Deuteronomy 18:18 in Oriya 18 ଆମ୍ଭେ ସେମାନଙ୍କ ନିମନ୍ତେ ସେମାନଙ୍କ ଭ୍ରାତୃଗଣ ମଧ୍ୟରୁ ତୁମ୍ଭ ସଦୃଶ ଜଣେ ଭବିଷ୍ୟଦ୍ବକ୍ତା ଉତ୍ପନ୍ନ କରିବା ଓ ଆମ୍ଭେ ତାହାଙ୍କ ମୁଖରେ ଆପଣା ବାକ୍ୟ ଦେବା ଓ ଆମ୍ଭେ ତାହାଙ୍କୁ ଯେଉଁ ଯେଉଁ ଆଜ୍ଞା ଦେବା, ତାହା ସେ ସେମାନଙ୍କୁ କହିବେ।
Other Translations King James Version (KJV) I will raise them up a Prophet from among their brethren, like unto thee, and will put my words in his mouth; and he shall speak unto them all that I shall command him.
American Standard Version (ASV) I will raise them up a prophet from among their brethren, like unto thee; and I will put my words in his mouth, and he shall speak unto them all that I shall command him.
Bible in Basic English (BBE) I will give them a prophet from among themselves, like you, and I will put my words in his mouth, and he will say to them whatever I give him orders to say.
Darby English Bible (DBY) A prophet will I raise up unto them from among their brethren, like unto thee, and will put my words in his mouth, and he shall speak unto them all that I shall command him.
Webster's Bible (WBT) I will raise up to them a prophet from among their brethren, like thee, and will put my words in his mouth; and he shall speak to them all that I shall command him.
World English Bible (WEB) I will raise them up a prophet from among their brothers, like you; and I will put my words in his mouth, and he shall speak to them all that I shall command him.
Young's Literal Translation (YLT) a prophet I raise up to them, out of the midst of their brethren, like to thee; and I have given my words in his mouth, and he hath spoken unto them all that which I command him;
Cross Reference Exodus 40:26 in Oriya 26 ଆଉ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସମାଗମ-ତମ୍ବୁରେ ବିଚ୍ଛେଦ ବସ୍ତ୍ର ସମ୍ମୁଖରେ ସ୍ୱର୍ଣ୍ଣ-ବେଦି ରଖିଲେ
Numbers 12:6 in Oriya 6 ତେବେ ସେ କହିଲେ, “ଆମ୍ଭର ବାକ୍ୟ ଶୁଣ; ଯଦି ତୁମ୍ଭମାନଙ୍କ ମଧ୍ୟରେ କେହି ଭବିଷ୍ୟଦ୍ବକ୍ତା ଥାଏ, ତେବେ ଆମ୍ଭେ ସଦାପ୍ରଭୁ କୌଣସି ଦର୍ଶନ ଦ୍ୱାରା ତାହା ପ୍ରତି ଆପଣାକୁ ପ୍ରକାଶ କରିବା, ଆମ୍ଭେ ସ୍ୱପ୍ନ ଦ୍ୱାରା ତାହା ସହିତ କଥା କହିବା।
Numbers 12:13 in Oriya 13 ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ହେ ପରମେଶ୍ୱର, ବିନୟ କରୁଅଛି, ତାହାକୁ ସୁସ୍ଥ କର।”
Deuteronomy 5:5 in Oriya 5 ସେହି ସମୟରେ ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ବାକ୍ୟ ଜ୍ଞାତ କରାଇବା ନିମନ୍ତେ ସେହି ସ୍ଥାନରେ ସଦାପ୍ରଭୁଙ୍କ ଓ ତୁମ୍ଭମାନଙ୍କ ମଧ୍ୟରେ ଠିଆ ହେଲି; କାରଣ ତୁମ୍ଭେମାନେ ଅଗ୍ନି ସକାଶୁ ଭୀତ ହେବାରୁ ପର୍ବତ ଆରୋହଣ କଲ ନାହିଁ; ତାହାଙ୍କର ବାକ୍ୟ ଏହି, ଯଥା,
Deuteronomy 18:15 in Oriya 15 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ନିମନ୍ତେ ତୁମ୍ଭ ଭିତରୁ, ତୁମ୍ଭ ଭାଇମାନଙ୍କ ମଧ୍ୟରୁ ଆମ୍ଭର ସଦୃଶ ଏକ ଭବିଷ୍ୟଦ୍ବକ୍ତା ଉତ୍ପନ୍ନ କରିବେ; ତୁମ୍ଭେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କରିବ।
Deuteronomy 33:5 in Oriya 5 ଲୋକମାନଙ୍କ ପ୍ରଧାନବର୍ଗର ସମାଗମ ସମୟରେ, ସମସ୍ତ ଇସ୍ରାଏଲ ବଂଶ ଏକତ୍ର ହେବା ବେଳେ ସେ ଯିଶୁରୁଣରେ ରାଜା ଥିଲେ।
Psalm 2:6 in Oriya 6 ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।
Psalm 110:4 in Oriya 4 ସଦାପ୍ରଭୁ ଶପଥ କରିଅଛନ୍ତି ଓ ଅନ୍ୟଥା କରିବେ ନାହିଁ, “ମଲ୍କୀଷେଦକଙ୍କ ରୀତି ଅନୁସାରେ ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।”
Isaiah 9:6 in Oriya 6 କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।
Isaiah 50:4 in Oriya 4 ମୁଁ ଯେପରି କ୍ଳାନ୍ତ ଲୋକକୁ ବାକ୍ୟ ଦ୍ୱାରା ସୁସ୍ଥିର କରି ପାରିବି, ଏଥିପାଇଁ ପ୍ରଭୁ, ସଦାପ୍ରଭୁ ମୋତେ ଶିକ୍ଷିତ ଲୋକମାନଙ୍କର ଜିହ୍ୱା ଦେଇଅଛନ୍ତି; ସେ ପ୍ରତି ପ୍ରଭାତ ଜାଗ୍ରତ କରାନ୍ତି, ଶିକ୍ଷିତ ଲୋକ ପରି ଶୁଣିବା ପାଇଁ ସେ ମୋହର କର୍ଣ୍ଣକୁ ଜାଗ୍ରତ କରାନ୍ତି।
Isaiah 51:16 in Oriya 16 ପୁଣି, ଆକାଶମଣ୍ଡଳ ରୋପଣ କରିବାର, ପୃଥିବୀର ଭିତ୍ତିମୂଳ ସ୍ଥାପନ କରିବାର ଓ ତୁମ୍ଭେ ଆମ୍ଭର ଲୋକ, ଏହା ସିୟୋନକୁ କହିବା ପାଇଁ ଆମ୍ଭେ ତୁମ୍ଭ ମୁଖରେ ଆପଣା ବାକ୍ୟ ରଖିଅଛୁ ଓ ଆପଣା ହସ୍ତର ଛାୟାରେ ତୁମ୍ଭକୁ ଆଚ୍ଛାଦନ କରିଅଛୁ।
Zechariah 6:12 in Oriya 12 ପୁଣି, ତାଙ୍କୁ କୁହ, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଶାଖା ନାମରେ ବିଖ୍ୟାତ ପୁରୁଷଙ୍କୁ ଦେଖ ସେ ଆପଣା ସ୍ଥାନରୁ ବଢ଼ି ଉଠିବେ ଓ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ!”
Malachi 3:1 in Oriya 1 “ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Luke 24:19 in Oriya 19 ସେ ସେମାନଙ୍କୁ ପଚାରିଲେ, କି କି ପ୍ରକାର ଘଟଣା ? ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ୱର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ,
John 1:45 in Oriya 45 ଫିଲିପ୍ପ ନିଥନିୟେଲଙ୍କ ଦେଖା ପାଇ ତାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ମୋଶାଙ୍କ ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି, ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ।
John 4:25 in Oriya 25 ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମସୀହ, ଯାହାଙ୍କୁ ଖ୍ରୀଷ୍ଟ କହନ୍ତି, ସେ ଆସୁଅଛନ୍ତି ବୋଲି ମୁଁ ଜାଣେ; ଯେତେବେଳେ ସେ ଆସିବେ, ସେ ଆମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ।
John 8:28 in Oriya 28 ଅତଏବ, ଯୀଶୁ କହିଲେ, ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କୁ ଗୌରବ ଦେବ, ସେତେବେଳେ ମୁଁ ଯେ ସେହି ବ୍ୟକ୍ତି ଓ ମୁଁ ନିଜରୁ କିଛି ନ କରି ବରଂ ପିତା ମୋତେ ଯେପ୍ରକାର ଶିକ୍ଷା ଦେଲେ, ସେହି ପ୍ରକାର ଏସମସ୍ତ କଥା ଯେ କହୁଅଛି, ଏହା ତୁମ୍ଭେମାନେ ବୁଝିବ।
John 12:49 in Oriya 49 କାରଣ ମୁଁ ଆପଣାଠାରୁ କହି ନାହିଁ, ମାତ୍ର ମୁଁ କ'ଣ କହିବି ଓ କ'ଣ ବ୍ୟକ୍ତ କରିବି, ତାହା ମୋହର ପ୍ରେରଣକର୍ତ୍ତା ପିତା ମୋତେ ଆଜ୍ଞା ଦେଇଅଛନ୍ତି;
John 15:15 in Oriya 15 ମୁଁ ତୁମ୍ଭମାନଙ୍କୁ ଆଉ ଦାସ ବୋଲି କହୁ ନାହିଁ, କାରଣ କର୍ତ୍ତା କ'ଣ କରନ୍ତି, ଦାସ ତାହା ଜାଣେ ନାହିଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହିଅଛି, କାରଣ ମୁଁ ମୋହର ପିତାଙ୍କଠାରୁ ଯାହା ଯାହା ଶୁଣିଅଛି, ସେହି ସବୁ ତୁମ୍ଭମାନଙ୍କୁ ଜଣାଇଅଛି।
John 17:8 in Oriya 8 କାରଣ ତୁମ୍ଭେ ମୋତେ ଯେ ସମସ୍ତ ବାକ୍ୟ ଦାନ କଲ, ମୁଁ ସେମାନଙ୍କୁ ସେହି ସବୁ ଦାନ କରିଅଛି, ଆଉ ସେମାନେ ଗ୍ରହଣ କରିଅଛନ୍ତି, ପୁଣି, ମୁଁ ଯେ ତୁମ୍ଭ ନିକଟରୁ ଆସିଅଛି, ତାହା ସତ୍ୟ ରୂପେ ଜାଣିଅଛନ୍ତି ଓ ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ବିଶ୍ୱାସ କରିଅଛନ୍ତି।
John 17:18 in Oriya 18 ତୁମ୍ଭେ ମୋତେ ଯେପରି ଜଗତକୁ ପ୍ରେରଣ କରିଅଛ, ମୁଁ ମଧ୍ୟ ସେମାନଙ୍କୁ ସେପରି ଜଗତକୁ ପ୍ରେରଣ କରିଅଛି।
Galatians 3:19 in Oriya 19 ତେବେ ମୋଶାଙ୍କ ବ୍ୟବସ୍ଥା କାହିଁକି ଦିଆଗଲା ? ଯେଉଁ ସନ୍ତାନଙ୍କୁ ଲକ୍ଷ୍ୟ କରି ପ୍ରତିଜ୍ଞା କରାଯାଇଥିଲା, ତାହାଙ୍କ ନ ଆସିବା ପର୍ଯ୍ୟନ୍ତ ତାହା ଆଜ୍ଞାଲଙ୍ଘନ ହେତୁ ଯୋଗ କରାଗଲା, ପୁଣି, ତାହା ଦୂତମାନଙ୍କ ଦ୍ୱାରା ଜଣେ ମଧ୍ୟସ୍ଥଙ୍କ ହସ୍ତରେ ସ୍ଥାପିତ ହୋଇଥିଲା।
1 Timothy 2:5 in Oriya 5 କାରଣ ଏକମାତ୍ର ଈଶ୍ୱର ଅଛନ୍ତି, ଆଉ ଈଶ୍ୱର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ;
Hebrews 3:2 in Oriya 2 ମୋଶା ଯେପରି ଇଶ୍ବରଙ୍କ ଗୃହ ମଧ୍ୟରେ ବିଶ୍ୱସ୍ତ ଥିଲେ, ଯୀଶୁ ସେହିପରି ଆପଣା ନିଯୋଗକର୍ତ୍ତାଙ୍କ ପ୍ରତି ବିଶ୍ୱସ୍ତ ଥିଲେ।
Hebrews 7:22 in Oriya 22 ସେହି ପ୍ରକାରେ ଯୀଶୁ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି।
Hebrews 12:24 in Oriya 24 ନୂତନ ନିୟମର ମଧ୍ୟସ୍ଥ ଯୀଶୁ, ପୁଣି, ଯେଉଁ ସେଚନର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ଉତ୍କୃଷ୍ଟତର ବାକ୍ୟ କହେ, ତାହା ନିକଟକୁ ଆସିଅଛ।