Daniel 9:4 in Oriya 4 ପୁଣି, ମୁଁ ସଦାପ୍ରଭୁ ମୋର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲି ଓ ପାପ ସ୍ୱୀକାର କରି କହିଲି, ହେ ପ୍ରଭୁ, ତୁମ୍ଭେ ମହାନ ଓ ଭୟାନକ ପରମେଶ୍ୱର, ଯେଉଁମାନେ ତୁମ୍ଭଙ୍କୁ ପ୍ରେମ କରନ୍ତି ଓ ତୁମ୍ଭର ଆଜ୍ଞା ପାଳନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ରକ୍ଷା କରିଥାଅ।
Other Translations King James Version (KJV) And I prayed unto the LORD my God, and made my confession, and said, O Lord, the great and dreadful God, keeping the covenant and mercy to them that love him, and to them that keep his commandments;
American Standard Version (ASV) And I prayed unto Jehovah my God, and made confession, and said, Oh, Lord, the great and dreadful God, who keepeth covenant and lovingkindness with them that love him and keep his commandments,
Bible in Basic English (BBE) And I made prayer to the Lord my God, putting our sins before him, and said, O Lord, the great God, greatly to be feared. keeping your agreement and mercy with those who have love for you and do your orders;
Darby English Bible (DBY) and I prayed unto Jehovah my God, and made my confession, and said, Alas Lord! the great and terrible ùGod, keeping covenant and loving-kindness with them that love him, and that keep his commandments:
World English Bible (WEB) I prayed to Yahweh my God, and made confession, and said, Oh, Lord, the great and dreadful God, who keeps covenant and loving kindness with those who love him and keep his commandments,
Young's Literal Translation (YLT) And I pray to Jehovah my God, and confess, and say: `I beseech Thee, O Lord God, the great and the fearful, keeping the covenant and the kindness to those loving Him, and to those keeping His commands;
Cross Reference Exodus 20:6 in Oriya 6 ମାତ୍ର ଯେଉଁମାନେ ଆମ୍ଭଙ୍କୁ ପ୍ରେମ କରନ୍ତି ଓ ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସେମାନଙ୍କର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାକାରୀ।
Exodus 34:6 in Oriya 6 ଆଉ ସଦାପ୍ରଭୁ ତାଙ୍କ ସମ୍ମୁଖ ଦେଇ ଗମନ କରି ଏହା ଘୋଷଣା କଲେ, “ସଦାପ୍ରଭୁ, ସଦାପ୍ରଭୁ ପରମେଶ୍ୱର ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ;
Leviticus 26:40 in Oriya 40 ଆଉ ଆମ୍ଭ ବିରୁଦ୍ଧରେ ସତ୍ୟ ଲଙ୍ଘନ କରି ସେମାନେ ଓ ସେମାନଙ୍କ ପିତୃଗଣ ଯେଉଁ ସତ୍ୟ ଲଙ୍ଘନ ଅପରାଧ କଲେ, ଆପଣାମାନଙ୍କର ସେହି ଅପରାଧ;
Numbers 14:18 in Oriya 18 ସଦାପ୍ରଭୁ କ୍ରୋଧରେ ଧୀର, ଦୟାରେ ପରିପୂର୍ଣ୍ଣ, ଅପରାଧ ଓ ଆଜ୍ଞାଲଙ୍ଘନର କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା; ପୁଣି, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନଗଣ ଉପରେ ପିତୃଗଣଙ୍କର ଅପରାଧର ପ୍ରତିଫଳଦାତା।
Deuteronomy 5:10 in Oriya 10 ମାତ୍ର ଯେଉଁମାନେ ଆମ୍ଭଙ୍କୁ ପ୍ରେମ କରନ୍ତି ଓ ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସେମାନଙ୍କର ସହସ୍ର (ପୁରୁଷ) ପର୍ଯ୍ୟନ୍ତ ଦୟାକାରୀ।
Deuteronomy 7:9 in Oriya 9 ଏହେତୁ ଜାଣ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର, କେବଳ ସେ ପରମେଶ୍ୱର ଅଟନ୍ତି; ସେ ବିଶ୍ୱସନୀୟ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କୁ ପ୍ରେମ କରନ୍ତି ଓ ତାହାଙ୍କ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ସେ ସହସ୍ର ପିଢ଼ି ପର୍ଯ୍ୟନ୍ତ ନିୟମ ଓ ଦୟା ରକ୍ଷା କରନ୍ତି।
Deuteronomy 7:21 in Oriya 21 ତୁମ୍ଭେ ସେମାନଙ୍କଠାରୁ ଭୟଯୁକ୍ତ ହେବ ନାହିଁ, କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ, ସେ ମହାନ୍ ଓ ଭୟଙ୍କର ପରମେଶ୍ୱର ଅଟନ୍ତି।
1 Kings 8:23 in Oriya 23 “ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ଉପରିସ୍ଥ ସ୍ୱର୍ଗରେ କିଅବା ନୀଚସ୍ଥ ପୃଥିବୀରେ ତୁମ୍ଭ ତୁଲ୍ୟ ପରମେଶ୍ୱର କେହି ନାହିଁ; ତୁମ୍ଭର ଯେଉଁ ଦାସମାନେ ସର୍ବାନ୍ତଃକରଣ ସହିତ ତୁମ୍ଭ ସମ୍ମୁଖରେ ଗମନାଗମନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ପାଳନ କରିଥାଅ;
1 Kings 8:47 in Oriya 47 ତେବେ ସେମାନେ ଯେଉଁ ଦେଶକୁ ବନ୍ଦୀ ରୂପେ ନୀତ ହୁଅନ୍ତି, ସେହି ସ୍ଥାନରେ ଯେବେ ସେମାନେ ମନେ ମନେ ବିବେଚନା କରି ଅନୁତାପ କରନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନଙ୍କ ଦେଶରେ ତୁମ୍ଭ ନିକଟରେ ବିନତି କରି କହନ୍ତି, ଆମ୍ଭେମାନେ ପାପ କଲୁ ଓ ବିପଥଗାମୀ ହେଲୁ ଓ ଦୁଷ୍ଟପଣ କଲୁ;
2 Chronicles 7:14 in Oriya 14 ଯେବେ ଆମ୍ଭ ନାମରେ ବିଖ୍ୟାତ ଆମ୍ଭ ଲୋକମାନେ ଆପଣାମାନଙ୍କୁ ନମ୍ର କରି ପ୍ରାର୍ଥନା କରିବେ ଓ ଆମ୍ଭର ମୁଖ ଅନ୍ୱେଷଣ କରି ଆପଣା ଆପଣା କୁପଥରୁ ଫେରିବେ, ତେବେ ଆମ୍ଭେ ସ୍ୱର୍ଗରୁ ଶୁଣିବା ଓ ସେମାନଙ୍କର ପାପ କ୍ଷମା କରିବା ଓ ସେମାନଙ୍କ ଦେଶ ସୁସ୍ଥ କରିବା।
Nehemiah 1:5 in Oriya 5 “ହେ ସଦାପ୍ରଭୁ, ସ୍ୱର୍ଗସ୍ଥ ପରମେଶ୍ୱର, ମୁଁ ବିନୟ କରୁଅଛି, ତୁମ୍ଭେ ମହାନ୍ ଓ ଭୟଙ୍କର ପରମେଶ୍ୱର ଅଟ, ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ଓ ତୁମ୍ଭର ସବୁ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ;
Nehemiah 9:2 in Oriya 2 ଆଉ, ଇସ୍ରାଏଲ-ବଂଶ ବିଦେଶୀୟ ସମସ୍ତଙ୍କଠାରୁ ଆପଣାମାନଙ୍କୁ ପୃଥକ୍ କଲେ, ପୁଣି ଠିଆ ହୋଇ ଆପଣା ଆପଣା ପାପ ଓ ଆପଣା ଆପଣା ପିତୃଲୋକଙ୍କର ଅପରାଧ ସ୍ୱୀକାର କଲେ।
Nehemiah 9:32 in Oriya 32 ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ମହାନ, ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ୱର, ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ, ଅଶୂରୀୟ ରାଜାଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜାଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ ଓ ଆମ୍ଭମାନଙ୍କ ଯାଜକଗଣ ଉପରେ ଓ ଆମ୍ଭମାନଙ୍କ ଭବିଷ୍ୟଦ୍ବକ୍ତାଗଣ ଉପରେ ଓ ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେ ଯେ କ୍ଳେଶ ଘଟିଅଛି, ତାହାସବୁ ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ଦେଖା ନ ଯାଉ।
Psalm 32:5 in Oriya 5 ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, “ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,” ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। ସେଲା
Jeremiah 3:13 in Oriya 13 ସଦାପ୍ରଭୁ କହନ୍ତି, “ତୁମ୍ଭେ ଯେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ଅପରାଧ କରିଅଛ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ବିଦେଶୀୟମାନଙ୍କ ନିକଟକୁ ଯାଇ ଭ୍ରମଣ କରିଅଛ ଓ ଆମ୍ଭ ରବରେ ମନୋଯୋଗ କରି ନାହଁ, ଆପଣାର ଏହି ଅଧର୍ମାଚରଣ କେବଳ ସ୍ୱୀକାର କର।”
Jeremiah 32:17 in Oriya 17 “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ; ତୁମ୍ଭର ଅସାଧ୍ୟ କିଛି ହିଁ ନାହିଁ;
Daniel 9:5 in Oriya 5 ଆମ୍ଭେମାନେ ପାପ ଓ କୁଟିଳାଚରଣ କରିଅଛୁ ଓ ଦୁଷ୍କର୍ମ କରି ବିଦ୍ରୋହୀ ହୋଇଅଛୁ, ଆଉ ତୁମ୍ଭର ବିଧି ଓ ଶାସନର ପଥ ତ୍ୟାଗ କରିଅଛୁ।
Micah 7:18 in Oriya 18 ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞାଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।
Nahum 1:2 in Oriya 2 ସଦାପ୍ରଭୁ (ସ୍ୱଗୌରବ ରକ୍ଷଣେ) ଉଦ୍ଯୋଗୀ ପରମେଶ୍ୱର ଓ ପ୍ରତିଫଳଦାତା ଅଟନ୍ତି; ସଦାପ୍ରଭୁ ପ୍ରତିଫଳଦାତା ଓ କ୍ରୋଧପୂର୍ଣ୍ଣ ଅଟନ୍ତି; ସଦାପ୍ରଭୁ ଆପଣା ବିପକ୍ଷଗଣକୁ ପ୍ରତିଫଳ ଦିଅନ୍ତି ଓ ଆପଣା ଶତ୍ରୁଗଣ ନିମନ୍ତେ କୋପ ସଞ୍ଚୟ କରନ୍ତି।
Luke 1:72 in Oriya 72 ଯେପରି ସେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ପ୍ରତି ଦୟା ବ୍ୟବହାର କରନ୍ତି,
Romans 8:28 in Oriya 28 ଯେଉଁମାନେ ଈଶ୍ୱରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ୱର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।
James 1:12 in Oriya 12 ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ ହେବ।
James 2:5 in Oriya 5 ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ୱର କ'ଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାଁନ୍ତି ?
1 John 1:8 in Oriya 8 ଆମ୍ଭମାନଙ୍କର ପାପ ନାହିଁ ! ଏହା ଯଦି କହୁ, ତାହାହେଲେ ଆପଣା ଆପଣାକୁ ପ୍ରବଞ୍ଚନା କରୁ, ପୁଣି, ଆମ୍ଭମାନଙ୍କଠାରେ ସତ୍ୟ ନାହିଁ।
1 John 5:2 in Oriya 2 ଆମ୍ଭେମାନେ ଯେତେବେଳେ ଈଶ୍ୱରଙ୍କୁ ପ୍ରେମ କରୁ ଓ ତାହାଙ୍କ ଆଜ୍ଞା ପାଳନ କରୁ, ସେତେବେଳେ ତଦ୍ୱାରା ଜାଣି ପାରୁ ଯେ, ଆମ୍ଭେମାନେ ଇଶ୍ବରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁଅଛୁ।