Daniel 7:4 in Oriya 4 ପ୍ରଥମ ପଶୁ ସିଂହ ତୁଲ୍ୟ ଓ ଉତ୍କ୍ରୋଶ ପକ୍ଷୀ ପରି ତାହାର ଡେଣା ଥିଲା; ମୁଁ ଦେଖୁ ଦେଖୁ ତାହାର ସେହି ଡେଣା ଉପୁଡ଼ା ଗଲା, ଆଉ ସେ ପୃଥିବୀରୁ ଉଠାଗଲା ଓ ମନୁଷ୍ୟ ପରି ଦୁଇ ଚରଣରେ ତାକୁ ଠିଆ କରାଗଲା, ପୁଣି ତାହାକୁ ମନୁଷ୍ୟର ଅନ୍ତଃକରଣ ଦିଆଗଲା।
Other Translations King James Version (KJV) The first was like a lion, and had eagle's wings: I beheld till the wings thereof were plucked, and it was lifted up from the earth, and made stand upon the feet as a man, and a man's heart was given to it.
American Standard Version (ASV) The first was like a lion, and had eagle's wings: I beheld till the wings thereof were plucked, and it was lifted up from the earth, and made to stand upon two feet as a man; and a man's heart was given to it.
Bible in Basic English (BBE) The first was like a lion and had eagle's wings; while I was watching its wings were pulled off, and it was lifted up from the earth and placed on two feet like a man, and a man's heart was given to it.
Darby English Bible (DBY) The first was like a lion, and had eagle's wings: I beheld till its wings were plucked; and it was lifted up from the earth, and made to stand upon two feet as a man, and a man's heart was given to it.
World English Bible (WEB) The first was like a lion, and had eagle's wings: I saw until the wings of it were plucked, and it was lifted up from the earth, and made to stand on two feet as a man; and a man's heart was given to it.
Young's Literal Translation (YLT) The first `is' like a lion, and it hath an eagle's wings. I was seeing till that its wings have been plucked, and it hath been lifted up from the earth, and on feet as a man it hath been caused to stand, and a heart of man is given to it.
Cross Reference Deuteronomy 28:49 in Oriya 49 ଯେପରି ଉତ୍କ୍ରୋଶ ପକ୍ଷୀ ଉଡ଼େ, ସେପରି ସଦାପ୍ରଭୁ ଦୂରରୁ ପୃଥିବୀର ପ୍ରାନ୍ତରୁ ଏକ ଗୋଷ୍ଠୀକୁ ତୁମ୍ଭ ପ୍ରତିକୂଳରେ ଆଣିବେ; ସେହି ଗୋଷ୍ଠୀର ଭାଷା ତୁମ୍ଭେ ବୁଝି ପାରିବ ନାହିଁ;
2 Samuel 1:23 in Oriya 23 ଶାଉଲ ଓ ଯୋନାଥନ ଜୀବଦ୍ଦଶାରେ ପରସ୍ପର ପ୍ରିୟ ଓ ତୁଷ୍ଟିଜନକ ଥିଲେ, ମରଣ ସମୟରେ ହେଁ ସେମାନେ ଭିନ୍ନ ହେଲେ ନାହିଁ; ସେମାନେ ଉତ୍କ୍ରୋଶ ପକ୍ଷୀଠାରୁ ବେଗବାନ, ସେମାନେ ସିଂହଠାରୁ ବଳବାନ ଥିଲେ।
Job 25:6 in Oriya 6 ତେବେ କୀଟମାତ୍ର ମନୁଷ୍ୟ କ'ଣ ! ଓ କୃମିମାତ୍ର ମନୁଷ୍ୟ-ସନ୍ତାନ କ'ଣ ?
Psalm 9:20 in Oriya 20 ହେ ସଦାପ୍ରଭୁ, ସେମାନଙ୍କୁ ଭୟଗ୍ରସ୍ତ କର; ଗୋଷ୍ଠୀୟମାନେ ଆପଣାମାନଙ୍କୁ ମନୁଷ୍ୟ ମାତ୍ର ବୋଲି ଜାଣନ୍ତୁ। ସେଲା
Isaiah 5:28 in Oriya 28 ସେମାନଙ୍କର ତୀର ତୀକ୍ଷ୍ଣ ଓ ସେମାନଙ୍କର ଧନୁସବୁ ଗୁଣଦିଆ; ସେମାନଙ୍କ ଅଶ୍ୱଗଣର ଖୁରା ଚକ୍ମକି ପଥର ପରି ଓ ସେମାନଙ୍କ ରଥର ଚକ୍ର ଘୂର୍ଣ୍ଣିବାୟୁ ପରି;
Isaiah 14:13 in Oriya 13 ପୁଣି, ତୁମ୍ଭେ ମନେ ମନେ କହିଥିଲ, ଆମ୍ଭେ ସ୍ୱର୍ଗାରୋହଣ କରିବା, ଆମ୍ଭେ ପରମେଶ୍ୱରଙ୍କ ନକ୍ଷତ୍ରଗଣର ଉର୍ଦ୍ଧ୍ୱରେ ଆପଣା ସିଂହାସନ ଉଚ୍ଚୀକୃତ କରିବା; ଆମ୍ଭେ ଉତ୍ତର ଦିଗର ପ୍ରାନ୍ତସ୍ଥିତ ସମାଗମ ପର୍ବତରେ ଉପବିଷ୍ଟ ହେବା;
Jeremiah 4:7 in Oriya 7 ସିଂହ ଆପଣା ଗହ୍ୱରରୁ ବାହାରି ଅଛି, ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି; ତୁମ୍ଭ ନଗରସମୂହ ଯେପରି ଉଚ୍ଛିନ୍ନ, ନିବାସୀବିହୀନ ହେବ, ଏଥିପାଇଁ ତୁମ୍ଭ ଦେଶକୁ ଉଜାଡ଼ କରିବାକୁ ସେ ବାଟରେ ଅଛି, ସେ ଆପଣା ସ୍ଥାନରୁ ବାହାରି ଅଛି।
Jeremiah 4:13 in Oriya 13 ଦେଖ, ସେ ମେଘମାଳା ତୁଲ୍ୟ ଆସୁଅଛି, ତାହାର ରଥସବୁ ଘୂର୍ଣ୍ଣିବାୟୁ ସ୍ୱରୂପ ହେବ; ତାହାର ଅଶ୍ୱଗଣ ଉତ୍କୋଶ ପକ୍ଷୀ ଅପେକ୍ଷା ଦ୍ରୁତଗାମୀ। ହାୟ ହାୟ! ଆମ୍ଭେମାନେ ବିନଷ୍ଟ ହେଲୁ।
Jeremiah 25:9 in Oriya 9 ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।
Jeremiah 25:38 in Oriya 38 ସେ ସିଂହ ତୁଲ୍ୟ ଆପଣା ଗହ୍ୱର ତ୍ୟାଗ କରିଅଛନ୍ତି; ତାହାଙ୍କର ଉତ୍ପୀଡ଼କ ଖଡ୍ଗର ଭୟଙ୍କରତା ସକାଶୁ ଓ ତାହାଙ୍କର ପ୍ରଚଣ୍ଡ କ୍ରୋଧ ସକାଶୁ ଦେଶ ବିସ୍ମୟ ସ୍ଥାନ ହୋଇଅଛି।
Jeremiah 48:40 in Oriya 40 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ସେ ଉତ୍କୋଶ ପକ୍ଷୀ ପରି ଉଡ଼ି ଆସିବ ଓ ମୋୟାବ ଉପରେ ଆପଣା ପକ୍ଷଦ୍ୱୟ ବିସ୍ତାର କରିବ।”
Jeremiah 50:30 in Oriya 30 ଏହେତୁ ସଦାପ୍ରଭୁ କହନ୍ତି, “ସେଦିନରେ ତାହାର ଯୁବକଗଣ ରାଜଦାଣ୍ଡରେ ପତିତ ହେବେ ଓ ତାହାର ଯୋଦ୍ଧା ସମସ୍ତେ ନୀରବ କରାଯିବେ।”
Lamentations 4:19 in Oriya 19 ଆମ୍ଭମାନଙ୍କୁ ଗୋଡ଼ାଇବା ଲୋକମାନେ ଆକାଶର ଉତ୍କ୍ରୋଶ ପକ୍ଷୀ ଅପେକ୍ଷା ବେଗଗାମୀ; ସେମାନେ ପର୍ବତରେ ଆମ୍ଭମାନଙ୍କୁ ଗୋଡ଼ାଇଲେ, ସେମାନେ ଆମ୍ଭମାନଙ୍କୁ ଧରିବା ପାଇଁ ପ୍ରାନ୍ତରରେ ଛକି ବସିଲେ।
Ezekiel 17:3 in Oriya 3 ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଗୋଟିଏ ବଡ଼ ଉତ୍କ୍ରୋଶ ପକ୍ଷୀର ପକ୍ଷ ଥିଲା, ତାହାର ପକ୍ଷ ବଡ଼, ଡେଣା ଦୀର୍ଘ ଓ ଚିତ୍ରବିଚିତ୍ର ଲୋମରେ ପରିପୂର୍ଣ୍ଣ, ସେ ଲିବାନୋନକୁ ଆସି ଏରସ ବୃକ୍ଷର ଅଗ୍ରଭାଗ ନେଇଗଲା:
Ezekiel 28:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ଅଧିପତିକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି ଓ ତୁମ୍ଭେ କହିଅଛ, “ମୁଁ ଈଶ୍ୱର ଅଟେ, ମୁଁ ସମୁଦ୍ରମାନଙ୍କ ମଧ୍ୟସ୍ଥାନରେ ଈଶ୍ୱରଙ୍କ ଆସନରେ ବସିଅଛି,” ମାତ୍ର ତୁମ୍ଭେ ଆପଣା ଚିତ୍ତକୁ ଈଶ୍ୱରଙ୍କ ଚିତ୍ତ ତୁଲ୍ୟ ବୋଲି ମଣିଲେ ହେଁ ତୁମ୍ଭେ ତ ଈଶ୍ୱର ନୁହଁ, ମନୁଷ୍ୟ ମାତ୍ର ଅଟ।
Ezekiel 28:9 in Oriya 9 ତଥାପି ତୁମ୍ଭେ କି ଆପଣା ବଧକାରୀର ସାକ୍ଷାତରେ କହିବ, “ମୁଁ ଈଶ୍ୱର ?” ମାତ୍ର ତୁମ୍ଭେ ତ ଆପଣା ଆଘାତକାରୀର ହସ୍ତରେ ମନୁଷ୍ୟ ମାତ୍ର ଅଟ, ଈଶ୍ୱର ନୁହଁ।
Daniel 4:30 in Oriya 30 ରାଜା ଏହି କଥା କହିଲା, ମୁଁ ଆପଣା ବଳର ପ୍ରଭାବରେ ଓ ଆପଣା ପ୍ରତାପର ମହିମା ନିମନ୍ତେ ରାଜଧାନୀ କରିବା ପାଇଁ ଯାହା ନିର୍ମାଣ କରିଅଛି, ଏହି କି ସେହି ମହତୀ ବାବିଲ ନୁହେଁ ?
Daniel 4:36 in Oriya 36 ସେହି ସମୟରେ ମୋ' ବୁଦ୍ଧି ମୋ' କତିକୁ ଫେରି ଆସିଲା ଓ ମୋ' ରାଜ୍ୟର ଗୌରବ ନିମନ୍ତେ ମୋର ପ୍ରତାପ ଓ ତେଜ ମୋ' କତିକୁ ଫେରି ଆସିଲା; ତହିଁରେ ମୋର ମନ୍ତ୍ରୀ ଓ ଅମାତ୍ୟଗଣ ମୋର ଅନ୍ୱେଷଣ କଲେ; ପୁଣି, ମୁଁ ଆପଣା ରାଜ୍ୟରେ ସ୍ଥାପିତ ହେଲି ଓ ମୋର ମହିମା ଅତିଶୟ ବୃଦ୍ଧି ପାଇଲା।
Daniel 5:18 in Oriya 18 ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖଦ୍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ;
Habakkuk 1:6 in Oriya 6 କାରଣ ଦେଖ, ଯେଉଁ କଲଦୀୟ ଲୋକମାନେ ନିଷ୍ଠୁର ଓ ଚଞ୍ଚଳ ଗୋଷ୍ଠୀ, ସେମାନଙ୍କୁ ଆମ୍ଭେ ଉଠାଉଅଛୁ; ଯେଉଁ ନିବାସ-ସ୍ଥାନସକଳ ସେମାନଙ୍କର ନୁହେଁ, ତାହା ଅଧିକାର କରିବା ପାଇଁ ସେମାନେ ପୃଥିବୀର ବିସ୍ତାରର ସର୍ବତ୍ର ଯାତ୍ରା କରନ୍ତି।
Habakkuk 2:5 in Oriya 5 ଆହୁରି, ମଦ, ବିଶ୍ୱାସଘାତକ ବଣିକ, ଅହଙ୍କାରୀ ଲୋକ, ଆଉ ସେ ଘରେ ରହେ ନାହିଁ, ସେ ପାତାଳର ପରି ଆପଣା ବାଞ୍ଛା ବଢ଼ାଏ ଓ ସେ ମୃତ୍ୟୁୁ ସଦୃଶ, ଆଉ ସେ ତୃପ୍ତ ହୋଇ ନ ପାରେ, ମାତ୍ର ସେ ଆପଣା ନିକଟରେ ଯାବତୀୟ ଗୋଷ୍ଠୀ ଏକତ୍ର କରଇ ଓ ଯାବତୀୟ ଜନବୃନ୍ଦକୁ ଆପଣା ନିକଟରେ ସଂଗ୍ରହ କରେ।
Matthew 24:28 in Oriya 28 ଯେଉଁଠାରେ ଶବ ପଡ଼ିଥାଏ, ସେହିଠାରେ ଶାଗୁଣାଗୁଡ଼ାକ ଏକାଠି ହେବେ।