Daniel 6:4 in Oriya 4 ଏଥିରେ ଅଧ୍ୟକ୍ଷ ଓ କ୍ଷିତିପାଳମାନେ ରାଜକର୍ମ ବିଷୟରେ ଦାନିୟେଲଙ୍କର ଦୋଷ ଅନୁସନ୍ଧାନ କଲେ; ମାତ୍ର ସେମାନେ କୌଣସି ଦୋଷ ଅବା ଅପରାଧ ପାଇ ପାରିଲେ ନାହିଁ, କାରଣ ସେ ବିଶ୍ୱସ୍ତ ଥିଲେ ଓ ତାଙ୍କର କୌଣସି ଭ୍ରାନ୍ତି ଅବା ଅପରାଧ ଦେଖା ଗଲା ନାହିଁ।
Other Translations King James Version (KJV) Then the presidents and princes sought to find occasion against Daniel concerning the kingdom; but they could find none occasion nor fault; forasmuch as he was faithful, neither was there any error or fault found in him.
American Standard Version (ASV) Then the presidents and the satraps sought to find occasion against Daniel as touching the kingdom; but they could find no occasion nor fault, forasmuch as he was faithful, neither was there any error or fault found in him.
Bible in Basic English (BBE) Then this Daniel did his work better than the chief rulers and the captains, because there was a special spirit in him; and it was the king's purpose to put him over all the kingdom.
Darby English Bible (DBY) Then the presidents and the satraps sought to find a pretext against Daniel with respect to the kingdom; but they could not find any pretext or fault; inasmuch as he was faithful, neither was there any error or fault found in him.
World English Bible (WEB) Then the presidents and the satraps sought to find occasion against Daniel as touching the kingdom; but they could find no occasion nor fault, because he was faithful, neither was there any error or fault found in him.
Young's Literal Translation (YLT) Then the presidents and satraps have been seeking to find a cause of complaint against Daniel concerning the kingdom, and any cause of complaint and corruption they are not able to find, because that he `is' faithful, and any error and corruption have not been found in him.
Cross Reference Genesis 43:18 in Oriya 18 ପୁଣି, ଯୋଷେଫଙ୍କ ଗୃହକୁ ନୀତ ହେବାରୁ ସେମାନେ ଭୀତ ହୋଇ ପରସ୍ପର କହିଲେ, “ପୂର୍ବେ ଆମ୍ଭମାନଙ୍କ ପଟରେ ଯେଉଁ ଟଙ୍କା ଫେରି ଯାଇଥିଲା, ତହିଁ ନିମନ୍ତେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛନ୍ତି; ଏବେ ସେ ଆମ୍ଭମାନଙ୍କ ଉପରେ ପଡ଼ି ଆକ୍ରମଣ କରି ଆମ୍ଭମାନଙ୍କ ଗର୍ଦ୍ଦଭ ସବୁ ନେଇ ଆମ୍ଭମାନଙ୍କୁ ଦାସ ପରି ରଖିବ।”
Judges 14:4 in Oriya 4 ମାତ୍ର ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଛିଦ୍ର ପାଇବା ଚେଷ୍ଟାରେ ଏହି ଘଟଣା ଯେ ସଦାପ୍ରଭୁଙ୍କ ଆଡ଼ୁ ହେଲା, ଏହା ତାହାର ପିତାମାତା ଜାଣିଲେ ନାହିଁ। ସେ ସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ଉପରେ କର୍ତ୍ତୃତ୍ୱ କରୁଥିଲେ।
1 Samuel 18:14 in Oriya 14 ଆଉ ଦାଉଦ ଆପଣାର ସବୁ କଥାରେ ବୁଦ୍ଧିମାନ ହେଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗରେ ହେଲେ।
1 Samuel 19:4 in Oriya 4 ପୁଣି, ଯୋନାଥନ ଆପଣା ପିତା ଶାଉଲଙ୍କୁ ଦାଉଦଙ୍କ ବିଷୟରେ ଭଲ କଥା କହି ତାଙ୍କୁ କହିଲା, ମହାରାଜ, ଆପଣା ଦାସ ଦାଉଦ ବିରୁଦ୍ଧରେ ପାପ ନ କରନ୍ତୁ, ଯେହେତୁ ସେ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ; ମାତ୍ର ତାହାର ସମସ୍ତ କର୍ମ ଆପଣଙ୍କ ପକ୍ଷରେ ଅତି ମଙ୍ଗଳଜନକ ହୋଇଅଛି;
1 Samuel 22:14 in Oriya 14 ଏଥିରେ ଅହୀମେଲକ୍ ରାଜାଙ୍କୁ ଉତ୍ତର ଦେଇ କହିଲା, ଆପଣଙ୍କ ସମସ୍ତ ଦାସ ମଧ୍ୟରେ ଦାଉଦ ପରି କିଏ ବିଶ୍ୱାସ୍ୟ ? ସେ ତ ମହାରାଜାଙ୍କର ଜୁଆଁଇ ଓ ଆପଣଙ୍କର ସଭାସଦ୍ ଓ ଆପଣଙ୍କ ଗୃହରେ ସମ୍ଭ୍ରାନ୍ତ।
Psalm 37:12 in Oriya 12 ଦୁଷ୍ଟ ଧାର୍ମିକର ପ୍ରତିକୂଳରେ କୁକଳ୍ପନା କରେ ଓ ତାହା ଉପରେ ଦନ୍ତ କଡ଼ମଡ଼ କରେ।
Psalm 37:32 in Oriya 32 ଦୁଷ୍ଟ ଲୋକ ଧାର୍ମିକକୁ ଜଗି ବସେ ଓ ତାହାକୁ ବଧ କରିବାକୁ ଚେଷ୍ଟା କରେ।
Proverbs 29:27 in Oriya 27 ଅଧର୍ମକାରୀ ଲୋକ ଧାର୍ମିକର ଘୃଣା ବିଷୟ, ପୁଣି, ସରଳପଥଗାମୀ ଦୁଷ୍ଟ ଲୋକର ଘୃଣା ବିଷୟ ହୁଏ।
Ecclesiastes 4:4 in Oriya 4 ତହୁଁ ମୁଁ ସମସ୍ତ ପରିଶ୍ରମ ଓ ପ୍ରତ୍ୟେକ ଦକ୍ଷ କାର୍ଯ୍ୟ ଦେଖିଲି ଯେ, ତହିଁ ସକାଶୁ ମନୁଷ୍ୟ ଆପଣା ପ୍ରତିବାସୀର ଈର୍ଷାପାତ୍ର ହୁଏ। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।
Jeremiah 18:18 in Oriya 18 ତେବେ ସେମାନେ କହିଲେ, “ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ୱା ଦ୍ୱାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।”
Jeremiah 18:23 in Oriya 23 ତଥାପି ହେ ସଦାପ୍ରଭୁ, ମୋତେ ବଧ କରିବା ପାଇଁ ସେମାନଙ୍କର ମନ୍ତ୍ରଣାସବୁ ତୁମ୍ଭେ ଜାଣୁଅଛ; ତୁମ୍ଭେ ସେମାନଙ୍କର ଅଧର୍ମ କ୍ଷମା କର ନାହିଁ, କିଅବା ତୁମ୍ଭ ଦୃଷ୍ଟିରୁ ସେମାନଙ୍କ ପାପ ଲିଭାଇ ଦିଅ ନାହିଁ; ମାତ୍ର ସେମାନେ ତୁମ୍ଭ ସମ୍ମୁଖରେ ନିପାତିତ ହେଉନ୍ତୁ; ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କ ପ୍ରତି ବ୍ୟବହାର କର।
Jeremiah 20:10 in Oriya 10 କାରଣ ମୁଁ ଅନେକଙ୍କର ଅପବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ମୋର ଝୁଣ୍ଟିବାର ଅପେକ୍ଷାକାରୀ ଆତ୍ମୀୟ ମିତ୍ର ସମସ୍ତେ କହନ୍ତି, ତୁମ୍ଭେମାନେ ଅଭିଯୋଗ କର, ଆମ୍ଭେମାନେ ହିଁ ତାହାର ଅଭିଯୋଗ କରିବା; କେଜାଣି ସେ ଭୁଲିଯିବ, ତହିଁରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାଠାରୁ ପରିଶୋଧ ନେବା।
Daniel 3:8 in Oriya 8 ଏଥିପାଇଁ ସେହି ସମୟରେ କେତେକ କଲ୍ଦୀୟ ଲୋକ ନିକଟକୁ ଆସି ଯିହୁଦୀୟ ଲୋକମାନଙ୍କ ବିରୁଦ୍ଧରେ ଅପବାଦ ଆଣିଲେ।
Matthew 26:4 in Oriya 4 ଆଉ ଯୀଶୁଙ୍କୁ ଛଳରେ ଧରି ବଧ କରିବା ନିମନ୍ତେ ମନ୍ତ୍ରଣା କଲେ;
Matthew 27:18 in Oriya 18 କାରଣ ସେମାନେ ଯେ ଇର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ଜାଣିଥିଲେ।
Luke 20:20 in Oriya 20 ସେଥିରେ ସେମାନେ ଯୀଶୁଙ୍କୁ ରାଜ୍ୟପାଳଙ୍କ ହାତରେ ଓ ଶାସନକର୍ତ୍ତାଙ୍କ ଶାସନର ଅଧିନରେ ସମର୍ପଣ କରିବା ନିମନ୍ତେ ସୁଯୋଗ ଖୋଜି ଯୀଶୁଙ୍କ କଥାର ଭୁଲ୍ ଧରିବା ଉଦ୍ଦେଶ୍ୟରେ ଯେଉଁମାନେ କପଟରେ ନିଜ ନିଜକୁ ଧାର୍ମିକ ବୋଲି ଦେଖାଉଥିବା ଚୋରମାନଙ୍କୁ ପଠାଇଲେ।
Luke 22:2 in Oriya 2 ଆଉ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ, କିପରି ଯୀଶୁଙ୍କୁ ବିନାଶ କରି ପାରନ୍ତି, ସେଥିର ଉପାୟ ଖୋଜୁଥିଲେ, କାରଣ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ।
Luke 23:14 in Oriya 14 ଏ ଲୋକସାଧାରଣଙ୍କୁ ବିଦ୍ରୋହୀ କରୁଅଛି ବୋଲି ତୁମ୍ଭେମାନେ ଏହାକୁ ଆମ୍ଭ ନିକଟକୁ ଆଣିଥିଲ; ଆଉ ଦେଖ, ଆମ୍ଭେ ତୁମ୍ଭମାନଙ୍କ ସାକ୍ଷାତରେ ଏହାକୁ ପ୍ରଶ୍ନ କରି, ତାହା ବିରୁଦ୍ଧରେ ତୁମ୍ଭେମାନେ ଯେ ସମସ୍ତ ଅଭିଯୋଗ କରୁଅଛ, ସେପରି କୌଣସି ଦୋଷ ଏହାଠାରେ ପାଇଲୁ ନାହିଁ। ହେରୋଦ ମଧ୍ୟ ପାଇ ନାହାଁନ୍ତି,
John 19:4 in Oriya 4 ପୀଲାତ ପୁନର୍ବାର ବାହାରକୁ ଯାଇ ସେମାନଙ୍କୁ କହିଲେ, ଦେଖ, ଆମ୍ଭେ ଯେ ତାହାଠାରେ କୌଣସି ଦୋଷ ପାଉ ନାହୁଁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥି ନିମନ୍ତେ ଆମ୍ଭେ ତାହାକୁ ତୁମ୍ଭମାନଙ୍କ ନିକଟକୁ ବାହାର କରି ଆଣୁଅଛୁ।
2 Corinthians 11:12 in Oriya 12 କିନ୍ତୁ ଦର୍ପର ବିଷୟରେ ଆମ୍ଭମାନଙ୍କ ପରି ଦେଖାଯିବା ନିମନ୍ତେ ଯେଉଁମାନେ ସୁଯୋଗ ଅନ୍ୱେଷଣ କରନ୍ତି, ମୁଁ ଯେପରି ସେମାନଙ୍କୁ ସୁଯୋଗ ନ ଦିଏ, ଏଥି ନିମନ୍ତେ ମୁଁ ଯାହା କରୁଅଛି, ତାହା କରୁଥିବି।
Philippians 2:15 in Oriya 15 ଯେପରି ତୁମ୍ଭେମାନେ ନିର୍ଦ୍ଦୋଷ ଓ ଅମାୟିକ ହୋଇ ଏହି କୁଟିଳ ବିପଥଗାମୀ ବଂଶ ମଧ୍ୟରେ ଇଶ୍ବରଙ୍କ ଅନିନ୍ଦନୀୟ ସନ୍ତାନସନ୍ତତି ହୁଅ; ସେମାନଙ୍କ ମଧ୍ୟରେ ତୁମ୍ଭେମାନେ ଜୀବନର ବାକ୍ୟ ଧରି ଜଗତରେ ଜ୍ୟୋତିଃ ସ୍ୱରୂପ ପ୍ରକାଶ ପାଉଅଛ;
1 Timothy 5:14 in Oriya 14 ଅତଏବ, ମୋହର ଇଚ୍ଛା, ଯୁବତୀ ବିଧବାମାନେ ବିବାହ କରନ୍ତୁ, ସନ୍ତାନ ପ୍ରସବ କରନ୍ତୁ, ଗୃହକାର୍ଯ୍ୟ ପରିଚାଳନା କରନ୍ତୁ, ନିନ୍ଦା କରିବା ପାଇଁ ଶତ୍ରୁକୁ କୌଣସି ସୁଯୋଗ ନ ଦେଉନ୍ତୁ;
Titus 2:8 in Oriya 8 ଯେପରି ବିପକ୍ଷ ଲୋକ ଆମ୍ଭମାନଙ୍କ ବିଷୟରେ କୌଣସି ମନ୍ଦ କଥା କହି ନ ପାରି ଲଜ୍ଜିତ ହେବ।
1 Peter 2:12 in Oriya 12 ତୁମ୍ଭେମାନେ ଅଣଯିହୂଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଇଶ୍ବରଙ୍କ ଗୌରବ କରିବେ।
1 Peter 3:16 in Oriya 16 ଯେପରି ତୁମ୍ଭମାନଙ୍କ ନିନ୍ଦକମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କର ଖ୍ରୀଷ୍ଟୀୟ ଆଚରଣର ଦୋଷାରୋପ କରନ୍ତି, ସେଥିରେ ସେମାନେ ଲଜ୍ଜିତ ହେବେ।
1 Peter 4:14 in Oriya 14 ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ନାମ ସକାଶେ ନିନ୍ଦିତ ହୁଅ, ତାହାହେଲେ ତୁମ୍ଭେମାନେ ଧନ୍ୟ, କାରଣ ଗୌରବମୟ ଆତ୍ମା, ଅର୍ଥାତ୍, ଇଶ୍ବରଙ୍କ ଆତ୍ମା, ତୁମ୍ଭମାନଙ୍କଠାରେ ଅଧିଷ୍ଠାନ କରୁଅଛନ୍ତି।