ, ରାଜପ୍ରତିନିଧିଗଣ ଓ କ୍ଷିତିପାଳଗଣ, ମନ୍ତ୍ରୀ ଓ ଦେଶାଧ୍ୟକ୍ଷଗଣ ସମସ୍ତେ ଏକତ୍ର ମନ୍ତ୍ରଣା କରି ଏପରି ଏକ ରାଜାଜ୍ଞା ଓ ଦୃଢ଼ ନିଷେଧ-ବିଧି ସ୍ଥାପନ କରିବାକୁ ବିଚାର କରିଅଛନ୍ତି ଯେ, ଯଦି କେହି ତିରିଶ ଦିନ ପର୍ଯ୍ୟନ୍ତ ମହାରାଜାଙ୍କ ବିନା କୌଣସି ଦେବତା କିଅବା ମନୁଷ୍ୟର ନିକଟରେ ପ୍ରାର୍ଥନା କରିବ, ସେ ସିଂହମାନଙ୍କ ଗର୍ତ୍ତରେ ନିକ୍ଷିପ୍ତ ହେବ।
Daniel 6:20 in Oriya 20 ପୁଣି, ସେ ଗର୍ତ୍ତ ନିକଟରେ ଦାନିୟେଲଙ୍କ ପାଖରେ ଉପସ୍ଥିତ ହୋଇ ବିଳାପ ସ୍ୱରରେ ଡାକିଲା; ରାଜା ଦାନିୟେଲଙ୍କୁ କହିଲା, ହେ ଜୀବିତ ପରମେଶ୍ୱରଙ୍କ ସେବକ ଦାନିୟେଲ, ତୁମ୍ଭେ ନିତ୍ୟ ନିତ୍ୟ ଯାହାଙ୍କର ସେବା କରୁଅଛ, ତୁମ୍ଭର ସେହି ପରମେଶ୍ୱର ସିଂହମାନଙ୍କଠାରୁ ତୁମ୍ଭଙ୍କୁ ଉଦ୍ଧାର କରିବାକୁ କି ସମର୍ଥ ଅଟନ୍ତି ?
Matthew 14:8 in Oriya 8 ଆଉ, ସେ ଆପଣା ମାଁ'ର ଶିକ୍ଷାରେ ପଡ଼ି କହିଲା ବାପ୍ତିଜକ ଯୋହନର ମସ୍ତକ ଏଠାରେ ଗୋଟିଏ ଥାଳିରେ ମୋତେ ଦିଅନ୍ତୁ।
Matthew 27:23 in Oriya 23 ସେଥିରେ ପୀଲାତ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି ? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କରି କହିଲେ, ସେ କ୍ରୁଶରେ ଚଢ଼ାଯାଉ।
Mark 6:25 in Oriya 25 ସେହିକ୍ଷଣି ସେ ରାଜାଙ୍କ ନିକଟକୁ ଶୀଘ୍ର ଆସି ଏହା କହି ମାଗିଲା, ମୋହର ଇଚ୍ଛା ଯେ, ଆପଣ ବାପ୍ତିଜକ ଯୋହନର ମସ୍ତକ ଗୋଟିଏ ଥାଳିରେ ମୋତେ ଏହିକ୍ଷଣି ଦିଅନ୍ତୁ।
Mark 15:14 in Oriya 14 ସେଥିରେ ପୀଲାତ ସେମାନଙ୍କୁ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି ? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ।
John 19:12 in Oriya 12 ସେଥିରେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ଚେଷ୍ଟା କଲେ, କିନ୍ତୁ ଯିହୂଦୀମାନେ ଚିତ୍କାର କରି କହିଲେ, ଯଦି ତୁମ୍ଭେ ଏହି ଲୋକକୁ ମୁକ୍ତ କର, ତାହାହେଲେ ତୁମ୍ଭେ କାଇସରଙ୍କର ମିତ୍ର ନୁହଁ; ଯେ କେହି ଆପଣାକୁ ରାଜା ବୋଲି କହେ, ସେ କାଇସରଙ୍କ ବିପକ୍ଷରେ କଥା କହେ।
Acts 24:27 in Oriya 27 କିନ୍ତୁ ଦୁଇ ବର୍ଷ ପୂର୍ଣ୍ଣ ହେଲା ଉତ୍ତାରେ ପର୍କୀୟ ଫେଷ୍ଟସ୍ ଫେଲୀକସ୍ଙ୍କ ପଦରେ ନିଯୁକ୍ତ ହେଲେ, ଆଉ ଫେଲୀକ୍ସ୍ ଯିହୂଦୀମାନଙ୍କ ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ବନ୍ଦୀ ଅବସ୍ଥାରେ ରଖି ଚାଲିଗଲେ।
Acts 25:9 in Oriya 9 କିନ୍ତୁ ଫେଷ୍ଟସ୍ ଯିହୂଦୀମାନଙ୍କର ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ଉତ୍ତର ଦେଲେ, ତୁମ୍ଭେ କି ଯିରୂଶାଲମକୁ ଯାଇ ସେ ସ୍ଥାନରେ ଆମ୍ଭ ସାକ୍ଷାତରେ ଏହି ସବୁ ବିଷୟ ନେଇ ବିଚାରିତ ହେବାକୁ ଇଚ୍ଛା କରୁଅଛ ?
Acts 25:11 in Oriya 11 ତେବେ, ଯଦି ମୁଁ ଅନ୍ୟାୟକାରୀ ହୋଇଥାଏ ଓ ମୃତ୍ୟୁ ଯୋଗ୍ୟ କୌଣସି କର୍ମ କରିଥାଏ, ତାହାହେଲେ ମୁଁ ମୃତ୍ୟୁଭୋଗ କରିବାକୁ ମନା କରୁ ନାହିଁ; କିନ୍ତୁ ଏମାନେ ମୋ, ବିରୁଦ୍ଧରେ ଯାହାସବୁ ଅଭିଯୋଗ କରୁଅଛନ୍ତି, ସେହି ସବୁ ମଧ୍ୟରେ ଯଦି ପଦେ ସତ୍ୟ ନାହିଁ, ତାହାହେଲେ କୌଣସି ବ୍ୟକ୍ତି ସେମାନଙ୍କ ହସ୍ତରେ ମୋତେ ସମର୍ପଣ କରି ପାରିବେ ନାହିଁ। ମୁଁ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରୁଅଛି।
Acts 27:23 in Oriya 23 ଯେଣୁ ମୁଁ ଯେଉଁ ଈଶ୍ୱରଙ୍କର ଲୋକ, ପୁଣି, ଯାହାଙ୍କର ମଧ୍ୟ ମୁଁ ସେବା କରେ, ତାହାଙ୍କର ଜଣେ ଦୂତ ଏହି ରାତ୍ରିରେ ମୋ ପାଖରେ ଠିଆ ହୋଇ କହିଲେ,
Romans 13:3 in Oriya 3 କାରଣ ଶାସନକର୍ତ୍ତାମାନେ ସଦାଚାରୀ ପ୍ରତି ଭୟଜନକ ନୁହଁନ୍ତି, କିନ୍ତୁ ଅସଦାଚାରୀ ପ୍ରତି ଭୟଜନକ। ତୁମ୍ଭେ କି ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ନିକଟରେ ନିର୍ଭୟ ହେବାକୁ ଇଚ୍ଛା କର ? ତେବେ ସଦାଚାର କର, ତାହାହେଲେ ତାହାଙ୍କଠାରୁ ପ୍ରଶଂସା ପାଇବ,