Daniel 9:12 in Oriya 12 ପୁଣି, ସେ ଆମ୍ଭମାନଙ୍କ ଉପରେ ମହା ଅମଙ୍ଗଳ ଘଟାଇବା ଦ୍ୱାରା ଆମ୍ଭମାନଙ୍କ ବିରୁଦ୍ଧରେ ଓ ଯେଉଁ ବିଚାରକର୍ତ୍ତାଗଣ ଆମ୍ଭମାନଙ୍କର ବିଚାର କଲେ, ସେମାନଙ୍କ ବିରୁଦ୍ଧରେ ଯାହା କହିଥିଲେ, ଆପଣାର ସେହି ବାକ୍ୟ ସେ ସଫଳ କରିଅଛନ୍ତି; କାରଣ ଯିରୂଶାଲମ ପ୍ରତି ଯାହା କରା ଯାଇଅଛି, ସମୁଦାୟ ଆକାଶମଣ୍ଡଳ ତଳେ ସେପରି କରାଯାଇ ନାହିଁ।
Other Translations King James Version (KJV) And he hath confirmed his words, which he spake against us, and against our judges that judged us, by bringing upon us a great evil: for under the whole heaven hath not been done as hath been done upon Jerusalem.
American Standard Version (ASV) And he hath confirmed his words, which he spake against us, and against our judges that judged us, by bringing upon us a great evil; for under the whole heaven hath not been done as hath been done upon Jerusalem.
Bible in Basic English (BBE) And he has given effect to his words which he said against us and against those who were our judges, by sending a great evil on us: for under all heaven there has not been done what has been done to Jerusalem.
Darby English Bible (DBY) And he hath performed his words, which he spoke against us, and against our judges that judged us, by bringing upon us a great evil; so that there hath not been done under the whole heaven as hath been done upon Jerusalem.
World English Bible (WEB) He has confirmed his words, which he spoke against us, and against our judges who judged us, by bringing on us a great evil; for under the whole sky has not been done as has been done on Jerusalem.
Young's Literal Translation (YLT) `And He confirmeth His words that He hath spoken against us, and against our judges who have judged us, to bring in upon us great evil, in that it hath not been done under the whole heavens as it hath been done in Jerusalem,
Cross Reference 1 Kings 3:9 in Oriya 9 ଏହେତୁ ଯେପରି ଆମ୍ଭେ ଭଲ ଓ ମନ୍ଦର ପ୍ରଭେଦ ଜାଣି ପାରିବୁ, ଏଥିପାଇଁ ତୁମ୍ଭ ଲୋକମାନଙ୍କର ବିଚାର କରିବା ନିମନ୍ତେ ତୁମ୍ଭର ଏହି ଦାସକୁ ଜ୍ଞାନୀ ମନ ଦିଅ; କାରଣ, ତୁମ୍ଭର ଏହି ମହାଗୋଷ୍ଠୀର ବିଚାର କରିବାକୁ କିଏ ସମର୍ଥ ?”
Job 12:17 in Oriya 17 ସେ ମନ୍ତ୍ରୀମାନଙ୍କୁ ଲୁଟିତ କରି ନେଇଯା'ନ୍ତି ଓ ବିଚାରକର୍ତ୍ତୃଗଣକୁ ସେ ନିର୍ବୋଧ କରନ୍ତି।
Psalm 2:10 in Oriya 10 ଏହି କାରଣରୁ, ହେ ରାଜାଗଣ, ତୁମ୍ଭେମାନେ ଏବେ ଜ୍ଞାନବାନ ହୁଅ, ହେ ପୃଥିବୀର ବିଚାରକର୍ତ୍ତୃଗଣ, ତୁମ୍ଭେମାନେ ଶିକ୍ଷା ଗ୍ରହଣ କର।
Psalm 82:2 in Oriya 2 ତୁମ୍ଭେମାନେ କେତେ କାଳ ଅନ୍ୟାୟ ବିଚାର କରିବ ? ଓ ଦୁଷ୍ଟମାନଙ୍କର ମୁଖାପେକ୍ଷା କରିବ ? ସେଲା
Psalm 148:11 in Oriya 11 ପୃଥିବୀର ରାଜାଗଣ ଓ ସକଳ ଗୋଷ୍ଠୀ; ଅଧିପତିଗଣ ଓ ପୃଥିବୀର ସକଳ ବିଚାରକର୍ତ୍ତା।
Proverbs 8:16 in Oriya 16 ମୋ' ଦ୍ୱାରା ଅଧିପତିମାନେ, କୁଳୀନମାନେ ଓ ପୃଥିବୀର ସମସ୍ତ ବିଚାରକର୍ତ୍ତୃଗଣ ଶାସନ କରନ୍ତି।
Isaiah 44:26 in Oriya 26 ଆମ୍ଭେ ଆପଣା ଦାସର ବାକ୍ୟ ଦୃଢ଼ କରୁ ଓ ଆପଣା ଦୂତଗଣର ମନ୍ତ୍ରଣା ସିଦ୍ଧ କରୁ; ଆମ୍ଭେ ଯିରୂଶାଲମ ବିଷୟରେ କହୁ, ତାହା ବସତିବିଶିଷ୍ଟ ହେବ ଓ ଯିହୁଦାର ନଗରମାନଙ୍କ ବିଷୟରେ କହୁ, ସେହି ସବୁ ପୁନଃନିର୍ମିତ ହେବ, ପୁଣି ଆମ୍ଭେ ତହିଁର ଉଜାଡ଼ ସ୍ଥାନ ସବୁ ପୁନର୍ବାର ପତ୍ତନ କରିବା;
Jeremiah 44:2 in Oriya 2 “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ଯିରୂଶାଲମ ଉପରେ ଓ ଯିହୁଦାର ସବୁ ନଗର ଉପରେ ଯେଉଁସବୁ ଅମଙ୍ଗଳ ଘଟାଇଅଛୁ, ତାହା ତୁମ୍ଭେମାନେ ଦେଖିଅଛ; ଆଉ ଦେଖ, ସେସବୁ ଆଜି ଉତ୍ସନ୍ନ ସ୍ଥାନ ହୋଇ ରହିଅଛି, ସେଠାରେ କୌଣସି ମନୁଷ୍ୟ ବାସ କରେ ନାହିଁ;
Lamentations 1:12 in Oriya 12 ହେ ପଥିକ ସମସ୍ତେ, ଏହା କି ତୁମ୍ଭମାନଙ୍କ ପ୍ରତି କିଛି ନୁହେଁ ? ଦେଖି ବୁଝ, ମୋତେ ଯେଉଁ ଦୁଃଖ ଦିଆ ଯାଇଅଛି, ମୋହର ସେହି ଦୁଃଖ ପରି କି କୌଣସି ଦୁଃଖ ଅଛି ? ତଦ୍ଦ୍ୱାରା ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧର ଦିନରେ ମୋତେ କ୍ଳେଶଯୁକ୍ତ କରିଅଛନ୍ତି।
Lamentations 2:13 in Oriya 13 ଆଗୋ ଯିରୂଶାଲମର କନ୍ୟେ, ମୁଁ ତୁମ୍ଭକୁ କିପରି ସାନ୍ତ୍ଵନା ଦେବି ? ମୁଁ କାହା ସହିତ ତୁମ୍ଭର ଉପମା ଦେବି ? ଆଗୋ ସିୟୋନ କୁମାରୀ, ମୁଁ ତୁମ୍ଭକୁ ସାନ୍ତ୍ୱନା ଦେବା ପାଇଁ କାହାର ସମାନ ତୁମ୍ଭକୁ କରିବି ? କାରଣ ତୁମ୍ଭର କ୍ଷତ ସମୁଦ୍ର ପରି ବଡ଼; କିଏ ତୁମ୍ଭକୁ ସୁସ୍ଥ କରି ପାରେ ?
Lamentations 2:17 in Oriya 17 ସଦାପ୍ରଭୁ ଯାହା ସଙ୍କଳ୍ପ କଲେ, ତାହା ସିଦ୍ଧ କରିଅଛନ୍ତି, ସେ ପୁରାତନ କାଳରେ ଯାହା ଆଜ୍ଞା କରିଥିଲେ, ଆପଣାର ସେହି ବାକ୍ୟ ସଫଳ କରିଅଛନ୍ତି; ସେ ନିପାତ କରିଅଛନ୍ତି ଓ ଦୟା କରି ନାହାନ୍ତି; ଆଉ, ସେ ଶତ୍ରୁକୁ ତୁମ୍ଭ ଉପରେ ଆନନ୍ଦ କରିବାକୁ ଦେଇଅଛନ୍ତି, ସେ ତୁମ୍ଭ ବିପକ୍ଷଗଣର ଶୃଙ୍ଗ ଉନ୍ନତ କରିଅଛନ୍ତି।
Lamentations 4:6 in Oriya 6 କାରଣ ଯେ ଏକ ନିମିଷ ମଧ୍ୟରେ ଉତ୍ପାଟିତ ହେଲା ଓ ଯାହାକୁ କାହାରି ହସ୍ତ ଆକ୍ରମଣ ନ କଲା, ଏପରି ଯେ ସଦୋମ, ତାହାର ପାପ ଅପେକ୍ଷା ମୋ' ଲୋକଙ୍କ କନ୍ୟାର ଅଧର୍ମ ଅଧିକ ଅଟେ।
Ezekiel 5:9 in Oriya 9 ପୁଣି, ଯାହା ଆମ୍ଭେ କରି ନାହୁଁ ଓ ଯହିଁର ତୁଲ୍ୟ ଆଉ ଆମ୍ଭେ କରିବା ନାହିଁ, ଏପରି କର୍ମ, ତୁମ୍ଭମାନଙ୍କର ଘୃଣାଯୋଗ୍ୟ ସକଳ କ୍ରିୟା ସକାଶୁ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ କରିବା।”
Ezekiel 13:6 in Oriya 6 ସଦାପ୍ରଭୁ ଏହି କଥା କହନ୍ତି ବୋଲି ଯେଉଁମାନେ କହନ୍ତି, ସେମାନେ ଅସାର ଦର୍ଶନ ପାଇଅଛନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ିଅଛନ୍ତି,” ଆଉ, ସଦାପ୍ରଭୁ ସେମାନଙ୍କୁ ପଠାଇ ନାହାନ୍ତି; ପୁଣି, ବାକ୍ୟ ସିଦ୍ଧ ହେବ ବୋଲି ସେମାନେ ଲୋକମାନଙ୍କର ପ୍ରତ୍ୟାଶା ଜନ୍ମାଇ ଅଛନ୍ତି।
Joel 2:2 in Oriya 2 ତାହା ତିମିର ଓ ଅନ୍ଧକାରମୟ ଦିନ, ତାହା ମେଘାଚ୍ଛନ୍ନ ଓ ନିବିଡ଼ ଅନ୍ଧକାରମୟ ଦିନ, ପର୍ବତଗଣର ଉପରେ ଅରୁଣ ତୁଲ୍ୟ ତାହା ବ୍ୟାପ୍ତ ହେଉଅଛି; ମହତୀ ଓ ବଳବତୀ ଏକ ଗୋଷ୍ଠୀ, ତାହାରି ସଦୃଶ ଗୋଷ୍ଠୀ କେବେ ହୋଇ ନାହିଁ, କିଅବା ସେମାନଙ୍କ ଉତ୍ତାରେ ଅନେକ ଅନେକ ପିଢ଼ିର ବର୍ଷ ପର୍ଯ୍ୟନ୍ତ ହେବ ନାହିଁ।
Amos 3:2 in Oriya 2 “ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ କେବଳ ତୁମ୍ଭମାନଙ୍କର ପରିଚୟ ଆମ୍ଭେ ନେଇଅଛୁ; ଏଥିପାଇଁ ତୁମ୍ଭମାନଙ୍କର ସକଳ ଅଧର୍ମର ପ୍ରତିଫଳ ଆମ୍ଭେ ତୁମ୍ଭମାନଙ୍କୁ ଦେବା।”
Zechariah 1:6 in Oriya 6 ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହିସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ ? ତେବେ ସେମାନେ ଫେରି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”
Zechariah 1:8 in Oriya 8 ମୁଁ ରାତ୍ରିକାଳରେ ଦେଖିଲି, ଆଉ ଦେଖ, ରକ୍ତବର୍ଣ୍ଣ ଅଶ୍ୱାରୋହୀ ଏକ ପୁରୁଷ ଓ ସେ ନିମ୍ନ ଭୂମିସ୍ଥ ମେହେନ୍ଦି ବୃକ୍ଷମାନର ମଧ୍ୟରେ ଠିଆ ହେଲେ; ଆଉ, ତାଙ୍କ ପଛରେ ରକ୍ତବର୍ଣ୍ଣ, ପାଣ୍ଡୁରବର୍ଣ୍ଣ ଓ ଶୁକ୍ଳବର୍ଣ୍ଣ ଅଶ୍ୱଗଣ ଥିଲେ।
Matthew 5:18 in Oriya 18 କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେପର୍ଯ୍ୟନ୍ତ ଆକାଶମଣ୍ଡଳ ଓ ପୃଥିବୀ ଲୋପ ନ ପାଇବ, ସେପର୍ଯ୍ୟନ୍ତ ସମସ୍ତ ନ ଘଟିବା ଯାଏ ମୋଶାଙ୍କ ବ୍ୟବସ୍ଥାରୁ ଏକ ମାତ୍ରା କି ଏକ ବିନ୍ଦୁ କୌଣସି ପ୍ରକାରେ ଲୋପ ପାଇବ ନାହିଁ।
Matthew 24:21 in Oriya 21 କାରଣ ସେତେବେଳେ ଏପରି ମହାକ୍ଲେଶ ଘଟିବ ଯେ ଜଗତର ଆରମ୍ଭରୁ ଆଜି ପର୍ଯ୍ୟନ୍ତ ଘଟି ନାହିଁ, ପୁଣି, କେବେ ହେଁ ଘଟିବ ନାହିଁ।
Mark 13:19 in Oriya 19 କାରଣ ସେହି କାଳରେ ଏପରି କ୍ଲେଶ ଘଟିବ ଯେ, ଇଶ୍ବରଙ୍କ କୃତ ସୃଷ୍ଟି ଆରମ୍ଭରୁ ଆଜି ପର୍ଯ୍ୟନ୍ତ ସେହିପରି ଘଟି ନାହିଁ, ପୁଣି, କେବେ ହେଁ ଘଟିବ ନାହିଁ।
Luke 21:22 in Oriya 22 କାରଣ ଲିଖିତ ବିଷୟସବୁ ସଫଳ ହେବା ନିମନ୍ତେ ତାହା ସମୁଚିତ ଦଣ୍ଡର ସମୟ ଅଟେ।
Romans 15:8 in Oriya 8 କାରଣ ମୁଁ କହେ, ଖ୍ରୀଷ୍ଟ, ଇଶ୍ବରଙ୍କ ସତ୍ୟ ନିମନ୍ତେ ସୁନ୍ନତିପ୍ରାପ୍ତ ଲୋକମାନଙ୍କର ସେବକ କରାଯାଇଅଛନ୍ତି, ଯେପରି ସେ ପିତୃପୁରୁଷମାନଙ୍କୁ ପ୍ରଦତ୍ତ ପ୍ରତିଜ୍ଞାସକଳ ସ୍ଥିର କରନ୍ତି,