Deuteronomy 17:20 in Oriya 20 ଆପଣା ଭ୍ରାତୃଗଣ ଉପରେ ତାହାର ହୃଦୟ ଅହଙ୍କାରୀ ହେବ ନାହିଁ, ପୁଣି ସେ ଆଜ୍ଞାର ଦକ୍ଷିଣକୁ କି ବାମକୁ ଫେରିବ ନାହିଁ; ତହିଁରେ ସେ ଇସ୍ରାଏଲ ମଧ୍ୟରେ ତାହାର ଓ ତାହାର ସନ୍ତାନମାନଙ୍କ ରାଜତ୍ୱର ଦିନ ବଢ଼ାଇ ପାରିବ।
Other Translations King James Version (KJV) That his heart be not lifted up above his brethren, and that he turn not aside from the commandment, to the right hand, or to the left: to the end that he may prolong his days in his kingdom, he, and his children, in the midst of Israel.
American Standard Version (ASV) that his heart be not lifted up above his brethren, and that he turn not aside from the commandment, to the right hand, or to the left: to the end that he may prolong his days in his kingdom, he and his children, in the midst of Israel.
Bible in Basic English (BBE) So that his heart may not be lifted up over his countrymen, and he may not be turned away from the orders, to one side or the other: but that his life and the lives of his children may be long in his kingdom in Israel.
Darby English Bible (DBY) that his heart be not lifted up above his brethren, and that he turn not aside from the commandment, to the right hand, or to the left; that he may prolong his days in his kingdom, he, and his sons, in the midst of Israel.
Webster's Bible (WBT) That his heart may not be lifted above his brethren, and that he may not turn aside from the commandment to the right hand or to the left: to the end that he may prolong his days in his kingdom, he, and his children, in the midst of Israel.
World English Bible (WEB) that his heart not be lifted up above his brothers, and that he not turn aside from the commandment, to the right hand, or to the left: to the end that he may prolong his days in his kingdom, he and his children, in the midst of Israel.
Young's Literal Translation (YLT) so that his heart is not high above his brethren, and so as not to turn aside from the command, right or left, so that he prolongeth days over his kingdom, he and his sons, in the midst of Israel.
Cross Reference Deuteronomy 4:2 in Oriya 2 ମୁଁ ତୁମ୍ଭମାନଙ୍କୁ ଯାହା ଆଜ୍ଞା କରୁଅଛି, ସେହି ବାକ୍ୟରେ ତୁମ୍ଭେମାନେ କିଛି ମିଶାଇବ ନାହିଁ, କିଅବା ତହିଁରୁ କିଛି ଊଣା କରିବ ନାହିଁ, ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁଅଛି, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ସେହିସବୁ ଆଜ୍ଞା ପାଳନ କର।
Deuteronomy 5:32 in Oriya 32 ଏନିମନ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେପରି ଆଜ୍ଞା ଦେଇଅଛନ୍ତି, ତଦନୁସାରେ ପାଳନ କରିବା ପାଇଁ ମନୋଯୋଗ କରିବ; ତୁମ୍ଭେମାନେ ତହିଁର ଦକ୍ଷିଣରେ କି ବାମରେ ଫେରିବ ନାହିଁ।
Deuteronomy 8:2 in Oriya 2 ପୁଣି ତୁମ୍ଭେ ତାହାଙ୍କ ଆଜ୍ଞା ପାଳନ କରିବ କି ନାହିଁ, ଏ ବିଷୟରେ ତୁମ୍ଭର ପରୀକ୍ଷା ନେବା ପାଇଁ, ତୁମ୍ଭର ମାନସ ଜାଣିବା ପାଇଁ ଓ ତୁମ୍ଭକୁ ନମ୍ର କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଚାଳିଶ ବର୍ଷ ପ୍ରାନ୍ତର ମଧ୍ୟରେ ତୁମ୍ଭକୁ ଯେଉଁ ସକଳ ପଥରେ ଗମନ କରାଇଅଛନ୍ତି, ତାହା ସ୍ମରଣ କର।
Deuteronomy 8:13 in Oriya 13 ପୁଣି ତୁମ୍ଭର ଗୋମେଷାଦି ପଲ ବୃଦ୍ଧି ପାଇଲେ, ତୁମ୍ଭର ରୂପା ଓ ସୁନା ପ୍ରଚୁର ହେଲେ ଓ ତୁମ୍ଭର ଯାହା ଅଛି, ତାହାସବୁ ବୃଦ୍ଧି ପାଇଲେ,
Deuteronomy 12:25 in Oriya 25 ତୁମ୍ଭେ ତାହା ଭୋଜନ କରିବ ନାହିଁ ତହିଁରେ ତୁମ୍ଭେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ତୁମ୍ଭର ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ମଙ୍ଗଳ ହେବ।
Deuteronomy 12:28 in Oriya 28 ମୁଁ ତୁମ୍ଭକୁ ଏହି ଯେଉଁ ସକଳ କଥା ଆଜ୍ଞା ଦେଉଅଛି, ତାହା ମନୋଯୋଗ କରି ଶୁଣ, ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟିରେ ଯାହା ଉତ୍ତମ ଓ ଯଥାର୍ଥ, ତାହା କଲେ ତୁମ୍ଭର ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ଯୁଗାନୁକ୍ରମେ ମଙ୍ଗଳ ହେବ।
Deuteronomy 12:32 in Oriya 32 ମୁଁ ଯାହା ଯାହା ତୁମ୍ଭମାନଙ୍କୁ ଆଜ୍ଞା ଦେଉଅଛି, ତାହାସବୁ ତୁମ୍ଭେମାନେ ପାଳନ କରିବାକୁ ମନୋଯୋଗ କରିବ; ତୁମ୍ଭେ ତହିଁରେ ଯୋଗ କରିବ ନାହିଁ କି ତହିଁରୁ ଊଣା କରିବ ନାହିଁ।
Deuteronomy 17:11 in Oriya 11 ବ୍ୟବସ୍ଥାର ମର୍ମ ଅନୁସାରେ ସେମାନେ ତୁମ୍ଭକୁ ଯାହା ଶିଖାଇବେ ଓ ବିଚାରର ନିଷ୍ପତ୍ତି ବିଷୟରେ ସେମାନେ ତୁମ୍ଭକୁ ଯାହା କହିବେ, ତୁମ୍ଭେ ତଦନୁସାରେ କରିବ; ସେମାନେ ତୁମ୍ଭକୁ ଯେଉଁ ନିଷ୍ପତ୍ତି ଜଣାଇବେ, ତହିଁର ଦକ୍ଷିଣକୁ କି ବାମକୁ ଫେରିବ ନାହିଁ।
1 Samuel 13:13 in Oriya 13 ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, ତୁମ୍ଭେ ମୂର୍ଖର କର୍ମ କରିଅଛ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଆଜ୍ଞା ଦେଇଥିଲେ, ତାହା ତୁମ୍ଭେ ପାଳନ କଲ ନାହିଁ; କରିଥିଲେ ସଦାପ୍ରଭୁ ଇସ୍ରାଏଲ ଉପରେ ତୁମ୍ଭର ରାଜତ୍ୱ ଏବେ ଅନନ୍ତକାଳସ୍ଥାୟୀ କରିଥାଆନ୍ତେ।
1 Samuel 15:23 in Oriya 23 ଯେହେତୁ ବିଦ୍ରୋହ ମନ୍ତ୍ରପାଠ ପାପ ତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନର ପୂଜା ତୁଲ୍ୟ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ, ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହୋଇ ଥିବା ପାଇଁ ତୁଚ୍ଛ କରିଅଛନ୍ତି।
1 Kings 11:12 in Oriya 12 ତଥାପି ତୁମ୍ଭ ପିତା ଦାଉଦଙ୍କ ସକାଶୁ ଆମ୍ଭେ ତୁମ୍ଭ ସମୟରେ ଏହା କରିବା ନାହିଁ; ମାତ୍ର ଆମ୍ଭେ ତୁମ୍ଭ ପୁତ୍ର ହସ୍ତରୁ ତାହା ଚିରି ନେବା।
1 Kings 11:34 in Oriya 34 ତଥାପି ଆମ୍ଭେ ସମୁଦାୟ ରାଜ୍ୟ ତାହା ହସ୍ତରୁ ନେବା ନାହିଁ, ମାତ୍ର ଆମ୍ଭ ମନୋନୀତ ଦାସ ଯେଉଁ ଦାଉଦ ଆମ୍ଭର ଆଜ୍ଞା ଓ ଆମ୍ଭର ବିଧିସକଳ ପାଳନ କଲା, ତାହା ସକାଶୁ ତାହାକୁ ଯାବଜ୍ଜୀବନ ଅଧିପତି କରି ରଖିବା;
1 Kings 11:36 in Oriya 36 ଆଉ ଆମ୍ଭେ ଆପଣା ନାମ ସ୍ଥାପନ କରିବା ପାଇଁ ଯେଉଁ ନଗର ମନୋନୀତ କରିଅଛୁ, ସେହି ଯିରୂଶାଲମରେ ଯେପରି ଆମ୍ଭ ଦାସ ଦାଉଦର ପ୍ରଦୀପ ଆମ୍ଭ ସମ୍ମୁଖରେ ସର୍ବଦା ରହିବ, ଏଥିପାଇଁ ତାହାର ପୁତ୍ରକୁ ଏକ ଗୋଷ୍ଠୀ ଦେବା।
1 Kings 15:5 in Oriya 5 କାରଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା ଦାଉଦ କରିଥିଲେ ଓ କେବଳ ହିତ୍ତୀୟ ଊରୀୟର କଥା ଛଡ଼ା ଆଉ କୌଣସି ବିଷୟରେ ସେ ଆପଣାର ଯାବଜ୍ଜୀବନ ତାହାଙ୍କର ଦତ୍ତ ଆଜ୍ଞାରୁ ବିମୁଖ ହୋଇ ନ ଥିଲେ।
2 Kings 10:30 in Oriya 30 ଏଥିଉତ୍ତାରେ ସଦାପ୍ରଭୁ ଯେହୂଙ୍କୁ କହିଲେ, “ଆମ୍ଭ ଦୃଷ୍ଟିରେ ଯାହା ଯଥାର୍ଥ, ତାହା ସାଧନ କରି ତୁମ୍ଭେ ଭଲ କରିଅଛ ଓ ଆମ୍ଭ ମନରେ ଯାହା ଯାହା ଥିଲା, ତଦନୁସାରେ ତୁମ୍ଭେ ଆହାବ ବଂଶ ପ୍ରତି କରିଅଛ, ଏହେତୁ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ତୁମ୍ଭର ସନ୍ତାନମାନେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ।”
2 Kings 14:10 in Oriya 10 ପ୍ରକୃତରେ ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ, ଆଉ ତୁମ୍ଭ ମନ ଗର୍ବିତ ହୋଇଅଛି; ସେହି ଗୌରବ ନେଇ ଘରେ ଥାଅ; ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ ?”
2 Chronicles 25:19 in Oriya 19 ଦେଖ, ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ ବୋଲି କହୁଅଛ; ତେଣୁ ଦର୍ପ କରିବା ପାଇଁ ତୁମ୍ଭ ମନ ତୁମ୍ଭକୁ ପ୍ରବୃତ୍ତି ଦେଉଅଛି; ଏବେ ଆପଣା ଘରେ ଥାଅ, ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ ?
2 Chronicles 26:16 in Oriya 16 ମାତ୍ର ସେ ବଳବାନ୍ ହୁଅନ୍ତେ, ତାଙ୍କର ଅନ୍ତଃକରଣ ଉଦ୍ଧତ ହେଲା, ତହୁଁ ସେ ଦୁରାଚରଣ କରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ ଲଙ୍ଘନ କଲେ; କାରଣ ସେ ଧୂପବେଦିରେ ଧୂପ ଜ୍ୱଳାଇବା ନିମନ୍ତେ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ।
2 Chronicles 32:25 in Oriya 25 ମାତ୍ର ହିଜକିୟ ଆପଣା ପ୍ରତି କୃତ ମଙ୍ଗଳ ଅନୁସାରେ ପ୍ରତିଦାନ କଲେ ନାହିଁ; କାରଣ ତାଙ୍କର ଅନ୍ତଃକରଣ ଗର୍ବିତ ହେଲା; ଏହେତୁ ତାଙ୍କ ଉପରେ, ପୁଣି ଯିହୁଦା ଓ ଯିରୂଶାଲମ ଉପରେ କୋପ ଉପସ୍ଥିତ ହେଲା।
2 Chronicles 33:12 in Oriya 12 ପୁଣି, ସେ ଦୁଃଖରେ ଥିବା ବେଳେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ଆପଣା ପିତୃଗଣର ପରମେଶ୍ୱରଙ୍କ ଛାମୁରେ ଆପଣାକୁ ଅତିଶୟ ନମ୍ର କଲେ।
2 Chronicles 33:19 in Oriya 19 ମଧ୍ୟ ତାଙ୍କର ପ୍ରାର୍ଥନା ଓ ପରମେଶ୍ୱର ତାଙ୍କ ପ୍ରତି କିପରି ପ୍ରସନ୍ନ ହେଲେ ଓ ତାଙ୍କର ସକଳ ପାପ ଓ ସତ୍ୟଲଙ୍ଘନ ଓ ସେ ଆପଣାକୁ ନମ୍ର କରିବା ପୂର୍ବେ ଯେଉଁ ଯେଉଁ ସ୍ଥାନରେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଆଉ ଆଶେରା ମୂର୍ତ୍ତି ଓ ଖୋଦିତ-ପ୍ରତିମା ସ୍ଥାପନ କରିଥିଲେ; ଦେଖ, ତାହାସବୁ ହୋଶେୟର ପୁସ୍ତକରେ ଲିଖିତ ଅଛି।
2 Chronicles 33:23 in Oriya 23 ପୁଣି, ତାଙ୍କର ପିତା ମନଃଶି ଯେପରି ଆପଣାକୁ ନମ୍ର କରିଥିଲେ, ସେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ସେପରି ନମ୍ର କଲେ ନାହିଁ; ମାତ୍ର ଏହି ଆମୋନ୍ ଅଧିକ ଅଧିକ ଅପରାଧ କଲେ।
2 Chronicles 34:27 in Oriya 27 ଏହି ସ୍ଥାନ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଉକ୍ତ ପରମେଶ୍ୱରଙ୍କ ବାକ୍ୟ ଶୁଣିବାମାତ୍ରେ ତୁମ୍ଭର ଅନ୍ତଃକରଣ କୋମଳ ହେଲା ଓ ତୁମ୍ଭେ ତାହାଙ୍କ ସାକ୍ଷାତରେ ଆପଣାକୁ ନମ୍ର କଲ; ଏଣୁ ତୁମ୍ଭେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବାରୁ ଓ ଆପଣା ବସ୍ତ୍ର ଚିରି ଆମ୍ଭ ସାକ୍ଷାତରେ ରୋଦନ କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ।
Psalm 19:11 in Oriya 11 ଆହୁରି, ତଦ୍ଦ୍ୱାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ।
Psalm 131:1 in Oriya 1 ଆରୋହଣ-ଗୀତ; ଦାଉଦଙ୍କ ରଚିତ। ହେ ସଦାପ୍ରଭୁ, ମୋ' ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋ' ଦୁଷ୍ଟି ଉଚ୍ଚ ନୁହେଁ; କିଅବା ମୁଁ ମହତ୍ ମହତ୍ ବ୍ୟାପାରରେ, ଅଥବା ମୋ' ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ।
Psalm 132:12 in Oriya 12 ଯଦି ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମ ଓ ଆମ୍ଭେ ସେମାନଙ୍କୁ ଯେଉଁ ପ୍ରମାଣ-ବାକ୍ୟ ଶିଖାଇବା, ତାହା ପାଳନ କରିବେ, ତେବେ ସେମାନଙ୍କ ସନ୍ତାନଗଣ ହିଁ ସଦାକାଳ ତୁମ୍ଭ ସିଂହାସନରେ ବସିବେ।”
Proverbs 10:27 in Oriya 27 ସଦାପ୍ରଭୁଙ୍କ ବିଷୟକ ଭୟ ଦିନ ବଢ଼ାଏ, ମାତ୍ର ଦୁଷ୍ଟର ବର୍ଷ ଊଣା କରାଯିବ।
Proverbs 27:24 in Oriya 24 କାରଣ ସମ୍ପତ୍ତି ଅନନ୍ତକାଳସ୍ଥାୟୀ ନୁହେଁ ଓ ମୁକୁଟ କ'ଣ ପୁରୁଷାନୁକ୍ରମରେ ଥାଏ ?
Ecclesiastes 8:13 in Oriya 13 ମାତ୍ର ଦୁଷ୍ଟର ମଙ୍ଗଳ ହେବ ନାହିଁ, କିଅବା ସେ ଆପଣା ଛାୟା ସ୍ୱରୂପ ପରମାୟୁ ବୃଦ୍ଧି କରିବ ନାହିଁ; କାରଣ ସେ ପରମେଶ୍ୱରଙ୍କ ଛାମୁରେ ଭୀତ ନୁହେଁ।
Isaiah 2:12 in Oriya 12 କାରଣ ଅହଙ୍କାରୀ, ଗର୍ବିତ ଓ ଉଚ୍ଚୀକୃତ ସମସ୍ତଙ୍କ ପ୍ରତିକୂଳରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଦିନ ଉପସ୍ଥିତ ହେବ, ତହିଁରେ ତାହା ନତ ହେବ;
Daniel 5:20 in Oriya 20 ମାତ୍ର ତାଙ୍କର ଅନ୍ତଃକରଣ ଗର୍ବିତ ହୁଅନ୍ତେ ଓ ତାଙ୍କର ଆତ୍ମା କଠିନ ହୋଇ ସେ ଅହଙ୍କାରପୂର୍ବକ ବ୍ୟବହାର କରନ୍ତେ, ସେ ଆପଣା ରାଜସିଂହାସନରୁ ଚ୍ୟୁତ ହେଲେ ଓ ତାଙ୍କର ଗୌରବ ତାଙ୍କଠାରୁ ଅପହୃତ ହେଲା,
Habakkuk 2:4 in Oriya 4 ଦେଖ, ତାହାର ପ୍ରାଣ ଗର୍ବରେ ଫୁଲିଅଛି, ତାହା ସରଳ ନୁହେଁ; ମାତ୍ର ଧାର୍ମିକ ଲୋକ ଆପଣା ବିଶ୍ୱାସ ଦ୍ୱାରା ବଞ୍ଚିବ।
2 Corinthians 12:7 in Oriya 7 ଏଣୁ ମୁଁ ଯେପରି ଅତିଶୟ ଗର୍ବୀ ନ ହୁଏ, ଏଥି ନିମନ୍ତେ ମୋହର ଶରୀରରେ ଗୋଟିଏ କଣ୍ଟକ ଦିଆଗଲା, ମୋତେ ପ୍ରହାର କରିବା ପାଇଁ ଶୟତାନର ଦୂତକୁ ପଠାଗଲା, ଯେପରି ମୁଁ ଅତିଶୟ ଗର୍ବୀ ନ ହୁଏ।
1 Peter 5:5 in Oriya 5 ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ ଈଶ୍ୱର ଅହଂକାରୀମାନଙ୍କୁ ପ୍ରତିରୋଧ କରି ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।