Daniel 6:20 in Oriya 20 ପୁଣି, ସେ ଗର୍ତ୍ତ ନିକଟରେ ଦାନିୟେଲଙ୍କ ପାଖରେ ଉପସ୍ଥିତ ହୋଇ ବିଳାପ ସ୍ୱରରେ ଡାକିଲା; ରାଜା ଦାନିୟେଲଙ୍କୁ କହିଲା, ହେ ଜୀବିତ ପରମେଶ୍ୱରଙ୍କ ସେବକ ଦାନିୟେଲ, ତୁମ୍ଭେ ନିତ୍ୟ ନିତ୍ୟ ଯାହାଙ୍କର ସେବା କରୁଅଛ, ତୁମ୍ଭର ସେହି ପରମେଶ୍ୱର ସିଂହମାନଙ୍କଠାରୁ ତୁମ୍ଭଙ୍କୁ ଉଦ୍ଧାର କରିବାକୁ କି ସମର୍ଥ ଅଟନ୍ତି ?
Other Translations King James Version (KJV) And when he came to the den, he cried with a lamentable voice unto Daniel: and the king spake and said to Daniel, O Daniel, servant of the living God, is thy God, whom thou servest continually, able to deliver thee from the lions?
American Standard Version (ASV) And when he came near unto the den to Daniel, he cried with a lamentable voice; the king spake and said to Daniel, O Daniel, servant of the living God, is thy God, whom thou servest continually, able to deliver thee from the lions?
Bible in Basic English (BBE) Then very early in the morning the king got up and went quickly to the lions' hole.
Darby English Bible (DBY) And when he came near unto the den, he cried with a mournful voice unto Daniel: the king spoke and said unto Daniel, O Daniel, servant of the living God, hath thy God whom thou servest continually been able to save thee from the lions?
World English Bible (WEB) When he came near to the den to Daniel, he cried with a lamentable voice; the king spoke and said to Daniel, Daniel, servant of the living God, is your God, whom you serve continually, able to deliver you from the lions?
Young's Literal Translation (YLT) and at his coming near to the den, to Daniel, with a grieved voice, he crieth. The king hath answered and said to Daniel, O Daniel, servant of the living God, thy God, whom thou art serving continually, is He able to deliver thee from the lions?'
Cross Reference Genesis 18:14 in Oriya 14 ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି ? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ।
Numbers 11:23 in Oriya 23 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସଦାପ୍ରଭୁଙ୍କର ହସ୍ତ କି ସଙ୍କୁଚିତ ହୋଇଅଛି ? ତୁମ୍ଭ ପ୍ରତି ଆମ୍ଭର ବାକ୍ୟ ସଫଳ ହେବ କି ନାହିଁ, ତୁମ୍ଭେ ଏବେ ତାହା ଦେଖିବ।”
Numbers 14:15 in Oriya 15 ବର୍ତ୍ତମାନ ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଏକ ମନୁଷ୍ୟ ତୁଲ୍ୟ ବଧ କରିବ, ତେବେ ଯେଉଁ ଅନ୍ୟ ଦେଶୀୟ ଲୋକମାନେ ତୁମ୍ଭର କୀର୍ତ୍ତିର କଥା ଶୁଣିଅଛନ୍ତି, ସେମାନେ କହିବେ,
1 Chronicles 16:11 in Oriya 11 ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ଶକ୍ତିର ଅନ୍ୱେଷଣ କର, ସର୍ବଦା ତାହାଙ୍କ ମୁଖର ଅନ୍ୱେଷଣ କର।
Psalm 71:14 in Oriya 14 ମାତ୍ର ମୁଁ ନିରନ୍ତର ଭରସା କରିବି, ପୁଣି, ଆହୁରି ଆହୁରି ତୁମ୍ଭର ପ୍ରଶଂସା କରିବି।
Psalm 73:23 in Oriya 23 ତଥାପି ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ନିରନ୍ତର ଅଛି; ତୁମ୍ଭେ ମୋହର ଦକ୍ଷିଣ ହସ୍ତ ଧରିଅଛ।
Psalm 119:112 in Oriya 112 ମୁଁ ଶେଷ ପର୍ଯ୍ୟନ୍ତ ସର୍ବଦା ତୁମ୍ଭର ବିଧିସବୁ ପାଳନ କରିବା ପାଇଁ ଆପଣା ମନକୁ ପ୍ରବର୍ତ୍ତାଇଅଛି।
Psalm 146:2 in Oriya 2 ମୁଁ ବଞ୍ଚିଥିବାଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି; ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ୱରଙ୍କର ପ୍ରଶଂସାଗାନ କରିବି।
Proverbs 23:17 in Oriya 17 ତୁମ୍ଭ ମନ ପାପୀଗଣକୁ ଈର୍ଷା ନ କରୁ, ପୁଣି, ତୁମ୍ଭେ ସମସ୍ତ ଦିନ ସଦାପ୍ରଭୁଙ୍କ ପ୍ରତି ଭୟରେ ଥାଅ।
Jeremiah 32:17 in Oriya 17 “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ; ତୁମ୍ଭର ଅସାଧ୍ୟ କିଛି ହିଁ ନାହିଁ;
Daniel 3:15 in Oriya 15 ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋ' ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋ' ହସ୍ତରୁ ଉଦ୍ଧାର କରିବ ?
Daniel 3:17 in Oriya 17 ଯଦି ସେହିପରି ହୁଏ, ତେବେ ଆମ୍ଭେମାନେ ଯାହାଙ୍କର ସେବା କରୁ, ଆମ୍ଭମାନଙ୍କର ସେହି ପରମେଶ୍ୱର ଆମ୍ଭମାନଙ୍କୁ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରୁ ରକ୍ଷା କରିବାକୁ ସମର୍ଥ ଅଟନ୍ତି; ଆଉ ହେ ମହାରାଜ, ସେ ଆପଣଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।
Daniel 3:28 in Oriya 28 ନବୂଖଦ୍ନିତ୍ସର କହିଲା, ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ୱାସ କଲେ ଓ ଆପଣାମାନଙ୍କର ପରମେଶ୍ୱର ବ୍ୟତୀତ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ବା ପ୍ରଣାମ ନ କରିବେ, ଏଥିପାଇଁ ରାଜାର ବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ।
Daniel 6:16 in Oriya 16 ତହୁଁ ରାଜା ଆଜ୍ଞା କରନ୍ତେ, ସେମାନେ ଦାନିୟେଲଙ୍କୁ ଆଣି ସିଂହମାନଙ୍କ ଗର୍ତ୍ତରେ ନିକ୍ଷେପ କଲେ। ପୁଣି, ରାଜା ଦାନିୟେଲଙ୍କୁ କହିଲା, ତୁମ୍ଭେ ନିତ୍ୟ ନିତ୍ୟ ଯେଉଁ ପରମେଶ୍ୱରଙ୍କର ସେବା କରୁଅଛ, ସେ ତୁମ୍ଭଙ୍କୁ ଉଦ୍ଧାର କରିବେ।
Daniel 6:27 in Oriya 27 ସେ ଉଦ୍ଧାର କରନ୍ତି ଓ ରକ୍ଷା କରନ୍ତି, ପୁଣି ସେ ସ୍ୱର୍ଗରେ ଓ ପୃଥିବୀରେ ଚିହ୍ନ ଓ ଅଦ୍ଭୁତ କ୍ରିୟା ସାଧନ କରନ୍ତି; ସେ ଦାନିୟେଲଙ୍କୁ ସିଂହମାନଙ୍କ ବଳରୁ ଉଦ୍ଧାର କରିଅଛନ୍ତି।”
Hosea 12:6 in Oriya 6 ଏଥିନିମନ୍ତେ ତୁମ୍ଭେ ଆପଣା ପରମେଶ୍ୱରଙ୍କ ନିକଟକୁ ଫେର; ଦୟା ଓ ନ୍ୟାୟ ବିଚାର ପାଳନ କର ଓ ସର୍ବଦା ତୁମ୍ଭ ପରମେଶ୍ୱରଙ୍କ ଅପେକ୍ଷାରେ ଥାଅ।
Luke 1:37 in Oriya 37 କାରଣ ଈଶ୍ୱରଙ୍କଠାରୁ ନିର୍ଗତ କୌଣସି ବାକ୍ୟ ଶକ୍ତିହୀନ ହେବ ନାହିଁ।
Luke 18:1 in Oriya 1 କ୍ଲାନ୍ତ ନ ହୋଇ ସର୍ବଦା ପ୍ରାର୍ଥନା କରିବା ଯେ କର୍ତ୍ତବ୍ୟ, ଏହି ବିଷୟରେ ଯୀଶୁ ଶିଷ୍ୟମାନଙ୍କୁ ଦୃଷ୍ଟାନ୍ତ ଦେଇ କହିଲେ,
Acts 6:4 in Oriya 4 କିନ୍ତୁ ଆମ୍ଭେମାନେ ପ୍ରାର୍ଥନାରେ ଓ ବାକ୍ୟ ପ୍ରଚାର ସେବା କାର୍ଯ୍ୟରେ ଏକାଗ୍ରଭାବେ ଲାଗିରହିବା।
Romans 2:7 in Oriya 7 ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ,
2 Corinthians 1:10 in Oriya 10 ସେ ଆମ୍ଭମାନଙ୍କୁ ଏପରି ଭୟାନକ ମୃତ୍ୟୁରୁ ଉଦ୍ଧାର କଲେ ଓ ଉଦ୍ଧାର କରିବେ, ପୁଣି, ସେ ଯେ ଭବିଷ୍ୟତରେ ସୁଦ୍ଧା ଉଦ୍ଧାର କରିବେ, ତାହାଙ୍କଠାରେ ଆମ୍ଭମାନଙ୍କର ଏହି ଭରସା ଅଛି;
Colossians 4:2 in Oriya 2 ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ, ପୁଣି, ଧନ୍ୟବାଦ ସହ ସେଥିରେ ଜାଗ୍ରତ ଥାଅ;
1 Thessalonians 5:17 in Oriya 17 ସବୁ ଅବସ୍ଥାରେ ଧନ୍ୟବାଦ ଦିଅ;
2 Timothy 1:12 in Oriya 12 ଏହି କାରଣରୁ ମଧ୍ୟ ମୁଁ ଏହି ସବୁ ଦୁଃଖଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ୱାସ କରିଅଛି, ତାହାଙ୍କୁ ଜାଣେ, ପୁଣି, ମୁଁ ତାହାଙ୍କ ହାତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ (ବିଚାର ଦିନ) ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ରୂପେ ବିଶ୍ୱାସ କରୁଅଛି।
2 Timothy 4:16 in Oriya 16 ମୋହର ବିଚାରର ପ୍ରଥମ ଶୁଣାଣି ବେଳେ କେହି ମୋହର ସପକ୍ଷ ହେଲେ ନାହିଁ, ମାତ୍ର ସମସ୍ତେ ମୋତେ ପରିତ୍ୟାଗ କଲେ; ଏହା ସେମାନଙ୍କ ବିରୁଦ୍ଧରେ ଗଣିତ ନ ହେଉ।
Hebrews 7:25 in Oriya 25 ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଇଶ୍ବରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ।
James 1:25 in Oriya 25 କିନ୍ତୁ ଯେ ସିଦ୍ଧ, ଅର୍ଥାତ୍, ସ୍ୱାଧୀନତାର ମୋଶାଙ୍କ ବ୍ୟବସ୍ଥା ପ୍ରତି ନିରୀକ୍ଷଣ କରି ସେଥିରେ ନିବିଷ୍ଟ ଥାଏ, ପୁଣି, ବିସ୍ମରଣକାରୀ ଶ୍ରୋତାମାତ୍ର ନ ହୋଇ ବରଂ କାର୍ଯ୍ୟକାରୀ ହୁଏ, ସେ ଆପଣା କାର୍ଯ୍ୟରେ ଧନ୍ୟ।
Jude 1:24 in Oriya 24 ଯେ ତୁମ୍ଭମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରିବାକୁ ପୁଣି, ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,