Deuteronomy 33:27 in Oriya 27 ଅନାଦି ପରମେଶ୍ୱର ତୁମ୍ଭର ବାସସ୍ଥାନ ଓ ତଳେ ତାହାଙ୍କର ଅନନ୍ତକାଳସ୍ଥାୟୀ ବାହୁ ଅଛି; ପୁଣି ସେ ତୁମ୍ଭ ସମ୍ମୁଖରୁ ଶତ୍ରୁମାନଙ୍କୁ ତଡ଼ିଦେଲେ, ଆଉ ବିନାଶ କର ବୋଲି କହିଲେ।
Other Translations King James Version (KJV) The eternal God is thy refuge, and underneath are the everlasting arms: and he shall thrust out the enemy from before thee; and shall say, Destroy them.
American Standard Version (ASV) The eternal God is `thy' dwelling-place, And underneath are the everlasting arms. And he thrust out the enemy from before thee, And said, Destroy.
Bible in Basic English (BBE) The God of your fathers is your safe resting-place, and under you are his eternal arms: driving out the forces of your haters from before you, he said, Let destruction overtake them.
Darby English Bible (DBY) [Thy] refuge is the God of old, And underneath are the eternal arms; And he shall drive out the enemy from before thee, And shall say, Destroy [them]!
Webster's Bible (WBT) The eternal God is thy refuge, and underneath are the everlasting arms: and he shall thrust out the enemy from before thee, and shall say, Destroy them.
World English Bible (WEB) The eternal God is [your] dwelling-place, Underneath are the everlasting arms. He thrust out the enemy from before you, Said, Destroy.
Young's Literal Translation (YLT) A habitation `is' the eternal God, And beneath `are' arms age-during. And He casteth out from thy presence the enemy, and saith, `Destroy!'
Cross Reference Genesis 49:24 in Oriya 24 ମାତ୍ର ତାହାର ଧନ ଦୃଢ଼ ହୋଇ ରହିଲା, ପୁଣି, ଯେ ଯାକୁବର ବଳଦାତା (ତହିଁ ସକାଶୁ ଇସ୍ରାଏଲର ପାଳକ ଓ ଶୈଳ ବୋଲି ବିଖ୍ୟାତ),
Deuteronomy 7:2 in Oriya 2 ପୁଣି ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ ଓ ତୁମ୍ଭେ ସେମାନଙ୍କୁ ପରାସ୍ତ କରିବ; ସେତେବେଳେ ତୁମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବ; ତୁମ୍ଭେ ସେମାନଙ୍କ ସହିତ କୌଣସି ନିୟମ କରିବ ନାହିଁ, କିଅବା ସେମାନଙ୍କ ପ୍ରତି ଦୟା ପ୍ରକାଶ କରିବ ନାହିଁ।
Deuteronomy 9:3 in Oriya 3 ଏଣୁ ଆଜି ଜ୍ଞାତ ହୁଅ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱୟଂ ଗ୍ରାସକାରୀ ଅଗ୍ନି ସ୍ୱରୂପ ହୋଇ ତୁମ୍ଭ ଆଗେ ଆଗେ ଗମନ କରୁଅଛନ୍ତି; ସେ ସେମାନଙ୍କୁ ସଂହାର କରିବେ ଓ ସେମାନଙ୍କୁ ତୁମ୍ଭ ସମ୍ମୁଖରେ ନତ କରିବେ; ତହିଁରେ ତୁମ୍ଭ ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭେ ସେମାନଙ୍କୁ ତଡ଼ି ଦେବ ଓ ସେମାନଙ୍କୁ ଶୀଘ୍ର ବିନାଶ କରିବ।
Joshua 24:18 in Oriya 18 ଆହୁରି ସେହି ସଦାପ୍ରଭୁ ଏ ଦେଶ ନିବାସୀ ଇମୋରୀୟ ଆଦି ସବୁ ଗୋଷ୍ଠୀକି ଆମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଇଅଛନ୍ତି; ଏଣୁ ଆମ୍ଭେମାନେ ମଧ୍ୟ ସଦାପ୍ରଭୁଙ୍କର ସେବା କରିବୁ, କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର।
1 Samuel 15:29 in Oriya 29 ଆହୁରି ଇସ୍ରାଏଲର ବିଶ୍ୱାସ-ଭୂମି ମିଥ୍ୟା କହିବେ ନାହିଁ, କି ମତ ପରିବର୍ତ୍ତନ କରିବେ ନାହିଁ; କାରଣ ସେ ମନୁଷ୍ୟ ନୁହନ୍ତି ଯେ, ସେ ଦ୍ୱିମତ ହେବେ।
Psalm 18:2 in Oriya 2 ସଦାପ୍ରଭୁ ମୋହର ଶୈଳ, ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ୱର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି; ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ।
Psalm 27:5 in Oriya 5 କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ; ସେ ଆପଣା ତମ୍ବୁର ଅନ୍ତରାଳରେ ମୋତେ ଲୁଚାଇବେ; ସେ ମୋତେ ଶୈଳ ଉପରକୁ ଉଠାଇବେ।
Psalm 36:7 in Oriya 7 ହେ ପରମେଶ୍ୱର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ ! ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି।
Psalm 46:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ଗୀତ; ଅଲ୍ମୋତ୍ ସ୍ୱରର ଗୀତ। ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।
Psalm 46:7 in Oriya 7 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି।
Psalm 46:11 in Oriya 11 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। ସେଲା
Psalm 48:3 in Oriya 3 ତହିଁର ଅଟ୍ଟାଳିକାସମୂହ ମଧ୍ୟରେ ପରମେଶ୍ୱର ଆଶ୍ରୟ ସ୍ୱରୂପ ବୋଲି ଆପଣାର ପରିଚୟ ଦେଇଅଛନ୍ତି।
Psalm 90:1 in Oriya 1 ପରମେଶ୍ୱରଙ୍କ ଲୋକ ମୋଶାଙ୍କର ପ୍ରାର୍ଥନା। ହେ ପ୍ରଭୁ, ତୁମ୍ଭେ ପୁରୁଷାନୁକ୍ରମରେ ଆମ୍ଭମାନଙ୍କର ବାସସ୍ଥାନ ହୋଇ ଆସିଅଛ।
Psalm 91:1 in Oriya 1 ଯେଉଁ ଜନ ସର୍ବୋପରିସ୍ଥଙ୍କ ଆବୃତ ସ୍ଥାନରେ ବାସ କରେ, ସେ ସର୍ବଶକ୍ତିମାନଙ୍କ ଛାୟା ତଳେ ବସତି କରିବ।
Psalm 91:9 in Oriya 9 କାରଣ ହେ ସଦାପ୍ରଭୁ, ତୁମ୍ଭେ ମୋହର ଆଶ୍ରୟ। ସର୍ବୋପରିସ୍ଥଙ୍କୁ ତୁମ୍ଭେ ଆପଣା ବାସସ୍ଥାନ କରିଅଛ।
Psalm 91:15 in Oriya 15 ସେ ଆମ୍ଭ ନିକଟରେ ପ୍ରାର୍ଥନା କଲେ, ଆମ୍ଭେ ତାହାକୁ ଉତ୍ତର ଦେବା; ଦୁଃଖ ବେଳେ ଆମ୍ଭେ ତାହାର ସହବର୍ତ୍ତୀ ହେବା; ଆମ୍ଭେ ତାହାକୁ ରକ୍ଷା କରିବା ଓ ତାହାକୁ ସମ୍ଭ୍ରମ କରିବା।
Psalm 102:24 in Oriya 24 ମୁଁ କହିଲି, ହେ ମୋହର ପରମେଶ୍ୱର, ଆୟୁର ମଧ୍ୟଭାଗରେ ମୋତେ ନେଇ ନ ଯାଅ; ତୁମ୍ଭର ବର୍ଷ ପୁରୁଷାନୁକ୍ରମରେ ଥାଏ।
Proverbs 10:25 in Oriya 25 ଘୂର୍ଣ୍ଣିବାୟୁ ବହିଲେ ଦୁଷ୍ଟ ଆଉ ନ ଥାଏ, ମାତ୍ର ଧାର୍ମିକ ଅନନ୍ତକାଳସ୍ଥାୟୀ ମୂଳଦୁଆ ସ୍ୱରୂପ।
Proverbs 18:10 in Oriya 10 ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼ ଧାର୍ମିକ ଲୋକ ତହିଁକୁ ପଳାଇ ରକ୍ଷା ପାଏ।
Song of Solomon 2:6 in Oriya 6 ତାଙ୍କ ବାମ ହସ୍ତ ମୋ' ମସ୍ତକ ତଳେ ଅଛି, ପୁଣି ତାଙ୍କ ଦକ୍ଷିଣ ହସ୍ତ ମୋତେ ଆଲିଙ୍ଗନ କରେ।
Isaiah 9:6 in Oriya 6 କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।
Isaiah 25:4 in Oriya 4 କାରଣ ତୁମ୍ଭେ ଦରିଦ୍ରର ଦୃଢ଼ ଦୁର୍ଗ, ଦୀନହୀନର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ, ଭୟଙ୍କର ଲୋକମାନଙ୍କ ଶ୍ୱାସବାୟୁ ପ୍ରବଳ ବତାସ ତୁଲ୍ୟ ପ୍ରାଚୀରରେ ଲାଗିବା ବେଳେ ପ୍ରବଳ ବତାସ ନିବାରକ ଆଶ୍ରୟ, ତାପ ନିବାରକ ଛାୟା ହୋଇଅଛ।
Isaiah 26:4 in Oriya 4 ତୁମ୍ଭେମାନେ ସଦାକାଳ ସଦାପ୍ରଭୁଙ୍କଠାରେ ନିର୍ଭର ରଖ; କାରଣ ସଦାପ୍ରଭୁ ଯିହୋବାଃଙ୍କଠାରେ ଅନନ୍ତକାଳସ୍ଥାୟୀ ଶୈଳ ଅଛି।
Isaiah 32:2 in Oriya 2 ପୁଣି, ପ୍ରତ୍ୟେକେ ବତାସରୁ ଆଶ୍ରୟ ସ୍ଥାନ ଓ ଝଡ଼ରୁ ଆଶ୍ରୟ, ଶୁଷ୍କ ସ୍ଥାନରେ ଜଳସ୍ରୋତ, ଶ୍ରାନ୍ତିଜନକ ଭୂମିରେ ବୃହତ ଶୈଳର ଛାୟା ସ୍ୱରୂପ ହେବେ।
Isaiah 57:15 in Oriya 15 କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଉର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।
Jeremiah 10:10 in Oriya 10 ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି; ସେ ଜୀବିତ ପରମେଶ୍ୱର ଓ ଅନନ୍ତ କାଳସ୍ଥାୟୀ ରାଜା; ତାହାଙ୍କ କୋପରେ ପୃଥିବୀ କମ୍ପିତ ହୁଏ, ପୁଣି ସର୍ବଦେଶୀୟମାନେ ତାହାଙ୍କର କ୍ରୋଧ ସହି ପାରନ୍ତି ନାହିଁ।
Micah 5:2 in Oriya 2 ମାତ୍ର ହେ ବେଥଲିହିମ-ଉଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦି କାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।
Luke 13:34 in Oriya 34 ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।
John 10:28 in Oriya 28 ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋ' ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ।
Romans 8:2 in Oriya 2 କାରଣ ଜୀବନଦାୟକ ଆତ୍ମାଙ୍କ ମୋଶାଙ୍କ ବ୍ୟବସ୍ଥା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ମୋଶାଙ୍କ ବ୍ୟବସ୍ଥାରୁ ମୁକ୍ତ କରିଅଛି।
Romans 16:20 in Oriya 20 ଆଉ ଶାନ୍ତିଦାତା ଈଶ୍ୱର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ। ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।
Philippians 3:9 in Oriya 9 ପୁଣି, ମୋଶାଙ୍କ ବ୍ୟବସ୍ଥା ପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ୱରଦତ୍ତ ବିଶ୍ୱାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ,
1 Timothy 1:17 in Oriya 17 ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ୱର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍।
Hebrews 9:14 in Oriya 14 ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁନ୍ତ ବଳି ସ୍ୱରୂପେ ଇଶ୍ବରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଇଶ୍ବରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ !
1 Peter 1:5 in Oriya 5 ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଇଶ୍ବରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ।
Jude 1:24 in Oriya 24 ଯେ ତୁମ୍ଭମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରିବାକୁ ପୁଣି, ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,
Revelation 20:2 in Oriya 2 ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍ ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧି ପକାଇଲେ,
Revelation 20:10 in Oriya 10 ଯେଉଁ ଦିଆବଳ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ଡ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି, ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ।