Daniel 7:1 in Oriya 1 ବାବିଲର ରାଜା ବେଲ୍ଶତ୍ସରର ରାଜତ୍ଵର ପ୍ରଥମ ବର୍ଷରେ ଦାନିୟେଲ ଆପଣା ଶଯ୍ୟା ଉପରେ ସ୍ୱପ୍ନ ଓ ମାନସିକ ଦର୍ଶନ ପ୍ରାପ୍ତ ହେଲେ; ତହୁଁ ସେ ସେହି ସ୍ୱପ୍ନ ଲେଖି କଥାର ସାର ପ୍ରକାଶ କଲେ।
Other Translations King James Version (KJV) In the first year of Belshazzar king of Babylon Daniel had a dream and visions of his head upon his bed: then he wrote the dream, and told the sum of the matters.
American Standard Version (ASV) In the first year of Belshazzar king of Babylon Daniel had a dream and visions of his head upon his bed: then he wrote the dream and told the sum of the matters.
Bible in Basic English (BBE) In the first year of Belshazzar, king of Babylon, Daniel saw a dream, and visions came into his head on his bed: then he put the dream in writing.
Darby English Bible (DBY) In the first year of Belshazzar king of Babylon, Daniel saw a dream and visions of his head upon his bed: then he wrote the dream; he told the sum of the matters.
World English Bible (WEB) In the first year of Belshazzar king of Babylon Daniel had a dream and visions of his head on his bed: then he wrote the dream and told the sum of the matters.
Young's Literal Translation (YLT) In the first year of Belshazzar king of Babylon, Daniel hath seen a dream, and the visions of his head on his bed, then the dream he hath written, the chief of the things he hath said.
Cross Reference Genesis 15:1 in Oriya 1 ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, “ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢ଼ାଲ ଓ ମହାପୁରସ୍କାର ସ୍ୱରୂପ।”
Genesis 46:2 in Oriya 2 ତହିଁରେ ପରମେଶ୍ୱର ଇସ୍ରାଏଲଙ୍କୁ ରାତିରେ ଦର୍ଶନ ଦେଇ କହିଲେ, “ହେ ଯାକୁବ, ହେ ଯାକୁବ।” ତହିଁରେ ସେ ଉତ୍ତର କଲେ, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”
Numbers 12:6 in Oriya 6 ତେବେ ସେ କହିଲେ, “ଆମ୍ଭର ବାକ୍ୟ ଶୁଣ; ଯଦି ତୁମ୍ଭମାନଙ୍କ ମଧ୍ୟରେ କେହି ଭବିଷ୍ୟଦ୍ବକ୍ତା ଥାଏ, ତେବେ ଆମ୍ଭେ ସଦାପ୍ରଭୁ କୌଣସି ଦର୍ଶନ ଦ୍ୱାରା ତାହା ପ୍ରତି ଆପଣାକୁ ପ୍ରକାଶ କରିବା, ଆମ୍ଭେ ସ୍ୱପ୍ନ ଦ୍ୱାରା ତାହା ସହିତ କଥା କହିବା।
Job 4:13 in Oriya 13 ଯେତେବେଳେ ଲୋକେ ଘୋର ନିଦ୍ରାଗ୍ରସ୍ତ ହୁଅନ୍ତି, ଏପରି ରାତ୍ରିର ସ୍ୱପ୍ନଦର୍ଶନରୁ ଜାତ ଭାବନା ସମୟରେ,
Job 33:14 in Oriya 14 ପରମେଶ୍ୱର ଥରେ କହନ୍ତି, ଦୁଇ ଥର ହିଁ କହନ୍ତି, ତଥାପି ମନୁଷ୍ୟ ତହିଁରେ ମନ ଦିଏ ନାହିଁ;
Isaiah 8:1 in Oriya 1 ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏକ ଖଣ୍ଡ ବୃହତ ଫଳକ ନେଇ ପ୍ରଚଳିତ ଅକ୍ଷରରେ ତହିଁ ଉପରେ ଏହି କଥା ଲେଖ, ମହେର-ଶାଲଲହାଶ୍-ବସ୍ (ଲୁଟିତ ଶୀଘ୍ର ଆସୁଅଛି, ଲୁଟିତ ଦ୍ରବ୍ୟ ଶୀଘ୍ର ଗମନ କରୁଅଛି)
Isaiah 30:8 in Oriya 8 ଏବେ ଯାଅ, ସେମାନଙ୍କ ସାକ୍ଷାତରେ ଏକ ଫଳକରେ ତାହା ଲେଖ ଓ ତାହା ଯେପରି ଆସନ୍ତା କାଳ ନିମନ୍ତେ, ଅନନ୍ତ କାଳ ପର୍ଯ୍ୟନ୍ତ ରହିବ, ଏଥିପାଇଁ ଏକ ପୁସ୍ତକରେ ତାହା ଲିପିବଦ୍ଧ କର।
Jeremiah 23:28 in Oriya 28 ଯେଉଁ ଭବିଷ୍ୟଦ୍ବକ୍ତା ସ୍ୱପ୍ନ ଦେଖିଅଛି, ସେ ସ୍ୱପ୍ନ କଥା ପ୍ରକାଶ କରୁ, ପୁଣି ଯେ ଆମ୍ଭର ବାକ୍ୟ ପାଇଅଛି, ସେ ବିଶ୍ୱସ୍ତ ରୂପେ ଆମ୍ଭର ବାକ୍ୟ କହୁ। ସଦାପ୍ରଭୁ କହନ୍ତି, “ଶସ୍ୟ ନିକଟରେ ପାଳ କଅଣ ?”
Jeremiah 27:7 in Oriya 7 ଆଉ, ତାହାର ନିଜ ଦେଶର ସମୟ ଉପସ୍ଥିତ ହେବା ପର୍ଯ୍ୟନ୍ତ ସମୁଦାୟ ଗୋଷ୍ଠୀ ତାହାର ଓ ତାହାର ପୁତ୍ରର ଓ ପୌତ୍ରର ଦାସ୍ୟକର୍ମ କରିବେ; ତହିଁ ଉତ୍ତାରେ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ତାହାକୁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ।
Jeremiah 36:4 in Oriya 4 ତହିଁରେ ଯିରିମୀୟ ନେରୀୟର ପୁତ୍ର ବାରୂକକୁ ଡାକିଲେ; ଆଉ, ବାରୂକ ଯିରିମୀୟଙ୍କ ପ୍ରତି କଥିତ ସଦାପ୍ରଭୁଙ୍କର ବାକ୍ୟସବୁ ତାହାର ମୁଖରୁ ଶୁଣି ଏକ ନଳାକାର ପୁସ୍ତକରେ ଲେଖିଲା।
Ezekiel 1:1 in Oriya 1 ତିରିଶ ବର୍ଷର ଚତୁର୍ଥ ମାସର ପଞ୍ଚମ ଦିନରେ କବାର ନଦୀ କୂଳରେ ବନ୍ଦୀମାନଙ୍କ ମଧ୍ୟରେ ମୁଁ ଥିବା ସମୟରେ ସ୍ୱର୍ଗ ମୁକ୍ତ ହେଲା, ତହିଁରେ ମୁଁ ପରମେଶ୍ୱରଙ୍କଠାରୁ ଦର୍ଶନମାନ ଦେଖିଲି।
Daniel 1:17 in Oriya 17 ଆଉ, ପରମେଶ୍ୱର ସେହି ଚାରି ଯୁବାଙ୍କୁ ସମସ୍ତ ବିଦ୍ୟା ଓ ଜ୍ଞାନରେ, ବୁଦ୍ଧି ଓ ନିପୁଣତା ଦେଲେ ପୁଣି, ଦାନିୟେଲ ଯାବତୀୟ ଦର୍ଶନ ଓ ସ୍ୱପ୍ନ ବିଷୟରେ ବୁଦ୍ଧିମାନ ହେଲେ।
Daniel 2:1 in Oriya 1 ଏଥିଉତ୍ତାରେ ନବୂଖଦ୍ନିତ୍ସରର ଶାସନ କାଳର ଦ୍ୱିତୀୟ ବର୍ଷରେ, ନବୂଖଦ୍ନିତ୍ସର ସ୍ୱପ୍ନ ଦେଖିଲା; ତହିଁରେ ତାହାର ଆତ୍ମା ଉଦ୍ବିଗ୍ନ ହେଲା ଓ ତାହାର ନିଦ୍ରା ଭଗ୍ନ ହେଲା।
Daniel 2:28 in Oriya 28 ମାତ୍ର ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ଏପରି ଏକ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି, ଆଉ ଅନ୍ତିମ କାଳରେ ଯାହା ଯାହା ଘଟିବ, ତାହା ସେ ମହାରାଜା ନବୂଖଦ୍ନିତ୍ସରଙ୍କୁ ଜଣାଇ ଅଛନ୍ତି। ଆପଣଙ୍କ ସ୍ୱପ୍ନ ଓ ଶଯ୍ୟା ଉପରେ ଆପଣଙ୍କ ମନର ଦର୍ଶନ ଏହି;
Daniel 4:5 in Oriya 5 ମୁଁ ଗୋଟିଏ ସ୍ୱପ୍ନ ଦେଖିଲି, ତାହା ମୋତେ ଭୀତ କରାଇଲା ଓ ଶଯ୍ୟା ଉପରେ ମୋର ଚିନ୍ତା ଓ ମନର ଦର୍ଶନ ମୋତେ ଉଦ୍ବିଗ୍ନ କଲା।
Daniel 5:1 in Oriya 1 ରାଜା ବେଲ୍ଶତ୍ସର ଆପଣାର ସହସ୍ର ଅମାତ୍ୟବର୍ଗଙ୍କ ନିମନ୍ତେ ଏକ ମହାଭୋଜ ପ୍ରସ୍ତୁତ କଲା ଓ ସେହି ସହସ୍ରଙ୍କ ସାକ୍ଷାତରେ ଦ୍ରାକ୍ଷାରସ ପାନ କଲା।
Daniel 5:22 in Oriya 22 ଆଉ ହେ ବେଲ୍ଶତ୍ସର, ତାଙ୍କର ପୁତ୍ର ଯେ ଆପଣ, ଆପଣ ଏସବୁ ଜାଣିଲେ ହେଁ ଆପଣା ଅନ୍ତଃକରଣ ନମ୍ର କରି ନାହାନ୍ତି;
Daniel 5:30 in Oriya 30 ସେହି ରାତ୍ରିରେ କଲ୍ଦୀୟମାନଙ୍କର ରାଜା ବେଲ୍ଶତ୍ସର ବଧ କରାଗଲା।
Daniel 7:7 in Oriya 7 ଏଥିଉତ୍ତାରେ ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଦେଖ, ଚତୁର୍ଥ ପଶୁ, ସେ ଭୟଙ୍କର, କ୍ଷମତାପନ୍ନ ଓ ଅତିଶୟ ବଳବାନ ଓ ତାହାର ବଡ଼ ବଡ଼ ଲୌହମୟ ଦନ୍ତ ଥିଲା; ସେ ଗ୍ରାସ କଲା ଓ ଭାଙ୍ଗି ଚୂର୍ଣ୍ଣ କଲା ଓ ଅବଶିଷ୍ଟ ଯାହା ରହିଲା, ତାହା ପଦ ତଳେ ଦଳିତ କଲା; ଆଉ, ସେ ତାହାର ପୂର୍ବବର୍ତ୍ତୀ ସବୁ ପଶୁମାନଙ୍କଠାରୁ ଭିନ୍ନ; ପୁଣି ତାହାର ଦଶ ଶୃଙ୍ଗ ଥିଲା।
Daniel 7:13 in Oriya 13 ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଆଉ ଦେଖ, ମନୁଷ୍ୟପୁତ୍ର ନ୍ୟାୟ ଏକ ପୁରୁଷ ଆକାଶର ମେଘରେ ଆସିଲେ; ସେ ଅନେକ କାଳର ସେହି ବୃଦ୍ଧଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହାଙ୍କ ଛାମୁକୁ ତାହାଙ୍କୁ ଆଣିଲେ।
Daniel 7:15 in Oriya 15 ମୁଁ ଦାନିୟେଲ, ମୋର ଆତ୍ମା ମୋର ଶରୀର ମଧ୍ୟରେ ଶୋକାନ୍ୱିତ ହେଲା ଓ ମୋର ମାନସିକ ଦର୍ଶନ ମୋତେ ଉଦ୍ବିଗ୍ନ କଲା।
Daniel 8:1 in Oriya 1 ବେଲ୍ଶତ୍ସର ରାଜାର ରାଜତ୍ଵର ତୃତୀୟ ବର୍ଷରେ ମୁଁ ଦାନିୟେଲ ପ୍ରଥମ ଦର୍ଶନର ଉତ୍ତାରେ ଆଉ ଏକ ଦର୍ଶନ ପାଇଲି।
Joel 2:28 in Oriya 28 ପୁଣି, ତହିଁ ଉତ୍ତାରେ ଆମ୍ଭେ ସମୁଦାୟ ପ୍ରାଣୀ ଉପରେ ଆପଣା ଆତ୍ମା ଢାଳିବା; ତହିଁରେ ତୁମ୍ଭମାନଙ୍କର ପୁତ୍ରଗଣ ଓ କନ୍ୟାଗଣ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବେ, ତୁମ୍ଭମାନଙ୍କର ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ, ତୁମ୍ଭମାନଙ୍କର ଯୁବା ଲୋକମାନେ ଦର୍ଶନ ପାଇବେ।
Amos 3:7 in Oriya 7 ନିଶ୍ଚୟ ପ୍ରଭୁ ସଦାପ୍ରଭୁ ନିଜ ଗୁପ୍ତ ବିଷୟ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ପ୍ରକାଶ ନ କରି କିଛି କରନ୍ତି ନାହିଁ।
Habakkuk 2:2 in Oriya 2 ଏଥିଉତ୍ତାରେ ସଦାପ୍ରଭୁ ମୋତେ ଉତ୍ତର ଦେଇ କହିଲେ, ଏହି ଦର୍ଶନର କଥା ଲେଖ ଓ ଯେ ପାଠ କରେ, ସେ ଯେପରି ଦୌଡ଼ି ପାରିବ, ଏଥିପାଇଁ ପଟାରେ ସୁସ୍ପଷ୍ଟ କରି ଖୋଳ।
Acts 2:17 in Oriya 17 ଈଶ୍ୱର କହନ୍ତି, ଶେଷକାଳରେ ଏପରି ଘଟିବ ଯେ, ଅାମ୍ଭେ ସମସ୍ତ ମର୍ତ୍ତ୍ୟ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ତୁମ୍ଭମାନଙ୍କ ପୁତ୍ରକନ୍ୟାମାନେ ଭାବବାଣୀ କହିବେ, ଆଉ ତୁମ୍ଭମାନଙ୍କର ଯୁବାମାନେ ଦର୍ଶନ ପାଇବେ, ପୁଣି, ତୁମ୍ଭମାନଙ୍କର ପ୍ରାଚୀନମାନେ ସ୍ୱପ୍ନ ଦେଖିବେ।
Romans 15:4 in Oriya 4 ପୁଣି, ଆମ୍ଭେମାନେ ଯେପରି ଶାସ୍ତ୍ର ଅନୁସାରେ ଧୈର୍ଯ୍ୟ ଓ ସାନ୍ତ୍ୱନା ଦ୍ୱାରା ଭରସା ପ୍ରାପ୍ତ ହେଉ, ଏଥି ନିମନ୍ତେ ପୂର୍ବକାଳରେ ଯାହା ଯାହା ଲେଖା ହୋଇଥିଲା, ସେହି ସବୁ ଆମ୍ଭମାନଙ୍କର ଶିକ୍ଷା ପାଇଁ ଲେଖା ହୋଇଅଛି।
2 Corinthians 12:1 in Oriya 1 ଯଦ୍ୟପି ଦର୍ପ କରିବା ହିତକର ନୁହେଁ, ତଥାପି ମୋତେ ଦର୍ପ କରିବାକୁ ପଡ଼ୁଅଛି; ମୁଁ ପ୍ରଭୁଙ୍କ ଦର୍ଶନ ଓ ପ୍ରକାଶିତ ବିଷୟ କହିବି।
Revelation 1:19 in Oriya 19 ଅତଏବ, ଯାହା ଯାହା ଦର୍ଶନ କଲ, ଯାହା ଯାହା ବର୍ତ୍ତମାନ ଘଟୁଅଛି ଓ ଏହାପରେ ଘଟିବ, ସେହି ସବୁ ଲିପିବଦ୍ଧ କର।
Revelation 10:4 in Oriya 4 ସେହି ସପ୍ତ ମେଘଗର୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କରନ୍ତେ ମୁଁ ଲେଖିବାକୁ ଉଦ୍ୟତ ହେଲି; ସେତେବେଳେ ମୁଁ ମୋ ପ୍ରତି ଆକାଶରୁ ଏହି ଉକ୍ତ ବାଣୀ ଶୁଣିଲି, ସେହି ସପ୍ତ ମେଘଗର୍ଜ୍ଜନ ଯାହାସବୁ ବ୍ୟକ୍ତ କଲେ, ସେହି ସବୁ ଗୋପନ କରି ରଖ, ଲେଖ ନାହିଁ।