Deuteronomy 16:19 in Oriya 19 ତୁମ୍ଭେ ଅନ୍ୟାୟ ବିଚାର କରିବ ନାହିଁ; ତୁମ୍ଭେ ମନୁଷ୍ୟର ମୁଖାପେକ୍ଷା କରିବ ନାହିଁ; କିଅବା ତୁମ୍ଭେ ଲାଞ୍ଚ ନେବ ନାହିଁ; କାରଣ ଲାଞ୍ଚ ଜ୍ଞାନୀମାନଙ୍କର ଚକ୍ଷୁ ଅନ୍ଧ କରେ ଓ ଧାର୍ମିକମାନଙ୍କ ବାକ୍ୟ ଅନ୍ୟଥା କରେ।
Other Translations King James Version (KJV) Thou shalt not wrest judgment; thou shalt not respect persons, neither take a gift: for a gift doth blind the eyes of the wise, and pervert the words of the righteous.
American Standard Version (ASV) Thou shalt not wrest justice: thou shalt not respect persons; neither shalt thou take a bribe; for a bribe doth blind the eyes of the wise, and pervert the words of the righteous.
Bible in Basic English (BBE) You are not to be moved in your judging by a man's position, you are not to take rewards; for rewards make the eyes of the wise man blind, and the decisions of the upright false.
Darby English Bible (DBY) Thou shalt not wrest judgment; thou shalt not respect persons, neither take a bribe; for the bribe blindeth the eyes of the wise, and perverteth the words of the righteous.
Webster's Bible (WBT) Thou shalt not wrest judgment; thou shalt not respect persons, neither take a gift; for a gift doth blind the eyes of the wise, and pervert the words of the righteous.
World English Bible (WEB) You shall not wrest justice: you shall not respect persons; neither shall you take a bribe; for a bribe does blind the eyes of the wise, and pervert the words of the righteous.
Young's Literal Translation (YLT) Thou dost not turn aside judgment; thou dost not discern faces, nor take a bribe, for the bribe blindeth the eyes of the wise, and perverteth the words of the righteous.
Cross Reference Exodus 23:2 in Oriya 2 ତୁମ୍ଭେ ଦୁଷ୍କର୍ମ କରିବାକୁ ବହୁ ଲୋକର ପଶ୍ଚାଦ୍ବର୍ତ୍ତୀ ହେବ ନାହିଁ, ପୁଣି, ନ୍ୟାୟ ବିଚାର ଅନ୍ୟଥା କରିବା ପାଇଁ ବହୁ ଲୋକର ପକ୍ଷ ହୋଇ ପ୍ରତିବାଦ କରିବ ନାହିଁ;
Exodus 23:6 in Oriya 6 ଦରିଦ୍ରର ବିଚାରରେ ତୁମ୍ଭେ ତାହା ପ୍ରତି ଅନ୍ୟାୟ କରିବ ନାହିଁ।
Leviticus 19:15 in Oriya 15 ତୁମ୍ଭେମାନେ ବିଚାରରେ ଅଧର୍ମ କରିବ ନାହିଁ; ତୁମ୍ଭେ ଦରିଦ୍ରର ମୁଖାପେକ୍ଷା କରିବ ନାହିଁ, କିଅବା ଧନୀର ସମ୍ଭ୍ରମ କରିବ ନାହିଁ, ମାତ୍ର ତୁମ୍ଭେ ଧର୍ମରେ ଆପଣା ପ୍ରତିବାସୀର ବିଚାର କରିବ।
Deuteronomy 1:16 in Oriya 16 ପୁଣି ମୁଁ ସେ ସମୟରେ ତୁମ୍ଭମାନଙ୍କର ବିଚାର-କର୍ତ୍ତୃଗଣକୁ ଆଜ୍ଞା ଦେଇ କହିଲି, “ତୁମ୍ଭେମାନେ ଆପଣା ଆପଣା ଭାଇମାନଙ୍କ ମଧ୍ୟରେ ବିବାଦ ଶୁଣ, ପୁଣି ମନୁଷ୍ୟ ଓ ତାହାର ଭାଇ ଓ ତାହାର ସହବାସୀ ବିଦେଶୀ ମଧ୍ୟରେ ଯଥାର୍ଥ ବିଚାର କର।
Deuteronomy 10:17 in Oriya 17 କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଦେବଗଣର ଦେବ, ପ୍ରଭୁମାନଙ୍କର ପ୍ରଭୁ, ମହାନ୍, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ୱର ଅଟନ୍ତି, ସେ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁ।
Deuteronomy 24:17 in Oriya 17 ତୁମ୍ଭେ ବିଦେଶୀର କି ପିତୃହୀନର ବିଚାରରେ ଅନ୍ୟାୟ କରିବ ନାହିଁ, କିଅବା ବିଧବାର ବସ୍ତ୍ର ବନ୍ଧକ ରଖିବ ନାହିଁ।
Deuteronomy 27:19 in Oriya 19 “ଯେକେହି ବିଦେଶୀ, ପିତୃହୀନ ଓ ବିଧବାର ବିଚାର ଅନ୍ୟାୟ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍'।
1 Samuel 8:3 in Oriya 3 ମାତ୍ର ତାଙ୍କର ପୁତ୍ରମାନେ ତାଙ୍କର ପଥରେ ନ ଚାଲି ଅନ୍ୟାୟଲାଭର ଅନୁଗାମୀ ହେଲେ ଓ ଲାଞ୍ଚ ନେଇ ବିଚାର ବିପରୀତ କଲେ।
1 Samuel 12:3 in Oriya 3 ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି ? ଅବା ମୁଁ କାହାର ଗଧ ନେଇଅଛି ? ଅବା ମୁଁ କାହାର ଅନ୍ୟାୟ କରିଅଛି ? ମୁଁ କାହା ପ୍ରତି ଉପଦ୍ରବ କରିଅଛି ? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି ? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।
Job 31:21 in Oriya 21 ମୁଁ ନଗର-ଦ୍ୱାରରେ ନିଜ ଉପକାରୀକି ଦେଖି ଯେବେ ପିତୃହୀନ ବିରୁଦ୍ଧରେ ଆପଣା ହସ୍ତ ଉଠାଇଥାଏ;
Proverbs 17:23 in Oriya 23 ଦୁଷ୍ଟ ଲୋକ ବିଚାରର ମାର୍ଗ ବଙ୍କା କରିବାକୁ ଅଣ୍ଟାରୁ ଲାଞ୍ଚ ନିଏ।
Proverbs 24:23 in Oriya 23 ଏସବୁ ମଧ୍ୟ ଜ୍ଞାନୀମାନଙ୍କ କଥା। ବିଚାରରେ ମନୁଷ୍ୟର ମୁଖାପେକ୍ଷା କରିବା ଭଲ ନୁହେଁ।
Proverbs 24:28 in Oriya 28 ଅକାରଣରେ ତୁମ୍ଭ ପ୍ରତିବାସୀ ବିପକ୍ଷରେ ସାକ୍ଷୀ ହୁଅ ନାହିଁ ଓ ତୁମ୍ଭ ଓଷ୍ଠ ଦ୍ୱାରା ପ୍ରତାରଣା କର ନାହିଁ।
Ecclesiastes 7:7 in Oriya 7 ନିଶ୍ଚୟ ଅନ୍ୟାୟ ଧନଗ୍ରହଣ ଜ୍ଞାନୀ ଲୋକକୁ ନିର୍ବୋଧ କରେ ଓ ଲାଞ୍ଚ ବୁଦ୍ଧି ନଷ୍ଟ କରେ।
Isaiah 1:17 in Oriya 17 ସୁକ୍ରିୟା କରିବାକୁ ଶିଖ; ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର, ପିତୃହୀନମାନଙ୍କର ନ୍ୟାୟ ବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର।”
Isaiah 1:23 in Oriya 23 ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପା'ନ୍ତି ଓ ପାରିତୋଷିକର ପଶ୍ଚାଦ୍ବର୍ତ୍ତୀ ହୁଅନ୍ତି; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ।
Isaiah 33:15 in Oriya 15 ଯେଉଁ ଲୋକ ଧର୍ମରୂପ ପଥରେ ଚାଲେ ଓ ଯେ ସରଳ କଥା କହେ; ଯେଉଁ ଲୋକ ଉପଦ୍ରବଜାତ ଲାଭ ତୁଚ୍ଛ କରେ ଓ ଲାଞ୍ଚ ଧରିବା ବିଷୟରୁ ଆପଣା ହାତ ଝାଡ଼ି ଦିଏ, ଯେ ରକ୍ତପାତ କଥାର ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରେ, ପୁଣି ଦୁଷ୍କର୍ମର ଦର୍ଶନରୁ ଆପଣା ଚକ୍ଷୁ ମୁଦ୍ରିତ କରେ;
Jeremiah 5:28 in Oriya 28 ସେମାନେ ଆହୁରି ଆହୁରି ମୋଟା ଓ ଚିକ୍କଣ ହୁଅନ୍ତି, ହଁ, ସେମାନେ ଦୁଷ୍କ୍ରିୟାର ସୀମା ଅତିକ୍ରମ କରନ୍ତି; ସେମାନେ ଗୁହାରି ବିଚାର କରନ୍ତି ନାହିଁ, ପିତୃହୀନମାନଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କର ଗୁହାରି ବିଚାର କରନ୍ତି ନାହିଁ; ପୁଣି, ଦରିଦ୍ରମାନଙ୍କର ବିଚାର ସେମାନେ ନିଷ୍ପତ୍ତି କରନ୍ତି ନାହିଁ।”
Ezekiel 22:12 in Oriya 12 ତୁମ୍ଭ ମଧ୍ୟରେ ଲୋକମାନେ ରକ୍ତପାତ କରିବା ପାଇଁ ଲାଞ୍ଚ ନେଇ ଅଛନ୍ତି; ତୁମ୍ଭେ ସୁଧ ଓ ବୃଦ୍ଧି ଗ୍ରହଣ କରିଅଛ, ଆଉ ତୁମ୍ଭେ ଲୋଭରେ ଉପଦ୍ରବ କରି ଆପଣା ପ୍ରତିବାସୀଠାରୁ ଲାଭ ନେଇଅଛ,” ପୁଣି, ଆମ୍ଭକୁ ପାସୋରିଅଛ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Micah 7:3 in Oriya 3 ଯାହା ମନ୍ଦ, ତାହା ଯତ୍ନପୂର୍ବକ କରିବା ପାଇଁ ତହିଁ ଉପରେ ସେମାନଙ୍କର ହସ୍ତ ଅଛି; ଅଧିପତି ଚାହେଁ ଓ ବିଚାରକର୍ତ୍ତା ପୁରସ୍କାର ପାଇଁ ପ୍ରସ୍ତୁତ ଆଉ, ବଡ଼ ଲୋକ ଆପଣା ପ୍ରାଣର ହିଂସାଭାବ ମୁଖରେ ବ୍ୟକ୍ତ କରେ; ଏହିରୂପେ ସେମାନେ ବସ୍ତ୍ର ତୁଲ୍ୟ ତାହା ଏକତ୍ର ବୁଣନ୍ତି।
Habakkuk 1:4 in Oriya 4 ଏଥିପାଇଁ ବ୍ୟବସ୍ଥା ନିସ୍ତେଜ ହୋଇଅଛି ଓ ବିଚାର କେବେ ନିଷ୍ପନ୍ନ ହେଉ ନାହିଁ; କାରଣ ଦୁର୍ଜନମାନେ ଧାର୍ମିକକୁ ଘେରନ୍ତି; ଏଥିପାଇଁ ବିଚାର ବିପରୀତ ହୋଇପଡ଼େ।
Zephaniah 3:3 in Oriya 3 ତାହାର ମଧ୍ୟସ୍ଥିତ ଅଧିପତିଗଣ ଗର୍ଜନକାରୀ ସିଂହ ସଦୃଶ୍ୟ; ତାହାର ବିଚାରକର୍ତ୍ତାଗଣ ସନ୍ଧ୍ୟାକାଳୀନ କେନ୍ଦୁଆ ତୁଲ୍ୟ; ସେମାନେ ସକାଳ ବେଳାକୁ କିଛି ରଖନ୍ତି ନାହିଁ।
Acts 10:34 in Oriya 34 ସେଥିରେ ପିତର ମୁଖ ଫିଟାଇ କହିଲେ, ଈଶ୍ୱର ଯେ ପକ୍ଷପାତ କରନ୍ତି ନାହିଁ,
Acts 16:37 in Oriya 37 କିନ୍ତୁ ପାଉଲ ସେମାନଙ୍କୁ କହିଲେ, ରୋମୀୟ ଲୋକ ଯେ ଆମ୍ଭେମାନେ,ଆମ୍ଭମାନଙ୍କର ବିଚାର ନ କରି ସେମାନେ ପ୍ରକାଶରେ ଆମ୍ଭମାନଙ୍କୁ ପ୍ରହାର କଲା ପରେ କାରାଗାରରେ ପକାଇଅଛନ୍ତି, ଆଉ ଏବେ କି ଗୋପନରେ ଆମ୍ଭମାନଙ୍କୁ ଛାଡ଼ିଦେଉଅଛନ୍ତି ? ତାହା ହେବ ନାହିଁ, ମାତ୍ର ସେମାନେ ନିଜେ ଆସି ଆମ୍ଭମାନଙ୍କୁ ବାହାରକୁ ଘେନିଯାଉନ୍ତୁ।
Acts 23:3 in Oriya 3 ସେତେବେଳେ ପାଉଲ ତାହାଙ୍କୁ କହିଲେ, ହେ ଶୁକ୍ଳୀକୃତ ପ୍ରାଚୀର, ଈଶ୍ୱର ତୁମ୍ଭକୁ ଆଘାତ କରିବେ, ତୁମ୍ଭେ ଏକାବେଳେ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ମୋହର ବିଚାର କରିବାକୁ ବସି ମୋଶାଙ୍କ ବ୍ୟବସ୍ଥା ବିରୁଦ୍ଧରେ ମୋତେ ଆଘାତ କରିବା ପାଇଁ କି ଆଜ୍ଞା ଦେଉଅଛ ?