Deuteronomy 32:22 in Oriya 22 କାରଣ ଆମ୍ଭ କ୍ରୋଧରେ ଅଗ୍ନି ପ୍ରଜ୍ୱଳିତ ହେଲା, ତାହା ନୀଚତମ ପାତାଳ ପର୍ଯ୍ୟନ୍ତ ଜ୍ୱଳୁଅଛି ଓ ପୃଥିବୀକି ତଦୁତ୍ପନ୍ନ ବସ୍ତୁ ସହିତ ଗ୍ରାସ କରେ, ଆଉ ପର୍ବତମାନର ମୂଳଦୁଆ ଜ୍ୱଳାଏ।
Other Translations King James Version (KJV) For a fire is kindled in mine anger, and shall burn unto the lowest hell, and shall consume the earth with her increase, and set on fire the foundations of the mountains.
American Standard Version (ASV) For a fire is kindled in mine anger, And burneth unto the lowest Sheol, And devoureth the earth with its increase, And setteth on fire the foundations of the mountains.
Bible in Basic English (BBE) For my wrath is a flaming fire, burning to the deep parts of the underworld, burning up the earth with her increase, and firing the deep roots of the mountains.
Darby English Bible (DBY) For a fire is kindled in mine anger, And it shall burn into the lowest Sheol, And shall consume the earth and its produce, And set fire to the foundations of the mountains.
Webster's Bible (WBT) For a fire is kindled in my anger, and shall burn to the lowest hell, and shall consume the earth with her increase, and set on fire the foundations of the mountains.
World English Bible (WEB) For a fire is kindled in my anger, Burns to the lowest Sheol, Devours the earth with its increase, Sets on fire the foundations of the mountains.
Young's Literal Translation (YLT) For a fire hath been kindled in Mine anger, And it burneth unto Sheol -- the lowest, And consumeth earth and its increase, And setteth on fire foundations of mountains.
Cross Reference Numbers 16:35 in Oriya 35 ଏଉତ୍ତାରେ ସଦାପ୍ରଭୁଙ୍କଠାରୁ ଅଗ୍ନି ନିର୍ଗତ ହୋଇ ଧୂପ ଉତ୍ସର୍ଗକାରୀ ସେହି ଦୁଇ ଶହ ପଚାଶ ଲୋକଙ୍କୁ ଗ୍ରାସ କଲା।
Deuteronomy 29:20 in Oriya 20 ସଦାପ୍ରଭୁ ତାହାକୁ କ୍ଷମା କରିବାକୁ ସମ୍ମତ ହେବେ ନାହିଁ, ମାତ୍ର ତତ୍କ୍ଷଣେ ସେହି ଲୋକ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ଓ ଅନ୍ତର୍ଜ୍ୱାଳା ସଧୂମ ହୋଇ ଉଠିବ, ପୁଣି ଏହି ପୁସ୍ତକରେ ଲିଖିତ ସମସ୍ତ ଅଭିଶାପ ତାହା ପାଇଁ ଛକି ରହିବ, ଆଉ ସଦାପ୍ରଭୁ ଆକାଶମଣ୍ଡଳ ତଳୁ ତାହାର ନାମ ଲୋପ କରିବେ।
Job 9:5 in Oriya 5 ସେ ପର୍ବତଗଣକୁ ସ୍ଥାନାନ୍ତର କରନ୍ତି, ସେ ଆପଣା କ୍ରୋଧରେ ସେମାନଙ୍କୁ ଓଲଟାଇ ପକାଇବା ବେଳେ ସେମାନେ ତାହା ଜାଣନ୍ତି ନାହିଁ।
Psalm 18:7 in Oriya 7 ସେତେବେଳେ ପୃଥିବୀ ଟଳଟଳ ଓ କମ୍ପିତ ହେଲା, ପର୍ବତଗଣର ଭିତ୍ତିମୂଳ ମଧ୍ୟ ବିଚଳିତ ହେଲା ଓ ତାହାଙ୍କ କୋପ ସକାଶୁ ଟଳଟଳ ହେଲା।
Psalm 21:9 in Oriya 9 ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କୁ ପ୍ରଜ୍ୱଳିତ ଭାଟୀ ତୁଲ୍ୟ କରିବ। ସଦାପ୍ରଭୁ ଆପଣା କୋପରେ ସେମାନଙ୍କୁ ଗ୍ରାସ କରିବେ, ପୁଣି, ଅଗ୍ନି ସେମାନଙ୍କୁ ଭକ୍ଷଣ କରିବ।
Psalm 46:2 in Oriya 2 ଏଥିପାଇଁ ପୃଥିବୀ ପରିବର୍ତ୍ତିତ ହେଲେ ହେଁ ଓ ପର୍ବତଗଣ ସମୁଦ୍ର ମଧ୍ୟରେ ବିଚଳିତ ହେଲେ ହେଁ;
Psalm 83:14 in Oriya 14 ଯେଉଁ ଅଗ୍ନି ବନକୁ ଦଗ୍ଧ କରେ ଓ ଯେଉଁ ଅଗ୍ନିଶିଖା ପର୍ବତଗଣକୁ ପ୍ରଜ୍ୱଳିତ କରେ;
Psalm 86:13 in Oriya 13 କାରଣ ମୋ' ପ୍ରତି ତୁମ୍ଭର ଦୟା ମହତ୍; ପୁଣି, ତୁମ୍ଭେ ନୀଚସ୍ଥ ପାତାଳରୁ ମୋ' ପ୍ରାଣକୁ ଉଦ୍ଧାର କରିଅଛ।
Psalm 97:3 in Oriya 3 ତାହାଙ୍କ ସମ୍ମୁଖରେ ଅଗ୍ନି ଗମନ କରେ ଓ ତାହାଙ୍କ ଚତୁର୍ଦ୍ଦିଗସ୍ଥ ଶତ୍ରୁଗଣକୁ ଦଗ୍ଧ କରେ।
Psalm 144:5 in Oriya 5 ହେ ସଦାପ୍ରଭୁ, ଆପଣା ଗଗନମଣ୍ଡଳ ନୁଆଁଇ ତଳକୁ ଆସ; ପର୍ବତଗଣକୁ ସ୍ପର୍ଶ କର, ତହିଁରେ ସେମାନେ ଧୂମ ନିର୍ଗତ କରିବେ।
Isaiah 24:6 in Oriya 6 ଏହେତୁ ଅଭିଶାପ ପୃଥିବୀକୁ ଗ୍ରାସ କରିଅଛି ଓ ତନ୍ନିବାସୀଗଣ ଅପରାଧୀ ହୋଇଅଛନ୍ତି; ତହିଁ ନିମନ୍ତେ ପୃଥିବୀ ନିବାସୀମାନେ ଦଗ୍ଧ ହୋଇଅଛନ୍ତି ଓ ଅଳ୍ପ ଲୋକ ଅବଶିଷ୍ଟ ଅଛନ୍ତି।
Isaiah 24:19 in Oriya 19 ପୃଥିବୀ ନିତାନ୍ତ ବିଦୀର୍ଣ୍ଣ ହେଉଅଛି, ପୃଥିବୀ ନିତାନ୍ତ ତରଳି ଯାଇଅଛି, ପୃଥିବୀ ଅତିଶୟ ବିଚଳିତ ହୋଇଅଛି।
Isaiah 30:33 in Oriya 33 କାରଣ ତୋଫତ୍ (ଅଗ୍ନିକୁଣ୍ଡ) ପୂର୍ବକାଳରୁ ନିର୍ମିତ ହୋଇଅଛି ଓ ତାହା ରାଜାର ନିମନ୍ତେ ପ୍ରସ୍ତୁତ ହୋଇଅଛି; ସେ ତାହାକୁ ଗଭୀର ଓ ପ୍ରଶସ୍ତ କରିଅଛନ୍ତି, ତହିଁର ସ୍ତୂପ ଅଗ୍ନି ଓ ପ୍ରଚୁର କାଷ୍ଠମୟ; ପୁଣି, ସଦାପ୍ରଭୁଙ୍କ ଫୁତ୍କାର ଗନ୍ଧକ ସ୍ରୋତନ୍ୟାୟ ତାହା ପ୍ରଜ୍ୱଳିତ କରେ।
Isaiah 54:10 in Oriya 10 ଯେହେତୁ ତୁମ୍ଭ ପ୍ରତି କରୁଣା କରିଅଛନ୍ତି ଯେଉଁ ସଦାପ୍ରଭୁ, ସେ କହନ୍ତି, ପର୍ବତଗଣ ବିଚଳିତ ହୋଇ ଘୁଞ୍ଚିଯିବେ ଓ ଉପପର୍ବତଗଣ ଟଳିବେ; ମାତ୍ର ଆମ୍ଭର ଦୟା ତୁମ୍ଭଠାରୁ ବିଚଳିତ ହେବ ନାହିଁ, ଅଥବା ଆମ୍ଭ ଶାନ୍ତିର ନିୟମ ଟଳିବ ନାହିଁ।
Isaiah 66:15 in Oriya 15 କାରଣ ଦେଖ, ମହାତାପରେ ଆପଣାର କ୍ରୋଧ ଓ ପ୍ରଜ୍ୱଳିତ ଅଗ୍ନି ଦ୍ୱାରା ଆପଣା ଭର୍ତ୍ସନା ପ୍ରତିଦାନ କରିବା ପାଇଁ ସଦାପ୍ରଭୁ ଅଗ୍ନି ସହକାରେ ଆଗମନ କରିବେ ଓ ତାହାଙ୍କର ରଥସବୁ ଘୂର୍ଣ୍ଣିବାୟୁ ତୁଲ୍ୟ ହେବ।
Jeremiah 4:4 in Oriya 4 ହେ ଯିହୁଦାର ଲୋକେ ଓ ଯିରୂଶାଲମର ନିବାସୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ସୁନ୍ନତ କର ଓ ଆପଣା ଆପଣା ହୃଦୟର ଅଗ୍ରଚର୍ମ କାଢ଼ି ପକାଅ; ନୋହିଲେ ତୁମ୍ଭମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ଆମ୍ଭର କୋପ ଅଗ୍ନି ତୁଲ୍ୟ ବାହାରି ପ୍ରଜ୍ୱଳିତ ହେବ ଓ କେହି ତାହା ଲିଭାଇ ପାରିବ ନାହିଁ।
Jeremiah 15:14 in Oriya 14 ପୁଣି, ଆମ୍ଭେ ସେସମସ୍ତଙ୍କୁ ତୁମ୍ଭ ଶତ୍ରୁଗଣର ସଙ୍ଗରେ ତୁମ୍ଭ ଅଜ୍ଞାତ ଏକ ଦେଶକୁ ନେଇଯିବା; କାରଣ ଆମ୍ଭର କ୍ରୋଧରୂପ ଅଗ୍ନି ପ୍ରଜ୍ୱଳିତ ହୋଇଅଛି, ତାହା ତୁମ୍ଭମାନଙ୍କୁ ଦଗ୍ଧ କରିବ।
Jeremiah 17:4 in Oriya 4 ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ଅଧିକାର ଦେଲୁ, ତୁମ୍ଭେ ଆପେ ତହିଁରୁ କ୍ଷାନ୍ତ ହେବ। ଆଉ, ଆମ୍ଭେ ତୁମ୍ଭ ଅଜ୍ଞାତ ଦେଶରେ ତୁମ୍ଭକୁ ତୁମ୍ଭ ଶତ୍ରୁଗଣର ସେବା କରାଇବା; କାରଣ ତୁମ୍ଭେମାନେ ଆମ୍ଭ କ୍ରୋଧରୂପ ଅଗ୍ନି ପ୍ରଜ୍ୱଳିତ କରିଅଛ, ତାହା ସଦାକାଳ ଜ୍ୱଳିବ।
Lamentations 2:3 in Oriya 3 ସେ ପ୍ରଚଣ୍ଡ କ୍ରୋଧରେ ଇସ୍ରାଏଲର ଶୃଙ୍ଗସବୁ କାଟି ପକାଇଅଛନ୍ତି; ସେ ଶତ୍ରୁ ସମ୍ମୁଖରୁ ଆପଣା ଦକ୍ଷିଣ ହସ୍ତ ପଛକୁ ଟାଣି ନେଇଅଛନ୍ତି; ଆଉ, ସେ ଅଗ୍ନିଶିଖା ପରି ଯାକୁବକୁ ପ୍ରଜ୍ୱଳିତ କରିଅଛନ୍ତି, ତାହା ଚତୁର୍ଦ୍ଦିଗ ଗ୍ରାସ କରଇ।
Lamentations 4:11 in Oriya 11 ସଦାପ୍ରଭୁ ଆପଣା କୋପ ସଫଳ କରିଅଛନ୍ତି, ସେ ଆପଣା ପ୍ରଚଣ୍ଡ କ୍ରୋଧ ଢାଳି ଦେଇଅଛନ୍ତି; ପୁଣି, ସେ ସିୟୋନରେ ଅଗ୍ନି ଜ୍ୱଳାଇ ଅଛନ୍ତି ତାହା ତାହାର ଭିତ୍ତିମୂଳ ଗ୍ରାସ କରିଅଛି।
Ezekiel 36:5 in Oriya 5 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେଉଁମାନେ ଆପଣାମାନଙ୍କ ସର୍ବାନ୍ତଃକରଣର ଆନନ୍ଦରେ ଓ ପ୍ରାଣର ଈର୍ଷାରେ, ଲୁଟିତ ଦ୍ରବ୍ୟ ରୂପେ ନିକ୍ଷେପ କରିବା ପାଇଁ ଆମ୍ଭ ଦେଶକୁ ଆପଣାମାନଙ୍କର ଅଧିକାର ବୋଲି ନିରୂପଣ କରିଅଛନ୍ତି, ଗୋଷ୍ଠୀୟମାନଙ୍କର ସେହି ଅବଶିଷ୍ଟାଂଶର ବିରୁଦ୍ଧରେ ଓ ସମୁଦାୟ ଇଦୋମର ବିରୁଦ୍ଧରେ ଆମ୍ଭେ ନିତାନ୍ତ ଆପଣା ଅନ୍ତରାଗ୍ନିର ଜ୍ୱାଳାରେ କହିଅଛୁ;
Micah 1:4 in Oriya 4 ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏ ଓ ଗଡ଼ନ୍ତି ସ୍ଥାନରେ ଜଳ ଗଡ଼ିପଡ଼େ, ସେହିପରି ତାହାଙ୍କ ପଦ ତଳେ ପର୍ବତଗଣ ତରଳି ଯିବେ ଓ ତଳଭୂମିସକଳ ବିଦୀର୍ଣ୍ଣ ହେବ।
Nahum 1:5 in Oriya 5 ତାହାଙ୍କ ଆଗରେ ପର୍ବତଗଣ କମ୍ପିତ ହୁଅନ୍ତି ଓ ଉପପର୍ବତସବୁ ତରଳି ଯା'ନ୍ତି; ଆଉ, ତାହାଙ୍କ ସାକ୍ଷାତରେ ପୃଥିବୀ କମ୍ପିତ ହୁଏ, ହଁ ଜଗତ ଓ ତନ୍ନିବାସୀ ସମସ୍ତେ କମ୍ପିତ ହୁଅନ୍ତି।
Habakkuk 3:10 in Oriya 10 ପର୍ବତଗଣ ତୁମ୍ଭଙ୍କୁ ଦେଖି ଭୀତ ହେଲେ; ପ୍ରଚଣ୍ଡ ଜଳରାଶି ବହିଗଲା; ବାରିଧି ଆପଣା ରବ ଶୁଣାଇଲା ଓ ଆପଣା ହସ୍ତ ଉଚ୍ଚକୁ ଉଠାଇଲା।
Zephaniah 3:8 in Oriya 8 ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ଡ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ।
Malachi 4:1 in Oriya 1 “କାରଣ ଦେଖ, ସେହିଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Matthew 10:28 in Oriya 28 ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରି ପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରି ପାରନ୍ତି, ତାହାଙ୍କୁ ହିଁ ଭୟ କର।
Matthew 18:9 in Oriya 9 ଆଉ, ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହାକୁ ଉପାଡ଼ି ଫୋପାଡ଼ିଦିଅ; ଦୁଇ ଚକ୍ଷୁ ନେଇ ଅଗ୍ନିମୟ ନର୍କରେ ପଡ଼ିବା ବରଂ ଏକ ଚକ୍ଷୁ ନେଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ।
Matthew 23:33 in Oriya 33 ଆରେ ସର୍ପଗୁଡ଼ାକ, ଆରେ କାଳସର୍ପର ବଂଶ, ତୁମ୍ଭେମାନେ କିପ୍ରକାରେ ନର୍କ ଦଣ୍ଡରୁ ରକ୍ଷା ପାଇବ ?
Mark 9:43 in Oriya 43 ପୁଣି, ତୁମ୍ଭର ହସ୍ତ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ; ଦୁଇ ହସ୍ତ ଘେନି ନର୍କ, ଅର୍ଥାତ୍ ଅନିର୍ବାଣ ଅଗ୍ନି ମଧ୍ୟକୁ ଯିବା ଅପେକ୍ଷା ବରଂ ପଙ୍ଗୁ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ।
2 Thessalonians 1:8 in Oriya 8 ଯେଉଁମାନେ ଈଶ୍ୱରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,
Hebrews 12:29 in Oriya 29 କାରଣ ଆମ୍ଭମାନଙ୍କର ଈଶ୍ୱର ଗ୍ରାସକାରୀ ଅଗ୍ନି ସ୍ୱରୂପ।