Deuteronomy 4:30 in Oriya 30 ଯେତେବେଳେ ତୁମ୍ଭେ ସଙ୍କଟରେ ପଡ଼ିବ ଓ ଏହି ସମସ୍ତ ତୁମ୍ଭ ଉପରେ ଘଟିବ, ସେହି ଶେଷ କାଳରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପ୍ରତି ଫେରିବ ଓ ତାହାଙ୍କ ରବ ଶୁଣିବ।
Other Translations King James Version (KJV) When thou art in tribulation, and all these things are come upon thee, even in the latter days, if thou turn to the LORD thy God, and shalt be obedient unto his voice;
American Standard Version (ASV) When thou art in tribulation, and all these things are come upon thee, in the latter days thou shalt return to Jehovah thy God, and hearken unto his voice:
Bible in Basic English (BBE) When you are in trouble and all these things have come on you, if, in the future, you are turned again to the Lord your God, and give ear to his voice:
Darby English Bible (DBY) In thy tribulation, and when all these things shall come upon thee, at the end of days, thou shalt return to Jehovah thy God, and shalt hearken to his voice,
Webster's Bible (WBT) When thou art in tribulation, and all these things have come upon thee, even in the latter days, if thou shalt turn to the LORD thy God, and shalt be obedient to his voice;
World English Bible (WEB) When you are in oppression, and all these things are come on you, in the latter days you shall return to Yahweh your God, and listen to his voice:
Young's Literal Translation (YLT) in distress `being' to thee, and all these things have found thee, in the latter end of the days, and thou hast turned back unto Jehovah thy God, and hast hearkened to His voice;
Cross Reference Genesis 49:1 in Oriya 1 ଏଥିଉତ୍ତାରେ ଯାକୁବ ଆପଣା ପୁତ୍ରମାନଙ୍କୁ ଡାକି କହିଲେ, “ତୁମ୍ଭେମାନେ ଏକତ୍ର ହୁଅ; ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭମାନଙ୍କୁ କହୁଅଛି।
Exodus 18:8 in Oriya 8 ଏଥିଉତ୍ତାରେ ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ଫାରୋଙ୍କ ପ୍ରତି ଓ ମିସ୍ରୀୟମାନଙ୍କ ପ୍ରତି ଯାହା ଯାହା କରିଅଛନ୍ତି, ପଥରେ ସେମାନଙ୍କ ପ୍ରତି ଯେସବୁ କ୍ଳେଶ ଘଟିଅଛି ଓ ସଦାପ୍ରଭୁ ଯେପ୍ରକାରେ ସେମାନଙ୍କୁ ଉଦ୍ଧାର କରିଅଛନ୍ତି, ଏହିସବୁ ବୃତ୍ତାନ୍ତ ମୋଶା ଆପଣା ଶ୍ୱଶୁରଙ୍କୁ ଜଣାଇଲେ।
Numbers 24:20 in Oriya 20 ଏଉତ୍ତାରେ ସେ ଅମାଲେକ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ଅମାଲେକ ନାନା ଦେଶୀୟମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ଥିଲା; ମାତ୍ର ତାହାର ଶେଷାବସ୍ଥା ବିନାଶରେ ଉପସ୍ଥିତ ହେବ।”
Deuteronomy 30:10 in Oriya 10 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ମଙ୍ଗଳାର୍ଥେ ତୁମ୍ଭ ହସ୍ତକୃତ କର୍ମରେ, ତୁମ୍ଭକୁ ସନ୍ତାନ ଦେଇ, ତୁମ୍ଭ ପଶୁଫଳରେ ଓ ତୁମ୍ଭ ଭୂମିର ଫଳରେ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ ଯେହେତୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କଠାରେ ଯେପରି ଆନନ୍ଦ କରିଥିଲେ, ସେପରି ତୁମ୍ଭ ମଙ୍ଗଳାର୍ଥେ ସେ ପୁନର୍ବାର ତୁମ୍ଭଠାରେ ଆନନ୍ଦ କରିବେ।
Deuteronomy 31:17 in Oriya 17 ସେ ସମୟରେ ସେମାନଙ୍କ ପ୍ରତିକୂଳରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ, ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା, ତହିଁରେ ସେମାନେ ଗ୍ରାସିତ ହେବେ ଓ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ; ତହୁଁ ସେହି ସମୟରେ ସେମାନେ କହିବେ, “ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ମଧ୍ୟରେ ନ ଥିବାରୁ କି ଏହି ସବୁ ଅମଙ୍ଗଳ ଆମ୍ଭମାନଙ୍କୁ ଘଟୁ ନାହିଁ ?”
Deuteronomy 31:29 in Oriya 29 ଯେହେତୁ ମୋ' ମରଣ ଉତ୍ତାରେ ତୁମ୍ଭେମାନେ ନିତାନ୍ତ ଭ୍ରଷ୍ଟ ହୋଇ ମୋହର ଆଜ୍ଞା-ପଥରୁ ବିମୁଖ ହେବ, ଏହା ମୁଁ ଜାଣେ ତୁମ୍ଭେମାନେ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ୱାରା ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ସାକ୍ଷାତରେ ଦୁଷ୍କର୍ମ କରିବ, ତହିଁ ସକାଶୁ ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ।
1 Kings 8:46 in Oriya 46 ଯେବେ ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରନ୍ତି, କାରଣ ଯେ ପାପ ନ କରେ, ଏପରି କୌଣସି ମନୁଷ୍ୟ ନାହିଁ, ଆଉ ତୁମ୍ଭେ ସେମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ସେମାନଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲେ ଯେବେ ଶତ୍ରୁଗଣ ସେମାନଙ୍କୁ ବନ୍ଦୀ କରି ଦୂରସ୍ଥ ଅବା ନିକଟସ୍ଥ ଶତ୍ରୁଦେଶକୁ ନେଇ ଯା'ନ୍ତି;
2 Chronicles 6:36 in Oriya 36 ଯେବେ ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରନ୍ତି (କାରଣ ଏପରି କୌଣସି ମନୁଷ୍ୟ ନାହିଁ ଯେ ପାପ କରେ ନାହିଁ), ଆଉ ତୁମ୍ଭେ ସେମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ସେମାନଙ୍କୁ ଶତ୍ରୁର ହସ୍ତରେ ସମର୍ପଣ କଲେ, ଯେବେ ସେମାନେ ସେମାନଙ୍କୁ ବନ୍ଦୀ କରି ଦୂରସ୍ଥ କିମ୍ବା ନିକଟସ୍ଥ ଦେଶକୁ ନେଇଯା'ନ୍ତି;
Isaiah 1:19 in Oriya 19 ଯଦି ତୁମ୍ଭେମାନେ ସମ୍ମତ ଓ ଆଜ୍ଞାବହ ହେବ, ତେବେ ଦେଶର ଉତ୍ତମ ଫଳ ଭୋଗ କରିବ।
Jeremiah 7:23 in Oriya 23 ମାତ୍ର ଆମ୍ଭେ ଆଜ୍ଞା ଦେଇ ସେମାନଙ୍କୁ ଏହି କଥା କହିଲୁ, ‘ତୁମ୍ଭେମାନେ ଆମ୍ଭ ରବରେ ଅବଧାନ କର, ତହିଁରେ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯେ ଯେ ପଥରେ ଚାଲିବାକୁ ଆଜ୍ଞା କରୁ, ସେସବୁ ପଥରେ ତୁମ୍ଭେମାନେ ଚାଲ, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।'
Jeremiah 23:20 in Oriya 20 ଯେପର୍ଯ୍ୟନ୍ତ ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରନ୍ତି, ସେପର୍ଯ୍ୟନ୍ତ ତାହାଙ୍କ କ୍ରୋଧ ଫେରିବ ନାହିଁ; ତୁମ୍ଭେମାନେ ଶେଷ କାଳରେ ତାହା ସମ୍ପୂର୍ଣ୍ଣ ରୂପେ ବୁଝିବ।
Lamentations 3:40 in Oriya 40 ଆମ୍ଭେମାନେ ଆପଣା ଆପଣା ପଥ ଅନୁସନ୍ଧାନ ଓ ପରୀକ୍ଷା କରୁ, ପୁଣି ସଦାପ୍ରଭୁଙ୍କ ପ୍ରତି ଫେରୁ।
Daniel 9:11 in Oriya 11 ହଁ, ସମୁଦାୟ ଇସ୍ରାଏଲ ତୁମ୍ଭର ବ୍ୟବସ୍ଥା ଲଙ୍ଘନ କରିଅଛନ୍ତି, ତୁମ୍ଭର ରବରେ ଯେପରି ସେମାନେ ମନୋଯୋଗ ନ କରିବେ, ଏଥିପାଇଁ ସେମାନେ ବିପଥଗାମୀ ହୋଇଅଛନ୍ତି, ଏହି କାରଣରୁ ଅଭିଶାପ ଓ ପରମେଶ୍ୱରଙ୍କ ସେବକ ମୋଶାଙ୍କ ବ୍ୟବସ୍ଥାରେ ଲିଖିତ ଶପଥ ଆମ୍ଭମାନଙ୍କ ଉପରେ ଢଳା ଯାଇଅଛି; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ପାପ କରିଅଛୁ।
Daniel 10:14 in Oriya 14 ଏବେ, ଶେଷ କାଳରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭକୁ ବୁଝାଇ ଦେବା ପାଇଁ ଆମ୍ଭେ ଆସିଅଛୁ; କାରଣ ଦର୍ଶନ ଆହୁରି ଅନେକ କାଳ ପର୍ଯ୍ୟନ୍ତ ଅଛି।
Hosea 3:5 in Oriya 5 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ।”
Hosea 14:2 in Oriya 2 ତୁମ୍ଭେମାନେ ବାକ୍ୟ ସଙ୍ଗରେ ଘେନି ସଦାପ୍ରଭୁଙ୍କ ନିକଟକୁ ଫେରି ଆସ; ତାହାଙ୍କୁ କୁହ, ଅଧର୍ମସକଳ କ୍ଷମା କର ଓ ଯାହା ଉତ୍ତମ, ତାହା ଗ୍ରହଣ କର; ତହିଁରେ ଆମ୍ଭେମାନେ ଆପଣା ଆପଣା ଓଷ୍ଠାଧରର ଉପହାର ବୃଷ ରୂପରେ ଉତ୍ସର୍ଗ କରିବା।
Joel 2:12 in Oriya 12 ତଥାପି ସଦାପ୍ରଭୁ କହନ୍ତି, “ଏବେ ହେଁ ତୁମ୍ଭେମାନେ ଉପବାସ, ରୋଦନ ଓ ବିଳାପ କରି ଆପଣାମାନଙ୍କର ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସ।”
Zechariah 6:15 in Oriya 15 ଆଉ, ଯେଉଁମାନେ ଦୂରରେ ଅଛନ୍ତି, ସେମାନେ ଆସି ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ମୋତେ ତୁମ୍ଭମାନଙ୍କ ନିକଟକୁ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେମାନେ ଜାଣିବ ପୁଣି, ତୁମ୍ଭେମାନେ ଯଦି ଯତ୍ନପୂର୍ବକ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କରିବ, ତେବେ ଏହା ଘଟିବ।
Acts 3:19 in Oriya 19 ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇ ପାରେ, ଏଥିନିମନ୍ତେ ମନ ପରିବର୍ତ୍ତନ କରି ଫେରି ଆସନ୍ତୁ,
Acts 26:20 in Oriya 20 କିନ୍ତୁ ପ୍ରଥମେ ଦମ୍ମେସକର ଓ ଯିରୂଶାଲମର ଲୋକମାନଙ୍କ ନିକଟରେ, ପରେ ଯିହୂଦା ପ୍ରଦେଶର ସମସ୍ତ ଅଞ୍ଚଳରେ, ପୁଣି, ଅଣଯିହୂଦୀମାନଙ୍କ ନିକଟରେ ମଧ୍ୟ ପ୍ରଚାର କରିବାକୁ ଲାଗିଲି, ଯେପରି ସେମାନେ ମନ ପରିବର୍ତ୍ତନ କରି ଇଶ୍ବରଙ୍କ ପ୍ରତି ଫେରିଆସନ୍ତି ଓ ମନପରିବର୍ତ୍ତନର ଉପଯୁକ୍ତ କାର୍ଯ୍ୟ କରନ୍ତି।
Hebrews 1:2 in Oriya 2 ଏହି ଶେଷକାଳରେ ପୁତ୍ରଙ୍କ ଦ୍ୱାରା ଆମ୍ଭମାନଙ୍କୁ କଥା କହିଅଛନ୍ତି; ତାହାଙ୍କୁ ସେ ସମସ୍ତ ବିଷୟର ଅଧିକାରୀ କରି ନିଯୁକ୍ତ କଲେ ଓ ତାହାଙ୍କ ଦ୍ୱାରା ମଧ୍ୟ ସମସ୍ତ ବିଶ୍ୱ ସୃଷ୍ଟି କଲେ;
Hebrews 5:9 in Oriya 9 ପୁଣି, ସିଦ୍ଧ ହୋଇ ନିଜ ଆଜ୍ଞାକାରୀମାନଙ୍କ ପ୍ରତି ଅନନ୍ତ ପରିତ୍ରାଣର କାରଣ ସ୍ୱରୂପ ହେଲେ;