Deuteronomy 31:6 in Oriya 6 ବଳବାନ୍ ଓ ସାହସିକ ହୁଅ, ଭୟ କର ନାହିଁ, କିଅବା ସେମାନଙ୍କ ସକାଶୁ ଭୟଯୁକ୍ତ ହୁଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଆପେ ତୁମ୍ଭ ସଙ୍ଗେ ଗମନ କରୁଅଛନ୍ତି, ସେ ତୁମ୍ଭ ପ୍ରତି ହତାଶ ହେବେ ନାହିଁ, କିଅବା ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ।
Other Translations King James Version (KJV) Be strong and of a good courage, fear not, nor be afraid of them: for the LORD thy God, he it is that doth go with thee; he will not fail thee, nor forsake thee.
American Standard Version (ASV) Be strong and of good courage, fear not, nor be affrighted at them: for Jehovah thy God, he it is that doth go with thee; he will not fail thee, nor forsake thee.
Bible in Basic English (BBE) Be strong and take heart, and have no fear of them: for it is the Lord your God who is going with you; he will not take away his help from you.
Darby English Bible (DBY) Be strong and courageous, fear them not, neither be afraid of them; for Jehovah thy God, he it is that goeth with thee; he will not leave thee, nor forsake thee.
Webster's Bible (WBT) Be strong and of a good courage, fear not, nor be afraid of them: for the LORD thy God, he it is that doth go with thee, he will not fail thee, nor forsake thee.
World English Bible (WEB) Be strong and of good courage, don't be afraid, nor be scared of them: for Yahweh your God, he it is who does go with you; he will not fail you, nor forsake you.
Young's Literal Translation (YLT) be strong and courageous, fear not, nor be terrified because of them, for Jehovah thy God `is' He who is going with thee; He doth not fail thee nor forsake thee.'
Cross Reference Numbers 14:9 in Oriya 9 କେବଳ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହୁଅ ନାହିଁ, କିଅବା ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଆମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ; ସେମାନଙ୍କ ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି, ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି; ସେମାନଙ୍କୁ ଭୟ କର ନାହିଁ।
Deuteronomy 1:29 in Oriya 29 ତେବେ ମୁଁ ତୁମ୍ଭମାନଙ୍କୁ କହିଲି, “ଭୟଯୁକ୍ତ ହୁଅ ନାହିଁ, କି ସେମାନଙ୍କ ସକାଶୁ ଭୟ କର ନାହିଁ।”
Deuteronomy 4:31 in Oriya 31 ଯେହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଦୟାଳୁ ପରମେଶ୍ୱର ଅଟନ୍ତି; ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ, କି ତୁମ୍ଭକୁ ବିନଷ୍ଟ କରିବେ ନାହିଁ, କିଅବା ଶପଥ ଦ୍ୱାରା ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ କରିଅଛନ୍ତି, ତାହା ପସୋରିବେ ନାହିଁ।
Deuteronomy 7:18 in Oriya 18 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଫାରୋ ଓ ସମସ୍ତ ମିସର ପ୍ରତି ଯେଉଁ ଯେଉଁ କର୍ମ କରିଅଛନ୍ତି;
Deuteronomy 20:1 in Oriya 1 ‘ତୁମ୍ଭେ ଆପଣା ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ବାହାରିଲେ, ଯେବେ ଆପଣା ଅପେକ୍ଷା ଅଧିକ ଅଶ୍ୱ, ରଥ ଓ ଲୋକ ଦେଖିବ, ତେବେ ତୁମ୍ଭେ ସେମାନଙ୍କ ବିଷୟରେ ଭୀତ ହେବ ନାହିଁ। କାରଣ ଯେ ତୁମ୍ଭକୁ ମିସର ଦେଶରୁ ଆଣିଅଛନ୍ତି, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।
Deuteronomy 20:3 in Oriya 3 ହେ ଇସ୍ରାଏଲ, ଶୁଣ, ତୁମ୍ଭେମାନେ ଆଜି ଆପଣା ଶତ୍ରୁମାନଙ୍କ ସଙ୍ଗେ ଯୁଦ୍ଧ କରିବାକୁ ଯାଉଅଛ; ତୁମ୍ଭମାନଙ୍କ ହୃଦୟ ଦୁର୍ବଳ ନ ହେଉ; ଭୟ କର ନାହିଁ, କିଅବା କମ୍ପମାନ ହୁଅ ନାହିଁ, କିଅବା ସେମାନଙ୍କ ବିଷୟରେ ଭୟଯୁକ୍ତ ହୁଅ ନାହିଁ।
Deuteronomy 31:7 in Oriya 7 ଏଥିରେ ମୋଶା ଯିହୋଶୂୟଙ୍କୁ ଡାକି ସମୁଦାୟ ଇସ୍ରାଏଲଙ୍କ ସାକ୍ଷାତରେ ତାଙ୍କୁ କହିଲେ, “ବଳବାନ୍ ଓ ସାହସିକ ହୁଅ; ଯେହେତୁ ସଦାପ୍ରଭୁ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ସେମାନଙ୍କ ପୂର୍ବପୁରୁଷମାନଙ୍କୁୁ ନିକଟରେ ଶପଥ କରିଥିଲେ, ସେହି ଦେଶକୁ ତୁମ୍ଭେ ଏହି ଲୋକଙ୍କ ସହିତ ଯିବ; ଆଉ ତୁମ୍ଭେ ସେମାନଙ୍କୁ ତାହା ଅଧିକାର କରାଇବ।”
Deuteronomy 31:23 in Oriya 23 ପୁଣି, ସେ ନୂନର ପୁତ୍ର ଯିହୋଶୂୟଙ୍କୁ ଆଜ୍ଞା ଦେଇ କହିଲେ, “ବଳବାନ୍ ଓ ସାହସିକ ହୁଅ; କାରଣ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ସେହି ଦେଶକୁ ତୁମ୍ଭେ ସେମାନଙ୍କୁ ନେଇ ଯିବ, ଆଉ ଆମ୍ଭେ ତୁମ୍ଭର ସଙ୍ଗୀ ହେବା।”
Joshua 1:5 in Oriya 5 ତୁମ୍ଭର ଯାବଜ୍ଜୀବନ ତୁମ୍ଭ ସମ୍ମୁଖରେ କେହି ଠିଆ ହୋଇ ପାରିବ ନାହିଁ; ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେପରି ଆମ୍ଭେ ତୁମ୍ଭ ସଙ୍ଗରେ ଥିବା; ଆମ୍ଭେ ତୁମ୍ଭ ପ୍ରତି ନିରସ୍ତ ହେବା ନାହିଁ, କି ତୁମ୍ଭକୁ ତ୍ୟାଗ କରିବା ନାହିଁ।
Joshua 1:9 in Oriya 9 ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।
Joshua 10:25 in Oriya 25 ପୁଣି ଯିହୋଶୂୟ ସେମାନଙ୍କୁ କହିଲେ, ଭୟ ନ କର, ଅବା ନିରାଶ ନ ହୁଅ; ବଳବାନ ଓ ସାହସିକ ହୁଅ; କାରଣ ତୁମ୍ଭେମାନେ ଯେଉଁମାନଙ୍କ ସଙ୍ଗେ ଯୁଦ୍ଧ କରିବ, ତୁମ୍ଭମାନଙ୍କର ସେହି ସମସ୍ତ ଶତ୍ରୁଙ୍କୁ ସଦାପ୍ରଭୁ ଏହି ପ୍ରକାର କରିବେ।
1 Chronicles 22:13 in Oriya 13 ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ମୋଶାଙ୍କୁ ଯେଉଁ ଯେଉଁ ବିଧି ଓ ଶାସନ ଦେଇଅଛନ୍ତି, ସେହିସବୁ ଯଦି ତୁମ୍ଭେ ପାଳିବାକୁ ମନୋଯୋଗ କରିବ, ତେବେ ତୁମ୍ଭେ କୃତକାର୍ଯ୍ୟ ହେବ; ବଳବାନ୍ ଓ ସାହସିକ ହୁଅ; ଭୀତ କି ନିରାଶ ନ ହୁଅ।
1 Chronicles 28:10 in Oriya 10 ଏବେ ସାବଧାନ ହୁଅ; କାରଣ ପବିତ୍ର ଆବାସ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି; ବଳବାନ ହୁଅ ଓ ତାହା କର।”
1 Chronicles 28:20 in Oriya 20 ଏଉତ୍ତାରେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ କହିଲେ, “ବଳବାନ୍ ଓ ସାହସିକ ହୁଅ ଓ ଏହି କର୍ମ କର; ଭୟ ନ କର, ଅବା ନିରାଶ ନ ହୁଅ; କାରଣ ଆମ୍ଭର ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ଅଛନ୍ତି; ସଦାପ୍ରଭୁଙ୍କ ଗୃହର ସେବାର୍ଥକ ସକଳ କର୍ମ ସମାପ୍ତ ନ ହେବା ପର୍ଯ୍ୟନ୍ତ ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କି ତୁମ୍ଭକୁ ତ୍ୟାଗ କରିବେ ନାହିଁ।
2 Chronicles 32:7 in Oriya 7 “ବଳବାନ୍ ଓ ସାହସିକ ହୁଅ, ଅଶୂରର ରାଜା ଓ ତାହାର ସଙ୍ଗୀ ସମସ୍ତ ଜନତା ସକାଶୁ ଭୀତ କି ନିରାଶ ହୁଅ ନାହିଁ; କାରଣ ତାହାର ସହାୟ ଅପେକ୍ଷା ଆମ୍ଭମାନଙ୍କ ସହାୟ ମହାନ୍;
Psalm 27:1 in Oriya 1 ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; ମୁଁ କାହାକୁ ଭୟ କରିବି ? ସଦାପ୍ରଭୁ ମୋ' ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି ?
Psalm 27:14 in Oriya 14 ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର; ବଳବାନ୍ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ; ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର।
Isaiah 41:10 in Oriya 10 ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।
Isaiah 41:13 in Oriya 13 କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ତୁମ୍ଭ ଦକ୍ଷିଣ ହସ୍ତ ଧରି ତୁମ୍ଭକୁ କହିବା, ଭୟ କର ନାହିଁ; ଆମ୍ଭେ ତୁମ୍ଭର ସାହାଯ୍ୟ କରିବା।
Isaiah 43:1 in Oriya 1 ମାତ୍ର ହେ ଯାକୁବ, ଯେ ତୁମ୍ଭକୁ ସୃଷ୍ଟି କଲେ, ହେ ଇସ୍ରାଏଲ, ଯେ ତୁମ୍ଭକୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ ଏହି କଥା କହନ୍ତି; ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ; ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଆହ୍ୱାନ କରିଅଛୁ, ତୁମ୍ଭେ ଆମ୍ଭର।
Isaiah 51:12 in Oriya 12 ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟର ସନ୍ତାନକୁ ଭୟ କରୁଅଛ,
Haggai 2:4 in Oriya 4 ତଥାପି ସଦାପ୍ରଭୁ କହନ୍ତି, ହେ ଯିରୁବ୍ବାବିଲ, ତୁମ୍ଭେ ଏବେ ବଳବାନ୍ ହୁଅ; ଆଉ, ହେ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକ, ତୁମ୍ଭେ ବଳବାନ୍ ହୁଅ; ପୁଣି, ହେ ଦେଶସ୍ଥ ଲୋକ ସମସ୍ତେ, ତୁମ୍ଭେମାନେ ବଳବାନ୍ ହୁଅ ଓ କାର୍ଯ୍ୟ କର, ଏହା ସଦାପ୍ରଭୁ କହନ୍ତି;
Zechariah 8:13 in Oriya 13 ପୁଣି, ହେ ଯିହୁଦା-ବଂଶ ଓ ଇସ୍ରାଏଲ-ବଂଶ, ତୁମ୍ଭେମାନେ ନାନା ଗୋଷ୍ଠୀ ମଧ୍ୟରେ ଯେପରି ଅଭିଶାପ ସ୍ୱରୂପ ହୋଇଥିଲ, ସେପରି ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ତୁମ୍ଭେମାନେ ଆଶୀର୍ବାଦ ସ୍ୱରୂପ ହେବ। ଭୟ କର ନାହିଁ, ମାତ୍ର ତୁମ୍ଭମାନଙ୍କର ହସ୍ତ ସବଳ ହେଉ।
Luke 12:32 in Oriya 32 ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ସ୍ବର୍ଗସ୍ଥ ପିତାଙ୍କର ମହା ଆନନ୍ଦ।
1 Corinthians 16:13 in Oriya 13 ତୁମ୍ଭେମାନେ ଜାଗ୍ରତ ରହି ବିଶ୍ୱାସରେ ସ୍ଥିର ହୋଇଥାଅ, ସାହସିକ ହୋଇ ବଳବାନ ହୁଅ।
Ephesians 6:10 in Oriya 10 ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ।
2 Timothy 2:1 in Oriya 1 ଅତଏବ, ହେ ମୋହର ପୁତ୍ର, ଖ୍ରୀଷ୍ଟ ଯୀଶୁଙ୍କ ପ୍ରଦତ୍ତ ଅନୁଗ୍ରହରେ ବଳବାନ ହୁଅ,
Hebrews 13:5 in Oriya 5 ଆଚାରବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।”
Revelation 21:8 in Oriya 8 କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।