Deuteronomy 32:15 in Oriya 15 ମାତ୍ର ଯିଶୁରୁଣ ଚର୍ବିରେ ଫୁଲି ପଦାଘାତ କଲା; ତୁମ୍ଭେ ଚର୍ବିରେ ଫୁଲିଅଛ, ତୁମ୍ଭେ ମୋଟା ହୋଇଅଛ, ତୁମ୍ଭେ ଚିକ୍କଣ ହୋଇଅଛ; ତହୁଁ ସେ ଆପଣା ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କୁ ତ୍ୟାଗ କଲା, ପୁଣି ଆପଣା ତ୍ରାଣ ରୂପ ଶୈଳଙ୍କୁ ଲଘୁ ଜ୍ଞାନ କଲା।
Other Translations King James Version (KJV) But Jeshurun waxed fat, and kicked: thou art waxen fat, thou art grown thick, thou art covered with fatness; then he forsook God which made him, and lightly esteemed the Rock of his salvation.
American Standard Version (ASV) But Jeshurun waxed fat, and kicked: Thou art waxed fat, thou art grown thick, thou art become sleek; Then he forsook God who made him, And lightly esteemed the Rock of his salvation.
Bible in Basic English (BBE) But Jeshurun became fat and would not be controlled: you have become fat, you are thick and full of food: then he was untrue to the God who made him, giving no honour to the Rock of his salvation.
Darby English Bible (DBY) Then Jeshurun grew fat, and kicked -- Thou art waxen fat, Thou art grown thick, And thou art covered with fatness; -- He gave up +God who made him, And lightly esteemed the Rock of his salvation.
Webster's Bible (WBT) But Jeshurun waxed fat, and kicked: thou hast waxed fat, thou art grown thick, thou art covered with fatness; then he forsook God who made him, and lightly esteemed the Rock of his salvation.
World English Bible (WEB) But Jeshurun grew fat, and kicked: You have grown fat, you are grown thick, you are become sleek; Then he forsook God who made him, Lightly esteemed the Rock of his salvation.
Young's Literal Translation (YLT) And Jeshurun waxeth fat, and doth kick: Thou hast been fat -- thou hast been thick, Thou hast been covered. And he leaveth God who made him, And dishonoureth the Rock of his salvation.
Cross Reference Deuteronomy 6:10 in Oriya 10 ତୁମ୍ଭ ପୂର୍ବପୁରୁଷ ଅବ୍ରହାମ, ଇସ୍ହାକ ଓ ଯାକୁବ ନିକଟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ସେହି ଦେଶରେ ସେ ତୁମ୍ଭକୁ ଉପସ୍ଥିତ କରାଇଲା ଉତ୍ତାରେ ତୁମ୍ଭେ ଯାହା ନିର୍ମାଣ କରି ନାହଁ, ଏପରି ବୃହତ ଓ ସୁନ୍ଦର ନଗର,
Deuteronomy 8:10 in Oriya 10 ଆଉ ତୁମ୍ଭେ ଭୋଜନ କରି ତୃପ୍ତ ହେବ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁ ସକାଶୁ ତାହାଙ୍କର ଧନ୍ୟବାଦ କରିବ।
Deuteronomy 31:16 in Oriya 16 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ତୁମ୍ଭେ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କରିବ; ତହିଁ ଉତ୍ତାରେ ଏହି ଲୋକମାନେ ଉଠିବେ, ପୁଣି ଯେଉଁ ଦେଶରେ ପ୍ରବେଶ କରିବାକୁ ଯାଉଅଛନ୍ତି, ସେହି ସ୍ଥାନର ବିଦେଶୀୟ ଦେବତାଗଣର ଅନୁଗାମୀ ହୋଇ ବ୍ୟଭିଚାର କରିବେ, ଆମ୍ଭକୁ ତ୍ୟାଗ କରିବେ ଓ ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ କରିଅଛୁ, ତାହା ଲଙ୍ଘନ କରିବେ।”
Deuteronomy 31:20 in Oriya 20 କାରଣ ଆମ୍ଭେ ଯେଉଁ ଦେଶ ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଅଛୁ, ସେହି ଦୁଗ୍ଧ ଓ ମଧୁପ୍ରବାହୀ ଦେଶକୁ ସେମାନଙ୍କୁ ନେଇ ଗଲା ଉତ୍ତାରେ ଯେତେବେଳେ ସେମାନେ ଭୋଜନ କରି ତୃପ୍ତ ଓ ହୃଷ୍ଟପୁଷ୍ଟ ହେବେ, ସେତେବେଳେ ସେମାନେ ଅନ୍ୟ ଦେବତାମାନଙ୍କ ପ୍ରତି ଫେରି ସେମାନଙ୍କ ସେବା କରିବେ ଓ ଆମ୍ଭଙ୍କୁ ଅଗ୍ରାହ୍ୟ କରି ଆମ୍ଭ ନିୟମ ଲଙ୍ଘନ କରିବେ।
Deuteronomy 32:4 in Oriya 4 ସେ ତ ଶୈଳ, ତାହାଙ୍କ କର୍ମ ସିଦ୍ଧ; କାରଣ ତାହାଙ୍କର ସକଳ ପଥ ନ୍ୟାୟ; ସେ ବିଶ୍ୱସ୍ତ ଓ ଅଧର୍ମରହିତ ପରମେଶ୍ୱର; ସେ ଧାର୍ମିକ ଓ ସରଳ ଅଟନ୍ତି।
Deuteronomy 32:6 in Oriya 6 ହେ ମୂଢ଼ ଓ ଅଜ୍ଞାନ ଲୋକେ, ତୁମ୍ଭେମାନେ କି ସଦାପ୍ରଭୁଙ୍କୁ ଏପରି ପରିଶୋଧ କରୁଅଛ; ସେ କି ତୁମ୍ଭର କ୍ରୟକାରୀ ପିତା ନୁହନ୍ତି ? ସେ ତୁମ୍ଭର ସୃଷ୍ଟି ଓ ସ୍ଥିତିକର୍ତ୍ତା ଅଟନ୍ତି।
Deuteronomy 33:5 in Oriya 5 ଲୋକମାନଙ୍କ ପ୍ରଧାନବର୍ଗର ସମାଗମ ସମୟରେ, ସମସ୍ତ ଇସ୍ରାଏଲ ବଂଶ ଏକତ୍ର ହେବା ବେଳେ ସେ ଯିଶୁରୁଣରେ ରାଜା ଥିଲେ।
Deuteronomy 33:26 in Oriya 26 ହେ ଯିଶୁରୁଣ, ପରମେଶ୍ୱରଙ୍କ ତୁଲ୍ୟ କେହି ନାହିଁ, ସେ ତୁମ୍ଭ ଉପକାରାର୍ଥେ ଆକାଶମଣ୍ଡଳରେ ଓ ନିଜ ଗୌରବରେ ଗଗନମଣ୍ଡଳରେ ଆରୋହଣ କରି ଗମନ କରନ୍ତି।
1 Samuel 2:29 in Oriya 29 ତେବେ ଆମ୍ଭେ ଆପଣା ଆବାସରେ ଯେ ଯେ ବଳି ଓ ନୈବେଦ୍ୟ ଉତ୍ସର୍ଗ କରିବାକୁ ଆଜ୍ଞା ଦେଇଅଛୁ, ତୁମ୍ଭେମାନେ କାହିଁକି ତହିଁରେ ପଦାଘାତ କରୁଅଛ ? ପୁଣି, ଆମ୍ଭ ଲୋକ ଇସ୍ରାଏଲର ସର୍ବୋତ୍ତମ ସମସ୍ତ ନୈବେଦ୍ୟରେ ଆପଣାମାନଙ୍କୁ ହୃଷ୍ଟପୁଷ୍ଟ କରିବା ନିମନ୍ତେ ଆମ୍ଭ ଅପେକ୍ଷା ଆପଣା ପୁତ୍ରମାନଙ୍କର ଅଧିକ ଗୌରବ କରୁଅଛ ?
2 Samuel 22:47 in Oriya 47 ସଦାପ୍ରଭୁ ନିତ୍ୟଜୀବୀ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋ' ପରିତ୍ରାଣର ଶୈଳ ସ୍ୱରୂପ ପରମେଶ୍ୱର ଉନ୍ନତ ହେଉନ୍ତୁ।
Nehemiah 9:25 in Oriya 25 ତହିଁରେ ସେମାନେ ପ୍ରାଚୀରବେଷ୍ଟିତ ନଗରସକଳ ଓ ଉର୍ବରା ଭୂମି ନେଲେ, ସର୍ବପ୍ରକାର ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ ଗୃହ, ଖୋଦିତ କୂପ, ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ଓ ପ୍ରଚୁର ଫଳବୃକ୍ଷ ଅଧିକାର କଲେ; ତହୁଁ ସେମାନେ ଭୋଜନ କରି ତୃପ୍ତ ଓ ପୁଷ୍ଟ ହେଲେ ଓ ତୁମ୍ଭର ମହାମଙ୍ଗଳଦାନରେ ଆନନ୍ଦ କଲେ।
Job 15:27 in Oriya 27 ସେ ଆପଣା ମେଦରେ ଆପଣା ମୁଖ ଆଚ୍ଛାଦନ କଲା ଓ କଟିଦେଶ ହୃଷ୍ଟପୁଷ୍ଟ କଲା;
Psalm 17:10 in Oriya 10 ସେମାନେ ଆପଣା ମେଦରେ ଆଚ୍ଛନ୍ନ ଅଟନ୍ତି; ସେମାନେ ମୁଖରେ ଅହଙ୍କାର କଥା କହନ୍ତି।
Psalm 18:46 in Oriya 46 ସଦାପ୍ରଭୁ ଜୀବିତ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋହର ପରିତ୍ରାଣ ସ୍ୱରୂପ ପରମେଶ୍ୱର ଉନ୍ନତ ହେଉନ୍ତୁ।
Psalm 73:7 in Oriya 7 ମେଦରେ ସେମାନଙ୍କ ଚକ୍ଷୁ ବାହାରି ଉଠେ; ମନର ବାଞ୍ଛା ଅପେକ୍ଷା ସେମାନେ ଅଧିକ ପ୍ରାପ୍ତ ହୁଅନ୍ତି।
Psalm 89:26 in Oriya 26 ସେ ଆମ୍ଭଙ୍କୁ ଡାକି କହିବ, ତୁମ୍ଭେ ଆମ୍ଭର ପିତା, ଆମ୍ଭର ପରମେଶ୍ୱର ଓ ଆମ୍ଭ ପରିତ୍ରାଣର ଶୈଳ।
Psalm 95:1 in Oriya 1 ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ; ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ।
Psalm 119:70 in Oriya 70 ସେମାନଙ୍କ ଅନ୍ତଃକରଣ ମେଦ ପରି ସ୍ଥୂଳ ମାତ୍ର ମୁଁ ତୁମ୍ଭ ବ୍ୟବସ୍ଥାରେ ଆମୋଦ କରେ।
Isaiah 1:4 in Oriya 4 ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ, ଦୁଷ୍କର୍ମକାରୀମାନଙ୍କ ବଂଶ, ଭ୍ରଷ୍ଟାଚାରୀ ସନ୍ତାନଗଣ ! ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି, ସେମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଅବଜ୍ଞା କରିଅଛନ୍ତି, ସେମାନେ ବିମୁଖ ହୋଇ ପଛକୁ ଚାଲି ଯାଇଅଛନ୍ତି।
Isaiah 6:10 in Oriya 10 ଏହି ଲୋକମାନେ ଆପଣା ଆପଣା ଚକ୍ଷୁରେ ଦେଖି ଓ କର୍ଣ୍ଣରେ ଶୁଣି ଓ ଅନ୍ତଃକରଣରେ ବୁଝି ମନ ଫେରାଇ ଯେପରି ସୁସ୍ଥ ନ ହୁଅନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କ ଅନ୍ତଃକରଣ ସ୍ଥୂଳ କର ଓ ସେମାନଙ୍କ କର୍ଣ୍ଣ ଭାରୀ କର ଓ ସେମାନଙ୍କ ଚକ୍ଷୁ ମୁଦି ଦିଅ।”
Isaiah 44:2 in Oriya 2 ଯେ ତୁମ୍ଭକୁ ନିର୍ମାଣ କଲେ ଓ ଗର୍ଭରୁ ତୁମ୍ଭକୁ ଗଢ଼ିଲେ, ଯେ ତୁମ୍ଭର ସାହାଯ୍ୟ କରିବେ, ସେହି ସଦାପ୍ରଭୁ ଏହି କଥା କହନ୍ତି; “ହେ ଆମ୍ଭର ଦାସ ଯାକୁବ, ହେ ଆମ୍ଭର ମନୋନୀତ ଯିଶୁରୂଣ, ଭୟ କର ନାହିଁ।
Jeremiah 2:5 in Oriya 5 ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରକୁ ଯାଇଅଛନ୍ତି ଓ ଅସାରତାର ପଶ୍ଚାଦ୍ଗମନ କରି ଅସାର ହୋଇଅଛନ୍ତି ?
Jeremiah 5:7 in Oriya 7 ଆମ୍ଭେ କିପରି ତୁମ୍ଭକୁ କ୍ଷମା କରି ପାରିବା ? ତୁମ୍ଭର ସନ୍ତାନଗଣ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଯେଉଁମାନେ ଈଶ୍ୱର ନୁହନ୍ତି, ସେମାନଙ୍କ ନାମରେ ଶପଥ କରିଅଛନ୍ତି; ଆମ୍ଭେ ଯେତେବେଳେ ସେମାନଙ୍କୁ ପରିତୃପ୍ତ ରୂପେ ଭୋଜନ କରାଇଲୁ, ସେତେବେଳେ ସେମାନେ ବ୍ୟଭିଚାର କଲେ ଓ ଦଳ ଦଳ ହୋଇ ବେଶ୍ୟାମାନଙ୍କ ଗୃହରେ ଏକତ୍ର ହେଲେ।
Jeremiah 5:28 in Oriya 28 ସେମାନେ ଆହୁରି ଆହୁରି ମୋଟା ଓ ଚିକ୍କଣ ହୁଅନ୍ତି, ହଁ, ସେମାନେ ଦୁଷ୍କ୍ରିୟାର ସୀମା ଅତିକ୍ରମ କରନ୍ତି; ସେମାନେ ଗୁହାରି ବିଚାର କରନ୍ତି ନାହିଁ, ପିତୃହୀନମାନଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କର ଗୁହାରି ବିଚାର କରନ୍ତି ନାହିଁ; ପୁଣି, ଦରିଦ୍ରମାନଙ୍କର ବିଚାର ସେମାନେ ନିଷ୍ପତ୍ତି କରନ୍ତି ନାହିଁ।”
Hosea 13:6 in Oriya 6 ସେମାନେ ଆମ୍ଭମାନଙ୍କ ଚରାଣି ସ୍ଥାନ ଅନୁସାରେ ପରିତୃପ୍ତ ହେଲେ; ସେମାନେ ପରିତୃପ୍ତ ହୋଇ ଅନ୍ତଃକରଣରେ ଗର୍ବିତ ହେଲେ; ଏଥିପାଇଁ ସେମାନେ ଆମ୍ଭକୁ ପାସୋରି ଅଛନ୍ତି।
Acts 9:5 in Oriya 5 ସେ କହିଲେ, ହେ ପ୍ରଭୁ, ଆପଣ କିଏ? ଆଉ ସେ କହିଲେ, ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି ଯୀଶୁ।
Acts 28:27 in Oriya 27 କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ନିଜ ନିଜ ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।
Romans 2:4 in Oriya 4 କିମ୍ବା ଇଶ୍ବରଙ୍କ କୃପା ଯେ ତୁମ୍ଭକୁ ମନ ପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର କୃପା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ ?