Deuteronomy 27:15 in Oriya 15 “ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଘୃଣିତ, ଶିଳ୍ପକରର ହସ୍ତକୃତ କୌଣସି ଖୋଦିତ କି ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କରି ଗୋପନରେ ସ୍ଥାପନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ ଉତ୍ତର ଦେଇ କହିବେ, ‘ଆମେନ୍' (ଏହିପରି ହେଉ)।
Other Translations King James Version (KJV) Cursed be the man that maketh any graven or molten image, an abomination unto the LORD, the work of the hands of the craftsman, and putteth it in a secret place. And all the people shall answer and say, Amen.
American Standard Version (ASV) Cursed be the man that maketh a graven or molten image, an abomination unto Jehovah, the work of the hands of the craftsman, and setteth it up in secret. And all the people shall answer and say, Amen.
Bible in Basic English (BBE) Cursed is the man who makes any image of wood or stone or metal, disgusting to the Lord, the work of man's hands, and puts it up in secret. And let all the people say, So be it.
Darby English Bible (DBY) Cursed be the man that maketh a graven or molten image, an abomination to Jehovah, a work of the craftsman's hand, and putteth it up secretly! And all the people shall answer and say, Amen.
Webster's Bible (WBT) Cursed be the man that maketh any graven or molten image, an abomination to the LORD, the work of the hands of the artificer, and putteth it in a secret place: and all the people shall answer, and say Amen.
World English Bible (WEB) Cursed be the man who makes an engraved or molten image, an abomination to Yahweh, the work of the hands of the craftsman, and sets it up in secret. All the people shall answer and say, Amen.
Young's Literal Translation (YLT) `Cursed `is' the man who maketh a graven and molten image, the abomination of Jehovah, work of the hands of an artificer, and hath put `it' in a secret place, -- and all the people have answered and said, Amen.
Cross Reference Genesis 9:25 in Oriya 25 ପୁଣି, ସେ କହିଲେ, “କିଣାନ ଶାପଗ୍ରସ୍ତ ହେଉ; ସେ ଆପଣା ଭ୍ରାତୃଗଣର ଦାସାନୁଦାସ ହେବ।”
Genesis 31:19 in Oriya 19 ସେହି ସମୟରେ ଲାବନ ମେଷର ଲୋମ ଛେଦନ କରିବାକୁ ଯାଇଥିଲା; ପୁଣି, ରାହେଲ ଆପଣା ପିତାଙ୍କର ଠାକୁରମାନଙ୍କୁ ହରଣ କଲା।
Genesis 31:34 in Oriya 34 ମାତ୍ର ରାହେଲ ସେହି ଠାକୁରମାନଙ୍କୁ ନେଇ ଓଟର ହାଉଦା ଭିତରେ ରଖି ତହିଁ ଉପରେ ବସିଥିଲା। ତହିଁରେ ଲାବନ ତାହାର ତମ୍ବୁଗୃହର ସବୁ ସ୍ଥାନ ଖୋଜିଲେ ହେଁ ତାହା ପାଇଲା ନାହିଁ।
Exodus 20:4 in Oriya 4 ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; କି ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି ବସ୍ତୁର ପ୍ରତିମୂର୍ତ୍ତି ନିର୍ମାଣ କରିବ ନାହିଁ।
Exodus 20:23 in Oriya 23 ଏହେତୁ ତୁମ୍ଭେମାନେ ଆମ୍ଭର ପ୍ରତିଯୋଗୀ, ଅନ୍ୟ ଦେବତାଗଣ ନିର୍ମାଣ କରିବ ନାହିଁ; ଆପଣାମାନଙ୍କ ନିମନ୍ତେ ରୌପ୍ୟମୟ ଦେବତା ଓ ସ୍ୱର୍ଣ୍ଣମୟ ଦେବତା ନିର୍ମାଣ କରିବ ନାହିଁ।
Exodus 32:1 in Oriya 1 ଏଥିଉତ୍ତାରେ ମୋଶାଙ୍କର ପର୍ବତରୁ ଓହ୍ଲାଇବାର ବିଳମ୍ବ ଦେଖି ଲୋକମାନେ ହାରୋଣଙ୍କ ନିକଟରେ ଏକତ୍ର ହୋଇ ତାଙ୍କୁ କହିଲେ, “ଉଠ, ଆମ୍ଭମାନଙ୍କର ଅଗ୍ରଗାମୀ ହେବା ପାଇଁ ଆମ୍ଭମାନଙ୍କ ନିମନ୍ତେ ଦେବତା ନିର୍ମାଣ କର, ଯେହେତୁ ଯେଉଁ ବ୍ୟକ୍ତି ମିସର ଦେଶରୁ ଆମ୍ଭମାନଙ୍କୁ ବାହାର କରି ଆଣିଲେ, ସେହି ମୋଶାଙ୍କ ପ୍ରତି କଅଣ ଘଟିଅଛି, ତାହା ଆମ୍ଭେମାନେ ଜାଣୁ ନାହୁଁ।”
Exodus 34:17 in Oriya 17 ତୁମ୍ଭେ ଆପଣା ନିମନ୍ତେ ଛାଞ୍ଚରେ ଢଳା କୌଣସି ଦେବତା କର ନାହିଁ।
Leviticus 19:4 in Oriya 4 ଆଉ, ତୁମ୍ଭେମାନେ ପ୍ରତିମାଗଣର ପଶ୍ଚାଦ୍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଦେବତା ନିର୍ମାଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Leviticus 26:1 in Oriya 1 “ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଦେବମୂର୍ତ୍ତି ନିର୍ମାଣ କରିବ ନାହିଁ, କିଅବା ଆପଣାମାନଙ୍କ ନିମନ୍ତେ ଖୋଦିତ ପ୍ରତିମା କି ସ୍ତମ୍ଭ ସ୍ଥାପନ କରିବ ନାହିଁ ଓ ତାହା ନିକଟରେ ପ୍ରଣାମ କରିବା ନିମନ୍ତେ ତୁମ୍ଭମାନଙ୍କ ଦେଶରେ କୌଣସି ଖୋଦିତ ପ୍ରସ୍ତର ରଖିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Numbers 5:22 in Oriya 22 ତହିଁରେ ଏହି ଅଭିଶାପଜନକ ଜଳ ତୁମ୍ଭ ଉଦର ଫୁଲାଇବାକୁ ଓ ଊରୁ ଅବଶ କରାଇବାକୁ ତୁମ୍ଭ ଉଦରରେ ପ୍ରବେଶ କରୁ; ଏହି ସକଳ କଥା କହି ଯାଜକ ରାଣଯୁକ୍ତ ଶପଥ ଦ୍ୱାରା ସେହି ସ୍ତ୍ରୀକି ଶପଥ କରାଇବ; ତହିଁରେ ସେହି ସ୍ତ୍ରୀ ଆମେନ୍ କହିବ।
Deuteronomy 4:16 in Oriya 16 (ସାବଧାନ), ନୋହିଲେ ତୁମ୍ଭେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରି ପୁରୁଷର କି ସ୍ତ୍ରୀର ମୂର୍ତ୍ତି,
Deuteronomy 5:8 in Oriya 8 ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି (ବସ୍ତୁର) ପ୍ରତିମୂର୍ତ୍ତି (ନିର୍ମାଣ କରିବ ନାହିଁ)।
Deuteronomy 28:16 in Oriya 16 ତୁମ୍ଭେ ନଗରରେ ଶାପଗ୍ରସ୍ତ ହେବ ଓ କ୍ଷେତ୍ରରେ ଶାପଗ୍ରସ୍ତ ହେବ।
Deuteronomy 29:17 in Oriya 17 ଆଉ ତୁମ୍ଭେମାନେ ସେମାନଙ୍କ ମଧ୍ୟରେ ଥିବା ଘୃଣାଯୋଗ୍ୟ ବସ୍ତୁ, ସେମାନଙ୍କ କାଠ ଓ ପଥର ଓ ରୂପା ଓ ସୁନାର ପ୍ରତିମାମାନ ଦେଖିଅଛ।
1 Samuel 26:19 in Oriya 19 ଏହେତୁ ଏବେ ମୋର ପ୍ରଭୁ ମହାରାଜ ଆପଣା ଦାସ କଥା ଶୁଣନ୍ତୁ। ଯେବେ ସଦାପ୍ରଭୁ ଆପଣଙ୍କୁ ମୋର ପ୍ରତିକୂଳରେ ପ୍ରବର୍ତ୍ତାଇଥାଆନ୍ତି, ତେବେ ସେ ଉପହାର ଗ୍ରହଣ କରନ୍ତୁ; ମାତ୍ର ଯେବେ ମନୁଷ୍ୟ ସନ୍ତାନମାନେ ତାହା କରିଥା'ନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଶାପଗ୍ରସ୍ତ ହେଉନ୍ତୁ; କାରଣ ମୁଁ ଯେପରି ସଦାପ୍ରଭୁଙ୍କ ଅଧିକାରରେ ସଂଲଗ୍ନ ହୋଇ ନ ରହିବି, ଏଥିପାଇଁ ସେମାନେ ଆଜି ମୋତେ ତଡ଼ିଦେଇ କହିଅଛନ୍ତି, ଯାଅ ଅନ୍ୟ ଦେବଗଣର ସେବା କର।
1 Kings 11:5 in Oriya 5 ମାତ୍ର ଶଲୋମନ ସୀଦୋନୀୟମାନଙ୍କ ଦେବୀ ଅଷ୍ଟାରୋତ୍ର ଓ ଅମ୍ମୋନୀୟମାନଙ୍କ ଘୃଣାଯୋଗ୍ୟ ମିଲ୍କମର ପଶ୍ଚାତ୍ଗାମୀ ହେଲେ।
2 Kings 17:19 in Oriya 19 ଯିହୁଦା ମଧ୍ୟ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଆଜ୍ଞାସବୁ ପ୍ରତିପାଳନ କଲେ ନାହିଁ, ମାତ୍ର ଇସ୍ରାଏଲର କୃତ ବିଧିରେ ଚାଲିଲେ।
2 Kings 23:13 in Oriya 13 ପୁଣି ବିନାଶ ପର୍ବତର ଦକ୍ଷିଣ ପାର୍ଶ୍ୱରେ ଯିରୂଶାଲମ ସମ୍ମୁଖରେ ଇସ୍ରାଏଲର ରାଜା ଶଲୋମନ ସୀଦୋନୀୟମାନଙ୍କ ଘୃଣାଯୋଗ୍ୟ ଅଷ୍ଟାରୋତ୍ ନିମନ୍ତେ ଓ ମୋୟାବର ଘୃଣାଯୋଗ୍ୟ କମୋଶ ନିମନ୍ତେ ଓ ଅମ୍ମୋନ ସନ୍ତାନଗଣର ଘୃଣାଯୋଗ୍ୟ ମିଲ୍କମ୍ ନିମନ୍ତେ ଯେ ଯେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ସେସବୁକୁ ରାଜା ଅଶୁଚି କଲେ।
2 Chronicles 33:2 in Oriya 2 ପୁଣି, ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ କ୍ରିୟାନୁସାରେ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
Psalm 44:20 in Oriya 20 ଯଦି ଆମ୍ଭେମାନେ ଆପଣା ପରମେଶ୍ୱରଙ୍କ ନାମ ପାସୋରିଥାଉ, ଅବା କୌଣସି ଅନ୍ୟ ଦେବତା ଆଡ଼େ ହସ୍ତ ପ୍ରସାରିଥାଉ;
Isaiah 44:9 in Oriya 9 ଯେଉଁମାନେ ଖୋଦିତ ପ୍ରତିମା ନିର୍ମାଣ କରନ୍ତି, ସେମାନେ ସମସ୍ତେ ଅସାର ଓ ସେମାନଙ୍କର ମନୋହର ବିଷୟମାନ ଉପକାରକ ହେବ ନାହିଁ; ସେମାନେ ଯେପରି ଲଜ୍ଜିତ ହେବେ, ଏଥିପାଇଁ ସେମାନଙ୍କର ନିଜ ସାକ୍ଷୀଗଣ ଦେଖନ୍ତି ନାହିଁ, କିଅବା ଜାଣନ୍ତି ନାହିଁ।
Isaiah 44:17 in Oriya 17 ପୁଣି, ସେ ତହିଁର ଅବଶିଷ୍ଟାଂଶ ଦ୍ୱାରା ଏକ ଦେବତା, ଆପଣାର ଖୋଦିତ ପ୍ରତିମା ନିର୍ମାଣ କରେ; ସେ ତାହା ଆଗରେ ଦଣ୍ଡବତ କରି ପୂଜା କରେ ଓ ତାହା ନିକଟରେ ପ୍ରାର୍ଥନା କରି କହେ, “ଆମ୍ଭକୁ ଉଦ୍ଧାର କର, ତୁମ୍ଭେ ଆମ୍ଭର ଦେବତା।”
Isaiah 44:19 in Oriya 19 କେହି ମନେ କରେ ନାହିଁ, କିଅବା ଏହା କହିବା ପାଇଁ କାହାରି ଜ୍ଞାନ କି ବୁଦ୍ଧି ନାହିଁ ଯେ, “ଯହିଁର ଏକ ଅଂଶ ନେଇ ଆମ୍ଭେ ଅଗ୍ନିରେ ଦଗ୍ଧ କରିଅଛୁ ଓ ଯହିଁର ଜ୍ୱଳ; ଅଙ୍ଗାର ନେଇ ରୁଟି ପାକ କରିଅଛୁ ଓ ମାଂସ ପାକ କରି ଭୋଜନ କରିଅଛୁ, ତହିଁର ଅବଶିଷ୍ଟାଂଶ ନେଇ କି ଘୃଣାଯୋଗ୍ୟ ବସ୍ତୁ ନିର୍ମାଣ କରିବା ? ଆମ୍ଭେ କି ଖଣ୍ଡେ କାଷ୍ଠ ଆଗରେ ଦଣ୍ଡବତ କରିବା ?
Jeremiah 11:3 in Oriya 3 ତୁମ୍ଭେ ସେମାନଙ୍କୁ କୁହ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଏକ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବା ବିଷୟକ ଆମ୍ଭର ଶପଥ ଆଜିକାର ନ୍ୟାୟ ସିଦ୍ଧ କରିବା ନିମନ୍ତେ,
Jeremiah 11:5 in Oriya 5 ‘ଅର୍ଥାତ୍, ଆମ୍ଭ ରବରେ ଅବଧାନ କର ଓ ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁ, ସେସକଳ ଅନୁସାରେ କର୍ମ କର; ତହିଁରେ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ସେହି ନିୟମର କଥା ଯେଉଁ ଲୋକ ନ ଶୁଣେ, ସେ ଶାପଗ୍ରସ୍ତ ହେଉ !'” ତହିଁରେ ମୁଁ ଉତ୍ତର ଦେଇ କହିଲି, “ହେ ସଦାପ୍ରଭୁ, ଆମେନ୍।”
Jeremiah 23:24 in Oriya 24 ସଦାପ୍ରଭୁ କହନ୍ତି, “ଆମ୍ଭେ ଯେଉଁ ସ୍ଥାନରେ ଦେଖି ନ ପାରିବୁ, ଏପରି ଗୁପ୍ତ ସ୍ଥାନରେ କି କେହି ଆପଣାକୁ ଲୁଚାଇ ପାରେ ?” ସଦାପ୍ରଭୁ କହନ୍ତି, “ଆମ୍ଭେ କି ସ୍ୱର୍ଗ ଓ ମର୍ତ୍ତ୍ୟ ବ୍ୟାପି ନ ଥାଉ ?
Jeremiah 28:6 in Oriya 6 ଅର୍ଥାତ୍, ଯିରିମୀୟ ଭବିଷ୍ୟଦ୍ବକ୍ତା ଏହା କହିଲେ, “ଆମେନ୍; ସଦାପ୍ରଭୁ ସେପରି କରନ୍ତୁ; ସଦାପ୍ରଭୁଙ୍କ ଗୃହର ପାତ୍ର ଓ ନିର୍ବାସିତ ଲୋକସକଳକୁ ବାବିଲରୁ ପୁନର୍ବାର ଏହି ସ୍ଥାନକୁ ଆଣିବା ପାଇଁ ତୁମ୍ଭେ ଯେଉଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛ, ସଦାପ୍ରଭୁ ତୁମ୍ଭର ସେହି ବାକ୍ୟସବୁ ସିଦ୍ଧ କରନ୍ତୁ।
Ezekiel 7:20 in Oriya 20 ସେ ଆପଣାର ଶୋଭାରୂପ ଅଳଙ୍କାର ମହତ୍ତ୍ୱରେ ସ୍ଥାପନ କଲେ; ମାତ୍ର ସେମାନେ ତହିଁ ମଧ୍ୟରେ ଆପଣାମାନଙ୍କର ଅଶୁଚି ଓ ଘୃଣାଯୋଗ୍ୟ ପ୍ରତିମାଗଣ ନିର୍ମାଣ କଲେ; ଏହେତୁ ଆମ୍ଭେ ତାହା ସେମାନଙ୍କ ପ୍ରତି ଅଶୁଚି ବସ୍ତୁ ସ୍ୱରୂପ କରିଅଛୁ।
Ezekiel 8:7 in Oriya 7 ପୁଣି, ସେ ମୋତେ ପ୍ରାଙ୍ଗଣର ଦ୍ୱାର ନିକଟକୁ ଆଣିଲେ; ତହିଁରେ ମୁଁ ଦୃଷ୍ଟି କରନ୍ତେ, ଦେଖ, କାନ୍ଥ ମଧ୍ୟରେ ଗୋଟିଏ ଛିଦ୍ର ଅଛି।
Ezekiel 14:4 in Oriya 4 ଏହେତୁ ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ବଂଶର ଯେଉଁ ପ୍ରତ୍ୟେକ ଲୋକ ଆପଣା ଦେବତାକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଭବିଷ୍ୟଦ୍ବକ୍ତା ନିକଟକୁ ଆସେ; ସେହି ଲୋକକୁ ଆମ୍ଭେ ସଦାପ୍ରଭୁ ତାହାର ଦେବତାଗଣର ବାହୁଲ୍ୟାନୁସାରେ ତଦ୍ବିଷୟରେ ଉତ୍ତର ଦେବା;
Daniel 11:31 in Oriya 31 ଆଉ, ତାହାର ପକ୍ଷସ୍ଥ ସୈନ୍ୟଗଣ ଉଠି ଧର୍ମଧାମ, ଅର୍ଥାତ୍, ଦୁର୍ଗ ଅଶୁଚି କରିବେ ଓ ନିତ୍ୟ ନୈବେଦ୍ୟ ନିବୃତ୍ତ କରିବେ, ଆଉ ସର୍ବନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରିବେ।
Hosea 13:2 in Oriya 2 ପୁଣି, ଏବେ ସେମାନେ ଅଧିକ ଅଧିକ ପାପ କରନ୍ତି ଓ ରୂପାର ଢଳା ପ୍ରତିମା, ଅର୍ଥାତ୍, ଆପଣା ଆପଣା ବୁଦ୍ଧି ଅନୁସାରେ ଦେବତା ନିର୍ମାଣ କରିଅଛନ୍ତି। ସେସବୁ କାରିଗରର କର୍ମ; ସେହି ସବୁର ବିଷୟରେ ସେମାନେ କହନ୍ତି, ଯେଉଁ ଲୋକମାନେ ବଳିଦାନ କରନ୍ତି, ସେମାନେ ଗୋବତ୍ସ ପ୍ରତିମାଗଣକୁ ଚୁମ୍ବନ କରନ୍ତୁ।
Matthew 6:13 in Oriya 13 ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।
Matthew 24:15 in Oriya 15 ଏଣୁ ତୁମ୍ଭେମାନେ ଯେତେବେଳେ ଦାନିଏଲ ଭାବବାଦୀଙ୍କ ଦ୍ୱାରା ଉକ୍ତ ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ ପବିତ୍ର ସ୍ଥାନରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ),
1 Corinthians 14:16 in Oriya 16 ନତୁବା ତୁମ୍ଭେ ଯଦି ଆତ୍ମା ଦ୍ୱାରା ଧନ୍ୟବାଦ ଦିଅ, ତେବେ ସାଧାରଣ ଲୋକ ତୁମ୍ଭ କଥା ନ ବୁଝିବାରୁ କିପରି ତୁମ୍ଭ ଧନ୍ୟବାଦରେ ଆମେନ୍ କହିବ ?
Revelation 17:4 in Oriya 4 ସ୍ତ୍ରୀଲୋକ ବାଇଗଣିଆ ଓ ଲୋହିତବର୍ଣ୍ଣ ବସ୍ତ୍ର ପରିହିତା, ପୁଣି, ସୁବର୍ଣ୍ଣ, ବହୁମୂଲ୍ୟ ମଣି ଓ ମୁକ୍ତାରେ ଭୂଷିତା; ତାହାର ହସ୍ତରେ ଗୋଟିଏ ସୁବର୍ଣ୍ଣ ପାତ୍ର, ତାହା ଘୃଣ୍ୟ ପଦାର୍ଥ ଓ ତାହାର ବ୍ୟଭିଚାରରୂପ ଅଶୁଚି କର୍ମରେ ପରିପୂର୍ଣ୍ଣ;