Deuteronomy 1:17 in Oriya 17 ତୁମ୍ଭେମାନେ ବିଚାରରେ କାହାରି ମୁଖାପେକ୍ଷା କରିବ ନାହିଁ; ତୁମ୍ଭେମାନେ ସାନ ଓ ବଡ଼ ଲୋକର କଥା ସମଭାବରେ ଶୁଣିବ; ତୁମ୍ଭେମାନେ ମନୁଷ୍ୟର ମୁଖକୁ ଭୟ କରିବ ନାହିଁ; କାରଣ ବିଚାର ପରମେଶ୍ୱରଙ୍କର ଅଟେ; ପୁଣି ଯେଉଁ କଥା ତୁମ୍ଭମାନଙ୍କ ପ୍ରତି କଠିନ ହୁଏ, ତାହା ତୁମ୍ଭେମାନେ ମୋ' ନିକଟକୁ ଆଣିବ, ମୁଁ ତାହା ଶୁଣିବି।”
Other Translations King James Version (KJV) Ye shall not respect persons in judgment; but ye shall hear the small as well as the great; ye shall not be afraid of the face of man; for the judgment is God's: and the cause that is too hard for you, bring it unto me, and I will hear it.
American Standard Version (ASV) Ye shall not respect persons in judgment; ye shall hear the small and the great alike; ye shall not be afraid of the face of man; for the judgment is God's: and the cause that is too hard for you ye shall bring unto me, and I will hear it.
Bible in Basic English (BBE) In judging, do not let a man's position have any weight with you; give hearing equally to small and great; have no fear of any man, for it is God who is judge: and any cause in which you are not able to give a decision, you are to put before me and I will give it a hearing.
Darby English Bible (DBY) Ye shall not respect persons in judgment: ye shall hear the small as well as the great; ye shall not be afraid of the face of man, for the judgment is God's; and the matter that is too hard for you shall ye bring to me, that I may hear it.
Webster's Bible (WBT) Ye shall not respect persons in judgment; but ye shall hear the small as well as the great; ye shall not be afraid of the face of man; for the judgment is God's: and the cause that is too hard for you, bring to me, and I will hear it.
World English Bible (WEB) You shall not show partiality in judgment; you shall hear the small and the great alike; you shall not be afraid of the face of man; for the judgment is God's: and the cause that is too hard for you, you shall bring to me, and I will hear it.
Young's Literal Translation (YLT) ye do not discern faces in judgment; as the little so the great ye do hear; ye are not afraid of the face of any, for the judgment is God's, and the thing which is too hard for you, ye bring near unto me, and I have heard it;
Cross Reference Exodus 18:18 in Oriya 18 ତୁମ୍ଭେ ଓ ତୁମ୍ଭ ସଙ୍ଗୀ ଏହି ଲୋକମାନେ ଦୁହେଁ ନିଶ୍ଚୟ କ୍ଷୀଣ ହୋଇଯିବ; କାରଣ ଏ କାର୍ଯ୍ୟ ତୁମ୍ଭ ନିମନ୍ତେ ଅତି ଭାରୀ; ତୁମ୍ଭେ ଏକାକୀ ଏହା ସାଧନ କରି ନ ପାର।
Exodus 18:22 in Oriya 22 ସେମାନେ ସର୍ବଦା ଲୋକମାନଙ୍କର ବିଚାର କରନ୍ତୁ, ପୁଣି, କୌଣସି ବଡ଼ କଥା ହେଲେ ତୁମ୍ଭ ନିକଟକୁ ଆଣିବେ, ମାତ୍ର କ୍ଷୁଦ୍ର କଥା ସବୁ ସେମାନେ ଆପେ ବିଚାର କରିବେ, ତାହାହେଲେ ତୁମ୍ଭ ନିଜ କର୍ମ ଉଶ୍ୱାସ ହେବ, ପୁଣି, ସେମାନେ ତୁମ୍ଭ ସହିତ ଭାର ବହିବେ।
Exodus 18:26 in Oriya 26 ତହୁଁ ସେମାନେ ସବୁ ସମୟରେ ଲୋକମାନଙ୍କର ବିଚାର କଲେ; କଠିନ ବିଚାରସବୁ ମୋଶାଙ୍କ ପାଖକୁ ଆଣିଲେ; ମାତ୍ର କ୍ଷୁଦ୍ର କ୍ଷୁଦ୍ର କଥାସବୁ ଆପେ ଆପେ ବିଚାର କଲେ।
Exodus 23:2 in Oriya 2 ତୁମ୍ଭେ ଦୁଷ୍କର୍ମ କରିବାକୁ ବହୁ ଲୋକର ପଶ୍ଚାଦ୍ବର୍ତ୍ତୀ ହେବ ନାହିଁ, ପୁଣି, ନ୍ୟାୟ ବିଚାର ଅନ୍ୟଥା କରିବା ପାଇଁ ବହୁ ଲୋକର ପକ୍ଷ ହୋଇ ପ୍ରତିବାଦ କରିବ ନାହିଁ;
Exodus 23:6 in Oriya 6 ଦରିଦ୍ରର ବିଚାରରେ ତୁମ୍ଭେ ତାହା ପ୍ରତି ଅନ୍ୟାୟ କରିବ ନାହିଁ।
Leviticus 19:15 in Oriya 15 ତୁମ୍ଭେମାନେ ବିଚାରରେ ଅଧର୍ମ କରିବ ନାହିଁ; ତୁମ୍ଭେ ଦରିଦ୍ରର ମୁଖାପେକ୍ଷା କରିବ ନାହିଁ, କିଅବା ଧନୀର ସମ୍ଭ୍ରମ କରିବ ନାହିଁ, ମାତ୍ର ତୁମ୍ଭେ ଧର୍ମରେ ଆପଣା ପ୍ରତିବାସୀର ବିଚାର କରିବ।
Deuteronomy 10:17 in Oriya 17 କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଦେବଗଣର ଦେବ, ପ୍ରଭୁମାନଙ୍କର ପ୍ରଭୁ, ମହାନ୍, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ୱର ଅଟନ୍ତି, ସେ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁ।
Deuteronomy 16:19 in Oriya 19 ତୁମ୍ଭେ ଅନ୍ୟାୟ ବିଚାର କରିବ ନାହିଁ; ତୁମ୍ଭେ ମନୁଷ୍ୟର ମୁଖାପେକ୍ଷା କରିବ ନାହିଁ; କିଅବା ତୁମ୍ଭେ ଲାଞ୍ଚ ନେବ ନାହିଁ; କାରଣ ଲାଞ୍ଚ ଜ୍ଞାନୀମାନଙ୍କର ଚକ୍ଷୁ ଅନ୍ଧ କରେ ଓ ଧାର୍ମିକମାନଙ୍କ ବାକ୍ୟ ଅନ୍ୟଥା କରେ।
Deuteronomy 17:8 in Oriya 8 ତୁମ୍ଭ ନଗରଦ୍ୱାର ଭିତରେ, ରକ୍ତପାତ ଓ ରକ୍ତପାତ ମଧ୍ୟରେ, ବିବାଦ ଓ ବିବାଦ ମଧ୍ୟରେ ପୁଣି ଆଘାତ ଓ ଆଘାତ ମଧ୍ୟରେ ବିରୋଧ ଉଠିଲେ, ଯଦି ତହିଁର ବିଚାର ତୁମ୍ଭ ପ୍ରତି ଅତି କଠିନ ବୋଧ ହୁଏ; ତେବେ ତୁମ୍ଭେ ଉଠି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ମନୋନୀତ ସ୍ଥାନକୁ ଯିବ;
Deuteronomy 24:17 in Oriya 17 ତୁମ୍ଭେ ବିଦେଶୀର କି ପିତୃହୀନର ବିଚାରରେ ଅନ୍ୟାୟ କରିବ ନାହିଁ, କିଅବା ବିଧବାର ବସ୍ତ୍ର ବନ୍ଧକ ରଖିବ ନାହିଁ।
1 Samuel 12:3 in Oriya 3 ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି ? ଅବା ମୁଁ କାହାର ଗଧ ନେଇଅଛି ? ଅବା ମୁଁ କାହାର ଅନ୍ୟାୟ କରିଅଛି ? ମୁଁ କାହା ପ୍ରତି ଉପଦ୍ରବ କରିଅଛି ? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି ? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।
1 Samuel 16:7 in Oriya 7 ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି, ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି;
2 Samuel 14:14 in Oriya 14 ଆମ୍ଭେମାନେ ତ ନିତାନ୍ତ ମରିବା, ପୁଣି ଭୂମିରେ ଢଳାଗଲା ଉତ୍ତାରେ ଯାହା ପୁନର୍ବାର ସଂଗୃହୀତ ହୋଇ ନ ପାରେ, ଏପରି ଜଳ ତୁଲ୍ୟ ହେବା; କିନ୍ତୁ ପରମେଶ୍ୱର ଜୀବନ ହରଣ କରନ୍ତି ନାହିଁ; ମାତ୍ର ନିର୍ବାସିତ ଲୋକ ଯେପରି ତାହାଙ୍କଠାରୁ ନିର୍ବାସିତ ନ ହୁଏ, ଏପରି ଉପାୟର ସଙ୍କଳ୍ପ କରନ୍ତି।
1 Kings 21:8 in Oriya 8 ତହୁଁ ସେ ଆହାବଙ୍କ ନାମରେ ପତ୍ର ଲେଖି ଓ ତାଙ୍କର ମୁଦ୍ରାରେ ମୁଦ୍ରାଙ୍କିତ କରି ନାବୋତର ନଗରସ୍ଥ ଓ ତାହାର ପ୍ରତିବାସୀ ପ୍ରାଚୀନ ଓ ପ୍ରଧାନ ଲୋକମାନଙ୍କ ନିକଟକୁ ସେହି ପତ୍ର ପଠାଇଲା।
2 Chronicles 19:6 in Oriya 6 ଓ ସେହି ବିଚାରକର୍ତ୍ତାମାନଙ୍କୁ କହିଲେ, “ତୁମ୍ଭେମାନେ ଯାହା କର, ତାହା ବିବେଚନା କର; କାରଣ ତୁମ୍ଭେମାନେ ମନୁଷ୍ୟ ନିମନ୍ତେ ନୁହେଁ, ମାତ୍ର ସଦାପ୍ରଭୁଙ୍କ ନିମନ୍ତେ ବିଚାର କରୁଅଛ; ପୁଣି ବିଚାରରେ ସେ ତୁମ୍ଭର ସହାୟ ଅଟନ୍ତି।
Job 22:6 in Oriya 6 ଯେଣୁ ତୁମ୍ଭେ ଅକାରଣରେ ଆପଣା ଭାଇଠାରୁ ବନ୍ଧକ ନେଇଅଛ ଓ ତୁମ୍ଭେ ବସ୍ତ୍ରହୀନମାନଙ୍କଠାରୁ ବସ୍ତ୍ର କାଢ଼ି ନେଇଅଛ।
Job 29:11 in Oriya 11 କାରଣ କର୍ଣ୍ଣ ମୋ' କଥା ଶୁଣନ୍ତେ, ମୋତେ କଲ୍ୟାଣ କଲା ଓ ଚକ୍ଷୁ ମୋତେ ଦେଖନ୍ତେ, ମୋ' ପକ୍ଷରେ ସାକ୍ଷ୍ୟ ଦେଲା;
Job 31:13 in Oriya 13 ମୋ' ଦାସ କି ଦାସୀ ମୋ' ସଙ୍ଗେ ବିରୋଧ କଲେ, ଯଦି ମୁଁ ସେମାନଙ୍କର ଗୁହାରି ତୁଚ୍ଛ କରିଥାଏ;
Job 31:34 in Oriya 34 ମହାଜନତାକୁ ଭୟ କରିବାରୁ ଓ ଗୋଷ୍ଠୀୟମାନଙ୍କ ତୁଚ୍ଛତା ମୋତେ ତ୍ରସ୍ତ କରିବାରୁ ଯେବେ ମୁଁ ନୀରବ ହୋଇ ଦ୍ୱାର ବାହାରକୁ ଯାଇ ନ ଥାଏ-
Psalm 82:3 in Oriya 3 ତୁମ୍ଭେମାନେ ଦରିଦ୍ର ଓ ପିତୃହୀନମାନଙ୍କର ବିଚାର କର; ଦୁଃଖୀ ଓ ଅକିଞ୍ଚନମାନଙ୍କ ପ୍ରତି ନ୍ୟାୟ ବ୍ୟବହାର କର।
Proverbs 22:22 in Oriya 22 ଦୀନହୀନକୁ ଦୀନହୀନ ଜାଣି ତାହାର ଦ୍ରବ୍ୟ ହରଣ କର ନାହିଁ, ପୁଣି, ନଗର-ଦ୍ୱାରରେ ଦୁଃଖୀ ପ୍ରତି ଉପଦ୍ରବ କର ନାହିଁ।
Proverbs 24:23 in Oriya 23 ଏସବୁ ମଧ୍ୟ ଜ୍ଞାନୀମାନଙ୍କ କଥା। ବିଚାରରେ ମନୁଷ୍ୟର ମୁଖାପେକ୍ଷା କରିବା ଭଲ ନୁହେଁ।
Proverbs 29:25 in Oriya 25 ଲୋକଭୟ ଫାନ୍ଦଜନକ; ମାତ୍ର ସଦାପ୍ରଭୁଙ୍କ ଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ।
Jeremiah 1:17 in Oriya 17 ଏହେତୁ ତୁମ୍ଭେ ଆପଣା କଟି ବାନ୍ଧି ଉଠ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେମାନଙ୍କୁ କୁହ; ସେମାନଙ୍କ ସକାଶୁ ଉଦ୍ବିଗ୍ନ ହୁଅ ନାହିଁ; ହେଲେ, ଆମ୍ଭେ ସେମାନଙ୍କ ସାକ୍ଷାତରେ ତୁମ୍ଭକୁ ଉଦ୍ବିଗ୍ନ କରିବା।
Jeremiah 5:28 in Oriya 28 ସେମାନେ ଆହୁରି ଆହୁରି ମୋଟା ଓ ଚିକ୍କଣ ହୁଅନ୍ତି, ହଁ, ସେମାନେ ଦୁଷ୍କ୍ରିୟାର ସୀମା ଅତିକ୍ରମ କରନ୍ତି; ସେମାନେ ଗୁହାରି ବିଚାର କରନ୍ତି ନାହିଁ, ପିତୃହୀନମାନଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କର ଗୁହାରି ବିଚାର କରନ୍ତି ନାହିଁ; ପୁଣି, ଦରିଦ୍ରମାନଙ୍କର ବିଚାର ସେମାନେ ନିଷ୍ପତ୍ତି କରନ୍ତି ନାହିଁ।”
Amos 5:11 in Oriya 11 ତୁମ୍ଭେମାନେ ଦରିଦ୍ରକୁ ପଦ ତଳେ ଦଳୁଅଛ ଓ ବଳପୂର୍ବକ ତାହାଠାରୁ ଗହମ ନେଉଅଛ; ଏଥିପାଇଁ ତୁମ୍ଭେମାନେ କଟା ପାଷାଣର ଗୃହ ନିର୍ମାଣ କରିଅଛ ସତ୍ୟ, ମାତ୍ର ତୁମ୍ଭେମାନେ ତହିଁରେ ବାସ କରିବ ନାହିଁ; ତୁମ୍ଭେମାନେ ରମ୍ୟ ଦ୍ରାକ୍ଷାକ୍ଷେତ୍ର ରୋପଣ କରିଅଛ, ମାତ୍ର ତୁମ୍ଭେମାନେ ତହିଁର ଦ୍ରାକ୍ଷାରସ ପାନ କରିବ ନାହିଁ;
Micah 2:1 in Oriya 1 ଯେଉଁମାନେ ଆପଣା ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରନ୍ତି ଓ କୁକର୍ମ ସ୍ଥିର କରନ୍ତି, ସେମାନେ ସନ୍ତାପର ପାତ୍ର ! ପ୍ରଭାତ ହେବାମାତ୍ର ସେମାନେ ତାହା ସାଧନ କରନ୍ତି, କାରଣ ତାହା ସେମାନଙ୍କ ହସ୍ତର କ୍ଷମତାଧୀନ।
Micah 3:1 in Oriya 1 ପୁଣି, ମୁଁ କହିଲି, ହେ ଯାକୁବର ପ୍ରଧାନବର୍ଗ ଓ ହେ ଇସ୍ରାଏଲ-ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଶୁଣ: ନ୍ୟାୟବିଚାର ଜ୍ଞାତ ହେବାର କି ତୁମ୍ଭମାନଙ୍କର ଉଚିତ୍ ନୁହେଁ ?
Micah 7:3 in Oriya 3 ଯାହା ମନ୍ଦ, ତାହା ଯତ୍ନପୂର୍ବକ କରିବା ପାଇଁ ତହିଁ ଉପରେ ସେମାନଙ୍କର ହସ୍ତ ଅଛି; ଅଧିପତି ଚାହେଁ ଓ ବିଚାରକର୍ତ୍ତା ପୁରସ୍କାର ପାଇଁ ପ୍ରସ୍ତୁତ ଆଉ, ବଡ଼ ଲୋକ ଆପଣା ପ୍ରାଣର ହିଂସାଭାବ ମୁଖରେ ବ୍ୟକ୍ତ କରେ; ଏହିରୂପେ ସେମାନେ ବସ୍ତ୍ର ତୁଲ୍ୟ ତାହା ଏକତ୍ର ବୁଣନ୍ତି।
Matthew 22:16 in Oriya 16 ଆଉ, ସେମାନେ ହେରୋଦୀୟମାନଙ୍କ ସହିତ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିକଟକୁ କହି ପଠାଇଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଏବଂ ସତ୍ୟ ରୂପେ ଇଶ୍ବରଙ୍କ ମାର୍ଗ ଶିକ୍ଷା ଦିଅନ୍ତି ପୁଣି, କାହାରିକୁ ଭୟ କରନ୍ତି ନାହିଁ, କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ।
Mark 12:14 in Oriya 14 ସେମାନେ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଓ କାହାକୁ ଭୟ କରନ୍ତି ନାହିଁ; କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଇଶ୍ବରଙ୍କ ମାର୍ଗ ଶିକ୍ଷା ଦିଅନ୍ତି। କାଇସରଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ ?
Luke 20:21 in Oriya 21 ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ଠିକ୍ କଥା କହନ୍ତି ଓ ଶିକ୍ଷା ଦିଅନ୍ତି, ପୁଣି, କାହାରି ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଇଶ୍ବରଙ୍କ ପଥ ବିଷୟରେ ଶିକ୍ଷା ଦିଅନ୍ତି।
Acts 10:34 in Oriya 34 ସେଥିରେ ପିତର ମୁଖ ଫିଟାଇ କହିଲେ, ଈଶ୍ୱର ଯେ ପକ୍ଷପାତ କରନ୍ତି ନାହିଁ,
Romans 2:11 in Oriya 11 କାରଣ ଇଶ୍ବରଙ୍କ ନିକଟରେ ମୁଖାପେକ୍ଷା ନାହିଁ।
Ephesians 6:9 in Oriya 9 ଆଉ ହେ କର୍ତ୍ତାମାନେ, ସେହିପରି ଭାବେ ସେମାନଙ୍କ ପ୍ରତି ବ୍ୟବହାର କର, ତର୍ଜନଗର୍ଜନ କରିବାରୁ ନିବୃତ୍ତ ହୁଅ; ସମସ୍ତଙ୍କର ପ୍ରଭୁ ଯେ ସ୍ୱର୍ଗରେ ଅଛନ୍ତି; ପୁଣି, ତାହାଙ୍କ ନିକଟରେ କୌଣସି ମୁଖାପେକ୍ଷା ନାହିଁ, ଏହା ଜାଣ।
Colossians 3:25 in Oriya 25 କାରଣ ଯେ ଅନ୍ୟାୟ କରେ, ସେ ଆପଣା ଅନ୍ୟାୟର ପ୍ରତିଫଳ ପାଇବ; ସେ ବିଷୟରେ କୌଣସି ମୁଖାପେକ୍ଷା ନାହିଁ।
1 Thessalonians 2:4 in Oriya 4 କିନ୍ତୁ ଆମ୍ଭମାନଙ୍କ ହସ୍ତରେ ସୁସମାଚାର ପ୍ରଚାରର ଭାର ସମର୍ପିତ ହେବା ନିମନ୍ତେ ଆମ୍ଭେମାନେ ଯେରୂପେ ଇଶ୍ବରଙ୍କ ଦ୍ୱାରା ଯୋଗ୍ୟ ଗଣିତ ହୋଇଅଛୁ, ସେହିରୂପେ ଆମ୍ଭେମାନେ ପ୍ରଚାର କରୁଅଛୁ; ଅତଏବ ଆମ୍ଭମାନଙ୍କ ହୃଦୟର ପରୀକ୍ଷକ ଯେ ଈଶ୍ୱର, ବରଂ ଆମ୍ଭେମାନେ ମନୁଷ୍ୟକୁ ସନ୍ତୁଷ୍ଟ ନ କରି ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ଉଦ୍ଦେଶ୍ୟରେ ତାହା କରୁଅଛୁ।
James 2:1 in Oriya 1 ହେ ମୋହର ଭାଇମାନେ, ଆମ୍ଭମାନଙ୍କ ଗୌରବମୟ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବାରୁ ମନୁଷ୍ୟର ମୁଖାପେକ୍ଷା କର ନାହିଁ।
James 2:9 in Oriya 9 ତାହାହେଲେ ଭଲ କରିଥାଅ; କିନ୍ତୁ ଯଦି ମନୁଷ୍ୟର ମୁଖାପେକ୍ଷା କର, ତାହାହେଲେ ପାପ କରୁଅଛ, ପୁଣି, ସେହି ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୋଇଥାଅ।
1 Peter 1:17 in Oriya 17 ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ବୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ଭୟ ସହକାରେ କ୍ଷେପଣ କର;