Deuteronomy 10:12 in Oriya 12 ଏବେ ହେ ଇସ୍ରାଏଲ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ଭୟ କରିବାର, ତାହାଙ୍କ ସକଳ ପଥରେ ଗମନ କରିବାର ଓ ତାହାଙ୍କୁ ପ୍ରେମ କରିବାର, ପୁଣି ଆପଣାର ସମସ୍ତ ଅନ୍ତଃକରଣ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସେବା କରିବାର,
Other Translations King James Version (KJV) And now, Israel, what doth the LORD thy God require of thee, but to fear the LORD thy God, to walk in all his ways, and to love him, and to serve the LORD thy God with all thy heart and with all thy soul,
American Standard Version (ASV) And now, Israel, what doth Jehovah thy God require of thee, but to fear Jehovah thy God, to walk in all his ways, and to love him, and to serve Jehovah thy God with all thy heart and with all thy soul,
Bible in Basic English (BBE) And now, Israel, what would the Lord your God have you do, but to go in the fear of the Lord your God, walking in all his ways and loving him and doing his pleasure with all your heart and all your soul,
Darby English Bible (DBY) And now, Israel, what doth Jehovah thy God require of thee, but to fear Jehovah thy God, to walk in all his ways, and to love him, and to serve Jehovah thy God with all thy heart and with all thy soul,
Webster's Bible (WBT) And now, Israel, what doth the LORD thy God require of thee, but to fear the LORD thy God, to walk in all his ways, and to love him, and to serve the LORD thy God with all thy heart and with all thy soul,
World English Bible (WEB) Now, Israel, what does Yahweh your God require of you, but to fear Yahweh your God, to walk in all his ways, and to love him, and to serve Yahweh your God with all your heart and with all your soul,
Young's Literal Translation (YLT) `And now, Israel, what is Jehovah thy God asking from thee, except to fear Jehovah thy God, to walk in all His ways, and to love Him, and to serve Jehovah thy God with all thy heart, and with all thy soul,
Cross Reference Deuteronomy 4:29 in Oriya 29 ମାତ୍ର ସେହି ସ୍ଥାନରୁ ଯେବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଅନ୍ୱେଷଣ କରିବ, ତେବେ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଅନ୍ୱେଷଣ କଲେ, ତାହାଙ୍କର ଉଦ୍ଦେଶ୍ୟ ପାଇବ।
Deuteronomy 5:33 in Oriya 33 ଯେପରି ତୁମ୍ଭେମାନେ ବଞ୍ଚିବ ଓ ତୁମ୍ଭମାନଙ୍କର ମଙ୍ଗଳ ହେବ, ପୁଣି ଯେଉଁ ଦେଶ ତୁମ୍ଭେମାନେ ଅଧିକାର କରିବ, ତହିଁରେ ଯେପରି ତୁମ୍ଭମାନଙ୍କର ଦୀର୍ଘ ପରମାୟୁ ହେବ, ଏଥିପାଇଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଯେଉଁ ଯେଉଁ ପଥରେ ଚାଲିବାକୁ ଆଜ୍ଞା ଦେଇଅଛନ୍ତି, ସେହି ସମସ୍ତ ପଥରେ ଚାଲ।
Deuteronomy 6:5 in Oriya 5 ଏନିମନ୍ତେ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ।
Deuteronomy 6:13 in Oriya 13 ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ଭୟ କରିବ ଓ ତୁମ୍ଭେ ତାହାଙ୍କର ସେବା କରିବ ଓ ତାହାଙ୍କ ନାମରେ ଶପଥ କରିବ।
Deuteronomy 11:13 in Oriya 13 ଆଉ ତୁମ୍ଭେମାନେ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କୁ ସେବା କରିବାକୁ ଆଜି ଆମ୍ଭେ ଯେଉଁ ଆଜ୍ଞା ଦେଉଅଛୁ, ତାହା ଯଦି ଯତ୍ନପୂର୍ବକ ଶୁଣିବ;
Deuteronomy 30:16 in Oriya 16 ଆଜି ମୁଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ପଥରେ ଚାଲିବାକୁ ଓ ତାହାଙ୍କ ଆଜ୍ଞା, ବିଧି ଓ ଶାସନ ପାଳିବାକୁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ତାହା କଲେ ତୁମ୍ଭେ ବଞ୍ଚିବ ଓ ବର୍ଦ୍ଧିଷ୍ଣୁ ହେବ, ପୁଣି, ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବେ।
Deuteronomy 30:20 in Oriya 20 ଅର୍ଥାତ୍, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ରବରେ ଅବଧାନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ହେବାକୁ (ମନୋନୀତ କର); କାରଣ ସେ ତୁମ୍ଭର ଜୀବନ ଓ ଦୀର୍ଘ ପରମାୟୁ ଅଟନ୍ତି; ତାହା କଲେ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍ହାକଙ୍କୁ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭେ ବାସ କରି ପାରିବ।
Joshua 22:5 in Oriya 5 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କର ସମସ୍ତ ପଥରେ ଗମନ କରିବାକୁ ଓ ତାହାଙ୍କ ଆଜ୍ଞା ପାଳନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ରହିବାକୁ ଓ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହାଙ୍କୁ ସେବା କରିବାକୁ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଓ ବ୍ୟବସ୍ଥା ଦେଇଅଛନ୍ତି, ତାହାସବୁ ପାଳନ କରିବାକୁ ଅତିଶୟ ଯତ୍ନବାନ୍ ହୁଅ।”
Job 36:11 in Oriya 11 ଯେବେ ସେମାନେ ଶୁଣି ତାହାଙ୍କର ସେବା କରିବେ, ତେବେ ସେମାନେ ସମୃଦ୍ଧିରେ ଆପଣା ଆପଣା ଦିନ ଓ ସୁଖରେ ଆପଣା ଆପଣା ବର୍ଷ କ୍ଷେପଣ କରିବେ।
Psalm 18:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ। ସଦାପ୍ରଭୁ ଶତ୍ରୁମାନଙ୍କ ହସ୍ତରୁ ଓ ଶାଉଲଙ୍କ ହସ୍ତରୁ ତାଙ୍କୁ ଉଦ୍ଧାର କରିବା ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତର କଥା ନିବେଦନ କରିଥିଲେ; ସେ କହିଲେ, ହେ ମୋହର ବଳ ସ୍ୱରୂପ ସଦାପ୍ରଭୁ, ମୁଁ ତୁମ୍ଭଙ୍କୁ ପ୍ରେମ କରେ।
Psalm 34:9 in Oriya 9 ହେ ତାହାଙ୍କର ସଦ୍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର; କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ।
Psalm 81:13 in Oriya 13 ଆହା, ଯଦି ଆମ୍ଭ ଲୋକେ ଆମ୍ଭର କଥା ଶୁଣନ୍ତେ ! ଯଦି ଇସ୍ରାଏଲ ଆମ୍ଭ ପଥରେ ଚାଲନ୍ତା !
Psalm 128:1 in Oriya 1 ଆରୋହଣ-ଗୀତ। ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ।
Psalm 145:20 in Oriya 20 ସଦାପ୍ରଭୁ ଆପଣା ପ୍ରେମକାରୀ ସମସ୍ତଙ୍କୁ ରକ୍ଷା କରନ୍ତି; ମାତ୍ର ଦୁଷ୍ଟ ସମସ୍ତଙ୍କୁ ସେ ସଂହାର କରିବେ।
Jeremiah 7:22 in Oriya 22 କାରଣ ଯେଉଁ ଦିନ ଆମ୍ଭେ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ, ସେହି ଦିନ ଆମ୍ଭେ ହୋମ କିଅବା ବଳିଦାନ ବିଷୟରେ କହିଲୁ ନାହିଁ କି ଆଜ୍ଞା ଦେଲୁ ନାହିଁ;'
Jeremiah 32:39 in Oriya 39 ଆଉ, ସେମାନଙ୍କର ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର ମଙ୍ଗଳ ନିମନ୍ତେ ସେମାନେ ଯେପରି ସଦାକାଳ ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଓ ଏକ ପଥ ଦେବା;
Ezekiel 11:20 in Oriya 20 ତହିଁରେ ସେମାନେ ଆମ୍ଭର ବିଧିମତେ ଆଚରଣ କରିବେ ଓ ଆମ୍ଭର ନିୟମସବୁ ମାନ୍ୟ କରି ପାଳନ କରିବେ; ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।
Micah 6:8 in Oriya 8 ହେ ମନୁଷ୍ୟ, ଯାହା ଉତ୍ତମ, ତାହା ସେ ତୁମ୍ଭକୁ ଜଣାଇଅଛନ୍ତି; ନ୍ୟାୟାଚରଣ, ଦୟା ଭଲ ପାଇବା ଓ ନମ୍ର ଭାବରେ ତୁମ୍ଭ ପରମେଶ୍ୱରଙ୍କ ସହିତ ଗମନାଗମନ କରିବାର, ଏହାଛଡ଼ା ସଦାପ୍ରଭୁ ତୁମ୍ଭଠାରୁ ଆଉ କଅଣ ଚାହାନ୍ତି ?
Zephaniah 3:9 in Oriya 9 ଯେହେତୁ ଗୋଷ୍ଠୀଗଣ ଯେପରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବେ ଓ ଏକମନରେ ତାହାଙ୍କର ସେବା କରିବେ, ଏଥିପାଇଁ ସେହି ସମୟରେ ଆମ୍ଭେ ସେମାନଙ୍କୁ ଏକ ବିଶୁଦ୍ଧ ଭାଷା ଦେବା।
Matthew 11:29 in Oriya 29 ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋ'ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ;
Matthew 22:37 in Oriya 37 ସେ ତାହାଙ୍କୁ କହିଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ମନ ଦେଇ ପ୍ରଭୁ, ଆପଣା ଈଶ୍ୱରଙ୍କୁ ପ୍ରେମ କର।
Mark 12:29 in Oriya 29 ଯୀଶୁ ଉତ୍ତର ଦେଲେ, ପ୍ରଧାନ ଆଜ୍ଞା ଏହି, ହେ ଇସ୍ରାଏଲ, ଶୁଣ; ପ୍ରଭୁ ଆମ୍ଭମାନଙ୍କ ଈଶ୍ୱର ଏକମାତ୍ର ପ୍ରଭୁ ଅଟନ୍ତି;
Luke 10:27 in Oriya 27 ସେ ଉତ୍ତର ଦେଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ଶକ୍ତି ଓ ସମସ୍ତ ମନ ଦେଇ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରେମ କର; ପୁଣି, ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।
Luke 11:42 in Oriya 42 କିନ୍ତୁ ହାୟ, ଦଣ୍ଡର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ଆରୁଦ ଓ ସମସ୍ତ ପ୍ରକାର ଶାକର ଦଶମାଂଶ ଦେଉଥାଅ, ଆଉ ନ୍ୟାୟବିଚାର ଓ ଇଶ୍ବରଙ୍କ ପ୍ରେମ ଅବହେଳା କରୁଥାଅ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ଅବହେଳା ନ କରିବା ଉଚିତ୍।
Acts 9:31 in Oriya 31 ଏହି ପ୍ରକାରେ ସମୁଦାୟ ଯିହୂଦା ପ୍ରଦେଶ, ଗାଲିଲୀ ଓ ଶମିରୋଣ ମଣ୍ଡଳୀ ନିଷ୍ଠାପ୍ରାପ୍ତ ହୋଇ ଓ ପ୍ରଭୁଙ୍କର ଭୟରେ ଆଚରଣ କରି ଶାନ୍ତି ଭୋଗ କଲେ, ପୁଣି, ପବିତ୍ର ଆତ୍ମାଙ୍କ ସାହାଯ୍ୟରେ ବୃଦ୍ଧି ପାଇବାକୁ ଲାଗିଲେ।
Romans 1:9 in Oriya 9 କାରଣ ଯେପରି କୌଣସି ପ୍ରକାରେ ଏତେ ଦିନ ପରେ ଇଶ୍ବରଙ୍କ ଇଚ୍ଛା ହେଲେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଥରେ ସୁଯୋଗ ପାଇ ପାରେ,
Romans 8:28 in Oriya 28 ଯେଉଁମାନେ ଈଶ୍ୱରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ୱର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।
Titus 2:11 in Oriya 11 କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଇଶ୍ବରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି,
Hebrews 12:28 in Oriya 28 ଅତଏବ, ଅଟଳ ରାଜ୍ୟ ପ୍ରାପ୍ତ ହେବାରୁ ଆସ, ଆମ୍ଭେମାନେ କୃତଜ୍ଞ ହୋଇ ଭୟ ଓ ଭକ୍ତି ସହକାରେ ଇଶ୍ବରଙ୍କ ସନ୍ତୋଷଜନକ ଉପାସନା କରୁ।
1 Peter 1:15 in Oriya 15 ମାତ୍ର ତୁମ୍ଭମାନଙ୍କର ଆହ୍ୱାନକର୍ତ୍ତା ଯେପରି ପବିତ୍ର, ତୁମ୍ଭେମାନେ ମଧ୍ୟ ଆଜ୍ଞାବହ ସନ୍ତାନମାନଙ୍କ ପରି ସମସ୍ତ ଆଚରଣରେ ସେହିପରି ପବିତ୍ର ହୁଅ।
1 John 2:15 in Oriya 15 ସଂସାର କିଅବା ସେଥିରେ ଥିବା ବିଷୟ ସବୁକୁ ପ୍ରେମ ନ କର। କେହି ଯଦି ସଂସାରକୁ ପ୍ରେମ କରେ, ପିତାଙ୍କ ପ୍ରେମ ତାହାଠାରେ ନାହିଁ;
1 John 4:19 in Oriya 19 ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ।
1 John 5:2 in Oriya 2 ଆମ୍ଭେମାନେ ଯେତେବେଳେ ଈଶ୍ୱରଙ୍କୁ ପ୍ରେମ କରୁ ଓ ତାହାଙ୍କ ଆଜ୍ଞା ପାଳନ କରୁ, ସେତେବେଳେ ତଦ୍ୱାରା ଜାଣି ପାରୁ ଯେ, ଆମ୍ଭେମାନେ ଇଶ୍ବରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁଅଛୁ।
1 John 5:5 in Oriya 5 ଯୀଶୁ ଇଶ୍ବରଙ୍କ ପୁତ୍ର, ଏହା ଯେ ବିଶ୍ୱାସ କରେ, ତାହା ଛଡ଼ା ଆଉ କିଏ ଜଗତକୁ ଜୟ କରେ ?