Deuteronomy 20:1 in Oriya 1 ‘ତୁମ୍ଭେ ଆପଣା ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ବାହାରିଲେ, ଯେବେ ଆପଣା ଅପେକ୍ଷା ଅଧିକ ଅଶ୍ୱ, ରଥ ଓ ଲୋକ ଦେଖିବ, ତେବେ ତୁମ୍ଭେ ସେମାନଙ୍କ ବିଷୟରେ ଭୀତ ହେବ ନାହିଁ। କାରଣ ଯେ ତୁମ୍ଭକୁ ମିସର ଦେଶରୁ ଆଣିଅଛନ୍ତି, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।
Other Translations King James Version (KJV) When thou goest out to battle against thine enemies, and seest horses, and chariots, and a people more than thou, be not afraid of them: for the LORD thy God is with thee, which brought thee up out of the land of Egypt.
American Standard Version (ASV) When thou goest forth to battle against thine enemies, and seest horses, and chariots, `and' a people more than thou, thou shalt not be afraid of them; for Jehovah thy God is with thee, who brought thee up out of the land of Egypt.
Bible in Basic English (BBE) When you go out to war against other nations, and come face to face with horses and war-carriages and armies greater in number than yourselves, have no fear of them: for the Lord your God is with you, who took you up out of the land of Egypt.
Darby English Bible (DBY) When thou goest out to war against thine enemies, and seest horses, and chariots, [and] a people more numerous than thou, thou shalt not fear them; for Jehovah thy God is with thee, who brought thee up out of the land of Egypt.
Webster's Bible (WBT) When thou goest out to battle against thy enemies, and seest horses, and chariots, and a people more than thou, be not afraid of them: for the LORD thy God is with thee, who brought thee out of the land of Egypt.
World English Bible (WEB) When you go forth to battle against your enemies, and see horses, and chariots, [and] a people more than you, you shall not be afraid of them; for Yahweh your God is with you, who brought you up out of the land of Egypt.
Young's Literal Translation (YLT) `When thou goest out to battle against thine enemy, and hast seen horse and chariot -- a people more numerous than thou -- thou art not afraid of them, for Jehovah thy God `is' with thee, who is bringing thee up out of the land of Egypt;
Cross Reference Genesis 26:3 in Oriya 3 ତୁମ୍ଭେ ଏହି ଦେଶରେ ପ୍ରବାସ କର, ତହିଁରେ ଆମ୍ଭେ ତୁମ୍ଭର ସହାୟ ହୋଇ ତୁମ୍ଭକୁ ଆଶୀର୍ବାଦ କରିବା, ପୁଣି, ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଦେଶ ଦେବା ଓ ତୁମ୍ଭ ପିତା ଅବ୍ରହାମ ନିକଟରେ ଆପଣା କୃତ ଶପଥର ନିୟମ ସଫଳ କରିବା।
Numbers 23:21 in Oriya 21 ସେ ଯାକୁବ ମଧ୍ୟରେ ଅଧର୍ମ ଦୃଷ୍ଟିଗୋଚର କରି ନାହାନ୍ତି, କିଅବା ସେ ଇସ୍ରାଏଲ ମଧ୍ୟରେ ଉପଦ୍ରବ ଦେଖି ନାହାନ୍ତି; ସେମାନଙ୍କର ପରମେଶ୍ୱର ସଦାପ୍ରଭୁ ସେମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ରାଜାର ଜୟଧ୍ୱନି ସେମାନଙ୍କ ମଧ୍ୟରେ ଅଛି।
Deuteronomy 2:7 in Oriya 7 କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭଙ୍କୁ ଆଶୀର୍ବାଦ କରିଅଛନ୍ତି; ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ତୁମ୍ଭ ଯିବାର ଜାଣିଅଛନ୍ତି; ଏହି ଚାଳିଶ ବର୍ଷସାରା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହୋଇଅଛନ୍ତି; ତୁମ୍ଭର କିଛି ଅଭାବ ହୋଇ ନାହିଁ।'”
Deuteronomy 3:21 in Oriya 21 ଆଉ ମୁଁ ସେହି ସମୟରେ ଯିହୋଶୂୟଙ୍କୁ ଆଜ୍ଞା ଦେଇ କହିଲି, “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଏହି ଦୁଇ ରାଜାଙ୍କ ପ୍ରତି ଯାହା କରିଅଛନ୍ତି, ତୁମ୍ଭେ ତାହା ସ୍ୱଚକ୍ଷୁରେ ଦେଖିଅଛ; ତୁମ୍ଭେ ପାର ହୋଇ ଯେଉଁ ଯେଉଁ ରାଜ୍ୟ ବିରୁଦ୍ଧରେ ଯାଉଅଛ, ସେସବୁ ରାଜ୍ୟ ପ୍ରତି ସଦାପ୍ରଭୁ ତଦ୍ରୂପ କରିବେ।
Deuteronomy 7:1 in Oriya 1 ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରବେଶ କରାଇବେ ଓ ତୁମ୍ଭ ସାକ୍ଷାତରୁ ନାନା ଗୋଷ୍ଠୀୟ ଲୋକମାନଙ୍କୁ, ହିତ୍ତୀୟ, ଗିର୍ଗାଶୀୟ, ଇମୋରୀୟ, କିଣାନୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟ, ତୁମ୍ଭଠାରୁ ମହାନ୍ ଓ ବଳବାନ୍ ଏହି ସାତ ଗୋଷ୍ଠୀଙ୍କୁ ଦୂର କରିବେ;
Deuteronomy 31:6 in Oriya 6 ବଳବାନ୍ ଓ ସାହସିକ ହୁଅ, ଭୟ କର ନାହିଁ, କିଅବା ସେମାନଙ୍କ ସକାଶୁ ଭୟଯୁକ୍ତ ହୁଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଆପେ ତୁମ୍ଭ ସଙ୍ଗେ ଗମନ କରୁଅଛନ୍ତି, ସେ ତୁମ୍ଭ ପ୍ରତି ହତାଶ ହେବେ ନାହିଁ, କିଅବା ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ।
Deuteronomy 31:8 in Oriya 8 ପୁଣି, ସଦାପ୍ରଭୁ, ସେ ଆପେ ତୁମ୍ଭର ଅଗ୍ରଗାମୀ ହୋଇ ଗମନ କରୁଅଛନ୍ତି; ସେ ତୁମ୍ଭର ସଙ୍ଗୀ ହେବେ, ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କିଅବା ତୁମ୍ଭକୁ ତ୍ୟାଗ କରିବେ ନାହିଁ; ଭୟ କର ନାହିଁ, କି ହତାଶ ହୁଅ ନାହିଁ।
Joshua 1:5 in Oriya 5 ତୁମ୍ଭର ଯାବଜ୍ଜୀବନ ତୁମ୍ଭ ସମ୍ମୁଖରେ କେହି ଠିଆ ହୋଇ ପାରିବ ନାହିଁ; ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେପରି ଆମ୍ଭେ ତୁମ୍ଭ ସଙ୍ଗରେ ଥିବା; ଆମ୍ଭେ ତୁମ୍ଭ ପ୍ରତି ନିରସ୍ତ ହେବା ନାହିଁ, କି ତୁମ୍ଭକୁ ତ୍ୟାଗ କରିବା ନାହିଁ।
Joshua 1:9 in Oriya 9 ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।
Joshua 10:5 in Oriya 5 ଏନିମନ୍ତେ ଯିରୂଶାଲମର ରାଜା, ହିବ୍ରୋଣର ରାଜା, ଯର୍ମୂତର ରାଜା, ଲାଖୀଶର ରାଜା ଓ ଇଗ୍ଲୋନର ରାଜା, ଇମୋରୀୟମାନଙ୍କ ଏହି ପାଞ୍ଚ ରାଜା ଆପଣା ଆପଣା ସମସ୍ତ ସୈନ୍ୟ ସହିତ ଏକତ୍ର ଉଠି ଯାଇ ଗିବିୟୋନ ସମ୍ମୁଖରେ ଛାଉଣି ସ୍ଥାପନ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।
Joshua 11:4 in Oriya 4 ତହିଁରେ ସେମାନେ ଆପଣା ଆପଣା ସୈନ୍ୟ ସହିତ ଅପାର ଲୋକ ସମୁଦ୍ର ତୀରସ୍ଥ ବାଲୁକା ତୁଲ୍ୟ ଲୋକାରଣ୍ୟ ହୋଇ ଅନେକ ଅନେକ ଅଶ୍ୱ ଓ ରଥ ସଙ୍ଗେ ନେଇ ବାହାର ହେଲେ।
Joshua 11:9 in Oriya 9 ଆଉ ଯିହୋଶୂୟ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ସେ ସେମାନଙ୍କ ଅଶ୍ୱଗଣର ପାଦଶିରା କାଟି ପକାଇଲେ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କଲେ।
Judges 4:3 in Oriya 3 ଏଥିରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ; କାରଣ ତାହାର ନଅ ଶହ ଲୌହ ରଥ ଥିଲା; ପୁଣି ସେ କୋଡ଼ିଏ ବର୍ଷ ପର୍ଯ୍ୟନ୍ତ ଇସ୍ରାଏଲ ସନ୍ତାନଗଣ ପ୍ରତି ଶୋଷଣ ଓ କଠୋର ଅତ୍ୟାଚାର କଲା।
Judges 6:12 in Oriya 12 ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ ଦର୍ଶନ ଦେଇ କହିଲେ, ହେ ମହାବିକ୍ରମଶାଳୀ ଲୋକ, ସଦାପ୍ରଭୁ ତୁମ୍ଭ ସଙ୍ଗେ ଅଛନ୍ତି।
2 Chronicles 14:11 in Oriya 11 ଏଥିରେ ଆସା ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ଡାକ ପକାଇ କହିଲେ, “ସଦାପ୍ରଭୁ, ବଳବାନ୍ ଓ ବଳହୀନ ଲୋକ ମଧ୍ୟରେ ସାହାଯ୍ୟ କରିବାକୁ ତୁମ୍ଭ ଭିନ୍ନ ଆଉ କେହି ନାହାନ୍ତି; ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କର ସାହାଯ୍ୟ କର; କାରଣ ଆମ୍ଭେମାନେ ତୁମ୍ଭ ଉପରେ ନିର୍ଭର କରୁଅଛୁ ଓ ତୁମ୍ଭ ନାମରେ ଏହି ଜନତା ପ୍ରତିକୂଳରେ ଆସିଅଛୁ। ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ୱର ଅଟ; ମନୁଷ୍ୟ ତୁମ୍ଭ ପ୍ରତିକୂଳରେ ଜୟଯୁକ୍ତ ନ ହେଉ।”
2 Chronicles 20:12 in Oriya 12 ହେ ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ କ'ଣ ଏମାନଙ୍କର ବିଚାର କରିବ ନାହିଁ ? କାରଣ ଆମ୍ଭମାନଙ୍କ ପ୍ରତିକୂଳରେ ଆଗତ ଏହି ବୃହତ୍ ଦଳ ବିରୁଦ୍ଧରେ ଆମ୍ଭମାନଙ୍କର କୌଣସି ପରାକ୍ରମ ନାହିଁ; ଅଥବା କଅଣ କରିବାକୁ ହେବ, ଏହା ଆମ୍ଭେମାନେ ଜାଣୁ ନାହୁଁ; କେବଳ ତୁମ୍ଭ ପ୍ରତି ଆମ୍ଭମାନଙ୍କ ଦୃଷ୍ଟି ଅଛି।”
2 Chronicles 32:7 in Oriya 7 “ବଳବାନ୍ ଓ ସାହସିକ ହୁଅ, ଅଶୂରର ରାଜା ଓ ତାହାର ସଙ୍ଗୀ ସମସ୍ତ ଜନତା ସକାଶୁ ଭୀତ କି ନିରାଶ ହୁଅ ନାହିଁ; କାରଣ ତାହାର ସହାୟ ଅପେକ୍ଷା ଆମ୍ଭମାନଙ୍କ ସହାୟ ମହାନ୍;
Psalm 20:7 in Oriya 7 କେହି କେହି ରଥରେ ଓ କେହି କେହି ଅଶ୍ୱରେ ନିର୍ଭର କରନ୍ତି; ମାତ୍ର ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଶକ୍ତିରେ ନିର୍ଭର କରୁ।
Psalm 33:16 in Oriya 16 କୌଣସି ରାଜା ଅପାର ସୈନ୍ୟ ଦ୍ୱାରା ଉଦ୍ଧାର ପାଏ ନାହିଁ; କୌଣସି ବୀର ମହାଶକ୍ତି ଦ୍ୱାରା ଉଦ୍ଧାର ପାଏ ନାହିଁ।
Psalm 46:7 in Oriya 7 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି।
Psalm 46:11 in Oriya 11 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। ସେଲା
Psalm 118:6 in Oriya 6 ସଦାପ୍ରଭୁ ମୋହର ସପକ୍ଷ; ମୁଁ ଭୟ କରିବି ନାହିଁ; ମନୁଷ୍ୟ ମୋହର କଅଣ କରି ପାରେ ?
Isaiah 7:14 in Oriya 14 ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।
Isaiah 8:9 in Oriya 9 ହେ ଗୋଷ୍ଠୀସମୂହ, ତୁମ୍ଭେମାନେ କୋଳାହଳ କର, ମଧ୍ୟ ତୁମ୍ଭେମାନେ ଭଗ୍ନ ହେବ; ପୁଣି, ହେ ଦୂରଦେଶୀୟ ଲୋକ ସମସ୍ତେ, ତୁମ୍ଭେମାନେ କର୍ଣ୍ଣପାତ କର; ତୁମ୍ଭେମାନେ କଟି ବନ୍ଧନ କର, ମଧ୍ୟ ଭଗ୍ନ ହେବ।
Isaiah 31:1 in Oriya 1 ଯେଉଁମାନେ ସାହାଯ୍ୟ ନିମନ୍ତେ ମିସରକୁ ଯାଆନ୍ତି ଓ ଅଶ୍ୱଗଣରେ ନିର୍ଭର କରନ୍ତି ଓ ରଥ ଅନେକ ହେବାରୁ, ଆଉ ଅଶ୍ୱାରୋହୀଗଣ ଅତି ବଳବାନ ହେବାରୁ ସେମାନଙ୍କ ଉପରେ ବିଶ୍ୱାସ କରନ୍ତି; ମାତ୍ର ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ନ ଅନାନ୍ତି, କିଅବା ସଦାପ୍ରଭୁଙ୍କର ଅନ୍ୱେଷଣ ନ କରନ୍ତି, ସେମାନେ ସନ୍ତାପର ପାତ୍ର !
Isaiah 37:24 in Oriya 24 ତୁମ୍ଭେ ଆପଣା ଦାସଗଣ ଦ୍ୱାରା ପ୍ରଭୁଙ୍କୁ ଧିକ୍କାର କରିଅଛ ଓ କହିଅଛ, ଆମ୍ଭେ ଆପଣା ଅପାର ରଥରେ ପର୍ବତଗଣର ଉର୍ଦ୍ଧ୍ୱକୁ ଲିବାନୋନର ଅଭ୍ୟନ୍ତରକୁ ଆସିଅଛୁ: ଆଉ, ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି, ଆମ୍ଭେ ତାହାର ଦୂରବର୍ତ୍ତୀ ଉଚ୍ଚ ସ୍ଥାନରେ ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ରରୂପ ଅରଣ୍ୟରେ ପ୍ରବେଶ କରିବା।
Isaiah 43:2 in Oriya 2 ତୁମ୍ଭେ ଜଳ ମଧ୍ୟ ଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦନଦୀ ମଧ୍ୟରେ ଗମନ କଲେ, ସେହି ସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ହେବ ନାହିଁ, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ।
Romans 8:31 in Oriya 31 ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କ'ଣ କହିବା ? ଯଦି ଈଶ୍ୱର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ ?