Daniel 7:9 in Oriya 9 ମୁଁ ଦେଖୁ ଦେଖୁ, କେତେଗୋଟି ସିଂହାସନ ସ୍ଥାପିତ ହେଲା, ପୁଣି ଅନେକ କାଳର ବୃଦ୍ଧ ଉପବିଷ୍ଟ ହେଲେ। ତାହାଙ୍କର ବସ୍ତ୍ର ହିମ ତୁଲ୍ୟ ଶୁକ୍ଳବର୍ଣ୍ଣ, ଓ ତାହାଙ୍କର ମସ୍ତକର କେଶ ବିଶୁଦ୍ଧ ମେଷର ଲୋମ ତୁଲ୍ୟ ଥିଲା। ତାହାଙ୍କର ସିଂହାସନ ଅଗ୍ନିଶିଖାମୟ ଓ ତହିଁର ଚକ୍ରସକଳ ଜ୍ୱଳନ୍ତ ଅଗ୍ନି।
Other Translations King James Version (KJV) I beheld till the thrones were cast down, and the Ancient of days did sit, whose garment was white as snow, and the hair of his head like the pure wool: his throne was like the fiery flame, and his wheels as burning fire.
American Standard Version (ASV) I beheld till thrones were placed, and one that was ancient of days did sit: his raiment was white as snow, and the hair of his head like pure wool; his throne was fiery flames, `and' the wheels thereof burning fire.
Bible in Basic English (BBE) I went on looking till the seats of kings were placed, and one like a very old man took his seat: his clothing was white as snow, and the hair of his head was like clean wool; his seat was flames of fire and its wheels burning fire.
Darby English Bible (DBY) I beheld till thrones were set, and the Ancient of days did sit: his raiment was white as snow, and the hair of his head like pure wool; his throne was flames of fire, [and] its wheels burning fire.
World English Bible (WEB) I saw until thrones were placed, and one who was ancient of days sat: his clothing was white as snow, and the hair of his head like pure wool; his throne was fiery flames, [and] the wheels of it burning fire.
Young's Literal Translation (YLT) `I was seeing till that thrones have been thrown down, and the Ancient of Days is seated, His garment as snow `is' white, and the hair of his head `is' as pure wool, His throne flames of fire, its wheels burning fire.
Cross Reference Psalm 45:8 in Oriya 8 ତୁମ୍ଭର ସକଳ ବସ୍ତ୍ର ଗନ୍ଧରସ, ଅଗୁରୁ ଓ ଦାରୁଚିନିରେ ସୁବାସମୟ; ହସ୍ତୀଦନ୍ତନିର୍ମିତ ଅଟ୍ଟାଳିକାସମୂହରୁ ତାରଯୁକ୍ତ ବାଦ୍ୟଯନ୍ତ୍ରସବୁ ତୁମ୍ଭକୁ ଆନନ୍ଦିତ କରିଅଛି।
Psalm 90:2 in Oriya 2 ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ୱାରା ପୃଥିବୀ ଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ୱର ଅଟ।
Psalm 102:24 in Oriya 24 ମୁଁ କହିଲି, ହେ ମୋହର ପରମେଶ୍ୱର, ଆୟୁର ମଧ୍ୟଭାଗରେ ମୋତେ ନେଇ ନ ଯାଅ; ତୁମ୍ଭର ବର୍ଷ ପୁରୁଷାନୁକ୍ରମରେ ଥାଏ।
Psalm 104:2 in Oriya 2 ତୁମ୍ଭେ ବସ୍ତ୍ର ପରି ଦୀପ୍ତି ପରିଧାନ କରିଅଛ; ତୁମ୍ଭେ ଚନ୍ଦ୍ରାତପ ପରି ଆକାଶମଣ୍ଡଳ ବିସ୍ତାର କରିଅଛ।
Isaiah 9:6 in Oriya 6 କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।
Ezekiel 1:13 in Oriya 13 ଏହି ଜୀବିତ ପ୍ରାଣୀମାନଙ୍କ ଆକୃତି ପ୍ରଜ୍ୱଳିତ ଅଙ୍ଗାର ଓ ମଶାଲ ସଦୃଶ ଥିଲା; ତାହା ଜୀବିତ ପ୍ରାଣୀମାନଙ୍କ ମଧ୍ୟରେ ଗମନାଗମନ କଲା ଓ ସେହି ଅଗ୍ନି ତେଜୋମୟ ଓ ସେହି ଅଗ୍ନିରୁ ବିଦ୍ୟୁତ ନିର୍ଗତ ହେଲା।
Ezekiel 10:2 in Oriya 2 ପୁଣି, ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ କହିଲେ, “ତୁମ୍ଭେ ସେହି ଘୂର୍ଣ୍ଣାୟମାନ ଚକ୍ରମାନର ମଧ୍ୟସ୍ଥାନକୁ, ଅର୍ଥାତ୍, କିରୂବର ତଳକୁ ଯାଇ, କିରୂବମାନର ମଧ୍ୟସ୍ଥାନରୁ ଏକ ଅଞ୍ଜଳିପୂର୍ଣ୍ଣ ଜ୍ୱଳନ୍ତ ଅଙ୍ଗାର ନେଇ ନଗର ଉପରେ ବିଞ୍ଚି ଦିଅ।” ତହିଁରେ ସେ ବ୍ୟକ୍ତି ମୋ' ସାକ୍ଷାତରେ ଗଲେ।
Daniel 2:34 in Oriya 34 ଆପଣ ନିରୀକ୍ଷଣ କରୁ କରୁ ଶେଷରେ ହସ୍ତ ବିନା ଚ୍ଛେଦିତ ଏକ ପ୍ରସ୍ତର ସେହି ପ୍ରତିମାର ଲୌହ ଓ ମୃତ୍ତିକାମୟ ପାଦକୁ ଆଘାତ କରି ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲା।
Daniel 2:44 in Oriya 44 ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାଚ ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ା ଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।
Daniel 7:13 in Oriya 13 ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଆଉ ଦେଖ, ମନୁଷ୍ୟପୁତ୍ର ନ୍ୟାୟ ଏକ ପୁରୁଷ ଆକାଶର ମେଘରେ ଆସିଲେ; ସେ ଅନେକ କାଳର ସେହି ବୃଦ୍ଧଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହାଙ୍କ ଛାମୁକୁ ତାହାଙ୍କୁ ଆଣିଲେ।
Daniel 7:22 in Oriya 22 ଶେଷରେ ସେହି ଅନେକ କାଳର ବୃଦ୍ଧ ଆସିଲେ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ବିଚାର ଭାର ଦତ୍ତ ହେଲା ଓ ପବିତ୍ରଗଣଙ୍କର ରାଜ୍ୟ ଭୋଗ କରିବାର ସମୟ ଉପସ୍ଥିତ ହେଲା।
Micah 5:2 in Oriya 2 ମାତ୍ର ହେ ବେଥଲିହିମ-ଉଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦି କାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।
Habakkuk 1:12 in Oriya 12 ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୋର ଧର୍ମସ୍ୱରୂପ, ତୁମ୍ଭେ କି ଅନାଦି କାଳଠାରୁ ନୁହଁ ? ଆମ୍ଭେମାନେ ବିନଷ୍ଟ ନୋହିବା। ହେ ସଦାପ୍ରଭୁ, ତୁମ୍ଭେ ଶାସନାର୍ଥେ ତାହାକୁ ନିରୂପଣ କରିଅଛ, ପୁଣି ହେ ଶୈଳସ୍ୱରୂପ, ତୁମ୍ଭେ ଶାସ୍ତି ନିମନ୍ତେ ତାହାକୁ ସ୍ଥାପନ କରିଅଛ।
Matthew 17:2 in Oriya 2 ଆଉ ସେ ସେମାନଙ୍କ ଆଗରେ ରୂପାନ୍ତରିତ ହେଲେ; ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ୱଳ ଓ ତାହାଙ୍କ ବସ୍ତ୍ର ଆଲୋକ ପରି ଶୁଭ୍ରବର୍ଣ୍ଣ ହେଲା।
Mark 9:3 in Oriya 3 ଆଉ ସେ ସେମାନଙ୍କ ସାକ୍ଷାତରେ ରୂପାନ୍ତରିତ ହେଲେ, ତାହାଙ୍କ ବସ୍ତ୍ର ଏପରି ଉଜ୍ଜ୍ୱଳ ଓ ଅତିଶୟ ଶୁଭ୍ରବର୍ଣ୍ଣ ହେଲା ଯେ, ପୃଥିବୀର କୌଣସି ରଜକ ସେପରି ଶୁଭ୍ରବର୍ଣ୍ଣ କରି ପାରେ ନାହିଁ।
Acts 2:30 in Oriya 30 ରାଜା ଦାଉଦ ଜଣେ ଭାବବାଦୀ ଭାବରେ ତାହାଙ୍କର ଔରସଜାତ ଜଣଙ୍କୁ ତାଙ୍କ ସିଂହାସନରେ ରାଜା କରି ବସାଇବା ପାଇଁ ପରମେଶ୍ୱର ତାକୁ ପ୍ରତିଜ୍ଞା କରିଥିଲେ ବୋଲି ଜାଣିଥିଲେ।
Acts 2:33 in Oriya 33 ଅତଏବ, ଈଶ୍ୱର ଯୀଶୁଙ୍କୁ ଉନ୍ନତ କରି ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ବସାଇ ତାହାଙ୍କ ସହିତ ରାଜତ୍ୱ କରିବାକୁ ଅଧିକାର ଦେଲେ, ଏବଂ ସେ ଆମ୍ଭମାନଙ୍କୁ ପବିତ୍ର ଆତ୍ମାଙ୍କୁ ଦେଲେ ଯାହାଙ୍କୁ ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି।
1 Corinthians 15:24 in Oriya 24 ତତ୍ପରେ ଯୁଗାନ୍ତ ଉପସ୍ଥିତ ହେବ, ସେ ସମୟରେ ସେ ସମସ୍ତ କର୍ତ୍ତାପଣ, ସମସ୍ତ କ୍ଷମତା ଓ ଶକ୍ତି ଲୋପ କଲା ଉତ୍ତାରେ ପିତା ଈଶ୍ୱରଙ୍କୁ ରାଜତ୍ୱ ସମର୍ପଣ କରିବେ।
Philippians 3:9 in Oriya 9 ପୁଣି, ମୋଶାଙ୍କ ବ୍ୟବସ୍ଥା ପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ୱରଦତ୍ତ ବିଶ୍ୱାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ,
2 Thessalonians 1:7 in Oriya 7 ସେତେବେଳେ ତୁମ୍ଭମାନଙ୍କୁ କଷ୍ଟ ଦେଉଥିବା ଲୋକମାନଙ୍କୁ ପ୍ରତିଫଳ ଭାବରେ କଷ୍ଟ ଦେବା ଓ କଷ୍ଟ ଭୋଗ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ସହିତ ବିଶ୍ରାମ ଦେବା, ଏହା ତ ଇଶ୍ବରଙ୍କ ପକ୍ଷରେ ନ୍ୟାୟର ବିଷୟ;
1 Timothy 6:16 in Oriya 16 ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ। ଆମେନ୍।
2 Peter 3:7 in Oriya 7 ପୁଣି, ଏହି ବର୍ତ୍ତମାନ ଆକାଶମଣ୍ଡଳ ଓ ପୃଥିବୀ ସେହି ବାକ୍ୟ ଦ୍ୱାରା ଅଧାର୍ମିକ ଲୋକମାନଙ୍କର ବିଚାର ଓ ବିନାଶର ଦିନ ପର୍ଯ୍ୟନ୍ତ ସଞ୍ଚିତ ହୋଇ ଅଗ୍ନି ନିମନ୍ତେ ରକ୍ଷିତ ହୋଇଅଛି।
1 John 1:5 in Oriya 5 ଆମ୍ଭେମାନେ ତାହାଙ୍କଠାରୁ ଯେଉଁ ସମ୍ବାଦ ଶୁଣିଅଛୁ ଓ ତୁମ୍ଭମାନଙ୍କୁ ଜଣାଉଅଛୁ, ତାହା ଏହି, ଈଶ୍ୱର ଜ୍ୟୋତିଃସ୍ୱରୂପ, ଆଉ ତାହାଙ୍କଠାରେ ଅନ୍ଧକାରର ଲେଶ ନାହିଁ।
Revelation 1:14 in Oriya 14 ଯୀଶୁଙ୍କ ମସ୍ତକ ହିମତୁଲ୍ୟ ଶୁଭ୍ର ଓ କେଶ ଲୋମ ପରି ଶୁକ୍ଲବର୍ଣ୍ଣ, ଆଉ ତାହାଙ୍କ ଚକ୍ଷୁ ପ୍ରଜ୍ୱଳିତ ଅଗ୍ନିଶିଖା ସଦୃଶ,
Revelation 19:18 in Oriya 18 ଯେପରି ତୁମ୍ଭେମାନେ ରାଜାମାନଙ୍କର, ସେନାପତିମାନଙ୍କର, ପରାକ୍ରମୀମାନଙ୍କର, ଅଶ୍ୱ ଓ ଅଶ୍ୱାରୋହୀମାନଙ୍କର, ସ୍ୱାଧୀନ ଓ ପରାଧିନ, କ୍ଷୁଦ୍ର ଓ ମହାନ ସମସ୍ତ ଲୋକଙ୍କର ମାଂସ ଭୋଜନ କରିବ।