Daniel 8:11 in Oriya 11 ହଁ, ସେହି ବାହିନୀଗଣର ଅଧିପତି ବିରୁଦ୍ଧରେ ଆପଣାର ବଡ଼ାଇ କରି ତାହାଙ୍କଠାରୁ ନିତ୍ୟ ହୋମାର୍ଥକ ବଳି ଅପହରଣ କଲା ଓ ତାହାଙ୍କ ଧର୍ମଧାମ ନିପାତିତ ହେଲା।
Other Translations King James Version (KJV) Yea, he magnified himself even to the prince of the host, and by him the daily sacrifice was taken away, and the place of the sanctuary was cast down.
American Standard Version (ASV) Yea, it magnified itself, even to the prince of the host; and it took away from him the continual `burnt-offering', and the place of his sanctuary was cast down.
Bible in Basic English (BBE) It made itself great, even as great as the lord of the army; and by it the regular burned offering was taken away, and the place overturned and the holy place made waste.
Darby English Bible (DBY) (And he magnified [himself] even to the prince of the host, and from him the continual [sacrifice] was taken away, and the place of his sanctuary was cast down.
World English Bible (WEB) Yes, it magnified itself, even to the prince of the host; and it took away from him the continual [burnt offering], and the place of his sanctuary was cast down.
Young's Literal Translation (YLT) And unto the prince of the host it exerteth itself, and by it taken away hath been the continual `sacrifice', and thrown down the base of his sanctuary.
Cross Reference Exodus 29:38 in Oriya 38 ସେହି ବେଦି ଉପରେ ତୁମ୍ଭେ ଏହି ବଳି ଉତ୍ସର୍ଗ କରିବ; ତୁମ୍ଭେ ନିୟମିତ ଭାବରେ ପ୍ରତିଦିନ ଏକ ବର୍ଷୀୟ ଦୁଇ ମେଷଶାବକ,
Numbers 28:3 in Oriya 3 ପୁଣି, ତୁମ୍ଭେ ସେମାନଙ୍କୁ କହିବ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ତାହା ଏହି; ପ୍ରତି ଦିନ ନିତ୍ୟ ହୋମ ନିମନ୍ତେ ଏକବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ।
Joshua 5:14 in Oriya 14 ତହୁଁ ସେ କହିଲେ, ନା; ମାତ୍ର ଆମ୍ଭେ ସଦାପ୍ରଭୁଙ୍କ ସୈନ୍ୟର ସେନାପତି, ଏବେ ଆସିଲୁ; ତହିଁରେ ଯିହୋଶୂୟ ଭୂମିରେ ମୁହଁମାଡ଼ି ପଡ଼ି ପ୍ରଣାମ କରି ତାହାଙ୍କୁ କହିଲେ, ମୋହର ପ୍ରଭୁ ଆପଣା ଦାସକୁ କି ଆଜ୍ଞା ଦେଉ ଅଛନ୍ତି?
2 Kings 19:22 in Oriya 22 ତୁମ୍ଭେ କାହାକୁ ତିରସ୍କାର ଓ ନିନ୍ଦା କରିଅଛ ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଉର୍ଦ୍ଧ୍ୱକୁ ଉଠାଇଅଛ ? ଇସ୍ରାଏଲର ପବିତ୍ରଙ୍କ ବିରୁଦ୍ଧରେ !”
2 Chronicles 32:15 in Oriya 15 ଏହେତୁ ହିଜକିୟ ତୁମ୍ଭମାନଙ୍କୁ ନ ଭୁଲାଉ, କି ଏରୂପ ନ ମଣାଉ, କିଅବା ତୁମ୍ଭେମାନେ ତାହାକୁ ବିଶ୍ୱାସ କର ନାହିଁ; କାରଣ କୌଣସି ଦେଶର କି ରାଜ୍ୟର ଦେବତା ଆପଣା ଲୋକମାନଙ୍କୁ ମୋ' ହସ୍ତରୁ ଓ ମୋ' ପିତୃଲୋକଙ୍କ ହସ୍ତରୁ ଉଦ୍ଧାର କରି ପାରି ନାହିଁ; ତେବେ ତୁମ୍ଭମାନଙ୍କ ପରମେଶ୍ୱର କି ତୁମ୍ଭମାନଙ୍କୁ ମୋ' ହସ୍ତରୁ ଉଦ୍ଧାର କରି ପାରିବେ ?
Isaiah 37:23 in Oriya 23 ତୁମ୍ଭେ କାହାକୁ ଧିକ୍କାର ଓ ନିନ୍ଦା କରିଅଛ ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଉର୍ଦ୍ଧ୍ୱକୁ ଉଠାଇଅଛ ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ତ।
Isaiah 37:29 in Oriya 29 ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି, ଏଥିପାଇଁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ ଓ ତୁମ୍ଭ ଓଷ୍ଠରେ ଆପଣା ଲଗାମ ଦେବା, ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ, ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା।”
Jeremiah 48:26 in Oriya 26 ତୁମ୍ଭେମାନେ ତାହାକୁ ମତ୍ତ କରାଅ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି; ପୁଣି, ମୋୟାବ ଆପଣା ବାନ୍ତିରେ ଗଡ଼ିବ, ମଧ୍ୟ ସେ ପରିହାସାସ୍ପଦ ହେବ।
Jeremiah 48:42 in Oriya 42 ପୁଣି, ମୋୟାବ ଲୁପ୍ତ ହେବ, ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି।
Ezekiel 46:14 in Oriya 14 ଆଉ, ତହିଁ ସଙ୍ଗେ ତୁମ୍ଭେ ପ୍ରତି ପ୍ରଭାତ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଐଫାର ଷଷ୍ଠାଂଶ ଓ ସରୁ ମଇଦାକୁ ତିନ୍ତାଇବା ପାଇଁ ଏକ ହିନ୍ର ତୃତୀୟାଂଶ ତୈଳ ଉତ୍ସର୍ଗ କରିବ; ଏହା ନିତ୍ୟସ୍ଥାୟୀ ବିଧି ଅନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଚିରକାଳୀନ ଭକ୍ଷ୍ୟ ନୈବେଦ୍ୟ ଅଟେ।
Daniel 5:23 in Oriya 23 ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯା'ନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହିସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।
Daniel 7:25 in Oriya 25 ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଦମନ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ; ପୁଣି, ଏକ କାଳ, (ଦୁଇ) ପବିତ୍ର ପର୍ବ ଓ ଅର୍ଦ୍ଧ ପବିତ୍ର ପର୍ବ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ।
Daniel 8:12 in Oriya 12 ପୁଣି, ଆଜ୍ଞା ଲଙ୍ଘନ ସକାଶୁ ନିତ୍ୟ ହୋମବଳି ସହିତ ବାହିନୀ ତାହା ହସ୍ତରେ ସମର୍ପିତ ହେଲା ଓ ସେ ସତ୍ୟତାକୁ ଭୂମିରେ ନିପାତ କଲା, ଆଉ ସ୍ଵେଚ୍ଛାମତ କର୍ମ କରି ସଫଳତା ଲାଭ କଲା।
Daniel 8:25 in Oriya 25 ପୁଣି, ଆପଣା କୌଶଳ ଦ୍ୱାରା ତାହାର ହସ୍ତରେ ଛଳ ସଫଳ ହେବ ଓ ସେ ଆପଣା ଅନ୍ତଃକରଣରେ ନିଜକୁ ବଡ଼ାଇ କରିବ ଓ ସେମାନଙ୍କ ନିରାପଦ କାଳରେ ଅନେକଙ୍କୁ ବିନାଶ କରିବ; ଆହୁରି, ସେ ଅଧିପତିଗଣର ଅଧିପତିଙ୍କ ପ୍ରତିକୂଳରେ ଠିଆ ହେବ; ମାତ୍ର ସେ ବିନା ହସ୍ତରେ ଭଗ୍ନ ହେବ।
Daniel 9:26 in Oriya 26 ପୁଣି, ତିନି କୋଡ଼ି ଦୁଇ ସପ୍ତାହ ଉତ୍ତାରେ ଅଭିଷିକ୍ତ ବ୍ୟକ୍ତି ଉଚ୍ଛିନ୍ନ ହେବେ ଓ ସେ ଅକିଞ୍ଚନ ହେବେ; ଆଉ, ଆଗାମୀ ଅଧିପତିର ଲୋକମାନେ ନଗର ଓ ଧର୍ମଧାମ ନଷ୍ଟ କରିବେ ଓ ପ୍ଳାବନ ଦ୍ୱାରା ତାହାର ଶେଷ ହେବ, ପୁଣି ଶେଷ ପର୍ଯ୍ୟନ୍ତ ହିଁ ଯୁଦ୍ଧ ହେବ; ନାନା ଉଚ୍ଛିନ୍ନତା ନିରୂପିତ ହୋଇଅଛି।
Daniel 11:31 in Oriya 31 ଆଉ, ତାହାର ପକ୍ଷସ୍ଥ ସୈନ୍ୟଗଣ ଉଠି ଧର୍ମଧାମ, ଅର୍ଥାତ୍, ଦୁର୍ଗ ଅଶୁଚି କରିବେ ଓ ନିତ୍ୟ ନୈବେଦ୍ୟ ନିବୃତ୍ତ କରିବେ, ଆଉ ସର୍ବନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରିବେ।
Daniel 11:36 in Oriya 36 ଆଉ, ରାଜା ଆପଣା ଇଚ୍ଛାନୁସାରେ କର୍ମ କରିବ ଓ ସକଳ ଦେବତା ଅପେକ୍ଷା ଆପଣାକୁ ବଡ଼ କରି ଦର୍ପ କରିବ, ପୁଣି ଈଶ୍ୱରଗଣର ଈଶ୍ୱରଙ୍କ ବିରୁଦ୍ଧରେ ଅଦ୍ଭୁତ କଥା କହିବ ଓ କ୍ରୋଧ ସଫଳ ହେବା ପର୍ଯ୍ୟନ୍ତ ସମୃଦ୍ଧି ହେବ; କାରଣ ଯାହା ନିରୂପିତ ହୋଇଅଛି, ତାହା କରାଯିବ।
Daniel 12:11 in Oriya 11 ପୁଣି, ଯେଉଁ ସମୟରେ ନିତ୍ୟ ନୈବେଦ୍ୟ ନିବୃତ୍ତ ହେବ ଓ ବିନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପିତ ହେବ, ସେହି ସମୟଠାରୁ ଏକ ହଜାର ଦୁଇ ଶହ ନବେ ଦିନ ହେବ।
Luke 21:5 in Oriya 5 ଆଉ କେହି କେହି ମନ୍ଦିରଟି ସୁନ୍ଦର ସୁନ୍ଦର ପଥର ଓ ଦାନ ପଦାର୍ଥ ସମୂହରେ ସୁସଜ୍ଜିତ ହୋଇଅଛି ବୋଲି କହିବାରୁ ଯୀଶୁ କହିଲେ,
Luke 21:24 in Oriya 24 ଆଉ ସେମାନେ ଖଡ଼୍ଗରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ଅଣଯିହୂଦୀ ମଧ୍ୟକୁ ନିଆ ହେବେ, ପୁଣି, ଅଣଯିହୂଦୀୟମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦତଳିତ ହୋଇ ରହିବ।
2 Thessalonians 2:4 in Oriya 4 ଏ ସେହି ଅଧର୍ମ ପୁରୁଷ ଯେ ପୂଜିତ କିମ୍ବା ଇଶ୍ବରଙ୍କ ବିରୋଧ କରେ ଏବଂ ସମସ୍ତଙ୍କଠାରୁ ନିଜକୁ ଅଧିକ ପ୍ରଶଂସା କରେ, ଏପରିକି ଇଶ୍ବରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ୱର ବୋଲି ଦେଖାଏ।
Hebrews 2:10 in Oriya 10 କାରଣ ଯାହାଙ୍କ ନିମନ୍ତେ ଓ ଯାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ, ଅନେକ ସନ୍ତାନଙ୍କୁ ଗୌରବରେ ପ୍ରବେଶ କରାଇବାରେ ସେମାନଙ୍କ ପରିତ୍ରାଣର କର୍ତ୍ତାଙ୍କୁ ଦୁଃଖଭୋଗ ଦ୍ୱାରା ସିଦ୍ଧ କରିବା ତାହାଙ୍କର ଉପଯୁକ୍ତ ଥିଲା।
Revelation 13:5 in Oriya 5 ସେହି ପଶୁକୁ ଅହଂକାର ଓ ଈଶ୍ୱରନିନ୍ଦାର କଥା କହିବାକୁ ମୁଖ ଦିଆଗଲା, ଆଉ ବୟାଳିଶ ମାସ ପର୍ଯ୍ୟନ୍ତ କାର୍ଯ୍ୟ ସାଧନ କରିବାକୁ କ୍ଷମତା ଦିଆଗଲା।
Revelation 17:14 in Oriya 14 ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ।
Revelation 19:13 in Oriya 13 ସେ ରକ୍ତନିମଜ୍ଜିତ ବସ୍ତ୍ର ପରିହିତ, ପୁଣି, ତାହାଙ୍କର ନାମ ଇଶ୍ବରଙ୍କ ବାକ୍ୟ।