Daniel 9:5 in Oriya 5 ଆମ୍ଭେମାନେ ପାପ ଓ କୁଟିଳାଚରଣ କରିଅଛୁ ଓ ଦୁଷ୍କର୍ମ କରି ବିଦ୍ରୋହୀ ହୋଇଅଛୁ, ଆଉ ତୁମ୍ଭର ବିଧି ଓ ଶାସନର ପଥ ତ୍ୟାଗ କରିଅଛୁ।
Other Translations King James Version (KJV) We have sinned, and have committed iniquity, and have done wickedly, and have rebelled, even by departing from thy precepts and from thy judgments:
American Standard Version (ASV) we have sinned, and have dealt perversely, and have done wickedly, and have rebelled, even turning aside from thy precepts and from thine ordinances;
Bible in Basic English (BBE) We are sinners, acting wrongly and doing evil; we have gone against you, turning away from your orders and from your laws:
Darby English Bible (DBY) we have sinned, and have committed iniquity, and have done wickedly, and have rebelled, even turning aside from thy commandments and from thine ordinances.
World English Bible (WEB) we have sinned, and have dealt perversely, and have done wickedly, and have rebelled, even turning aside from your precepts and from your ordinances;
Young's Literal Translation (YLT) we have sinned, and done perversely, and done wickedly, and rebelled, to turn aside from Thy commands, and from Thy judgments:
Cross Reference 1 Kings 8:47 in Oriya 47 ତେବେ ସେମାନେ ଯେଉଁ ଦେଶକୁ ବନ୍ଦୀ ରୂପେ ନୀତ ହୁଅନ୍ତି, ସେହି ସ୍ଥାନରେ ଯେବେ ସେମାନେ ମନେ ମନେ ବିବେଚନା କରି ଅନୁତାପ କରନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନଙ୍କ ଦେଶରେ ତୁମ୍ଭ ନିକଟରେ ବିନତି କରି କହନ୍ତି, ଆମ୍ଭେମାନେ ପାପ କଲୁ ଓ ବିପଥଗାମୀ ହେଲୁ ଓ ଦୁଷ୍ଟପଣ କଲୁ;
2 Chronicles 6:37 in Oriya 37 ତଥାପି ସେମାନେ ଯେଉଁ ଦେଶକୁ ବନ୍ଦୀ ରୂପେ ନୀତ ହୁଅନ୍ତି, ସେହି ସ୍ଥାନରେ ଯେବେ ସେମାନେ ମନେ ମନେ ବିବେଚନା କରି ପୁନର୍ବାର ଫେରନ୍ତି ଓ ଆପଣାମାନଙ୍କ ବନ୍ଦୀତ୍ୱ ଦେଶରେ ତୁମ୍ଭ ନିକଟରେ ବିନତି କରି କହନ୍ତି, ଆମ୍ଭେମାନେ ପାପ କରିଅଛୁ ଓ ବିପଥଗାମୀ ଓ ଦୁଷ୍ଟପଣ କରିଅଛୁ;
Ezra 9:6 in Oriya 6 “ହେ ମୋହର ପରମେଶ୍ୱର, ମୁଁ ଲଜ୍ଜିତ ଅଛି, ହେ ମୋହର ପରମେଶ୍ୱର, ମୁଁ ତୁମ୍ଭ ଆଡ଼େ ମୁଖ ଟେକିବାକୁ ବିଷଣ୍ଣ ଅଛି; କାରଣ ଆମ୍ଭମାନଙ୍କ ଅପରାଧ ଆମ୍ଭମାନଙ୍କ ମସ୍ତକର ଉର୍ଦ୍ଧ୍ୱରେ ବଢ଼ି ଉଠିଅଛି ଓ ଆମ୍ଭମାନଙ୍କ ଦୋଷ ଗଗନସ୍ପର୍ଶୀ ହୋଇଅଛି।
Nehemiah 1:6 in Oriya 6 ମୁଁ ତୁମ୍ଭ ବିରୁଦ୍ଧରେ ଆମ୍ଭମାନଙ୍କ କୃତ ଇସ୍ରାଏଲ ସନ୍ତାନଗଣର ପାପ ସ୍ୱୀକାର କରି ତୁମ୍ଭ ଦାସ ଇସ୍ରାଏଲର ସନ୍ତାନଗଣ ପକ୍ଷରେ ଦିବାରାତ୍ର ଏହି ସମୟରେ ତୁମ୍ଭ ଛାମୁରେ ଯେଉଁ ପ୍ରାର୍ଥନା କରୁଅଛି, ଆପଣା ଦାସର ସେହି ପ୍ରାର୍ଥନା ଶୁଣିବା ପାଇଁ ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ଓ ତୁମ୍ଭର ଚକ୍ଷୁ ମୁକ୍ତ ହେଉ; ମୁଁ ଓ ମୋହର ପିତୃବଂଶ ହିଁ ପାପ କରିଅଛୁ।
Nehemiah 9:33 in Oriya 33 ତଥାପି ଆମ୍ଭମାନଙ୍କ ପ୍ରତି ଯାହା ଯାହା ଘଟିଅଛି, ସେସବୁରେ ତୁମ୍ଭେ ଧର୍ମମୟ ଅଟ; କାରଣ ତୁମ୍ଭେ ସତ୍ୟରେ ବ୍ୟବହାର କରିଅଛ, ମାତ୍ର ଆମ୍ଭେମାନେ ଦୁଷ୍କର୍ମ କରିଅଛୁ।
Psalm 18:21 in Oriya 21 କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଅଛି ଓ ଦୁଷ୍ଟ ଭାବରେ ମୁଁ ପରମେଶ୍ୱରଙ୍କ ନିକଟରୁ ପ୍ରସ୍ଥାନ କରି ନାହିଁ।
Psalm 106:6 in Oriya 6 ଆମ୍ଭେମାନେ ଆପଣାମାନଙ୍କ ପିତୃଗଣ ତୁଲ୍ୟ ପାପ କରିଅଛୁ, ଆମ୍ଭେମାନେ ଅପରାଧ କରିଅଛୁ, ଆମ୍ଭେମାନେ ଅଧର୍ମ କରିଅଛୁ।
Psalm 119:102 in Oriya 102 ମୁଁ ତୁମ୍ଭ ଶାସନରୁ ବିମୁଖ ହୋଇ ନାହିଁ; କାରଣ ତୁମ୍ଭେ ମୋତେ ଶିକ୍ଷା ଦେଇଅଛ।
Isaiah 53:6 in Oriya 6 ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି।
Isaiah 59:13 in Oriya 13 ତାହା ଅପରାଧ ଓ ସଦାପ୍ରଭୁଙ୍କୁ ଅସ୍ୱୀକାର କରିବା ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍ଗମନରୁ ବିମୁଖ ହେବା, ଉପଦ୍ରବ ଓ ରାଜଦ୍ରୋହର କଥା କହିବା, ମିଥ୍ୟା କଥା ଧାରଣ କରି ଅନ୍ତଃକରଣରୁ ବାହାର କରିବାର ଅଟେ।
Isaiah 64:5 in Oriya 5 ଯେଉଁ ଲୋକ ଆନନ୍ଦରେ ଧର୍ମାଚରଣ କରେ, ଯେଉଁମାନେ ତୁମ୍ଭ ପଥରେ ତୁମ୍ଭକୁ ସ୍ମରଣ କରନ୍ତି, ତୁମ୍ଭେ ସେମାନଙ୍କ ସହିତ ସାକ୍ଷାତ କରିଥାଅ; ଦେଖ, ତୁମ୍ଭେ କ୍ରୁଦ୍ଧ ଥିଲ ଓ ଆମ୍ଭେମାନେ ପାପ କଲୁ; ଆମ୍ଭେମାନେ ଦୀର୍ଘ କାଳ ତହିଁରେ ରହିଅଛୁ, ଆମ୍ଭେମାନେ କି ପରିତ୍ରାଣ ପାଇବା ?
Jeremiah 3:25 in Oriya 25 ଆମ୍ଭେମାନେ ନିଜ ଲଜ୍ଜାରେ ଶୟନ କରୁ ଓ ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ; କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କ ପିତୃପୁରୁଷମାନେ ବାଲ୍ୟ କାଳରୁ ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛୁ ଓ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ କରି ନାହୁଁ।
Jeremiah 14:7 in Oriya 7 ହେ ସଦାପ୍ରଭୁ, ଯଦ୍ୟପି ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦିଏ, ତଥାପି ତୁମ୍ଭେ ଆପଣା ନାମ ସକାଶୁ କାର୍ଯ୍ୟ କର; କାରଣ ଆମ୍ଭମାନଙ୍କର ବିପଥଗମନ ଅପାର; ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।
Lamentations 1:20 in Oriya 20 ହେ ସଦାପ୍ରଭୁ, ଦେଖ; କାରଣ ମୁଁ ବିପଦଗ୍ରସ୍ତା; ମୋହର ଅନ୍ତ୍ର ବ୍ୟଥିତ ହେଉଅଛି; ମୋର ହୃଦୟ ମୋ' ଅନ୍ତରରେ ବିକାରପ୍ରାପ୍ତ ହେଉଅଛି; କାରଣ ମୁଁ ଅତ୍ୟନ୍ତ ବିଦ୍ରୋହାଚରଣ କରିଅଛି; ବାହାରେ ଖଡ଼୍ଗ ବଧ କରୁଅଛି, ଗୃହରେ ମୃତ୍ୟୁୁ ଥିଲା ପରି ହେଉଅଛି।
Ezekiel 6:9 in Oriya 9 ପୁଣି, ତୁମ୍ଭମାନଙ୍କର ସେହି ରକ୍ଷାପ୍ରାପ୍ତ ଲୋକମାନେ ଯେଉଁ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟକୁ ବନ୍ଦୀ ଅବସ୍ଥାରେ ନୀତ ହେବେ, ସେମାନଙ୍କ ମଧ୍ୟରେ ଥାଇ ଆମ୍ଭକୁ ସ୍ମରଣ କରିବେ, ଅର୍ଥାତ୍, ସେମାନଙ୍କର ଯେଉଁ ବ୍ୟଭିଚାରୀ ହୃଦୟ ଆମ୍ଭକୁ ତ୍ୟାଗ କରି ଯାଇଅଛି ଓ ସେମାନଙ୍କର ଯେଉଁ ଚକ୍ଷୁ ବ୍ୟଭିଚାରୀ ହୋଇ ଦେବତାଗଣର ପଶ୍ଚାତ ଗମନ କରେ, ତହିଁ ସକାଶୁ ଆମ୍ଭେ କିପରି ବିଦୀର୍ଣ୍ଣ ହୋଇଅଛୁ, ଏହା ସେମାନେ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣାର ସକଳ ଘୃଣାଯୋଗ୍ୟ ଆଚାର ବ୍ୟବହାର ଦ୍ୱାରା ଯେଉଁ ଦୁଷ୍କ୍ରିୟା କରିଅଛନ୍ତି, ତହିଁ ନିମନ୍ତେ ସେମାନେ ଆପଣାମାନଙ୍କ ଦୃଷ୍ଟିରେ ଆପଣାମାନଙ୍କୁ ଘୃଣା କରିବେ।
Daniel 9:11 in Oriya 11 ହଁ, ସମୁଦାୟ ଇସ୍ରାଏଲ ତୁମ୍ଭର ବ୍ୟବସ୍ଥା ଲଙ୍ଘନ କରିଅଛନ୍ତି, ତୁମ୍ଭର ରବରେ ଯେପରି ସେମାନେ ମନୋଯୋଗ ନ କରିବେ, ଏଥିପାଇଁ ସେମାନେ ବିପଥଗାମୀ ହୋଇଅଛନ୍ତି, ଏହି କାରଣରୁ ଅଭିଶାପ ଓ ପରମେଶ୍ୱରଙ୍କ ସେବକ ମୋଶାଙ୍କ ବ୍ୟବସ୍ଥାରେ ଲିଖିତ ଶପଥ ଆମ୍ଭମାନଙ୍କ ଉପରେ ଢଳା ଯାଇଅଛି; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ପାପ କରିଅଛୁ।
Daniel 9:15 in Oriya 15 ଏଣୁ ଏବେ ହେ ପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ବଳବାନ ହସ୍ତ ଦ୍ୱାରା ମିସର ଦେଶରୁ ଆପଣା ଲୋକମାନଙ୍କୁ ବାହାର କରି ଆଣି ଆଜିକାର ନ୍ୟାୟ କୀର୍ତ୍ତି ଲାଭ କରିଅଛ; ଆମ୍ଭେମାନେ ପାପ କରିଅଛୁ, ଆମ୍ଭେମାନେ ଦୁଷ୍କର୍ମ କରିଅଛୁ।
Hosea 1:2 in Oriya 2 ଯେଉଁ ସମୟରେ ସଦାପ୍ରଭୁ ପ୍ରଥମରେ ହୋଶେୟଙ୍କ ଦ୍ୱାରା କଥା କହିଲେ, ସେହି ସମୟରେ ସଦାପ୍ରଭୁ ହୋଶେୟଙ୍କୁ କହିଲେ, “ତୁମ୍ଭେ ଯାଇ ବ୍ୟଭିଚାରିଣୀ ଏକ ଭାର୍ଯ୍ୟାକୁ ଓ ବ୍ୟଭିଚାରରୁ ଜାତ ସନ୍ତାନଗଣକୁ ଗ୍ରହଣ କର; କାରଣ ଏହି ଦେଶ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ମହା ବ୍ୟଭିଚାର କରିଅଛି।”
Malachi 3:7 in Oriya 7 ତୁମ୍ଭମାନଙ୍କର ପିତୃପୁରୁଷଗଣର ସମୟଠାରୁ ତୁମ୍ଭେମାନେ ଆମ୍ଭର ବିଧିସବୁ ଲଙ୍ଘନ କରିଅଛ ଓ ସେହିସବୁ ପାଳନ କରି ନାହଁ। ଆମ୍ଭ ନିକଟକୁ ଫେରି ଆସ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ମାତ୍ର ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କିପରି ଫେରିବା ?”
Hebrews 3:12 in Oriya 12 ହେ ଭାଇମାନେ, ସାବଧାନ,ଯେପରି ଜୀବନ୍ତ ଈଶ୍ୱରଙ୍କଠାରୁ ବିମୁଖକାରୀ ଦୁଷ୍ଟ, ଅବିଶ୍ୱାସୀ ହୃଦୟ ତୁମ୍ଭମାନଙ୍କର କାହାରିଠାରେ ନ ଥାଏ।