Deuteronomy 10:17 in Oriya 17 କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଦେବଗଣର ଦେବ, ପ୍ରଭୁମାନଙ୍କର ପ୍ରଭୁ, ମହାନ୍, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ୱର ଅଟନ୍ତି, ସେ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁ।
Other Translations King James Version (KJV) For the LORD your God is God of gods, and Lord of lords, a great God, a mighty, and a terrible, which regardeth not persons, nor taketh reward:
American Standard Version (ASV) For Jehovah your God, he is God of gods, and Lord of lords, the great God, the mighty, and the terrible, who regardeth not persons, nor taketh reward.
Bible in Basic English (BBE) For the Lord your God is God of gods and Lord of lords, the great God, strong in power and greatly to be feared, who has no respect for any man's position and takes no rewards:
Darby English Bible (DBY) For Jehovah your God is the God of gods, and the Lord of lords, the great ùGod, the mighty and the terrible, who regardeth not persons, nor taketh reward;
Webster's Bible (WBT) For the LORD your God is God of gods, and Lord of lords, a great God, a mighty, and a terrible, who regardeth not persons, nor taketh reward:
World English Bible (WEB) For Yahweh your God, he is God of gods, and Lord of lords, the great God, the mighty, and the awesome, who doesn't regard persons, nor takes reward.
Young's Literal Translation (YLT) for Jehovah your God -- He `is' God of the gods, and Lord of the lords; God, the great, the mighty, and the fearful; who accepteth not persons, nor taketh a bribe;
Cross Reference Deuteronomy 7:21 in Oriya 21 ତୁମ୍ଭେ ସେମାନଙ୍କଠାରୁ ଭୟଯୁକ୍ତ ହେବ ନାହିଁ, କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ, ସେ ମହାନ୍ ଓ ଭୟଙ୍କର ପରମେଶ୍ୱର ଅଟନ୍ତି।
Joshua 22:22 in Oriya 22 “ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର, ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର, ସେ ଜାଣନ୍ତି ଓ ଇସ୍ରାଏଲ ମଧ୍ୟ ଜାଣିବ; ଯେବେ ଏହା ବିଦ୍ରୋହ ଭାବରେ, ଅବା ଯେବେ ସଦାପ୍ରଭୁଙ୍କ ନିକଟରେ ସତ୍ୟ ଲଘଂନ ଭାବରେ ହୋଇଥାଏ, ତେବେ ତୁମ୍ଭେ ଆଜି ଆମ୍ଭମାନଙ୍କୁ ରକ୍ଷା ନ କର;
1 Chronicles 16:25 in Oriya 25 କାରଣ ସଦାପ୍ରଭୁ ମହାନ୍ ଓ ଅତ୍ୟନ୍ତ ପ୍ରଶଂସନୀୟ ଅଟନ୍ତି; ମଧ୍ୟ ସେ ସକଳ ଦେବତା ଅପେକ୍ଷା ଭୟଯୋଗ୍ୟ।
2 Chronicles 19:7 in Oriya 7 ଏହେତୁ ସଦାପ୍ରଭୁଙ୍କ ଭୟ ତୁମ୍ଭମାନଙ୍କ ଉପରେ ଅଧିଷ୍ଠିତ ହେଉ; ସାବଧାନ ହୋଇ ତାହା କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଅଧର୍ମ କି ମୁଖାପେକ୍ଷା କି ଲାଞ୍ଚ ଗ୍ରହଣ କରିବାର ନାହିଁ।”
Nehemiah 1:5 in Oriya 5 “ହେ ସଦାପ୍ରଭୁ, ସ୍ୱର୍ଗସ୍ଥ ପରମେଶ୍ୱର, ମୁଁ ବିନୟ କରୁଅଛି, ତୁମ୍ଭେ ମହାନ୍ ଓ ଭୟଙ୍କର ପରମେଶ୍ୱର ଅଟ, ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ଓ ତୁମ୍ଭର ସବୁ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ;
Nehemiah 4:14 in Oriya 14 ତହୁଁ ମୁଁ ଦୃଷ୍ଟିପାତ କଲି ଓ ଉଠି କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଅନ୍ୟାନ୍ୟ ଲୋକଙ୍କୁ କହିଲି; “ତୁମ୍ଭେମାନେ ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ; ପ୍ରଭୁଙ୍କୁ ସ୍ମରଣ କର, ସେ ମହାନ୍ ଓ ଭୟଙ୍କର ଅଟନ୍ତି, ଆଉ ତୁମ୍ଭେମାନେ ଆପଣା ଆପଣା ଭ୍ରାତୃଗଣ, ପୁତ୍ର ଓ କନ୍ୟାଗଣ, ଆପଣା ଆପଣା ଭାର୍ଯ୍ୟାଗଣ ଓ ଗୃହ ନିମନ୍ତେ ଯୁଦ୍ଧ କର।”
Nehemiah 9:32 in Oriya 32 ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ମହାନ, ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ୱର, ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ, ଅଶୂରୀୟ ରାଜାଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜାଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ ଓ ଆମ୍ଭମାନଙ୍କ ଯାଜକଗଣ ଉପରେ ଓ ଆମ୍ଭମାନଙ୍କ ଭବିଷ୍ୟଦ୍ବକ୍ତାଗଣ ଉପରେ ଓ ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେ ଯେ କ୍ଳେଶ ଘଟିଅଛି, ତାହାସବୁ ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ଦେଖା ନ ଯାଉ।
Job 34:19 in Oriya 19 ତେବେ ପରମେଶ୍ଵର ଯେ ଅଧିପତିମାନଙ୍କର ମୁଖାପେକ୍ଷା କରନ୍ତି ନାହିଁ, ଅବା ସମସ୍ତେ ତାହାଙ୍କର ହସ୍ତକୃତ କର୍ମ ହେବାରୁ ଦରିଦ୍ର ଅପେକ୍ଷା ଧନୀକୁ ବିଶେଷ ଜ୍ଞାନ କରନ୍ତି ନାହିଁ, ତାହାଙ୍କୁ ଏପରି କହିବା କେତେ ଅଧିକ ଅନୁପଯୁକ୍ତ ?
Job 37:22 in Oriya 22 ଉତ୍ତର ଦିଗରୁ ସୁବର୍ଣ୍ଣମୟ ଆଭା ଆସେ; ପରମେଶ୍ୱରଙ୍କଠାରେ ଭୟାନକ ମହତ୍ତ୍ୱ ଥାଏ।
Psalm 99:3 in Oriya 3 ସେମାନେ ତୁମ୍ଭ ମହତ ଓ ଭୟଙ୍କର ନାମର ପ୍ରଶଂସା କରନ୍ତୁ; ସେ ପବିତ୍ର ଅଟନ୍ତି।
Psalm 136:2 in Oriya 2 ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Jeremiah 20:11 in Oriya 11 ମାତ୍ର ସଦାପ୍ରଭୁ ଭୟାନକ ବୀର ପରି ମୋ' ସଙ୍ଗରେ ଅଛନ୍ତି; ଏହେତୁ ମୋର ତାଡ଼ନାକାରୀମାନେ ଝୁଣ୍ଟି ପଡ଼ିବେ ଓ ସେମାନେ ଜୟଯୁକ୍ତ ହେବେ ନାହିଁ; ସେମାନେ ବିବେଚନାପୂର୍ବକ କାର୍ଯ୍ୟ ନ କରିବାରୁ ଅତ୍ୟନ୍ତ ଲଜ୍ଜିତ ହେବେ, ସେ ଅପମାନ ନିତ୍ୟସ୍ଥାୟୀ ହେବ, ତାହା କେବେ ବିସ୍ମୃତ ହେବ ନାହିଁ।
Daniel 2:47 in Oriya 47 ରାଜା ଦାନିୟେଲଙ୍କୁ ଉତ୍ତର କରି କହିଲା, ତୁମ୍ଭେ ଏହି ନିଗୂଢ଼ କଥା ପ୍ରକାଶ କରିବାକୁ ସମର୍ଥ ହୋଇଅଛ, ଏଥିପାଇଁ ନିଶ୍ଚୟ ତୁମ୍ଭର ପରମେଶ୍ୱର ଈଶ୍ୱରଗଣର ଈଶ୍ୱର ଓ ରାଜାଗଣର ପ୍ରଭୁ ଓ ନିଗୂଢ଼ ବିଷୟମାନର ପ୍ରକାଶକ ଅଟନ୍ତି।
Daniel 11:36 in Oriya 36 ଆଉ, ରାଜା ଆପଣା ଇଚ୍ଛାନୁସାରେ କର୍ମ କରିବ ଓ ସକଳ ଦେବତା ଅପେକ୍ଷା ଆପଣାକୁ ବଡ଼ କରି ଦର୍ପ କରିବ, ପୁଣି ଈଶ୍ୱରଗଣର ଈଶ୍ୱରଙ୍କ ବିରୁଦ୍ଧରେ ଅଦ୍ଭୁତ କଥା କହିବ ଓ କ୍ରୋଧ ସଫଳ ହେବା ପର୍ଯ୍ୟନ୍ତ ସମୃଦ୍ଧି ହେବ; କାରଣ ଯାହା ନିରୂପିତ ହୋଇଅଛି, ତାହା କରାଯିବ।
Mark 12:14 in Oriya 14 ସେମାନେ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଓ କାହାକୁ ଭୟ କରନ୍ତି ନାହିଁ; କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଇଶ୍ବରଙ୍କ ମାର୍ଗ ଶିକ୍ଷା ଦିଅନ୍ତି। କାଇସରଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ ?
Acts 10:34 in Oriya 34 ସେଥିରେ ପିତର ମୁଖ ଫିଟାଇ କହିଲେ, ଈଶ୍ୱର ଯେ ପକ୍ଷପାତ କରନ୍ତି ନାହିଁ,
Romans 2:11 in Oriya 11 କାରଣ ଇଶ୍ବରଙ୍କ ନିକଟରେ ମୁଖାପେକ୍ଷା ନାହିଁ।
Galatians 2:6 in Oriya 6 ଆଉ ଯେଉଁମାନେ ଗଣ୍ୟମାନ୍ୟ ବୋଲି ଖ୍ୟାତ (ସେମାନେ କି ପ୍ରକାର ଲୋକ ଥିଲେ, ସେଥିରେ ମୋହର ଯାଏ ଆସେ ନାହିଁ; ଈଶ୍ୱର ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ), ସେହି ଗଣ୍ୟମାନ୍ୟ ବ୍ୟକ୍ତିମାନେ ମୋତେ କିଛି ନୂଆ ଶିକ୍ଷା ଦେଲେ ନାହିଁ,
Ephesians 6:9 in Oriya 9 ଆଉ ହେ କର୍ତ୍ତାମାନେ, ସେହିପରି ଭାବେ ସେମାନଙ୍କ ପ୍ରତି ବ୍ୟବହାର କର, ତର୍ଜନଗର୍ଜନ କରିବାରୁ ନିବୃତ୍ତ ହୁଅ; ସମସ୍ତଙ୍କର ପ୍ରଭୁ ଯେ ସ୍ୱର୍ଗରେ ଅଛନ୍ତି; ପୁଣି, ତାହାଙ୍କ ନିକଟରେ କୌଣସି ମୁଖାପେକ୍ଷା ନାହିଁ, ଏହା ଜାଣ।
Colossians 3:25 in Oriya 25 କାରଣ ଯେ ଅନ୍ୟାୟ କରେ, ସେ ଆପଣା ଅନ୍ୟାୟର ପ୍ରତିଫଳ ପାଇବ; ସେ ବିଷୟରେ କୌଣସି ମୁଖାପେକ୍ଷା ନାହିଁ।
1 Peter 1:17 in Oriya 17 ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ବୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ଭୟ ସହକାରେ କ୍ଷେପଣ କର;
Revelation 17:14 in Oriya 14 ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ।
Revelation 19:16 in Oriya 16 ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘ ଦେଶରେ ଏହି ନାମ ଲିଖିତ ଅଛି, ରାଜାମାନଙ୍କ ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।