Daniel 9:2 in Oriya 2 ତାହାର ଶାସନ କାଳର ପ୍ରଥମ ବର୍ଷରେ ମୁଁ, ଦାନିୟେଲ, ଶାସ୍ତ୍ର ଦ୍ୱାରା ବର୍ଷର ସଂଖ୍ୟା, ଅର୍ଥାତ୍, ଯିରୂଶାଲମର ଉଚ୍ଛିନ୍ନତାର ସମୟ ସତୁରି ବର୍ଷ ହେବା ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କର ନିକଟରେ ଉପସ୍ଥିତ ହୋଇଥିଲା, ତାହା ମୁଁ ବୁଝିଲି।
Other Translations King James Version (KJV) In the first year of his reign I Daniel understood by books the number of the years, whereof the word of the LORD came to Jeremiah the prophet, that he would accomplish seventy years in the desolations of Jerusalem.
American Standard Version (ASV) in the first year of his reign I, Daniel, understood by the books the number of the years whereof the word of Jehovah came to Jeremiah the prophet, for the accomplishing of the desolations of Jerusalem, even seventy years.
Bible in Basic English (BBE) In the first year of his rule, I, Daniel, saw clearly from the books the number of years given by the word of the Lord to the prophet Jeremiah, in which the making waste of Jerusalem was to be complete, that is, seventy years.
Darby English Bible (DBY) in the first year of his reign, I Daniel understood by the books that the number of the years, whereof the word of Jehovah came to Jeremiah the prophet, for the accomplishment of the desolations of Jerusalem, was seventy years.
World English Bible (WEB) in the first year of his reign I, Daniel, understood by the books the number of the years about which the word of Yahweh came to Jeremiah the prophet, for the accomplishing of the desolations of Jerusalem, even seventy years.
Young's Literal Translation (YLT) in the first year of his reign, I, Daniel, have understood by books the number of the years, (in that a word of Jehovah hath been unto Jeremiah the prophet,) concerning the fulfilling of the wastes of Jerusalem -- seventy years;
Cross Reference 2 Chronicles 36:21 in Oriya 21 ଦେଶ ଆପଣାର ନାନା ବିଶ୍ରାମ ଭୋଗ କରିବା ପର୍ଯ୍ୟନ୍ତ ଯିରିମୀୟର ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳ ହେବା ନିମନ୍ତେ ଏହା ଘଟିଲା; କାରଣ ସତୁରି ବର୍ଷ ପୂର୍ଣ୍ଣକରଣାର୍ଥେ ଦେଶ ଉଚ୍ଛିନ୍ନ ଅବସ୍ଥାରେ ଥିବା ପର୍ଯ୍ୟନ୍ତ ବିଶ୍ରାମ ପାଳନ କଲା।
Ezra 1:1 in Oriya 1 ଯିରିମୀୟଙ୍କ ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳାର୍ଥେ ପାରସ୍ୟର ରାଜା କୋରସ୍ର ଅଧିକାରର ପ୍ରଥମ ବର୍ଷରେ ସଦାପ୍ରଭୁ ପାରସ୍ୟର ରାଜା କୋରସ୍ର ମନକୁ ଉଦ୍ଦୀପିତ କରନ୍ତେ, ସେ ଆପଣା ରାଜ୍ୟର ସର୍ବତ୍ର ଘୋଷଣା କରାଇ, ମଧ୍ୟ ଲେଖାଇ ଏହି କଥା ପ୍ରଚାର କରାଇଲା, ଯଥା,
Psalm 74:3 in Oriya 3 ଏହି ଚିରକାଳୀନ କାନ୍ଥଡ଼ା ଆଡ଼େ ଆପଣା ଚରଣ ପକାଅ, ଶତ୍ରୁ ଧର୍ମଧାମରେ ସବୁ ନାଶ କରିଅଛି।
Psalm 79:1 in Oriya 1 ଆସଫର ଗୀତ। ହେ ପରମେଶ୍ୱର, ଅନ୍ୟ ଦେଶୀୟମାନେ ତୁମ୍ଭ ଅଧିକାରରେ ପ୍ରବେଶ କରିଅଛନ୍ତି; ସେମାନେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଅଛନ୍ତି; ସେମାନେ ଯିରୂଶାଲମକୁ କାନ୍ଥଡ଼ାର ଢିପି କରିଅଛନ୍ତି।
Psalm 119:24 in Oriya 24 ତୁମ୍ଭର ସକଳ ପ୍ରମାଣ-ବାକ୍ୟ ମଧ୍ୟ ମୋହର ଆନନ୍ଦଜନକ ଓ ମନ୍ତ୍ରଣାଦାୟକ।
Psalm 119:99 in Oriya 99 ମୋହର ସମସ୍ତ ଗୁରୁ ଅପେକ୍ଷା ମୋ' ବୁଦ୍ଧି ଅଧିକ; କାରଣ ତୁମ୍ଭର ପ୍ରମାଣ-ବାକ୍ୟସବୁ ମୋହର ଧ୍ୟାନ।
Isaiah 6:11 in Oriya 11 ତେବେ ମୁଁ କହିଲି, “ହେ ପ୍ରଭୁ, କେତେ କାଳ ଯାଏ ?” ତହିଁରେ ସେ ଉତ୍ତର କଲେ, ଯେପର୍ଯ୍ୟନ୍ତ ନଗରସବୁ ନିବାସୀବିହୀନ ଓ ଗୃହସବୁ ନରଶୂନ୍ୟ ହୋଇ ଉଜାଡ଼ ନ ହୁଏ ଓ ଭୂମି ସମ୍ପୂର୍ଣ୍ଣ ରୂପେ ଉଜାଡ଼ ନ ହୁଏ,
Isaiah 24:10 in Oriya 10 ନିର୍ଜନ ନଗର ଭଗ୍ନ ହୋଇଅଛି; କୌଣସି ମନୁଷ୍ୟ ଯେପରି ଭିତରକୁ ଯାଇ ନ ପାରିବ, ଏଥିପାଇଁ ପ୍ରତ୍ୟେକ ଗୃହ ରୁଦ୍ଧ ହୋଇଅଛି।
Isaiah 64:10 in Oriya 10 ତୁମ୍ଭର ପବିତ୍ର ନଗରସବୁ ପ୍ରାନ୍ତର ହୋଇଅଛି, ସିୟୋନ ପ୍ରାନ୍ତର ହୋଇଅଛି, ଯିରୂଶାଲମ ଧ୍ୱଂସସ୍ଥାନ ହୋଇଅଛି।
Jeremiah 7:34 in Oriya 34 ସେସମୟରେ ଆମ୍ଭେ ଯିହୁଦାର ନଗରସବୁରେ ଓ ଯିରୂଶାଲମର ସଡ଼କସବୁରେ, ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରକନ୍ୟାର ଧ୍ୱନି ନିବୃତ୍ତ କରାଇବା; କାରଣ ଦେଶ ଧ୍ୱଂସସ୍ଥାନ ହେବ।”
Jeremiah 25:11 in Oriya 11 ତହିଁରେ ଏହି ସମୁଦାୟ ଦେଶ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର ବିଷୟ ହେବ ଓ ଏହିସବୁ ଗୋଷ୍ଠୀ ସତୁରି ବର୍ଷ ବାବିଲ ରାଜାର ଦାସତ୍ୱ କରିବେ।”
Jeremiah 25:18 in Oriya 18 ଅର୍ଥାତ୍, ଆଜିର ତୁଲ୍ୟ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର, ଆଉ ଶୀସ୍ ଶବ୍ଦର ଓ ଅଭିଶାପର ବିଷୟ ହେବା ନିମନ୍ତେ ଯିରୂଶାଲମକୁ, ଯିହୁଦାର ନଗରସମୂହକୁ, ଆଉ ତହିଁର ରାଜା ଓ ଅଧିପତିମାନଙ୍କୁ ପାନ କରାଇଲି।
Jeremiah 26:6 in Oriya 6 ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ସମାନ କରିବା ଓ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପାସ୍ପଦ କରିବା।'”
Jeremiah 26:18 in Oriya 18 “ଯିହୁଦାର ରାଜା ହିଜକୀୟର ସମୟରେ ମୋରେଷ୍ଟୀୟ ମୀଖା ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା; ଆଉ, ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା, ‘ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ସିୟୋନ କ୍ଷେତ୍ର ତୁଲ୍ୟ ଚଷା ଯିବ ଓ ଯିରୂଶାଲମ ଢିପି ହେବ, ପୁଣି ଯେଉଁ ପର୍ବତରେ ମନ୍ଦିର ଅଛି, ତାହା ବନସ୍ଥ ଉଚ୍ଚସ୍ଥଳୀର ସମାନ ହେବ।'
Jeremiah 27:7 in Oriya 7 ଆଉ, ତାହାର ନିଜ ଦେଶର ସମୟ ଉପସ୍ଥିତ ହେବା ପର୍ଯ୍ୟନ୍ତ ସମୁଦାୟ ଗୋଷ୍ଠୀ ତାହାର ଓ ତାହାର ପୁତ୍ରର ଓ ପୌତ୍ରର ଦାସ୍ୟକର୍ମ କରିବେ; ତହିଁ ଉତ୍ତାରେ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ତାହାକୁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ।
Jeremiah 29:10 in Oriya 10 ଯେହେତୁ ସଦାପ୍ରଭୁ ଏହି କଥା କହନ୍ତି, “ବାବିଲର ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲା ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କର ତତ୍ତ୍ୱାନୁସନ୍ଧାନ କରିବା ଓ ତୁମ୍ଭମାନଙ୍କୁ ଏହି ସ୍ଥାନକୁ ଫେରାଇ ଆଣି ତୁମ୍ଭମାନଙ୍କ ପକ୍ଷରେ ଆମ୍ଭର ମଙ୍ଗଳ ବାକ୍ୟ ସିଦ୍ଧ କରିବା।”
Lamentations 1:1 in Oriya 1 ହାୟ ହାୟ, ଲୋକରେ ପରିପୂର୍ଣ୍ଣ ନଗରୀ କିପରି ଏକାକିନୀ ହୋଇ ବସିଅଛି ! ସେ କିପରି ବିଧବା ତୁଲ୍ୟ ହୋଇଅଛି ! ଯେ ଗୋଷ୍ଠୀଗଣ ମଧ୍ୟରେ ପ୍ରଧାନା ଥିଲା ଓ ପ୍ରଦେଶ ସମୂହ ମଧ୍ୟରେ ରାଣୀ ଥିଲା, ସେ କିପରି କରଦାୟିନୀ ହୋଇଅଛି !
Daniel 8:15 in Oriya 15 ଏଥିଉତ୍ତାରେ ମୁଁ ଦାନିୟେଲ ଏହି ଦର୍ଶନ ପାଇଲା ଉତ୍ତାରେ ତାହା ବୁଝିବା ପାଇଁ ଚେଷ୍ଟା କଲି; ଆଉ ଦେଖ, ମନୁଷ୍ୟାକୃତି ଏକ ବ୍ୟକ୍ତି ସମ୍ମୁଖରେ ଠିଆ ହେଲେ।
Micah 3:12 in Oriya 12 ଏହେତୁ ତୁମ୍ଭମାନଙ୍କ ସକାଶୁ ସିୟୋନ କ୍ଷେତ୍ର ତୁଲ୍ୟ ଚାଷ କରାଯିବ ଓ ଯିରୂଶାଲମ ଢିପି ହେବ, ଆଉ ଗୃହର ପର୍ବତ ବନସ୍ଥ ଉଚ୍ଚସ୍ଥଳୀର ତୁଲ୍ୟ ହେବ।
Zechariah 7:5 in Oriya 5 ଦେଶର ସମଗ୍ର ଲୋକଙ୍କୁ ଓ ଯାଜକମାନଙ୍କୁ ଏହି କଥା କୁହ, “ତୁମ୍ଭେମାନେ ଏହି ସତୁରି ବର୍ଷଯାକ, ପଞ୍ଚମ ମାସରେ ଓ ସପ୍ତମ ମାସରେ ଉପବାସ ଓ ବିଳାପ କଲା ବେଳେ ତୁମ୍ଭେମାନେ କି ପ୍ରକୃତରେ ଆମ୍ଭ ଉଦ୍ଦେଶ୍ୟରେ ଉପବାସ କଲ ?
Matthew 24:15 in Oriya 15 ଏଣୁ ତୁମ୍ଭେମାନେ ଯେତେବେଳେ ଦାନିଏଲ ଭାବବାଦୀଙ୍କ ଦ୍ୱାରା ଉକ୍ତ ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ ପବିତ୍ର ସ୍ଥାନରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ),
Mark 13:14 in Oriya 14 କିନ୍ତୁ ତୁମ୍ଭେମାନେ ଯେତେବେଳେ ସେହି ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ, ଯେଉଁଠାରେ ଅବସ୍ଥିତ ହେବା ଉଚିତ୍ ନୁହେଁ, ସେଠାରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ), ସେତେବେଳେ ଯେଉଁମାନେ ଯିହୂଦା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଉନ୍ତୁ;
Acts 8:34 in Oriya 34 ନପୁଂସକ ଉତ୍ତର ଦେଇ ଫିଲିପ୍ପଙ୍କ କହିଲେ, ମୁଁ ଆପଣଙ୍କୁ ନିବେଦନ କରେ, ଭାବବାଦୀ କାହା ବିଷୟରେ ଏକଥା କହନ୍ତି ? ଆପଣା ବା ଆଉ କାହା ବିଷୟରେ ?
1 Timothy 4:13 in Oriya 13 ମୁଁ ନ ଯିବା ପର୍ଯ୍ୟନ୍ତ ଶାସ୍ତ୍ରପାଠ,ଉପଦେଶ ଓ ଶିକ୍ଷାଦାନରେ ମନୋଯୋଗ କର।
2 Timothy 3:15 in Oriya 15 ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟ କାଳଠାରୁ ଜାଣିଅଛ।
1 Peter 1:10 in Oriya 10 ପୁଣି, ସେହି ପରିତ୍ରାଣ ସମ୍ବନ୍ଧରେ ଯତ୍ନ ସହକାରେ ଅନ୍ୱେଷଣ ଓ ଅନୁସନ୍ଧାନ କଲେ।
2 Peter 1:19 in Oriya 19 ଏଥିରେ ଭାବବାଣୀ ଆମ୍ଭମାନଙ୍କ ନିକଟରେ ଅଧିକ ଦୃଢ଼ ହୋଇଅଛି; ତୁମ୍ଭେମାନେ ତାହା ଅନ୍ଧକାରମୟ ସ୍ଥାନରେ ପ୍ରଜ୍ୱଳିତ ହେଉଥିବା ପ୍ରଦୀପ ସଦୃଶ ମନେ କରି ରାତ୍ରି ପାହାନ୍ତା ନ ହେବା ପର୍ଯ୍ୟନ୍ତ ଓ ତୁମ୍ଭମାନଙ୍କ ହୃଦୟରେ ପ୍ରଭାତୀତାରା ଉଦିତ ନ ହେବା ପର୍ଯ୍ୟନ୍ତ ତାହା ପ୍ରତି ମନୋଯୋଗ କଲେ ଭଲ ହେବ।
Revelation 1:3 in Oriya 3 ଯେ ପାଠ କରେ ଓ ଯେଉଁମାନେ ଏହି ଭାବବାଣୀ ଶ୍ରବଣ କରନ୍ତି ପୁଣି, ସେଥିରେ ଲିଖିତ ବିଷୟସବୁ ପାଳନ କରନ୍ତି, ସେମାନେ ଧନ୍ୟ କାରଣ ସମୟ ସନ୍ନିକଟ।