Deuteronomy 25:1 in Oriya 1 ମନୁଷ୍ୟମାନଙ୍କ ମଧ୍ୟରେ ବିବାଦ ଉପସ୍ଥିତ ହେଲେ, ଯଦି ସେମାନେ ବିଚାରାର୍ଥେ ଆସନ୍ତି ଓ ବିଚାରକର୍ତ୍ତାମାନେ ସେମାନଙ୍କ ବିଚାର କରନ୍ତି; ତେବେ ସେମାନେ ନିର୍ଦ୍ଦୋଷକୁ ନିର୍ଦ୍ଦୋଷ ଓ ଦୋଷୀକୁ ଦୋଷୀ କରିବେ।
Other Translations King James Version (KJV) If there be a controversy between men, and they come unto judgment, that the judges may judge them; then they shall justify the righteous, and condemn the wicked.
American Standard Version (ASV) If there be a controversy between men, and they come unto judgment, and `the judges' judge them; then they shall justify the righteous, and condemn the wicked;
Bible in Basic English (BBE) If there is an argument between men and they go to law with one another, let the judges give their decision for the upright, and against the wrongdoer.
Darby English Bible (DBY) If there be a controversy between men, and they resort to judgment, and they judge [their case]; then they shall justify the righteous, and condemn the wicked.
Webster's Bible (WBT) If there shall be a controversy between men, and they come to judgment, that the judges may judge them; then they shall justify the righteous, and condemn the wicked.
World English Bible (WEB) If there be a controversy between men, and they come to judgment, and [the judges] judge them; then they shall justify the righteous, and condemn the wicked;
Young's Literal Translation (YLT) `When there is a strife between men, and they have come nigh unto the judgment, and they have judged, and declared righteous the righteous, and declared wrong the wrong-doer,
Cross Reference Exodus 23:6 in Oriya 6 ଦରିଦ୍ରର ବିଚାରରେ ତୁମ୍ଭେ ତାହା ପ୍ରତି ଅନ୍ୟାୟ କରିବ ନାହିଁ।
Deuteronomy 1:16 in Oriya 16 ପୁଣି ମୁଁ ସେ ସମୟରେ ତୁମ୍ଭମାନଙ୍କର ବିଚାର-କର୍ତ୍ତୃଗଣକୁ ଆଜ୍ଞା ଦେଇ କହିଲି, “ତୁମ୍ଭେମାନେ ଆପଣା ଆପଣା ଭାଇମାନଙ୍କ ମଧ୍ୟରେ ବିବାଦ ଶୁଣ, ପୁଣି ମନୁଷ୍ୟ ଓ ତାହାର ଭାଇ ଓ ତାହାର ସହବାସୀ ବିଦେଶୀ ମଧ୍ୟରେ ଯଥାର୍ଥ ବିଚାର କର।
Deuteronomy 16:18 in Oriya 18 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ ବଂଶାନୁସାରେ ତୁମ୍ଭକୁ ଯେଉଁ ସମସ୍ତ ନଗର ଦେବେ, ତହିଁର ଦ୍ୱାର ମଧ୍ୟରେ ତୁମ୍ଭେ ଆପଣା ପାଇଁ ବିଚାରକର୍ତ୍ତା ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କରିବ; ପୁଣି ସେମାନେ ନ୍ୟାୟ-ବିଚାରରେ ଲୋକମାନଙ୍କର ବିଚାର କରିବେ।
Deuteronomy 17:8 in Oriya 8 ତୁମ୍ଭ ନଗରଦ୍ୱାର ଭିତରେ, ରକ୍ତପାତ ଓ ରକ୍ତପାତ ମଧ୍ୟରେ, ବିବାଦ ଓ ବିବାଦ ମଧ୍ୟରେ ପୁଣି ଆଘାତ ଓ ଆଘାତ ମଧ୍ୟରେ ବିରୋଧ ଉଠିଲେ, ଯଦି ତହିଁର ବିଚାର ତୁମ୍ଭ ପ୍ରତି ଅତି କଠିନ ବୋଧ ହୁଏ; ତେବେ ତୁମ୍ଭେ ଉଠି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ମନୋନୀତ ସ୍ଥାନକୁ ଯିବ;
Deuteronomy 19:17 in Oriya 17 ତେବେ ଯେଉଁ ଦୁଇ ବ୍ୟକ୍ତି ମଧ୍ୟରେ ବିରୋଧ ଥାଏ, ସେ ଦୁହେଁ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ସମୟର ଯାଜକ ଓ ବିଚାରକର୍ତ୍ତାମାନଙ୍କ ଆଗରେ ଠିଆ ହେବେ।
2 Samuel 23:3 in Oriya 3 ଇସ୍ରାଏଲର ପରମେଶ୍ୱର କହିଲେ, ଇସ୍ରାଏଲର ଶୈଳ ମୋତେ କହିଲେ; ‘ଯେଉଁ ବ୍ୟକ୍ତି ଧର୍ମରେ ଲୋକମାନଙ୍କ ଉପରେ ରାଜତ୍ୱ କରିବ, ସେ ପରମେଶ୍ୱରଙ୍କ ଭୟରେ ରାଜତ୍ୱ କରିବ।
2 Chronicles 19:6 in Oriya 6 ଓ ସେହି ବିଚାରକର୍ତ୍ତାମାନଙ୍କୁ କହିଲେ, “ତୁମ୍ଭେମାନେ ଯାହା କର, ତାହା ବିବେଚନା କର; କାରଣ ତୁମ୍ଭେମାନେ ମନୁଷ୍ୟ ନିମନ୍ତେ ନୁହେଁ, ମାତ୍ର ସଦାପ୍ରଭୁଙ୍କ ନିମନ୍ତେ ବିଚାର କରୁଅଛ; ପୁଣି ବିଚାରରେ ସେ ତୁମ୍ଭର ସହାୟ ଅଟନ୍ତି।
Job 29:7 in Oriya 7 ମୁଁ ନଗର-ଦ୍ୱାରକୁ ଯାଇ ଛକ-ସ୍ଥାନରେ ଆପଣା ଆସନ ପ୍ରସ୍ତୁତ କଲେ,
Psalm 58:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ୱରରେ ଦାଉଦଙ୍କର ଗୀତ; ମିକ୍ତାମ୍। ପ୍ରକୃତରେ କି ତୁମ୍ଭେମାନେ ନୀରବ ହୋଇ ଧର୍ମନୀତି କହୁଅଛ ? ହେ ମନୁଷ୍ୟ-ସନ୍ତାନଗଣ, ତୁମ୍ଭେମାନେ କି ନ୍ୟାୟରେ ବିଚାର କରୁଅଛ ?
Psalm 82:2 in Oriya 2 ତୁମ୍ଭେମାନେ କେତେ କାଳ ଅନ୍ୟାୟ ବିଚାର କରିବ ? ଓ ଦୁଷ୍ଟମାନଙ୍କର ମୁଖାପେକ୍ଷା କରିବ ? ସେଲା
Proverbs 17:15 in Oriya 15 ଯେ ଦୁଷ୍ଟକୁ ନିର୍ଦ୍ଦୋଷ କରେ ଓ ଯେ ଧାର୍ମିକକୁ ଦୋଷୀ କରେ, ସେ ଦୁହେଁ ସଦାପ୍ରଭୁଙ୍କଠାରେ ସମାନ ରୂପେ ଘୃଣିତ।
Proverbs 31:8 in Oriya 8 ଘୁଙ୍ଗା ଲୋକଙ୍କ ପକ୍ଷରେ, ସମସ୍ତ ଅନାଥଙ୍କ ପକ୍ଷରେ, ଆପଣା ମୁଖ ଫିଟାଅ।
Isaiah 1:17 in Oriya 17 ସୁକ୍ରିୟା କରିବାକୁ ଶିଖ; ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର, ପିତୃହୀନମାନଙ୍କର ନ୍ୟାୟ ବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର।”
Isaiah 1:23 in Oriya 23 ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପା'ନ୍ତି ଓ ପାରିତୋଷିକର ପଶ୍ଚାଦ୍ବର୍ତ୍ତୀ ହୁଅନ୍ତି; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ।
Isaiah 5:23 in Oriya 23 ଯେଉଁମାନେ ଲାଞ୍ଚ ସକାଶେ ଦୁଷ୍ଟକୁ ନିର୍ଦ୍ଦୋଷ କରନ୍ତି ଓ ଧାର୍ମିକର ଧାର୍ମିକତା ତାହାଠାରୁ ଦୂର କରନ୍ତି, ସେମାନେ ସନ୍ତାପର ପାତ୍ର !
Isaiah 11:4 in Oriya 4 ମାତ୍ର ସେ ଧର୍ମରେ ଦୀନହୀନମାନଙ୍କ ବିଚାର କରିବେ ଓ ପୃଥିବୀସ୍ଥ ନମ୍ର ଲୋକମାନଙ୍କ ସକାଶେ ନ୍ୟାୟରେ ଅନୁଯୋଗ କରିବେ; ପୁଣି, ସେ ଆପଣା ମୁଖସ୍ଥିତ ଦଣ୍ଡ ଦ୍ୱାରା ପୃଥିବୀକୁ ଆଘାତ କରିବେ ଓ ଆପଣା ଓଷ୍ଠାଧରର ନିଃଶ୍ୱାସ ଦ୍ୱାରା ଦୁଷ୍ଟକୁ ସଂହାର କରିବେ।
Isaiah 32:1 in Oriya 1 ଦେଖ, ଏକ ରାଜା ଧର୍ମାନୁସାରେ ରାଜତ୍ୱ କରିବେ ଓ ଅଧିପତିମାନେ ନ୍ୟାୟାନୁସାରେ ଶାସନ କରିବେ।
Jeremiah 21:12 in Oriya 12 ହେ ଦାଉଦ ବଂଶ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପ୍ରଭାତରେ ବିଚାର ନିଷ୍ପତ୍ତି କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର, ନୋହିଲେ ତୁମ୍ଭମାନଙ୍କ ଦୁଷ୍ଟାଚରଣ ହେତୁରୁ ଆମ୍ଭର ପ୍ରଚଣ୍ଡ କ୍ରୋଧ ଅଗ୍ନି ତୁଲ୍ୟ ବାହାରି ଦଗ୍ଧ କରିବ ଓ କେହି ତାହା ଲିଭାଇ ପାରିବ ନାହିଁ।”
Ezekiel 44:24 in Oriya 24 ଆଉ, ବିବାଦ ଉପସ୍ଥିତ ହେଲେ, ସେମାନେ ବିଚାର କରିବା ପାଇଁ ଠିଆ ହେବେ; ଆମ୍ଭର ସକଳ ଶାସନାନୁସାରେ ସେମାନେ ବିଚାର ନିଷ୍ପନ୍ନ କରିବେ; ପୁଣି, ସେମାନେ ଆମ୍ଭର ନିରୂପିତ ସମସ୍ତ ପର୍ବରେ ଆମ୍ଭର ବ୍ୟବସ୍ଥା ଓ ଆମ୍ଭ ବିଧିସବୁ ପାଳନ କରିବେ ଓ ସେମାନେ ଆମ୍ଭର ବିଶ୍ରାମ ଦିନସକଳ ପବିତ୍ର କରିବେ।
Micah 3:1 in Oriya 1 ପୁଣି, ମୁଁ କହିଲି, ହେ ଯାକୁବର ପ୍ରଧାନବର୍ଗ ଓ ହେ ଇସ୍ରାଏଲ-ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଶୁଣ: ନ୍ୟାୟବିଚାର ଜ୍ଞାତ ହେବାର କି ତୁମ୍ଭମାନଙ୍କର ଉଚିତ୍ ନୁହେଁ ?
Habakkuk 1:4 in Oriya 4 ଏଥିପାଇଁ ବ୍ୟବସ୍ଥା ନିସ୍ତେଜ ହୋଇଅଛି ଓ ବିଚାର କେବେ ନିଷ୍ପନ୍ନ ହେଉ ନାହିଁ; କାରଣ ଦୁର୍ଜନମାନେ ଧାର୍ମିକକୁ ଘେରନ୍ତି; ଏଥିପାଇଁ ବିଚାର ବିପରୀତ ହୋଇପଡ଼େ।
Habakkuk 1:13 in Oriya 13 ତୁମ୍ଭେ ତ ଏପରି ନିର୍ମଳ ଚକ୍ଷୁ ଯେ, ମନ୍ଦ ଦେଖି ନ ପାର ଓ ତୁମ୍ଭେ କୁଟିଳାଚରଣ ପ୍ରତି ଦୃଷ୍ଟି କରି ନ ପାର, ତେବେ ଯେଉଁମାନେ ବିଶ୍ୱାସଘାତକତା କରନ୍ତି, ସେମାନଙ୍କ ପ୍ରତି କାହିଁକି ଦୃଷ୍ଟିପାତ କରୁଅଛ ? ଓ ଦୁଷ୍ଟ ଲୋକ ଆପଣା ଅପେକ୍ଷା ଧାର୍ମିକ ଲୋକକୁ ଗ୍ରାସ କଲା ବେଳେ କାହିଁକି ନୀରବ ହୋଇ ରହୁଅଛ ?
Malachi 3:18 in Oriya 18 ସେତେବେଳେ ତୁମ୍ଭେମାନେ, ଧାର୍ମିକ ଓ ଦୁଷ୍ଟ, ଯେ ପରମେଶ୍ୱରଙ୍କ ସେବା କରେ ଓ ଯେ ତାହାଙ୍କର ସେବା ନ କରେ, ସେମାନଙ୍କ ମଧ୍ୟରେ ପ୍ରଭେଦ ଦେଖିବ।
Matthew 3:10 in Oriya 10 ଆଉ ଏବେ ମଧ୍ୟ ଗଛଗୁଡ଼ିକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ।