Deuteronomy 10:8 in Oriya 8 ସେହି ସମୟରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିବା ପାଇଁ, ସଦାପ୍ରଭୁଙ୍କ ସେବା କର୍ମ ପାଇଁ ତାହାଙ୍କ ଛାମୁରେ ଠିଆ ହେବାକୁ ଓ ତାହାଙ୍କ ନାମରେ ଆଶୀର୍ବାଦ କରିବାକୁ ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ଲେବୀୟମାନଙ୍କୁ ପୃଥକ କରିଅଛନ୍ତି।
Other Translations King James Version (KJV) At that time the LORD separated the tribe of Levi, to bear the ark of the covenant of the LORD, to stand before the LORD to minister unto him, and to bless in his name, unto this day.
American Standard Version (ASV) At that time Jehovah set apart the tribe of Levi, to bear the ark of the covenant of Jehovah, to stand before Jehovah to minister unto him, and to bless in his name, unto this day.
Bible in Basic English (BBE) At that time the Lord had the tribe of Levi marked out to take up the ark of the Lord's agreement, to be before the Lord and to do his work and to give blessings in his name, to this day.
Darby English Bible (DBY) At that time Jehovah separated the tribe of Levi, to bear the ark of the covenant of Jehovah, to stand before Jehovah to do service unto him, and to bless in his name, unto this day.
Webster's Bible (WBT) At that time the LORD separated the tribe of Levi, to bear the ark of the covenant of the LORD, to stand before the LORD to minister to him, and to bless in his name, to this day.
World English Bible (WEB) At that time Yahweh set apart the tribe of Levi, to bear the ark of the covenant of Yahweh, to stand before Yahweh to minister to him, and to bless in his name, to this day.
Young's Literal Translation (YLT) `At that time hath Jehovah separated the tribe of Levi, to bear the ark of the covenant of Jehovah, to stand before Jehovah, to serve Him, and to bless in His name, unto this day,
Cross Reference Exodus 29:1 in Oriya 1 ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ସେମାନଙ୍କୁ ପ୍ରତିଷ୍ଠା କରିବା ପାଇଁ ତୁମ୍ଭେ ସେମାନଙ୍କ ପ୍ରତି ଏହି ସମସ୍ତ କର୍ମ କରିବ; ନିଖୁନ୍ତ ଏକ ଗୋବତ୍ସ ଓ ଦୁଇ ମେଷ ନେବ,
Leviticus 8:9 in Oriya 9 ପୁଣି, ତାଙ୍କର ମସ୍ତକରେ ପଗଡ଼ି ରଖିଲେ; ପଗଡ଼ି ସମ୍ମୁଖରେ ସ୍ୱର୍ଣ୍ଣପତ୍ରର ପବିତ୍ର ମୁକୁଟ ଦେଲେ; ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କଲେ।
Leviticus 9:22 in Oriya 22 ତହୁଁ ହାରୋଣ ଲୋକମାନଙ୍କ ପ୍ରତି ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଶୀର୍ବାଦ କଲେ; ଏହିରୂପେ ପାପାର୍ଥକ ବଳି ଓ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଓହ୍ଲାଇ ଆସିଲେ।
Numbers 1:47 in Oriya 47 ମାତ୍ର ଲେବୀୟମାନେ ଆପଣା ପିତୃବଂଶାନୁସାରେ ସେମାନଙ୍କ ମଧ୍ୟରେ ଗଣା ଗଲେ ନାହିଁ।
Numbers 3:1 in Oriya 1 ଯେଉଁଦିନ ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ସଙ୍ଗେ କଥା କହିଲେ, ସେହିଦିନ ହାରୋଣ ଓ ମୋଶାଙ୍କର ବଂଶାବଳୀ ଏହି।
Numbers 3:6 in Oriya 6 “ତୁମ୍ଭେ ଲେବୀୟ ବଂଶକୁ ଆଣି ହାରୋଣ ସମ୍ମୁଖରେ ଉପସ୍ଥିତ କରାଅ, ସେମାନେ ତାହାର ସେବା କରିବେ।
Numbers 3:31 in Oriya 31 ପୁଣି, ସିନ୍ଦୁକ, ମେଜ, ଦୀପବୃକ୍ଷ, ଯଜ୍ଞବେଦି, ପବିତ୍ର ସ୍ଥାନର ସେବା ସମ୍ବନ୍ଧୀୟ ସକଳ ପାତ୍ର, ପରଦା ଓ ତତ୍ସମ୍ବନ୍ଧୀୟ ସମସ୍ତ ସେବାକାର୍ଯ୍ୟ ସେମାନଙ୍କର ରକ୍ଷଣୀୟ ହେବ।
Numbers 4:15 in Oriya 15 ଏହିରୂପେ ଛାଉଣି ଅଗ୍ରସର ହେବା ସମୟରେ ହାରୋଣ, ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ୍-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ। ଏହା ହିଁ ସମାଗମ-ତମ୍ବୁରେ କହାତ୍-ସନ୍ତାନଗଣର ଭାର ହେବ।
Numbers 6:23 in Oriya 23 “ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣକୁ କୁହ, ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣକୁ ଏହିରୂପେ ଆଶୀର୍ବାଦ କରିବ; ତୁମ୍ଭେମାନେ ସେମାନଙ୍କୁ କହିବ,
Numbers 8:1 in Oriya 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Numbers 16:9 in Oriya 9 ଇସ୍ରାଏଲଙ୍କର ପରମେଶ୍ୱର ଯେ ତୁମ୍ଭମାନଙ୍କୁ ଇସ୍ରାଏଲ-ମଣ୍ଡଳୀରୁ ପୃଥକ୍ କରି ସଦାପ୍ରଭୁଙ୍କ ଆବାସର ସେବା କରିବା ନିମନ୍ତେ ଓ ମଣ୍ଡଳୀ ସମ୍ମୁଖରେ ଠିଆ ହୋଇ ସେବା କରିବା ନିମନ୍ତେ ଆପଣାର ନିକଟବର୍ତ୍ତୀ କରି ଅଛନ୍ତି,
Numbers 18:1 in Oriya 1 ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭର ପିତୃବଂଶ, ତୁମ୍ଭେମାନେ ପବିତ୍ର ସ୍ଥାନଘଟିତ ଅପରାଧ ବହିବ; ପୁଣି, ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଯାଜକତ୍ୱ-ପଦଘଟିତ ଅପରାଧ ବହିବ।
Deuteronomy 17:12 in Oriya 12 ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ସେବା କରିବା ପାଇଁ ସେହି ସ୍ଥାନରେ ଠିଆ ହେବା ଯାଜକର କି ବିଚାରକର୍ତ୍ତାର ବାକ୍ୟରେ କର୍ଣ୍ଣପାତ ନ କରି ଯେଉଁ ଲୋକ ଦୁଃସାହସରେ କର୍ମ କରେ, ସେହି ଲୋକ ହତ ହେବ; ପୁଣି ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଏହି ଦୁଷ୍ଟତା ଦୂର କରିବ।
Deuteronomy 18:5 in Oriya 5 କାରଣ ସଦାପ୍ରଭୁଙ୍କ ନାମରେ ସେବା କରିବାକୁ ନିତ୍ୟ ଠିଆ ହେବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ ବଂଶ ମଧ୍ୟରୁ ତାହାକୁ ଓ ତାହାର ସନ୍ତାନଗଣକୁ ମନୋନୀତ କରିଅଛନ୍ତି।
Deuteronomy 21:5 in Oriya 5 ତହୁଁ ଲେବୀ-ସନ୍ତାନ ଯାଜକମାନେ ତାହା ନିକଟକୁ ଆସିବେ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବାର୍ଥେ ଓ ସଦାପ୍ରଭୁଙ୍କ ନାମରେ ଆଶୀର୍ବାଦ କରଣାର୍ଥେ ସେମାନଙ୍କୁ ମନୋନୀତ କରିଅଛନ୍ତି; ଏଣୁ ସେମାନଙ୍କ ବାକ୍ୟାନୁସାରେ ପ୍ରତ୍ୟେକ ବିରୋଧର ଓ ଆଘାତର ବିଚାର ହେବ।
1 Kings 8:3 in Oriya 3 ପୁଣି, ଇସ୍ରାଏଲର ପ୍ରାଚୀନ ସମସ୍ତେ ଉପସ୍ଥିତ ହୁଅନ୍ତେ, ଯାଜକମାନେ ସିନ୍ଦୁକ ଉଠାଇଲେ।
1 Kings 8:6 in Oriya 6 ଏଉତ୍ତାରେ ଯାଜକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ତାହାର ସ୍ୱସ୍ଥାନକୁ, ଅର୍ଥାତ୍, ଗୃହର ମହା ପବିତ୍ର ସ୍ଥାନ ମହାପବିତ୍ର ସ୍ଥାନସ୍ଥ କିରୂବମାନଙ୍କ ପକ୍ଷ ତଳକୁ ଆଣିଲେ।
1 Chronicles 15:12 in Oriya 12 “ତୁମ୍ଭେମାନେ ଲେବୀୟମାନଙ୍କ ପିତୃବଂଶର ପ୍ରଧାନ; ମୁଁ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛି, ସେହି ସ୍ଥାନକୁ ତାହା ଆଣିବା ପାଇଁ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉଭୟ ଆପଣାମାନଙ୍କୁ ପବିତ୍ର କର।”
1 Chronicles 15:26 in Oriya 26 ପୁଣି, ଯେଉଁ ଲେବୀୟମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିଲେ, ପରମେଶ୍ୱର ସେମାନଙ୍କର ସାହାଯ୍ୟ କରନ୍ତେ, ସେମାନେ ସାତ ବଳଦ ଓ ସାତ ମେଷ ବଳିଦାନ କଲେ।
1 Chronicles 23:26 in Oriya 26 ଆହୁରି ମଧ୍ୟ ଲେବୀୟମାନଙ୍କୁ ଆବାସ ଓ ତହିଁର ସେବାର୍ଥକ ପାତ୍ରସବୁ ବୋହିବାର ଆଉ ପ୍ରୟୋଜନ ହେବ ନାହିଁ।”
2 Chronicles 5:4 in Oriya 4 ପୁଣି ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଉପସ୍ଥିତ ହୁଅନ୍ତେ, ଲେବୀୟମାନେ ସିନ୍ଦୁକ ଉଠାଇଲେ।
2 Chronicles 29:11 in Oriya 11 ହେ ମୋହର ପୁତ୍ରମାନେ, ଏବେ ହେଳା କର ନାହିଁ; କାରଣ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବା ପାଇଁ, ତାହାଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ତୁମ୍ଭେମାନେ ଯେପରି ତାହାଙ୍କର ପରିଚାରକ ହେବ ଓ ଧୂପ ଜ୍ୱଳାଇବ, ଏଥିପାଇଁ ସେ ତୁମ୍ଭମାନଙ୍କୁ ମନୋନୀତ କରିଅଛନ୍ତି।
2 Chronicles 30:27 in Oriya 27 ଏଉତ୍ତାରେ ଲେବୀୟ ଯାଜକମାନେ ଉଠି ଲୋକମାନଙ୍କୁ ଆଶୀର୍ବାଦ କଲେ; ପୁଣି ସେମାନଙ୍କ ରବରେ ମନୋଯୋଗ କରାଗଲା ଓ ସେମାନଙ୍କ ପ୍ରାର୍ଥନା ତାହାଙ୍କ ପବିତ୍ର ବାସସ୍ଥାନ ସ୍ୱର୍ଗ ପର୍ଯ୍ୟନ୍ତ ପ୍ରବେଶ କଲା।
Psalm 134:2 in Oriya 2 ତୁମ୍ଭେମାନେ ଧର୍ମଧାମ ଆଡ଼େ ଆପଣା ଆପଣା ହସ୍ତ ଉଠାଅ ଓ ସଦାପ୍ରଭୁଙ୍କର ଧନ୍ୟବାଦ କର।
Psalm 135:2 in Oriya 2 ସଦାପ୍ରଭୁଙ୍କ ଗୃହରେ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ-ପ୍ରାଙ୍ଗଣରେ ଠିଆ ହୋଇଥାଅ ଯେ ତୁମ୍ଭେମାନେ
Jeremiah 15:19 in Oriya 19 ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯଦି ଫେରିବ, ତେବେ ଆମ୍ଭ ସମ୍ମୁଖରେ ଠିଆ ହେବା ନିମନ୍ତେ ଆମ୍ଭେ ତୁମ୍ଭକୁ ପୁନର୍ବାର ଆଣିବା; ପୁଣି, ତୁମ୍ଭେ ଯଦି ନିକୃଷ୍ଟ ବସ୍ତୁରୁ ବହୁମୂଲ୍ୟ ବସ୍ତୁ ବାହାର କରି ନେବ, ତେବେ ତୁମ୍ଭେ ଆମ୍ଭର ମୁଖ ସ୍ୱରୂପ ହେବ; ସେମାନେ ତୁମ୍ଭ ନିକଟକୁ ଫେରି ଆସିବେ, ମାତ୍ର ତୁମ୍ଭେ ସେମାନଙ୍କ ନିକଟକୁ ଫେରି ଯିବ ନାହିଁ।”
Ezekiel 44:11 in Oriya 11 ତଥାପି ସେମାନେ ଗୃହର ଦ୍ୱାରସକଳର ଦ୍ୱାରୀ ହୋଇ ଓ ଗୃହରେ ପରିଚର୍ଯ୍ୟା କରି ଆମ୍ଭ ପବିତ୍ର ସ୍ଥାନର ପରିଚାରକ ହେବେ; ସେମାନେ ଲୋକମାନଙ୍କ ନିମନ୍ତେ ହୋମବଳି ଓ ପ୍ରାୟଶ୍ଚିତ୍ତାର୍ଥକ ବଳି ବଧ କରିବେ ଓ ଲୋକମାନଙ୍କର ପରିଚର୍ଯ୍ୟା କରିବା ନିମନ୍ତେ ସେମାନଙ୍କ ସମ୍ମୁଖରେ ଠିଆ ହେବେ।
Ezekiel 44:15 in Oriya 15 ମାତ୍ର ଇସ୍ରାଏଲ ସନ୍ତାନମାନେ ଆମ୍ଭଠାରୁ ବିପଥ-ଗମନ କରିବା ସମୟରେ ସାଦୋକର ସନ୍ତାନ ଯେଉଁ ଲେବୀୟ ଯାଜକଗଣ ଆମ୍ଭ ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କଲେ, ସେମାନେ ଆମ୍ଭ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ନିମନ୍ତେ ଆମ୍ଭ ନିକଟକୁ ଆସିବେ ଓ ଆମ୍ଭ ଉଦ୍ଦେଶ୍ୟରେ ମେଦ ଓ ରକ୍ତ; ଉତ୍ସର୍ଗ କରିବା ନିମନ୍ତେ ଆମ୍ଭ ସମ୍ମୁଖରେ ଠିଆ ହେବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି;
John 15:16 in Oriya 16 ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥି ନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି। ସେଥିରେ ତୁମ୍ଭେମାନେ ମୋ' ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;
Acts 13:2 in Oriya 2 ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର।
Romans 1:1 in Oriya 1 ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ଦାସ ଓ ଆହୂତ ଜଣେ ପ୍ରେରିତ, ପୁଣି, ଈଶ୍ୱର ଆପଣା ପୁତ୍ର ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ସମ୍ବନ୍ଧରେ ନିଜର ଯେଉଁ ସୁସମାଚାର ଧର୍ମଶାସ୍ତ୍ରରେ ଆପଣା ଭାବବାଦୀମାନଙ୍କ ଦ୍ୱାରା ପୂର୍ବରେ ପ୍ରତିଜ୍ଞା କରିଥିଲେ, ସେହି ସୁସମାଚାର ନିମନ୍ତେ ପୃଥକୀକୃତ,
Romans 12:7 in Oriya 7 କିମ୍ବା ତାହା ଯଦି ସେବକ କର୍ମ ହୁଏ, ତାହାହେଲେ ଆସ, ଆମ୍ଭମାନଙ୍କ ସେବକ କର୍ମରେ ନିବିଷ୍ଟ ରହୁ;
2 Corinthians 6:17 in Oriya 17 ଏଣୁ ପ୍ରଭୁ ଏହା କହନ୍ତି, “ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ୍ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା”
Galatians 1:15 in Oriya 15 କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ୍ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ୱାନ କଲେ,