Daniel 9:6 in Oriya 6 ପୁଣି, ତୁମ୍ଭର ଯେଉଁ ଦାସ ଭବିଷ୍ୟଦ୍ବକ୍ତାଗଣ ଆମ୍ଭମାନଙ୍କର ରାଜାଗଣକୁ, ଆମ୍ଭମାନଙ୍କର ଅଧିପତିଗଣକୁ ଓ ଆମ୍ଭମାନଙ୍କର ପିତୃପୁରୁଷଗଣକୁ ଓ ଦେଶସ୍ଥ ଲୋକସମୂହକୁ ତୁମ୍ଭ ନାମରେ କଥା କହିଲେ, ସେମାନଙ୍କ ପ୍ରତି ଆମ୍ଭେମାନେ କର୍ଣ୍ଣପାତ କରି ନାହୁଁ।
Other Translations King James Version (KJV) Neither have we hearkened unto thy servants the prophets, which spake in thy name to our kings, our princes, and our fathers, and to all the people of the land.
American Standard Version (ASV) neither have we hearkened unto thy servants the prophets, that spake in thy name to our kings, our princes, and our fathers, and to all the people of the land.
Bible in Basic English (BBE) We have not given ear to your servants the prophets, who said words in your name to our kings and our rulers and our fathers and all the people of the land.
Darby English Bible (DBY) And we have not hearkened unto thy servants the prophets, who spoke in thy name to our kings, our princes, and our fathers, and to all the people of the land.
World English Bible (WEB) neither have we listened to your servants the prophets, who spoke in your name to our kings, our princes, and our fathers, and to all the people of the land.
Young's Literal Translation (YLT) and we have not hearkened unto Thy servants, the prophets, who have spoken in Thy name unto our kings, our heads, and our fathers, and to all the people of the land.
Cross Reference 2 Kings 17:13 in Oriya 13 ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍ବକ୍ତା ଓ ପ୍ରତ୍ୟେକ ଦର୍ଶକ ଦ୍ୱାରା ଇସ୍ରାଏଲ ପ୍ରତି ଓ ଯିହୁଦା ପ୍ରତି ସାକ୍ଷ୍ୟ ଦେଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ କୁପଥରୁ ଫେର, ଆଉ ଆମ୍ଭେ ତୁମ୍ଭମାନଙ୍କ ପିତୃଲୋକଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛୁ ଓ ଯାହା ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣଙ୍କ ହସ୍ତ ଦ୍ୱାରା ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ଆମ୍ଭର ଆଜ୍ଞା ଓ ବିଧିସବୁ ପାଳନ କର।”
2 Chronicles 33:10 in Oriya 10 ତହୁଁ ସଦାପ୍ରଭୁ ମନଃଶି ଓ ତାଙ୍କର ଲୋକମାନଙ୍କୁ ନାନା କଥା କହିଲେ, ମାତ୍ର ସେମାନେ କିଛି ମନୋଯୋଗ କଲେ ନାହିଁ।
2 Chronicles 36:15 in Oriya 15 ତଥାପି ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ଆପଣା ଦୂତଗଣ ଦ୍ୱାରା ସେମାନଙ୍କ ନିକଟକୁ କହି ପଠାଇଲେ, ସେ ଆପଣା ଲୋକମାନଙ୍କ ପ୍ରତି ଓ ଆପଣା ନିବାସ-ସ୍ଥାନ ପ୍ରତି ଦୟା ବହିବାରୁ ପ୍ରତ୍ୟୁଷରେ ଉଠି ପଠାଇଲେ;
Ezra 9:7 in Oriya 7 ଆମ୍ଭମାନଙ୍କ ପୂର୍ବପୁରୁଷଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେମାନେ ଅତିଶୟ ଦୋଷୀ ହୋଇଅଛୁ; ଆପଣାମାନଙ୍କ ଅପରାଧ ସକାଶୁ ଆଜିର ନ୍ୟାୟ ଆମ୍ଭେମାନେ, ଆମ୍ଭମାନଙ୍କ ରାଜାଗଣ ଓ ଆମ୍ଭମାନଙ୍କ ଯାଜକଗଣ ନାନା ଦେଶୀୟ ରାଜାଗଣ ହସ୍ତରେ, ଖଡ୍ଗରେ, ବନ୍ଦୀତ୍ୱରେ ଓ ଲୁଟରେ ଓ ମୁଖ ବିଷଣ୍ଣତାରେ ସମର୍ପିତ ହୋଇଅଛୁ।
Nehemiah 9:32 in Oriya 32 ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ମହାନ, ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ୱର, ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ, ଅଶୂରୀୟ ରାଜାଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜାଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ ଓ ଆମ୍ଭମାନଙ୍କ ଯାଜକଗଣ ଉପରେ ଓ ଆମ୍ଭମାନଙ୍କ ଭବିଷ୍ୟଦ୍ବକ୍ତାଗଣ ଉପରେ ଓ ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେ ଯେ କ୍ଳେଶ ଘଟିଅଛି, ତାହାସବୁ ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ଦେଖା ନ ଯାଉ।
Nehemiah 9:34 in Oriya 34 ପୁଣି, ଆମ୍ଭମାନଙ୍କ ରାଜାଗଣ, ଆମ୍ଭମାନଙ୍କ ଅଧିପତିଗଣ, ଆମ୍ଭମାନଙ୍କ ଯାଜକଗଣ ଅବା ଆମ୍ଭମାନଙ୍କ ପିତୃଗଣ ତୁମ୍ଭ ବ୍ୟବସ୍ଥା ପାଳନ କରି ନାହାନ୍ତି, କିଅବା ତୁମ୍ଭେ ଆପଣାର ଯେଉଁ ଆଜ୍ଞା ଓ ସାକ୍ଷ୍ୟ ଦ୍ୱାରା ସେମାନଙ୍କୁ ଚେତାବନୀ ଦେଲ, ତହିଁରେ କର୍ଣ୍ଣପାତ କରି ନାହାନ୍ତି।
Isaiah 30:10 in Oriya 10 ସେମାନେ ଦର୍ଶକଗଣକୁ କହନ୍ତି, “ତୁମ୍ଭେମାନେ ଦର୍ଶନ କର ନାହିଁ” ଓ ଭବିଷ୍ୟଦ୍ବକ୍ତାଗଣଙ୍କୁ କହନ୍ତି, “ତୁମ୍ଭେମାନେ ଆମ୍ଭମାନଙ୍କ ନିକଟରେ ଯଥାର୍ଥ ବାକ୍ୟ ପ୍ରଚାର କର ନାହିଁ, ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ୟ ପ୍ରଚାର କର;
Jeremiah 6:16 in Oriya 16 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆ ହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ;” ମାତ୍ର ସେମାନେ କହିଲେ, “ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ।”
Jeremiah 7:13 in Oriya 13 ସଦାପ୍ରଭୁ କହନ୍ତି, ‘ତୁମ୍ଭେମାନେ ଏହିସବୁ କର୍ମ କରିଅଛ ଓ ଆମ୍ଭେ ପ୍ରତ୍ୟୁଷରେ ଉଠି କଥା କହିଲେ ହେଁ ତୁମ୍ଭେମାନେ ଶୁଣିଲ ନାହିଁ ଓ ଆମ୍ଭେ ଡାକିଲେ ହେଁ ତୁମ୍ଭେମାନେ ଉତ୍ତର ଦେଲ ନାହିଁ;
Jeremiah 7:25 in Oriya 25 ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ମିସର ଦେଶରୁ ବାହାର ହୋଇ ଆସିବା ଦିନଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇବା ନିମନ୍ତେ ନିତ୍ୟ ନିତ୍ୟ ପ୍ରତ୍ୟୁଷରେ ଉଠି ତୁମ୍ଭମାନଙ୍କ ନିକଟକୁ ସେମାନଙ୍କୁ ପଠାଇଅଛୁ;
Jeremiah 25:3 in Oriya 3 “ଆମୋନ୍ର ପୁତ୍ର ଯିହୁଦାର ରାଜା ଯୋଶୀୟର ଅଧିକାରର ତ୍ରୟୋଦଶ ବର୍ଷଠାରୁ ଆଜି ପର୍ଯ୍ୟନ୍ତ ଏହି ତେଇଶ ବର୍ଷଯାକ ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହୋଇଅଛି ଓ ମୁଁ ପ୍ରତ୍ୟୁଷରେ ଉଠି ତାହା ତୁମ୍ଭମାନଙ୍କୁ କହିଅଛି, ମାତ୍ର ତାହା ତୁମ୍ଭେମାନେ ଶୁଣି ନାହଁ।
Jeremiah 26:5 in Oriya 5 ଆମ୍ଭର ଯେଉଁ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ଆମ୍ଭେ ଅତି ପ୍ରଭାତରେ ଉଠି ତୁମ୍ଭମାନଙ୍କ ନିକଟକୁ ପଠାଇ ଆସିଅଛୁ, ମାତ୍ର ତୁମ୍ଭେମାନେ ମନୋଯୋଗ କରି ନାହଁ, ସେମାନଙ୍କ ବାକ୍ୟରେ ଯଦି ତୁମ୍ଭେମାନେ ମନୋଯୋଗ ନ କରିବ;
Jeremiah 29:19 in Oriya 19 କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ପ୍ରଭାତରେ ଉଠି ଆମ୍ଭର ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ସେମାନଙ୍କ ନିକଟକୁ ପଠାଇ ଯାହା କହିଲୁ, ସେମାନେ ଆମ୍ଭର ସେହି ବାକ୍ୟରେ ମନୋଯୋଗ କରି ନାହାନ୍ତି;” ମାତ୍ର ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଆମ୍ଭର ବାକ୍ୟ ଶୁଣିବାକୁ ସମ୍ମତ ହେଲ ନାହିଁ।”
Jeremiah 32:32 in Oriya 32 କାରଣ ଇସ୍ରାଏଲ ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ, ଅର୍ଥାତ୍, ସେମାନେ,ସେମାନଙ୍କର ରାଜାଗଣ, ଅଧିପତିଗଣ, ଯାଜକଗଣ ଓ ଭବିଷ୍ୟଦ୍ବକ୍ତାଗଣ, ଆଉ ଯିହୁଦାର ଲୋକମାନେ ଓ ଯିରୂଶାଲମ ନିବାସୀମାନେ ଆମ୍ଭକୁ ବିରକ୍ତ କରିବା ପାଇଁ ନାନାପ୍ରକାର ଦୁଷ୍କ୍ରିୟା କରିଅଛନ୍ତି।
Jeremiah 44:4 in Oriya 4 ତଥାପି ଆମ୍ଭେ ଅତି ପ୍ରଭାତରେ ଉଠି ଆମ୍ଭର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇ କହିଲୁ, ‘ଆଃ, ଏହି ଘୃଣାଯୋଗ୍ୟ କାର୍ଯ୍ୟ ତୁମ୍ଭେମାନେ କର ନାହିଁ, ଆମ୍ଭେ ତାହା ଘୃଣା କରୁ।'
Jeremiah 44:16 in Oriya 16 “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କୁ ଯେଉଁ କଥା କହିଅଛ, ତୁମ୍ଭର ସେହି କଥା ଆମ୍ଭେମାନେ ଶୁଣିବୁ ନାହିଁ।
Daniel 9:10 in Oriya 10 ଓ ସେ ଆପଣା ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଆପଣାର ଯେଉଁ ବ୍ୟବସ୍ଥାସକଳ ଆମ୍ଭମାନଙ୍କ ସମ୍ମୁଖରେ ରଖିଲେ, ତଦନୁସାରେ ଆଚରଣ କରିବା ପାଇଁ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବରେ ମନୋଯୋଗ କରି ନାହୁଁ।
Zechariah 1:4 in Oriya 4 ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍ବକ୍ତାମାନେ ଉଚ୍ଚୈଃସ୍ୱରରେ କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର। ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ,'” ଏହା ସଦାପ୍ରଭୁ କହନ୍ତି।
Zechariah 7:8 in Oriya 8 ଏଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିଖରୀୟଙ୍କ ନିକଟରେ ଉପସ୍ଥିତ ହେଲା,
Matthew 21:34 in Oriya 34 ପରେ ଫଳର ସମୟ ପାଖେଇ ଆସନ୍ତେ ସେ ଆପଣା ଫଳ ପାଇବା ପାଇଁ କୃଷକମାନଙ୍କ ପାଖକୁ ନିଜ ଦାସମାନଙ୍କୁ ପଠାଇଲେ।
Matthew 23:37 in Oriya 37 ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତାରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।
Luke 20:10 in Oriya 10 ଆଉ କୃଷକମାନେ ଯେପରି ତାହାଙ୍କୁ ଅଙ୍ଗୁର କ୍ଷେତ୍ରର ଫଳରୁ ଭାଗ ଦିଅନ୍ତି, ଏଥି ନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ, କିନ୍ତୁ ସେହି କୃଷକମାନେ ତାହାକୁ ପ୍ରହାର କରି ଖାଲି ହାତରେ ଫେରାଇଦେଲେ।
Acts 7:51 in Oriya 51 ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି।
Acts 13:27 in Oriya 27 କାରଣ ଯିରୂଶାଲମ ନିବାସୀମାନେ ଆଉ ସେମାନଙ୍କର ଅଧ୍ୟକ୍ଷଗଣ ତାହାଙ୍କୁ ପୁଣି, ପ୍ରତି ବିଶ୍ରାମବାରରେ ପାଠ କରାଯାଉଥିବା ଭାବବାଦୀମାନଙ୍କର ବାକ୍ୟସବୁକୁ ନ ଜାଣିବାରୁ ତାହାଙ୍କୁ ଦୋଷୀ କରି ସେ ସମସ୍ତ ସଫଳ କଲେ,
1 Thessalonians 2:15 in Oriya 15 ସେହି ଯିହୂଦୀମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ, ପୁଣି, ଭାବବାଦୀମାନଙ୍କୁ ମଧ୍ୟ ବଧ କରିଥିଲେ, ଆଉ ଆମ୍ଭମାନଙ୍କୁ ତାଡନା କଲେ; ସେମାନେ ଇଶ୍ବରଙ୍କ ଅସନ୍ତୋଷପାତ୍ର ଓ ସମସ୍ତ ମାନବଜାତିର ବିପକ୍ଷ,