Deuteronomy 18:10 in Oriya 10 ସେଠାରେ ଆପଣା ପୁତ୍ରକୁ କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ଲୋକ, ଅବା ମନ୍ତ୍ରଜ୍ଞ, ଶୁଭାଶୁଭବାଦୀ, କି ଗଣକ, କି ମାୟାବୀ,
Other Translations King James Version (KJV) There shall not be found among you any one that maketh his son or his daughter to pass through the fire, or that useth divination, or an observer of times, or an enchanter, or a witch.
American Standard Version (ASV) There shall not be found with thee any one that maketh his son or his daughter to pass through the fire, one that useth divination, one that practiseth augury, or an enchanter, or a sorcerer,
Bible in Basic English (BBE) Let there not be seen among you anyone who makes his son or his daughter go through the fire, or anyone using secret arts, or a maker of strange sounds, or a reader of signs, or any wonder-worker,
Darby English Bible (DBY) There shall not be found among you he that maketh his son or his daughter to pass through the fire, that useth divination, that useth auguries, or an enchanter, or a sorcerer,
Webster's Bible (WBT) There shall not be found among you any one that maketh his son or his daughter to pass through the fire, or that useth divination, or an observer of times, or an enchanter, or a witch,
World English Bible (WEB) There shall not be found with you anyone who makes his son or his daughter to pass through the fire, one who uses divination, one who practices sorcery, or an enchanter, or a sorcerer,
Young's Literal Translation (YLT) there is not found in thee one causing his son and his daughter to pass over into fire, a user of divinations, an observer of clouds, and an enchanter, and a sorcerer,
Cross Reference Exodus 22:18 in Oriya 18 ତୁମ୍ଭେ ମାୟାବିନୀକୁ ଜୀବିତା ରଖିବ ନାହିଁ।
Leviticus 18:21 in Oriya 21 ତୁମ୍ଭେ ଆପଣା ବଂଶଜାତ କାହାକୁ ହିଁ, ମୋଲକ ଦେବତାର ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟଦେଇ ଗମନ କରାଇବାକୁ ଦେବ ନାହିଁ, କିଅବା ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
Leviticus 19:26 in Oriya 26 ତୁମ୍ଭେମାନେ ରକ୍ତ ସହିତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ ଗଣକତା ବା ଶୁଭାଶୁଭ କହିବାର ବିଦ୍ୟା ବ୍ୟବହାର କରିବ ନାହିଁ।
Leviticus 19:31 in Oriya 31 ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ; ସେମାନଙ୍କ ଦ୍ୱାରା ଅପବିତ୍ର ହେବା ନିମନ୍ତେ ସେମାନଙ୍କର ଅନ୍ୱେଷଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ।
Leviticus 20:2 in Oriya 2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଆହୁରି କହିବ, ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଅବା ଇସ୍ରାଏଲ ମଧ୍ୟରେ ପ୍ରବାସକାରୀ ବିଦେଶୀମାନଙ୍କ ମଧ୍ୟରୁ କୌଣସି ଲୋକ ଯଦି ଆପଣା ବଂଶର କାହାକୁ ମୋଲକ୍ ଦେବତାର ଉଦ୍ଦେଶ୍ୟରେ ପ୍ରଦାନ କରେ, ତେବେ ତାହାର ନିଶ୍ଚୟ ପ୍ରାଣଦଣ୍ଡ ହେବ ଓ ଦେଶୀୟ ଲୋକମାନେ ତାହାକୁ ପଥର ମାରି ବଧ କରିବେ।
Leviticus 20:26 in Oriya 26 ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ହେବ; କାରଣ ଆମ୍ଭେ ସଦାପ୍ରଭୁ ପବିତ୍ର ଅଟୁ। ଆଉ, ତୁମ୍ଭେମାନେ ଯେପରି ଆମ୍ଭର ହେବ, ଏଥିପାଇଁ ଆମ୍ଭେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ୍ କରିଅଛୁ।
Deuteronomy 12:31 in Oriya 31 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ତଦ୍ରୂପ କରିବ ନାହିଁ; କାରଣ ସଦାପ୍ରଭୁ ଯାହା ଘୃଣା କରନ୍ତି; ଏପରି ସମଗ୍ର ଘୃଣ୍ୟ କର୍ମ ସେମାନେ ଆପଣା ଆପଣା ଦେବତାଗଣର ଉଦ୍ଦେଶ୍ୟରେ କରିଅଛନ୍ତି; ମଧ୍ୟ ସେମାନେ ଆପଣା ଆପଣା ଦେବତାଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର ଓ ଆପଣା ଆପଣା କନ୍ୟାଗଣକୁ ମଧ୍ୟ ଅଗ୍ନିରେ ଦଗ୍ଧ କରନ୍ତି।
1 Samuel 28:3 in Oriya 3 ଏହି ସମୟକୁ ଶାମୁୟେଲ ମରିଯାଇଥିଲେ ଓ ସମୁଦାୟ ଇସ୍ରାଏଲ ତାଙ୍କ ପାଇଁ ଶୋକ କରି ତାଙ୍କର ନିଜ ନଗର ରାମାରେ ତାଙ୍କୁ କବର ଦେଇଥିଲେ। ପୁଣି, ଶାଉଲ ଭୂତୁଡ଼ିଆ ଓ ଗୁଣିଆ ଲୋକମାନଙ୍କୁ ଦେଶରୁ ଦୂର କରି ଦେଇଥିଲେ।
1 Samuel 28:7 in Oriya 7 ତେବେ ଶାଉଲ ଆପଣା ଦାସମାନଙ୍କୁ କହିଲେ, ମୋ' ପାଇଁ ଗୋଟିଏ ଭୂତୁଡ଼ିଆ ସ୍ତ୍ରୀ ଖୋଜ, ମୁଁ ତାହା କତିକି ଯାଇ ତାହାଠାରୁ ବୁଝିବି। ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, ଦେଖନ୍ତୁ, ଐନଦୋରରେ ଏକ ଭୂତୁଡ଼ିଆ ସ୍ତ୍ରୀ ଅଛି।
1 Samuel 28:9 in Oriya 9 ଏଥିରେ ସେ ସ୍ତ୍ରୀ କହିଲା, ଦେଖ, ଶାଉଲ ଯାହା କରିଅଛି, କିପରି ସେ ଭୂତୁଡ଼ିଆ ଓ ଗୁଣିଆମାନଙ୍କୁ ଦେଶରୁ ଉଚ୍ଛିନ୍ନ କରିଅଛି, ତାହା ତୁମ୍ଭେ ଜାଣ; ଏଣୁ ମୋହର ମୃତ୍ୟୁୁ ଘଟାଇବା ପାଇଁ କାହିଁକି ମୋହର ପ୍ରାଣ ବିରୁଦ୍ଧରେ ଫାନ୍ଦ ପାତୁଅଛ ?
2 Kings 16:3 in Oriya 3 ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ଆହୁରି ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ।
2 Kings 17:17 in Oriya 17 ପୁଣି ସେମାନେ ଆପଣାମାନଙ୍କ ପୁତ୍ରକନ୍ୟାଗଣକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ, ପୁଣି ମନ୍ତ୍ର ଓ ଗଣକତା ବ୍ୟବହାର କଲେ, ଆଉ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ କୁକର୍ମ କରିବାକୁ ଆପଣାମାନଙ୍କୁ ବିକ୍ରୟ କଲେ।
2 Kings 21:6 in Oriya 6 ପୁଣି ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ ଓ ଶୁଭାଶୁଭ କହିବାର ବିଦ୍ୟା, ଓ ଗଣକତା ବ୍ୟବହାର କଲେ, ଆଉ ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ସମ୍ପର୍କ ରଖିଲେ। ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।
1 Chronicles 10:13 in Oriya 13 ଏହିରୂପେ ଶାଉଲ ସଦାପ୍ରଭୁଙ୍କ ବିରୁଦ୍ଧରେ କୃତ ଆପଣା ସତ୍ୟଲଙ୍ଘନ ହେତୁରୁ ମଲେ, କାରଣ ସେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ ନାହିଁ; ମଧ୍ୟ ସେ ଭୂତୁଡ଼ିଆଠାରୁ ମନ୍ତ୍ରଣା ମାଗି ସଦାପ୍ରଭୁଙ୍କୁ ପଚାରିଲେ ନାହିଁ।
2 Chronicles 28:3 in Oriya 3 ଆହୁରି, ସେ ହିନ୍ନୋମ-ପୁତ୍ରର ଉପତ୍ୟକାରେ ଧୂପ ଜ୍ୱଳାଇଲେ ଓ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରିଥିଲେ, ସେମାନଙ୍କର ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ସନ୍ତାନଗଣକୁ ଅଗ୍ନିରେ ଦଗ୍ଧ କଲେ।
2 Chronicles 33:6 in Oriya 6 ମଧ୍ୟ ସେ ହିନ୍ନୋମ୍ ପୁତ୍ରର ଉପତ୍ୟକାରେ ଆପଣା ସନ୍ତାନସନ୍ତତିମାନଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ; ଆଉ, ସେ ଶୁଭାଶୁଭ କହିବାର ବିଦ୍ୟା ଓ ଗଣକତା ବ୍ୟବହାର କଲେ ଓ ମାୟାକର୍ମ କଲେ, ପୁଣି ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ବ୍ୟବହାର କଲେ; ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।
Psalm 106:37 in Oriya 37 ହଁ, ସେମାନେ ଭୂତଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ ବଳିଦାନ କଲେ।
Isaiah 8:19 in Oriya 19 ପୁଣି, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ କହିବେ, ଯେଉଁ ଭୂତୁଡ଼ିଆ ଓ ଗୁଣିଆମାନେ ଗଣ ଗଣ ଓ ଫୁସ୍ ଫୁସ୍ କରି କହନ୍ତି, ସେମାନଙ୍କର ଅନ୍ଵେଷଣ କର; (ତୁମ୍ଭେମାନେ କୁହ) ଲୋକମାନେ କ'ଣ ଆପଣାମାନଙ୍କ ପରମେଶ୍ୱରଙ୍କ ଅନ୍ଵେଷଣ କରିବେ ନାହିଁ ? ସେମାନେ କ'ଣ ଜୀବିତମାନଙ୍କ ସପକ୍ଷରେ ମୃତମାନଙ୍କର ଅନ୍ଵେଷଣ କରିବେ ?
Isaiah 47:13 in Oriya 13 ତୁମ୍ଭେ ଆପଣାର ଅପାର ମନ୍ତ୍ରଣାରେ କ୍ଳାନ୍ତ ହୋଇଅଛ; ଏବେ ଜ୍ୟୋତିଷମାନେ, ନକ୍ଷତ୍ରଦର୍ଶୀମାନେ, ମାସିକ ଶୁଭାଶୁଭବାଦୀମାନେ ଠିଆ ହେଉନ୍ତୁ ଓ ତୁମ୍ଭ ପ୍ରତି ଯାହା ଯାହା ଘଟିବ, ତହିଁରୁ ତୁମ୍ଭକୁ ରକ୍ଷା କରନ୍ତୁ।
Jeremiah 19:4 in Oriya 4 କାରଣ ସେମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଏହି ସ୍ଥାନକୁ ପରର ସ୍ଥାନ ବୋଲି ଜ୍ଞାନ କରି ତହିଁ ମଧ୍ୟରେ ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଓ ଯିହୁଦାର ରାଜାମାନେ ଯେଉଁ ଅନ୍ୟ ଦେବଗଣକୁ ଜାଣିଲେ ନାହିଁ, ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଏହି ସ୍ଥାନକୁ ନିର୍ଦ୍ଦୋଷମାନଙ୍କ ରକ୍ତରେ ପରିପୂର୍ଣ୍ଣ କରିଅଛନ୍ତି।
Jeremiah 32:35 in Oriya 35 ପୁଣି, ଏହି ଯେଉଁ ଘୃଣାଯୋଗ୍ୟ କାର୍ଯ୍ୟ କରିବା ପାଇଁ ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଯାହା ଆମ୍ଭ ମନରେ ଉଦୟ ହୋଇ ନାହିଁ, ତାହା କରିବା ପାଇଁ, ଅର୍ଥାତ୍, ଯିହୁଦାକୁ ପାପ କରାଇବା ପାଇଁ ମୋଲକର ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର କନ୍ୟାଗଣଙ୍କୁ ଅଗ୍ନି ମଧ୍ୟ ଦେଇ ଗମନ କରାଇବା ପାଇଁ ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି।
Acts 19:19 in Oriya 19 ଆଉ ଯାଦୁକ୍ରିୟା କରୁଥିବା ଅନେକେ ଆପଣା ଆପଣା ପୁସ୍ତକ ଆଣି ଏକତ୍ର କରି ସମସ୍ତଙ୍କ ସାକ୍ଷାତରେ ପୋଡ଼ିପକାଇଲେ; ସେମାନେ ସେ ସବୁର ମୂଲ୍ୟ ହିସାବ କରି ତାହା ପଚାଶ ହଜାର ଟଙ୍କା ବୋଲି ଦେଖିଲେ।
Galatians 5:20 in Oriya 20 କାମୁକତା, ପ୍ରତିମାପୂଜା, ନରହତ୍ୟା, କୁହୁକ, ଶତ୍ରୁତା, ବିବାଦ, ଦ୍ୱେଷ, କ୍ରୋଧ, ସ୍ୱାର୍ଥପରତା, ଦଳଭେଦ, ମତଭେଦ, ଈର୍ଷା,