Daniel 9:13 in Oriya 13 ମୋଶାଙ୍କ ବ୍ୟବସ୍ଥାର ଲିଖନାନୁସାରେ ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି; ତଥାପି ଆମ୍ଭେମାନେ ଆପଣା ଆପଣା ଅଧର୍ମରୁ ଫେରିବା ପାଇଁ ଓ ତୁମ୍ଭର ସତ୍ୟତା ବୁଝିବା ପାଇଁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ବିନତି କରି ନାହୁଁ।
Other Translations King James Version (KJV) As it is written in the law of Moses, all this evil is come upon us: yet made we not our prayer before the LORD our God, that we might turn from our iniquities, and understand thy truth.
American Standard Version (ASV) As it is written in the law of Moses, all this evil is come upon us: yet have we not entreated the favor of Jehovah our God, that we should turn from our iniquities, and have discernment in thy truth.
Bible in Basic English (BBE) As it was recorded in the law of Moses, all this evil has come on us: but we have made no prayer for grace from the Lord our God that we might be turned from our evil doings and come to true wisdom.
Darby English Bible (DBY) As it is written in the law of Moses, all this evil is come upon us; yet we besought not Jehovah our God, that we might turn from our iniquities, and understand thy truth.
World English Bible (WEB) As it is written in the law of Moses, all this evil is come on us: yet have we not entreated the favor of Yahweh our God, that we should turn from our iniquities, and have discernment in your truth.
Young's Literal Translation (YLT) as it is written in the law of Moses, all this evil hath come upon us, and we have not appeased the face of Jehovah our God to turn back from our iniquities, and to act wisely in Thy truth.
Cross Reference Leviticus 26:14 in Oriya 14 ମାତ୍ର, ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ ଓ ସେହି ସକଳ ଆଜ୍ଞା ପାଳନ ନ କରିବ;
Deuteronomy 28:15 in Oriya 15 ମାତ୍ର ମୁଁ ଆଜି ତୁମ୍ଭକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯେଉଁ ଯେଉଁ ଆଜ୍ଞା ଓ ବିଧି ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ ନ କରିବ, ତେବେ ଏହିସବୁ ଅଭିଶାପ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭ ସଙ୍ଗ ଧରିବ।
Deuteronomy 29:4 in Oriya 4 ମାତ୍ର ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ବୁଝିବା ପାଇଁ ହୃଦୟ ଓ ଦେଖିବା ପାଇଁ ଚକ୍ଷୁ ଓ ଶୁଣିବା ପାଇଁ କର୍ଣ୍ଣ ଦେଇ ନାହାନ୍ତି।”
Job 36:13 in Oriya 13 ମାତ୍ର ଅନ୍ତଃକରଣରେ ଅଧାର୍ମିକ ଲୋକମାନେ କ୍ରୋଧ ସଞ୍ଚୟ କରନ୍ତି; ସେ ସେମାନଙ୍କୁ ବାନ୍ଧିଲେ, ସେମାନେ ସାହାଯ୍ୟ ପାଇଁ ଡାକ ପକାନ୍ତି ନାହିଁ।
Psalm 85:4 in Oriya 4 ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆମ୍ଭମାନଙ୍କ ପ୍ରତି ତୁମ୍ଭ ବିରକ୍ତି ନିବୃତ୍ତ କର।
Psalm 119:18 in Oriya 18 ତୁମ୍ଭେ ମୋହର ଚକ୍ଷୁ ପ୍ରସନ୍ନ କର, ତହିଁରେ ମୁଁ ତୁମ୍ଭ ବ୍ୟବସ୍ଥାରୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖି ପାରିବି।
Psalm 119:27 in Oriya 27 ତୁମ୍ଭେ ଆପଣା ଆଜ୍ଞାପଥସବୁ ମୋତେ ବୁଝାଇ ଦିଅ; ତହିଁରେ ମୁଁ ତୁମ୍ଭର ଆଶ୍ଚର୍ଯ୍ୟକର୍ମସବୁ ଧ୍ୟାନ କରିବି।
Psalm 119:73 in Oriya 73 ଇୟୂଦ୍। ତୁମ୍ଭ ହସ୍ତ ମୋତେ ନିର୍ମାଣ ଓ ମୂର୍ତ୍ତିମାନ କରିଅଛି; ମୁଁ ଯେପରି ତୁମ୍ଭର ଆଜ୍ଞାସବୁ ପାଳନ କରିବି, ଏଥିପାଇଁ ମୋତେ ସୁବିବେଚନା ପ୍ରଦାନ କର।
Isaiah 9:13 in Oriya 13 ତଥାପି ଲୋକମାନଙ୍କୁ ଯେ ପ୍ରହାର କରିଅଛନ୍ତି, ତାହାଙ୍କ ନିକଟକୁ ସେମାନେ ଫେରି ନାହାନ୍ତି, କିଅବା ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି।
Isaiah 42:9 in Oriya 9 ଦେଖ, ଆଦ୍ୟ ବିଷୟମାନ ସିଦ୍ଧ ହେଲା, ଆଉ ଆମ୍ଭେ ନୂତନ ବିଷୟମାନ ପ୍ରକାଶ କରୁ; ସେହି ସବୁ ଅଙ୍କୁରିତ ହେବାର ପୂର୍ବେ ତଦ୍ବିଷୟ ଆମ୍ଭେ ତୁମ୍ଭମାନଙ୍କୁ ଜଣାଉ।”
Isaiah 64:7 in Oriya 7 ପୁଣି, ଯେ ତୁମ୍ଭ ନାମରେ ପ୍ରାର୍ଥନା କରେ, ଯେ ତୁମ୍ଭକୁ ଧରିବା ପାଇଁ ଆପଣାକୁ ଉତ୍ତେଜିତ କରେ, ଏପରି କେହି ନାହିଁ; କାରଣ ତୁମ୍ଭେ ଆମ୍ଭମାନଙ୍କଠାରୁ ଆପଣା ମୁଖ ଲୁଚାଇଅଛ ଓ ଆମ୍ଭମାନଙ୍କର ଅପରାଧ ଦ୍ୱାରା ଆମ୍ଭମାନଙ୍କୁ କ୍ଷୟ କରିଅଛ।
Jeremiah 2:30 in Oriya 30 ଆମ୍ଭେ ବ୍ୟର୍ଥରେ ତୁମ୍ଭ ସନ୍ତାନଗଣକୁ ଆଘାତ କରିଅଛୁ; ସେମାନେ ଶାସ୍ତି ଗ୍ରାହ୍ୟ କଲେ ନାହିଁ; ତୁମ୍ଭମାନଙ୍କର ନିଜ ଖଡ୍ଗ, ବିନାଶକ ସିଂହ ତୁଲ୍ୟ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାଗଣଙ୍କୁ ଗ୍ରାସ କରିଅଛି।
Jeremiah 5:3 in Oriya 3 ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କ'ଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ୱୀକାର କରିଅଛନ୍ତି।
Jeremiah 31:18 in Oriya 18 ଆମ୍ଭେ ନିଶ୍ଚୟ ଇଫ୍ରୟିମକୁ ଆପଣା ବିଷୟରେ ବିଳାପ କରି ଏହି ପ୍ରକାର କହିବା ଶୁଣିଅଛୁ, ‘ମୁଁ ଅମଣା ବାଛୁରି ପରି ବୋଲି ତୁମ୍ଭେ ମୋତେ ଶାସ୍ତି ଦେଇଅଛ ଓ ମୁଁ ଶାସ୍ତି ଭୋଗ କରିଅଛି; ତୁମ୍ଭେ ମୋତେ ଫେରାଅ, ତହିଁରେ ମୁଁ ଫେରିବି; କାରଣ ତୁମ୍ଭେ ସଦାପ୍ରଭୁ ମୋହର ପରମେଶ୍ୱର।
Jeremiah 44:27 in Oriya 27 ଦେଖ, ଆମ୍ଭେ ସେମାନଙ୍କର ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳ ନିମନ୍ତେ ଜଗି ରହିବା; ତହିଁରେ ମିସର ଦେଶସ୍ଥ ସମୁଦାୟ ଯିହୁଦୀ ଲୋକ ନିଃଶେଷ ନ ହେବା ପର୍ଯ୍ୟନ୍ତ ଖଡ୍ଗ ଓ ଦୁର୍ଭିକ୍ଷରେ ଲୁପ୍ତ ହେବେ।
Lamentations 2:15 in Oriya 15 ପଥିକମାନେ ତୁମ୍ଭ ପ୍ରତି ହାତ ତାଳି ଦିଅନ୍ତି; ସେମାନେ ଶୀସ୍ ଶବ୍ଦ କରି ଓ ଯିରୂଶାଲମର କନ୍ୟାଆଡ଼େ ମସ୍ତକ ହଲାଇ କୁହନ୍ତି, ଯେଉଁ ନଗରକୁ ଲୋକେ ସୌନ୍ଦର୍ଯ୍ୟର ସିଦ୍ଧି ଓ ସମୁଦାୟ ପୃଥିବୀର ଆନନ୍ଦ ସ୍ୱରୂପ ବୋଲି କହିଲେ, ତାହା କି ଏହି ?
Lamentations 5:21 in Oriya 21 ହେ ସଦାପ୍ରଭୁ, ତୁମ୍ଭ ପ୍ରତି ଆମ୍ଭମାନଙ୍କୁ ଫେରାଅ, ତହିଁରେ ଆମ୍ଭେମାନେ ଫେରି ଆସିବା; ପୂର୍ବ କାଳ ପରି ନୂତନ ସମୟ ଆମ୍ଭମାନଙ୍କୁ ଦିଅ।
Daniel 9:11 in Oriya 11 ହଁ, ସମୁଦାୟ ଇସ୍ରାଏଲ ତୁମ୍ଭର ବ୍ୟବସ୍ଥା ଲଙ୍ଘନ କରିଅଛନ୍ତି, ତୁମ୍ଭର ରବରେ ଯେପରି ସେମାନେ ମନୋଯୋଗ ନ କରିବେ, ଏଥିପାଇଁ ସେମାନେ ବିପଥଗାମୀ ହୋଇଅଛନ୍ତି, ଏହି କାରଣରୁ ଅଭିଶାପ ଓ ପରମେଶ୍ୱରଙ୍କ ସେବକ ମୋଶାଙ୍କ ବ୍ୟବସ୍ଥାରେ ଲିଖିତ ଶପଥ ଆମ୍ଭମାନଙ୍କ ଉପରେ ଢଳା ଯାଇଅଛି; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ପାପ କରିଅଛୁ।
Hosea 7:7 in Oriya 7 ସେମାନେ ସମସ୍ତେ ତନ୍ଦୁର ପରି ଉତ୍ତପ୍ତ ଅଟନ୍ତି ଓ ଆପଣାମାନଙ୍କର ବିଚାରକର୍ତ୍ତୃଗଣକୁ ଗ୍ରାସ କରନ୍ତି; ସେମାନଙ୍କର ସମସ୍ତ ରାଜାଗଣ ପତିତ ହୋଇଅଛନ୍ତି; ସେମାନଙ୍କ ମଧ୍ୟରେ କେହି ଆମ୍ଭ ନିକଟରେ ପ୍ରାର୍ଥନା କରନ୍ତି ନାହିଁ।
Hosea 7:10 in Oriya 10 ପୁଣି, ଇସ୍ରାଏଲର ଦର୍ପ ତାହାର ସାକ୍ଷାତରେ ସାକ୍ଷ୍ୟ ଦିଏ; ତଥାପି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟକୁ ଫେରି ନାହାନ୍ତି, କିଅବା ଏହିସବୁ ଘଟିଲେ ମଧ୍ୟ ସେମାନେ ତାହାଙ୍କର ଅନ୍ଵେଷଣ କରି ନାହାନ୍ତି।
Hosea 7:14 in Oriya 14 ପୁଣି, ସେମାନେ ଅନ୍ତଃକରଣ ସହିତ ଆମ୍ଭ ନିକଟରେ କ୍ରନ୍ଦନ କରି ନାହାନ୍ତି; ମାତ୍ର ସେମାନେ ଆପଣା ଶଯ୍ୟାରେ ହାହାକାର କରନ୍ତି; ସେମାନେ ଶସ୍ୟ ଓ ଦ୍ରାକ୍ଷାରସ ନିମନ୍ତେ ଆପଣାମାନଙ୍କୁ ଏକତ୍ର କରନ୍ତି, ସେମାନେ ଆମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କରନ୍ତି।
Luke 24:45 in Oriya 45 ସେତେବେଳେ ସେମାନେ ଯେପରି ଧର୍ମଶାସ୍ତ୍ର ବୁଝି ପାରନ୍ତି, ସେଥିପାଇଁ ସେ ସେମାନଙ୍କର ମନ ଉନ୍ମୁକ୍ତ କଲେ;
John 6:45 in Oriya 45 ଭାବବାଦୀମାନଙ୍କ ଧର୍ମଶାସ୍ତ୍ରରେ ଲିଖିତ ଅଛି, ସମସ୍ତେ ଇଶ୍ବରଙ୍କ ଦ୍ୱାରା ଶିକ୍ଷା ପ୍ରାପ୍ତ ହେବେ। ଯେ କେହି ପିତାଙ୍କଠାରୁ ଶ୍ରବଣ କରି ଶିକ୍ଷା ଲାଭ କରିଅଛି, ସେ ମୋ' ନିକଟକୁ ଆସେ।
John 8:32 in Oriya 32 ପୁଣି, ତୁମ୍ଭେମାନେ ସତ୍ୟ ଜ୍ଞାତ ହେବ ଓ ସେହି ସତ୍ୟ ତୁମ୍ଭମାନଙ୍କୁ ମୁକ୍ତ କରିବ।
John 10:35 in Oriya 35 ଯେଉଁମାନଙ୍କ ନିକଟରେ ଇଶ୍ବରଙ୍କ ବାକ୍ୟ ଉପସ୍ଥିତ ହେଲା, ସେମାନଙ୍କୁ ଯଦି ସେ ଈଶ୍ୱରଗଣ ବୋଲି କହିଲେ (ଆଉ ଧର୍ମଶାସ୍ତ୍ର ଖଣ୍ଡନ କରାଯାଇ ପାରେ ନାହିଁ),
Ephesians 1:17 in Oriya 17 ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ୱର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି;
Ephesians 4:21 in Oriya 21 ତୁମ୍ଭେମାନେ ତ ତାହାଙ୍କ ବିଷୟ ଶୁଣିଅଛ, ପୁଣି, ଯୀଶୁଙ୍କ ସମ୍ବନ୍ଧୀୟ ସତ୍ୟ ଅନୁସାରେ ତାହାଙ୍କ ସହଭାଗିତାରେ ଥାଇ ଶିକ୍ଷିତ ହୋଇଅଛ,
James 1:5 in Oriya 5 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ୱର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ।