Daniel 8:23 in Oriya 23 ପୁଣି, ସେମାନଙ୍କ ରାଜ୍ୟର ପରିଣାମ ସମୟରେ ଯେତେବେଳେ ଆଜ୍ଞା ଲଙ୍ଘନକାରୀମାନଙ୍କର ଆଜ୍ଞା ଲଙ୍ଘନ ସମ୍ପୂର୍ଣ୍ଣ ହେବ, ସେତେବେଳେ ଭୟଙ୍କର ବଦନ ଓ ନିଗୂଢ଼ ବାକ୍ୟ-ଜ୍ଞାନୀ ଏକ ରାଜା ଉତ୍ପନ୍ନ ହେବ।
Other Translations King James Version (KJV) And in the latter time of their kingdom, when the transgressors are come to the full, a king of fierce countenance, and understanding dark sentences, shall stand up.
American Standard Version (ASV) And in the latter time of their kingdom, when the transgressors are come to the full, a king of fierce countenance, and understanding dark sentences, shall stand up.
Bible in Basic English (BBE) And in the later years of their kingdom, when their evil doings have become complete, there will come up a king full of pride and expert in dark sayings.
Darby English Bible (DBY) And at the latter time of their kingdom, when the transgressors shall have come to the full, a king of bold countenance, and understanding riddles, shall stand up.
World English Bible (WEB) In the latter time of their kingdom, when the transgressors are come to the full, a king of fierce face, and understanding dark sentences, shall stand up.
Young's Literal Translation (YLT) `And in the latter end of their kingdom, about the perfecting of the transgressors, stand up doth a king, fierce of face, and understanding hidden things;
Cross Reference Genesis 15:16 in Oriya 16 ପୁଣି, ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଏହି ଦେଶକୁ ବାହୁଡ଼ି ଆସିବେ; ଯେହେତୁ ଇମୋରୀୟ ଲୋକମାନଙ୍କର ପାପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ।”
Numbers 24:24 in Oriya 24 ମାତ୍ର କୀତ୍ତୀମ-ତୀରରୁ ଜାହାଜମାନ ଆସିବ ଓ ସେମାନେ ଅଶୂରକୁ ଦୁଃଖ ଦେବେ, ଆଉ ଏବରକୁ ଦୁଃଖ ଦେବେ, ପୁଣି, ସେ ମଧ୍ୟ ବିନାଶରେ ଉପସ୍ଥିତ ହେବ।
Deuteronomy 28:50 in Oriya 50 ସେହି ଗୋଷ୍ଠୀ ଭୟଙ୍କର ବଦନବିଶିଷ୍ଟ, ସେ ବୃଦ୍ଧର ମୁଖାପେକ୍ଷା କରିବ ନାହିଁ, କିଅବା ଯୁବାକୁ ଦୟା କରିବ ନାହିଁ।
Ezekiel 38:8 in Oriya 8 ଅନେକ ଦିନ ଉତ୍ତାରେ ତୁମ୍ଭର ତତ୍ତ୍ୱାନୁସନ୍ଧାନ କରାଯିବ; ଶେଷ ବର୍ଷମାନର ମଧ୍ୟରେ ତୁମ୍ଭେ, ଖଡ଼୍ଗରୁ ପୁନରାନୀତ, ଅନେକ ଗୋଷ୍ଠୀ ମଧ୍ୟରୁ ସଂଗୃହୀତ ଦେଶକୁ, ଇସ୍ରାଏଲର ଚିର ଉତ୍ସନ୍ନ ପର୍ବତସକଳକୁ ଆସିବ; ମାତ୍ର ତାହା ନାନା ଗୋଷ୍ଠୀ ମଧ୍ୟରୁ ବାହାରେ ଆନୀତ ହୋଇଅଛି, ଆଉ ସେମାନେ, ସେମାନଙ୍କର ସମସ୍ତେ ନିରାପଦରେ ବାସ କରିବେ।
Ezekiel 38:16 in Oriya 16 ଆଉ, ତୁମ୍ଭେ ଦେଶକୁ ମେଘ ତୁଲ୍ୟ ଆଚ୍ଛାଦନ କରିବା ପାଇଁ ଆମ୍ଭ ଇସ୍ରାଏଲ ଲୋକଙ୍କ ବିରୁଦ୍ଧରେ ଆସିବ; ହେ ଗୋଗ୍, ଶେଷ କାଳରେ ଏହା ଘଟିବ ଯେ, ଗୋଷ୍ଠୀୟମାନେ ଯେପରି ଆମ୍ଭକୁ ଜାଣିବେ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଆମ୍ଭ ଦେଶ ବିରୁଦ୍ଧରେ ଆଣିବା, ସେତେବେଳେ ଆମ୍ଭେ ଗୋଷ୍ଠୀୟମାନଙ୍କ ଦୃଷ୍ଟିରେ ତୁମ୍ଭ ମଧ୍ୟରେ ପବିତ୍ରୀକୃତ ହେବା।
Daniel 7:8 in Oriya 8 ମୁଁ ସେହି ଶୃଙ୍ଗମାନର ବିଷୟ ଭାବନା କରୁ କରୁ ଦେଖ, ସେହିସବୁର ମଧ୍ୟରେ ଆଉ ଗୋଟିଏ ଶୃଙ୍ଗ ଉଠିଲା, ତାହା କ୍ଷୁଦ୍ର, ତାହା ସମ୍ମୁଖରେ ପ୍ରଥମ ଶୃଙ୍ଗମାନର ମଧ୍ୟରୁ ତିନିଗୋଟି ଶୃଙ୍ଗ ସମୂଳେ ଉତ୍ପାଟିତ ହେଲା; ପୁଣି ଦେଖ, ଏହି ଶୃଙ୍ଗରେ ମନୁଷ୍ୟର ଚକ୍ଷୁ ତୁଲ୍ୟ ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା।
Daniel 7:11 in Oriya 11 ସେହି ଶୃଙ୍ଗର କଥିତ ଦର୍ପ-ବାକ୍ୟର ରବ ସକାଶୁ ସେହି ସମୟରେ ମୁଁ ଅନାଇଲି; ମୁଁ ଦେଖିଲି ଯେ, ଶେଷରେ ସେ ପଶୁ ହତ ହେଲା ଓ ତାହାର ଶରୀର ବିନଷ୍ଟ ହେଲା ଓ ସେ ଅଗ୍ନିରେ ଦଗ୍ଧ ହେବା ପାଇଁ ସମର୍ପିତ ହେଲା।
Daniel 7:20 in Oriya 20 ପୁଣି, ତାହାର ମସ୍ତକରେ ଯେଉଁ ଦଶ ଶୃଙ୍ଗ ଥିଲା ଓ ଅନ୍ୟ ଯେଉଁ ଶୃଙ୍ଗ ଉଠିଲା ଓ ଯାହା ସାକ୍ଷାତରେ ତିନି ଶୃଙ୍ଗ ପଡ଼ିଗଲା; ଅର୍ଥାତ୍, ସେ ଯେଉଁ ଶୃଙ୍ଗର ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା, ଯାହାର ଆକାର ଆପଣା ସଙ୍ଗୀମାନଙ୍କ ଅପେକ୍ଷା ଦାମ୍ଭିକ ଥିଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି।
Daniel 7:25 in Oriya 25 ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଦମନ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ; ପୁଣି, ଏକ କାଳ, (ଦୁଇ) ପବିତ୍ର ପର୍ବ ଓ ଅର୍ଦ୍ଧ ପବିତ୍ର ପର୍ବ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ।
Daniel 8:9 in Oriya 9 ପୁଣି, ସେହି ଶୃଙ୍ଗମାନର ଗୋଟିକର ମଧ୍ୟରୁ ଗୋଟିଏ କ୍ଷୁଦ୍ର ଶୃଙ୍ଗ ଉତ୍ପନ୍ନ ହୋଇ ଦକ୍ଷିଣ ଓ ପୂର୍ବ ରମ୍ୟ (ଇସ୍ରାଏଲ) ଦେଶ ଆଡ଼େ ଅତିଶୟ ବୃଦ୍ଧି ପାଇଲା।
Daniel 8:25 in Oriya 25 ପୁଣି, ଆପଣା କୌଶଳ ଦ୍ୱାରା ତାହାର ହସ୍ତରେ ଛଳ ସଫଳ ହେବ ଓ ସେ ଆପଣା ଅନ୍ତଃକରଣରେ ନିଜକୁ ବଡ଼ାଇ କରିବ ଓ ସେମାନଙ୍କ ନିରାପଦ କାଳରେ ଅନେକଙ୍କୁ ବିନାଶ କରିବ; ଆହୁରି, ସେ ଅଧିପତିଗଣର ଅଧିପତିଙ୍କ ପ୍ରତିକୂଳରେ ଠିଆ ହେବ; ମାତ୍ର ସେ ବିନା ହସ୍ତରେ ଭଗ୍ନ ହେବ।
Daniel 10:14 in Oriya 14 ଏବେ, ଶେଷ କାଳରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭକୁ ବୁଝାଇ ଦେବା ପାଇଁ ଆମ୍ଭେ ଆସିଅଛୁ; କାରଣ ଦର୍ଶନ ଆହୁରି ଅନେକ କାଳ ପର୍ଯ୍ୟନ୍ତ ଅଛି।
Daniel 11:21 in Oriya 21 ପୁଣି, ଯାହାକୁ ସେମାନେ ରାଜାର ସମ୍ମାନ ଦେଇ ନ ଥିଲେ, ଏପରି ଜଣେ ତୁଚ୍ଛ ଲୋକ ତାହାର ପଦ ପ୍ରାପ୍ତ ହେବ; ମାତ୍ର ସେ ନିଶ୍ଚିନ୍ତ ସମୟରେ ଆସିବ ଓ ଚାଟୁବାକ୍ୟ ଦ୍ୱାରା ରାଜ୍ୟ ପାଇବ।
Daniel 11:24 in Oriya 24 ସେ ନିଶ୍ଚିନ୍ତ ସମୟରେ ଦେଶର ଅତ୍ୟୁତ୍ତମ ସ୍ଥାନରେ ପ୍ରବେଶ କରିବ ଓ ତାହାର ପିତୃ ଓ ପିତାମହଗଣ ଯାହା କରି ନ ଥିଲେ, ତାହା ସେ କରିବ; ସେ ସେମାନଙ୍କ ମଧ୍ୟରେ ଲୁଟିତ ଦ୍ରବ୍ୟ ଓ ଅପହୃତ ବସ୍ତୁ ଓ ଧନ ବିଞ୍ଚି ଦେବ ଓ ଦୃଢ଼ ଗଡ଼ସକଳର ବିରୁଦ୍ଧରେ ସେ କିଛିକାଳ କୌଶଳ କଳ୍ପନା କରିବ।
Matthew 23:32 in Oriya 32 ତୁମ୍ଭେମାନେ ନିଜ ନିଜ ପିତୃପୁରୁଷଙ୍କର ପରିମାଣ ପୂର୍ଣ୍ଣ କର।
1 Thessalonians 2:16 in Oriya 16 କାରଣ ଅଣଯିହୂଦୀମାନଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ନିକଟରେ ପ୍ରଚାର କରିବାକୁ ସେମାନେ ସର୍ବଦା ଆମ୍ଭମାନଙ୍କୁ ବାଧା ଦିଅନ୍ତି, ପୁଣି, ସେମାନେ ପାପରେ ଆପଣା ଆପଣାକୁ ପରିପୂର୍ଣ୍ଣ କରୁଥାନ୍ତି; ସେମାନଙ୍କ ଉପରେ କ୍ରୋଧ ସମ୍ପୂର୍ଣ୍ଣ ରୂପେ ବର୍ତ୍ତିଲାଣି।
2 Thessalonians 2:9 in Oriya 9 ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି, ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମ ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ,
1 Timothy 4:1 in Oriya 1 ଆତ୍ମା ସ୍ପଷ୍ଟରୂପେ କହୁଅଛନ୍ତି, ଶେଷ କାଳରେ କେହି କେହି ଭ୍ରଷ୍ଟବିବେକ ମିଥ୍ୟାବାଦୀ ଲୋକମାନଙ୍କ କପଟପଣରେ
Revelation 13:11 in Oriya 11 ତତ୍ପରେ ମୁଁ ଆଉ ଗୋଟିଏ ପଶୁକୁ ଭୂମି ମଧ୍ୟରୁ ଉଠି ଆସିବାର ଦେଖିଲି; ମେଷଶାବକ ପରି ତାହାର ଦୁଇଟି ଶିଙ୍ଗ, ଆଉ ସେ ସର୍ପ ପରି କଥା କହୁଥିଲା।
Revelation 19:20 in Oriya 20 ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟ କର୍ମସବୁ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ।