Daniel 9:19 in Oriya 19 ହେ ପ୍ରଭୁ, ଶୁଣ; ହେ ପ୍ରଭୁ, କ୍ଷମା କର; ହେ ପ୍ରଭୁ, ମନୋଯୋଗ କରି କର୍ମ କର; ବିଳମ୍ବ ନ କର; ହେ ମୋ'ର ପରମେଶ୍ୱର, ନିଜ ସକାଶେ କର୍ମ କର, କାରଣ ତୁମ୍ଭର ନଗର ଓ ତୁମ୍ଭର ଲୋକମାନେ ତୁମ୍ଭ ନାମରେ ଖ୍ୟାତ ଅଟନ୍ତି।
Other Translations King James Version (KJV) O Lord, hear; O Lord, forgive; O Lord, hearken and do; defer not, for thine own sake, O my God: for thy city and thy people are called by thy name.
American Standard Version (ASV) O Lord, hear; O Lord, forgive; O Lord, hearken and do; defer not, for thine own sake, O my God, because thy city and thy people are called by thy name.
Bible in Basic English (BBE) O Lord, give ear; O Lord, have forgiveness; O Lord, take note and do; let there be no more waiting; for the honour of your name, O my God, because your town and your people are named by your name.
Darby English Bible (DBY) Lord, hear! Lord, forgive! Lord, hearken and do! defer not, for thine own sake, O my God! for thy city and thy people are called by thy name.
World English Bible (WEB) Lord, hear; Lord, forgive; Lord, listen and do; don't defer, for your own sake, my God, because your city and your people are called by your name.
Young's Literal Translation (YLT) O lord, hear, O Lord, forgive; O Lord, attend and do; do not delay, for Thine own sake, O my God, for Thy name is called on Thy city, and on Thy people.'
Cross Reference Numbers 14:19 in Oriya 19 ବିନୟ କରୁଅଛି, ତୁମ୍ଭେ ଆପଣା ଦୟାର ମହତ୍ତ୍ୱ ଅନୁସାରେ ଓ ତୁମ୍ଭେ ଏହି ଲୋକମାନଙ୍କୁ ମିସରଠାରୁ ଏପର୍ଯ୍ୟନ୍ତ ଯେପରି କ୍ଷମା କରିଅଛ, ତଦନୁସାରେ ଏହି ଲୋକମାନଙ୍କର ଅପରାଧ କ୍ଷମା କର।
1 Kings 8:30 in Oriya 30 ପୁଣି, ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଓ ତୁମ୍ଭ ଲୋକ ଇସ୍ରାଏଲ ପ୍ରାର୍ଥନା କଲେ, ତୁମ୍ଭେ ସେମାନଙ୍କ ବିନତିରେ ମନୋଯୋଗ କର; ହଁ, ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ୱର୍ଗରେ ଥାଇ ତାହା ଶୁଣ ଓ ଶୁଣି କ୍ଷମା କର।
2 Chronicles 6:21 in Oriya 21 ପୁଣି ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଓ ତୁମ୍ଭ ଲୋକ ଇସ୍ରାଏଲ ପ୍ରାର୍ଥନା କଲେ, ତୁମ୍ଭେ ସେମାନଙ୍କ ବିନତିରେ ମନୋଯୋଗ କର; ହଁ, ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ୱର୍ଗରୁ ତାହା ଶୁଣ ଓ ଶୁଣି କ୍ଷମା କର।
2 Chronicles 6:25 in Oriya 25 ତେବେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣ ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର, ପୁଣି ସେମାନଙ୍କୁ ଓ ସେମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ସେଠାକୁ ପୁନର୍ବାର ସେମାନଙ୍କୁ ଆଣ।
2 Chronicles 6:39 in Oriya 39 ତେବେ ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରୁ ସେମାନଙ୍କ ପ୍ରାର୍ଥନା ଓ ବିନତି ଶୁଣ ଓ ସେମାନଙ୍କର ବିଚାର ନିଷ୍ପତ୍ତି କର; ଆଉ ତୁମ୍ଭ ବିରୁଦ୍ଧରେ ପାପକାରୀ ଆପଣା ଲୋକମାନଙ୍କୁ କ୍ଷମା କର।
Psalm 44:23 in Oriya 23 ଜାଗ, ହେ ପ୍ରଭୁ, ତୁମ୍ଭେ କାହିଁକି ନିଦ୍ରିତ ହେଉଅଛ ? ଉଠ, ଆମ୍ଭମାନଙ୍କୁ ସଦାକାଳ ଦୂର କର ନାହିଁ।
Psalm 74:9 in Oriya 9 ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ; କୌଣସି ଭବିଷ୍ୟଦ୍ବକ୍ତା ଆଉ ନାହିଁ; କିଅବା ଏପରି କେତେ କାଳ ହେବ, ଏହା ଜାଣିବା ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ।
Psalm 79:5 in Oriya 5 ହେ ସଦାପ୍ରଭୁ, କେତେ କାଳ ? ତୁମ୍ଭେ କି ସଦାକାଳ କ୍ରୁଦ୍ଧ ହେବ ? ତୁମ୍ଭର ଅନ୍ତର୍ଜ୍ୱାଳା କି ଅଗ୍ନି ପରି ଜ୍ୱଳିବ ?
Psalm 79:8 in Oriya 8 ଆମ୍ଭମାନଙ୍କ ପିତୃପୁରୁଷଗଣର ଅପରାଧ ଆମ୍ଭମାନଙ୍କ ପ୍ରତିକୂଳରେ ସ୍ମରଣ କର ନାହିଁ; ତୁମ୍ଭର କରୁଣା ଶୀଘ୍ର ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେଉ। କାରଣ ଆମ୍ଭେମାନେ ଅତି କ୍ଷୀଣ ହୋଇଅଛୁ।
Psalm 85:5 in Oriya 5 ତୁମ୍ଭେ କି ସଦାକାଳ ଆମ୍ଭମାନଙ୍କ ଉପରେ କ୍ରୁଦ୍ଧ ହେବ ? ତୁମ୍ଭେ କି ପୁରୁଷପରମ୍ପରା ପ୍ରତି ଆପଣା କ୍ରୋଧ ରଖିଥିବ ?
Psalm 102:13 in Oriya 13 ତୁମ୍ଭେ ଉଠି ସିୟୋନକୁ ଦୟା କରିବ; କାରଣ ତାହା ପ୍ରତି କୃପା କରିବାର ସମୟ ଏହି, ହଁ, ନିରୂପିତ ସମୟ ଉପସ୍ଥିତ।
Psalm 115:1 in Oriya 1 ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ନୁହେଁ, ଆମ୍ଭମାନଙ୍କୁ ନୁହେଁ, ମାତ୍ର ତୁମ୍ଭ ଦୟା ଓ ତୁମ୍ଭ ସତ୍ୟତା ସକାଶେ ଆପଣା ନାମକୁ ଗୌରବାନ୍ୱିତ କର।
Isaiah 63:16 in Oriya 16 ଯଦ୍ୟପି ଅବ୍ରହାମ ଆମ୍ଭମାନଙ୍କୁ ଜାଣନ୍ତି ନାହିଁ ଓ ଇସ୍ରାଏଲ ଆମ୍ଭମାନଙ୍କୁ ସ୍ୱୀକାର କରନ୍ତି ନାହିଁ, ତଥାପି ତୁମ୍ଭେ ତ ଆମ୍ଭମାନଙ୍କର ପିତା; ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଅନନ୍ତ କାଳରୁ ଆମ୍ଭମାନଙ୍କର “ମୁକ୍ତିଦାତା” ବୋଲି ତୁମ୍ଭର ନାମ ଅଛି।
Isaiah 64:9 in Oriya 9 ହେ ସଦାପ୍ରଭୁ, ଅତ୍ୟନ୍ତ କ୍ରୁଦ୍ଧ ହୁଅ ନାହିଁ, କିଅବା ଚିର କାଳ ଅପରାଧ ମନରେ ରଖ ନାହିଁ; ଆମ୍ଭେମାନେ ବିନତି କରୁ, ଦେଖ, ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ଲୋକ।
Jeremiah 14:7 in Oriya 7 ହେ ସଦାପ୍ରଭୁ, ଯଦ୍ୟପି ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦିଏ, ତଥାପି ତୁମ୍ଭେ ଆପଣା ନାମ ସକାଶୁ କାର୍ଯ୍ୟ କର; କାରଣ ଆମ୍ଭମାନଙ୍କର ବିପଥଗମନ ଅପାର; ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।
Jeremiah 14:9 in Oriya 9 ତୁମ୍ଭେ କାହିଁକି ବିସ୍ମିତ ମନୁଷ୍ୟ ତୁଲ୍ୟ, ଉଦ୍ଧାର କରିବାକୁ ଅସମର୍ଥ ବୀର ତୁଲ୍ୟ ହେବ; ତଥାପି ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଛ ଓ ଆମ୍ଭେମାନେ ତୁମ୍ଭ ନାମରେ ଖ୍ୟାତ ଅଟୁ। ଆମ୍ଭମାନଙ୍କୁ ପରିତ୍ୟାଗ କର ନାହିଁ।
Jeremiah 14:20 in Oriya 20 ହେ ସଦାପ୍ରଭୁ, ଆମ୍ଭେମାନେ ଆପଣାମାନଙ୍କ ଦୁଷ୍ଟତା ଓ ଆମ୍ଭମାନଙ୍କ ପିତୃଲୋକମାନଙ୍କର ଅଧର୍ମ ସ୍ୱୀକାର କରୁଅଛୁ; କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।
Jeremiah 25:29 in Oriya 29 କାରଣ ଦେଖ, ଆମ୍ଭେ ଆମ୍ଭ ନାମରେ ଖ୍ୟାତ ନଗରପ୍ରତି ଅମଙ୍ଗଳ ଘଟାଇବାକୁ ଆରମ୍ଭ କରିଅଛୁ ଓ ତୁମ୍ଭେମାନେ କି ନିତାନ୍ତ ଅଦଣ୍ଡିତ ହେବ ? ତୁମ୍ଭେମାନେ ଅଦଣ୍ଡିତ ହେବ ନାହିଁ, କାରଣ ଆମ୍ଭେ ପୃଥ୍ୱୀନିବାସୀ ସମସ୍ତଙ୍କ ଉପରେ ଖଡ୍ଗ ଆହ୍ୱାନ କରିବା', ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।”
Ezekiel 20:9 in Oriya 9 ତଥାପି ସେମାନେ ଯେଉଁମାନଙ୍କ ମଧ୍ୟରେ ଥିଲେ, ଯେଉଁମାନଙ୍କ ସାକ୍ଷାତରେ ଆମ୍ଭେ ସେମାନଙ୍କୁ, ମିସର ଦେଶରୁ ବାହାର କରି ଆଣିବା ଦ୍ୱାରା ଆପଣାର ପରିଚୟ ଦେଇଥିଲୁ, ସେହି ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।
Ezekiel 20:14 in Oriya 14 ତଥାପି ଯେଉଁ ଗୋଷ୍ଠୀଗଣ ସାକ୍ଷାତରେ ଆମ୍ଭେ ସେମାନଙ୍କୁ ବାହାର କରି ଆଣିଲୁ, ସେମାନଙ୍କ ଦୃଷ୍ଟିରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।
Ezekiel 20:22 in Oriya 22 ତଥାପି ଯେଉଁମାନଙ୍କ ସାକ୍ଷାତରେ ଆମ୍ଭେ ସେମାନଙ୍କୁ ବାହାର କରି ଆଣିଲୁ, ସେହି ଗୋଷ୍ଠୀୟମାନଙ୍କ ନିକଟରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ହସ୍ତ ସମ୍ବରଣ କଲୁ ଓ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।
Ezekiel 36:22 in Oriya 22 ଏହେତୁ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଏପରି କରୁ ନାହୁଁ, ମାତ୍ର ତୁମ୍ଭେମାନେ ନାନା ଗୋଷ୍ଠୀ ମଧ୍ୟକୁ ଯାଇ ଯାହା ଅପବିତ୍ର କରିଅଛ, ଆମ୍ଭ ନିଜର ସେହି ପବିତ୍ର ନାମ ସକାଶୁ କରୁଅଛୁ।
Ezekiel 39:25 in Oriya 25 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଏବେ ଆମ୍ଭେ ଯାକୁବର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ସମୁଦାୟ ଇସ୍ରାଏଲ ବଂଶ ପ୍ରତି ଦୟା କରିବା; ଆଉ, ଆମ୍ଭେ ଆପଣା ପବିତ୍ର ନାମ ପକ୍ଷରେ ଉଦ୍ଯୋଗୀ ହେବା।
Daniel 9:18 in Oriya 18 ହେ ମୋର ପରମେଶ୍ୱର, କର୍ଣ୍ଣ ଡେରି ଶୁଣ; ଆପଣା ଚକ୍ଷୁ ମେଲି ଆମ୍ଭମାନଙ୍କର ଉଚ୍ଛିନ୍ନତା ପ୍ରତି ଓ ତୁମ୍ଭ ନାମରେ ଖ୍ୟାତ ଏହି ନଗର ପ୍ରତି ଦୃଷ୍ଟିପାତ କର; କାରଣ ଆମ୍ଭେମାନେ ନିଜ ଧାର୍ମିକତା ସକାଶୁ ନୁହେଁ, ମାତ୍ର ତୁମ୍ଭର ମହାଦୟା ସକାଶୁ ତୁମ୍ଭ ଛାମୁରେ ଆମ୍ଭମାନଙ୍କର ନିବେଦନ ଉତ୍ସର୍ଗ କରୁଅଛୁ।
Amos 7:2 in Oriya 2 ପୁଣି, ସେହି ପଙ୍ଗପାଳମାନେ ଦେଶର ତୃଣ ଖାଇବାର ଶେଷ କଲା ଉତ୍ତାରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭକୁ ବିନୟ କରୁଅଛି, କ୍ଷମା କର ! ଯାକୁବ କିପରି ଠିଆ ହେବ ? କାରଣ ସେ ସାନ।”
Luke 11:8 in Oriya 8 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଯଦ୍ୟପି ତାହାର ବନ୍ଧୁ ହେବାରୁ ଉଠି ନ ଦେବ, ତଥାପି ସେ ଥରକୁଥର ମାଗିବାରୁ ସେ ଉଠି, ତାହାର ଯେତେ ଆବଶ୍ୟକ, ତାହାକୁ ସେତେ ଦେବ।
Ephesians 1:6 in Oriya 6 ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।
Ephesians 1:12 in Oriya 12 ଯେପରି ଖ୍ରୀଷ୍ଟଙ୍କଠାରେ ପୁର୍ବରୁ ଭରସା କରିଥିଲୁ ଯେ ଆମ୍ଭେମାନେ, ଆମ୍ଭେମାନେ ଇଶ୍ବରଙ୍କ ଗୌରବର ପ୍ରଶଂସାର କାରଣ ହେଉ।
Ephesians 3:10 in Oriya 10 ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ୱର ଯେଉଁ ଚିରନ୍ତନ ସଂକଳ୍ପ କରିଥିଲେ,