Deuteronomy 29:29 in Oriya 29 ଗୁପ୍ତ ବିଷୟ ସବୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଅଧିକାର; ମାତ୍ର ଆମ୍ଭେମାନେ ଯେପରି ଏହି ବ୍ୟବସ୍ଥାର ସବୁ ବଚନ ପାଳନ କରିବା, ଏଥିପାଇଁ ପ୍ରକାଶିତ ବିଷୟ ସବୁ ଯୁଗାନୁକ୍ରମେ ଆମ୍ଭମାନଙ୍କର ଓ ଆମ୍ଭମାନଙ୍କ ସନ୍ତାନଗଣର ଅଧିକାର।
Other Translations King James Version (KJV) The secret things belong unto the LORD our God: but those things which are revealed belong unto us and to our children for ever, that we may do all the words of this law.
American Standard Version (ASV) The secret things belong unto Jehovah our God; but the things that are revealed belong unto us and to our children for ever, that we may do all the words of this law.
Bible in Basic English (BBE) The secret things are the Lord our God's: but the things which have been made clear are ours and our children's for ever, so that we may do all the words of this law.
Darby English Bible (DBY) The hidden things belong to Jehovah our God; but the revealed ones are ours and our children's for ever, to do all the words of this law.
Webster's Bible (WBT) The secret things belong to the LORD our God: but those things which are revealed belong to us, and to our children for ever, that we may do all the words of this law.
World English Bible (WEB) The secret things belong to Yahweh our God; but the things that are revealed belong to us and to our children forever, that we may do all the words of this law.
Young's Literal Translation (YLT) `The things hidden `are' to Jehovah our God, and the things revealed `are' to us and to our sons -- to the age, to do all the words of this law.
Cross Reference Deuteronomy 6:7 in Oriya 7 ଆଉ ତୁମ୍ଭେ ଆପଣା ସନ୍ତାନଗଣକୁ ଯତ୍ନପୂର୍ବକ ତାହା ଶିଖାଇବ ଓ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ ଓ ତୁମ୍ଭେ ଶୟନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସେମାନଙ୍କ ସଙ୍ଗେ ସେ ବିଷୟରେ କଥାବାର୍ତ୍ତା କରିବ।
Deuteronomy 30:2 in Oriya 2 ଆଉ ତୁମ୍ଭେ ଓ ତୁମ୍ଭ ସନ୍ତାନଗଣ ଯେବେ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବ ଓ ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁ ସବୁ ଆଜ୍ଞା ଦେଉଅଛି, ତଦନୁସାରେ ଯେବେ ତାହାଙ୍କ ରବରେ ଅବଧାନ କରିବ;
Job 11:6 in Oriya 6 ପୁଣି, ଜ୍ଞାନର ନିଗୂଢ଼ ତତ୍ତ୍ୱ, ଅର୍ଥାତ୍, ତହିଁର ବହୁବିଧ ଫଳଦାୟକ କର୍ମଣ୍ୟତା ତୁମ୍ଭକୁ ଜ୍ଞାତ କରାନ୍ତେ ! ଏହେତୁ ଜାଣ ଯେ, ପରମେଶ୍ୱର ତୁମ୍ଭ ଅପରାଧ ଅପେକ୍ଷା ଊଣା ପରିଶୋଧ ତୁମ୍ଭଠାରୁ ନେଉଅଛନ୍ତି।
Job 28:28 in Oriya 28 ପୁଣି, ସେ ମନୁଷ୍ୟକୁ କହିଲେ, ‘ଦେଖ, ପ୍ରଭୁ ବିଷୟକ ଭୟ ହିଁ ଜ୍ଞାନ ଓ କୁକ୍ରିୟା ତ୍ୟାଗ ହିଁ ବୁଦ୍ଧି।'”
Psalm 25:14 in Oriya 14 ସଦାପ୍ରଭୁଙ୍କ ଗୁପ୍ତ ବିଷୟ ତାହାଙ୍କ ଭୟକାରୀମାନଙ୍କଠାରେ ଥାଏ; ଆଉ, ସେ ସେମାନଙ୍କ ପ୍ରତି ଆପଣା ନିୟମ ପ୍ରକାଶ କରିବେ।
Psalm 78:2 in Oriya 2 ମୁଁ ଦୃଷ୍ଟାନ୍ତ-କଥାରେ ଆପଣା ମୁଖ ଫିଟାଇବି; ମୁଁ ପୂର୍ବକାଳର ଗୂଢ଼ ବାକ୍ୟସବୁ ପ୍ରକାଶ କରିବି;
Proverbs 3:32 in Oriya 32 କାରଣ ଖଳ ଲୋକ ସଦାପ୍ରଭୁଙ୍କର ଘୃଣାପାତ୍ର; ମାତ୍ର ସରଳାଚାରୀମାନଙ୍କ ସଙ୍ଗେ ତାହାଙ୍କର ମିତ୍ରାଳାପ ଥାଏ।
Isaiah 8:20 in Oriya 20 ବ୍ୟବସ୍ଥା ଓ ପ୍ରମାଣବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ।
Jeremiah 23:18 in Oriya 18 ମାତ୍ର ସଦାପ୍ରଭୁଙ୍କର ବାକ୍ୟ ପ୍ରତ୍ୟକ୍ଷରେ ଶୁଣିବା ପାଇଁ କିଏ ତାହାଙ୍କ ଆଗରେ ଠିଆ ହୋଇ ଅଛି ? କିଏ ଆମ୍ଭର ବାକ୍ୟ ମନ ଦେଇ ଶୁଣିଅଛି ?”
Daniel 2:18 in Oriya 18 ଏଥିପାଇଁ ଏହି ନିଗୂଢ଼ ବିଷୟରେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆପଣା ସଙ୍ଗୀ ହନାନୀୟ, ମିଶାୟେଲ ଓ ଅସରୀୟକୁ ସେହି ବୃତ୍ତାନ୍ତ ଜଣାଇଲେ।
Daniel 2:22 in Oriya 22 ସେ ଗଭୀର ଓ ଗୁପ୍ତ ବିଷୟସବୁ ପ୍ରକାଶ କରନ୍ତି; ଅନ୍ଧକାରରେ ଯାହା ଅଛି, ତାହା ସେ ଜାଣନ୍ତି ଓ ତାହାଙ୍କ ନିକଟରେ ଜ୍ୟୋତିଃ ବାସ କରଇ।
Daniel 2:27 in Oriya 27 ଦାନିୟେଲ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, ମହାରାଜା ଯେଉଁ ନିଗୂଢ଼ କଥା ପଚାରି ଅଛନ୍ତି, ତାହା ବିଦ୍ୱାନ୍ ଲୋକ କିଅବା ଗଣକ ଅବା ମନ୍ତ୍ରବେତ୍ତା ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁରେ ପ୍ରକାଶ କରି ପାରନ୍ତି ନାହିଁ;
Daniel 4:9 in Oriya 9 ହେ ମନ୍ତ୍ରବେତ୍ତାଗଣର ଅଧ୍ୟକ୍ଷ ବେଲ୍ଟଶତ୍ସର, ମୁଁ ଜାଣେ, ପବିତ୍ର ଦେବଗଣର ଆତ୍ମା ତୁମ୍ଭ ଅନ୍ତରେ ଅଛନ୍ତି ଓ କୌଣସି ନିଗୂଢ଼ ବାକ୍ୟ ତୁମ୍ଭ ପ୍ରତି କଷ୍ଟକର ହୁଏ ନାହିଁ, ଏଥିପାଇଁ ମୁଁ ସ୍ୱପ୍ନରେ ଯେଉଁ ଯେଉଁ ଦର୍ଶନ ପାଇଅଛି, ତାହା ଓ ତହିଁର ଅର୍ଥ ମୋତେ ଜଣାଅ।
Amos 3:7 in Oriya 7 ନିଶ୍ଚୟ ପ୍ରଭୁ ସଦାପ୍ରଭୁ ନିଜ ଗୁପ୍ତ ବିଷୟ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ପ୍ରକାଶ ନ କରି କିଛି କରନ୍ତି ନାହିଁ।
Matthew 11:27 in Oriya 27 ମୋର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋ'ବିଷୟ ମୋଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।
Matthew 13:11 in Oriya 11 ସେ ଉତ୍ତର ଦେଲେ, କାରଣ ସ୍ୱର୍ଗରାଜ୍ୟର ନିଗୂଢ଼ ତତ୍ତ୍ୱସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେମାନଙ୍କୁ ଦିଆଯାଇ ନାହିଁ।
Matthew 13:35 in Oriya 35 ଯେପରି ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ଆମ୍ଭେ ଆପଣା ମୁଖ ଫିଟାଇ ଦୃଷ୍ଟାନ୍ତ ଦ୍ୱାରା କଥା କହିବା, ଜଗତ ସୃଷ୍ଟି ଦିନରୁ ଗୁପ୍ତ ବିଷୟସବୁ ବ୍ୟକ୍ତ କରିବା।
John 15:15 in Oriya 15 ମୁଁ ତୁମ୍ଭମାନଙ୍କୁ ଆଉ ଦାସ ବୋଲି କହୁ ନାହିଁ, କାରଣ କର୍ତ୍ତା କ'ଣ କରନ୍ତି, ଦାସ ତାହା ଜାଣେ ନାହିଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହିଅଛି, କାରଣ ମୁଁ ମୋହର ପିତାଙ୍କଠାରୁ ଯାହା ଯାହା ଶୁଣିଅଛି, ସେହି ସବୁ ତୁମ୍ଭମାନଙ୍କୁ ଜଣାଇଅଛି।
John 20:31 in Oriya 31 କିନ୍ତୁ ତୁମ୍ଭେମାନେ ଯେପରି ବିଶ୍ୱାସ କର ଯେ, ଯୀଶୁ ଇଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ଅଟନ୍ତି, ପୁଣି, ବିଶ୍ୱାସ କରି ଯେପରି ତୁମ୍ଭେମାନେ ତାହାଙ୍କ ନାମରେ ଜୀବନ ପ୍ରାପ୍ତ ହୁଅ, ଏଥି ନିମନ୍ତେ ଏସମସ୍ତ ଲେଖାଯାଇଅଛି।
John 21:22 in Oriya 22 ଯୀଶୁ ତାଙ୍କୁ କହିଲେ, ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କ'ଣ ଅଛି ? ତୁମ୍ଭେ ମୋହର ଅନୁଗାମୀ ହୁଅ।
Acts 1:7 in Oriya 7 ସେ ସେମାନଙ୍କୁ କହିଲେ, ‘'ଯେଉଁ ସମସ୍ତ କାଳ କି ସମୟ ପିତା ଆପଣା କ୍ଷମତାର ଅଧୀନରେ ରଖିଅଛନ୍ତି, ତାହା ତୁମ୍ଭମାନଙ୍କ ଜାଣିବା ବିଷୟ ନୁହେଁ।
Romans 11:33 in Oriya 33 ଆହା ! ଇଶ୍ବରଙ୍କ ବୁଦ୍ଧି ଓ ଜ୍ଞାନରୂପ ନିଧି କେଡ଼େ ଗଭୀର ! ତାହାଙ୍କର ବିଚାରସବୁ କିପରି ବୋଧର ଅଗମ୍ୟ ଓ ତାହାଙ୍କ ପଥସବୁ କିପରି ରହସ୍ୟାବୃତ !
Romans 16:25 in Oriya 25 ଯେଉଁ ଈଶ୍ୱର ମୋହର ସୁସମାଚାର ଓ ଯୀଶୁଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍ ଯେଉଁ ନିଗୂଢ଼ତତ୍ତ୍ୱ ପ୍ରାଚୀନ କାଳରୁ ଗୁପ୍ତ ଥିଲା,
1 Corinthians 2:16 in Oriya 16 କାରଣ, କିଏ ପ୍ରଭୁଙ୍କ ମନ ଜାଣିଅଛି ଯେ, ସେ ତାହାଙ୍କୁ ଶିକ୍ଷା ଦେଇ ପାରେ ? କିନ୍ତୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ମନ ପାଇଅଛୁ।
2 Timothy 1:5 in Oriya 5 କାରଣ ଯେଉଁ ଅକପଟ ବିଶ୍ୱାସ ତୁମ୍ଭର ଜେଜେମା ଲୋୟି ଓ ତୁମ୍ଭର ମା ଇଉନୀକୀଙ୍କ ଠାରେ ଥିଲା, ପୁଣି, ତୁମ୍ଭଠାରେ ମଧ୍ୟ ଅଛି ବୋଲି ମୋହର ଦୃଢ଼ ବିଶ୍ୱାସ, ତୁମ୍ଭର ସେହି ଅକପଟ ବିଶ୍ୱାସ ବିଷୟରେ ମୁଁ ଖବର ପାଇଅଛି।
2 Timothy 3:16 in Oriya 16 ସମସ୍ତ ଶାସ୍ତ୍ର ଇଶ୍ବରଙ୍କ ପ୍ରେରଣାରେ ଲିଖିତ ଏବଂ ଶିକ୍ଷା, ଅନୁଯୋଗ, ସଂଶୋଧନ ଓ ଧାର୍ମିକତା ସମ୍ବନ୍ଧୀୟ ଶାସନ ନିମନ୍ତେ ଉପକାରୀ,