Deuteronomy 4:31 in Oriya 31 ଯେହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଦୟାଳୁ ପରମେଶ୍ୱର ଅଟନ୍ତି; ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ, କି ତୁମ୍ଭକୁ ବିନଷ୍ଟ କରିବେ ନାହିଁ, କିଅବା ଶପଥ ଦ୍ୱାରା ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ କରିଅଛନ୍ତି, ତାହା ପସୋରିବେ ନାହିଁ।
Other Translations King James Version (KJV) (For the LORD thy God is a merciful God;) he will not forsake thee, neither destroy thee, nor forget the covenant of thy fathers which he sware unto them.
American Standard Version (ASV) for Jehovah thy God is a merciful God; he will not fail thee, neither destroy thee, nor forget the covenant of thy fathers which he sware unto them.
Bible in Basic English (BBE) Because the Lord your God is a God of mercy, he will not take away his help from you or let destruction overtake you, or be false to the agreement which he made by an oath with your fathers.
Darby English Bible (DBY) -- for Jehovah thy God is a merciful ùGod, -- he will not forsake thee, neither destroy thee, nor forget the covenant of thy fathers which he swore unto them.
Webster's Bible (WBT) (For the LORD thy God is a merciful God;) he will not forsake thee, neither destroy thee, nor forget the covenant of thy fathers, which he swore to them.
World English Bible (WEB) for Yahweh your God is a merciful God; he will not fail you, neither destroy you, nor forget the covenant of your fathers which he swore to them.
Young's Literal Translation (YLT) for a merciful God `is' Jehovah thy God; He doth not fail thee, nor destroy thee, nor forget the covenant of thy fathers, which He hath sworn to them.
Cross Reference Exodus 34:6 in Oriya 6 ଆଉ ସଦାପ୍ରଭୁ ତାଙ୍କ ସମ୍ମୁଖ ଦେଇ ଗମନ କରି ଏହା ଘୋଷଣା କଲେ, “ସଦାପ୍ରଭୁ, ସଦାପ୍ରଭୁ ପରମେଶ୍ୱର ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ;
Leviticus 26:42 in Oriya 42 ତେବେ ଆମ୍ଭେ ଯାକୁବ ସହିତ ଆପଣା ନିୟମ ସ୍ମରଣ କରିବା ଓ ମଧ୍ୟ ଇସ୍ହାକ ସହିତ ଆପଣା ନିୟମ ଓ ମଧ୍ୟ ଅବ୍ରହାମ ସହିତ ଆପଣା ନିୟମ ସ୍ମରଣ କରିବା; ପୁଣି ଆମ୍ଭେ ଦେଶକୁ ସ୍ମରଣ କରିବା।
Leviticus 26:45 in Oriya 45 ମାତ୍ର ଆମ୍ଭେ ସେମାନଙ୍କ ଲାଗି ସେମାନଙ୍କ ପୂର୍ବପୁରୁଷମାନଙ୍କ ସହିତ କରିଥିବା ଆପଣା ନିୟମ ସ୍ମରଣ କରିବା, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ନିମନ୍ତେ ଅନ୍ୟ ଦେଶୀୟ ଲୋକମାନଙ୍କ ସାକ୍ଷାତରେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ଆମ୍ଭେ ସଦାପ୍ରଭୁ ଅଟୁ।”
Numbers 14:18 in Oriya 18 ସଦାପ୍ରଭୁ କ୍ରୋଧରେ ଧୀର, ଦୟାରେ ପରିପୂର୍ଣ୍ଣ, ଅପରାଧ ଓ ଆଜ୍ଞାଲଙ୍ଘନର କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା; ପୁଣି, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନଗଣ ଉପରେ ପିତୃଗଣଙ୍କର ଅପରାଧର ପ୍ରତିଫଳଦାତା।
Deuteronomy 31:6 in Oriya 6 ବଳବାନ୍ ଓ ସାହସିକ ହୁଅ, ଭୟ କର ନାହିଁ, କିଅବା ସେମାନଙ୍କ ସକାଶୁ ଭୟଯୁକ୍ତ ହୁଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଆପେ ତୁମ୍ଭ ସଙ୍ଗେ ଗମନ କରୁଅଛନ୍ତି, ସେ ତୁମ୍ଭ ପ୍ରତି ହତାଶ ହେବେ ନାହିଁ, କିଅବା ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ।
Deuteronomy 31:8 in Oriya 8 ପୁଣି, ସଦାପ୍ରଭୁ, ସେ ଆପେ ତୁମ୍ଭର ଅଗ୍ରଗାମୀ ହୋଇ ଗମନ କରୁଅଛନ୍ତି; ସେ ତୁମ୍ଭର ସଙ୍ଗୀ ହେବେ, ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କିଅବା ତୁମ୍ଭକୁ ତ୍ୟାଗ କରିବେ ନାହିଁ; ଭୟ କର ନାହିଁ, କି ହତାଶ ହୁଅ ନାହିଁ।
Joshua 1:5 in Oriya 5 ତୁମ୍ଭର ଯାବଜ୍ଜୀବନ ତୁମ୍ଭ ସମ୍ମୁଖରେ କେହି ଠିଆ ହୋଇ ପାରିବ ନାହିଁ; ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେପରି ଆମ୍ଭେ ତୁମ୍ଭ ସଙ୍ଗରେ ଥିବା; ଆମ୍ଭେ ତୁମ୍ଭ ପ୍ରତି ନିରସ୍ତ ହେବା ନାହିଁ, କି ତୁମ୍ଭକୁ ତ୍ୟାଗ କରିବା ନାହିଁ।
1 Chronicles 28:20 in Oriya 20 ଏଉତ୍ତାରେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ କହିଲେ, “ବଳବାନ୍ ଓ ସାହସିକ ହୁଅ ଓ ଏହି କର୍ମ କର; ଭୟ ନ କର, ଅବା ନିରାଶ ନ ହୁଅ; କାରଣ ଆମ୍ଭର ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ଅଛନ୍ତି; ସଦାପ୍ରଭୁଙ୍କ ଗୃହର ସେବାର୍ଥକ ସକଳ କର୍ମ ସମାପ୍ତ ନ ହେବା ପର୍ଯ୍ୟନ୍ତ ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କି ତୁମ୍ଭକୁ ତ୍ୟାଗ କରିବେ ନାହିଁ।
2 Chronicles 30:9 in Oriya 9 କାରଣ ତୁମ୍ଭେମାନେ ଯେବେ ପୁନର୍ବାର ସଦାପ୍ରଭୁଙ୍କ ପ୍ରତି ଫେରିବ, ତେବେ ତୁମ୍ଭମାନଙ୍କ ଭ୍ରାତୃଗଣ ଓ ସନ୍ତାନଗଣ ଯେଉଁମାନଙ୍କ ଦ୍ୱାରା ବନ୍ଦୀ ରୂପେ ନୀତ ହୋଇଅଛନ୍ତି, ସେମାନଙ୍କ ଦୃଷ୍ଟିରେ ଦୟାପ୍ରାପ୍ତ ହେବେ ଓ ପୁନର୍ବାର ଏହି ଦେଶକୁ ଆସିବେ; ଯେଣୁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର କୃପାମୟ ଓ ଦୟାଳୁ ଅଟନ୍ତି, ଯେବେ ତୁମ୍ଭେମାନେ ତାହାଙ୍କ ପ୍ରତି ଫେରିବ, ତେବେ ସେ ତୁମ୍ଭମାନଙ୍କଠାରୁ ଆପଣା ମୁଖ ଫେରାଇବେ ନାହିଁ।”
Nehemiah 1:5 in Oriya 5 “ହେ ସଦାପ୍ରଭୁ, ସ୍ୱର୍ଗସ୍ଥ ପରମେଶ୍ୱର, ମୁଁ ବିନୟ କରୁଅଛି, ତୁମ୍ଭେ ମହାନ୍ ଓ ଭୟଙ୍କର ପରମେଶ୍ୱର ଅଟ, ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ଓ ତୁମ୍ଭର ସବୁ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ;
Nehemiah 9:31 in Oriya 31 ତଥାପି ତୁମ୍ଭେ ଆପଣା ବହୁବିଧ ଦୟାରେ ସେମାନଙ୍କୁ ନିଃଶେଷ କଲ ନାହିଁ, ଅବା ସେମାନଙ୍କୁ ପରିତ୍ୟାଗ କଲ ନାହିଁ; କାରଣ ତୁମ୍ଭେ କୃପାମୟ ଓ ଦୟାଳୁ ପରମେଶ୍ୱର ଅଟ।
Psalm 86:5 in Oriya 5 ଯେହେତୁ ହେ ପ୍ରଭୁ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ, ପୁଣି, ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।
Psalm 86:15 in Oriya 15 ମାତ୍ର ହେ ପ୍ରଭୁ, ତୁମ୍ଭେ ସ୍ନେହଶୀଳ ଓ କୃପାବାନ ପରମେଶ୍ୱର, କ୍ରୋଧରେ ଧୀର, ପୁଣି, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।
Psalm 105:8 in Oriya 8 ସେ ଆପଣା ନିୟମ, ଅର୍ଥାତ୍, ଯେଉଁ ବାକ୍ୟ ସେ ସହସ୍ର ପୁରୁଷପରମ୍ପରା ପ୍ରତି ଆଦେଶ କରିଥିଲେ,
Psalm 111:5 in Oriya 5 ସେ ଆପଣା ଭୟକାରୀମାନଙ୍କୁ ଆହାର ଦେଇଅଛନ୍ତି; ସେ ସଦାକାଳ ଆପଣା ନିୟମ ସ୍ମରଣ କରିବେ।
Psalm 111:9 in Oriya 9 ସେ ଆପଣା ଲୋକମାନଙ୍କ ନିକଟକୁ ମୁକ୍ତି ପଠାଇ ଅଛନ୍ତି; ସେ ଅନନ୍ତକାଳ ନିମନ୍ତେ ଆପଣା ନିୟମ ଆଜ୍ଞା କରିଅଛନ୍ତି; ତାହାଙ୍କ ନାମ ପବିତ୍ର ଓ ଆଦରଣୀୟ।
Psalm 116:5 in Oriya 5 ସଦାପ୍ରଭୁ କୃପାବାନ ଓ ଧର୍ମମୟ; ହଁ, ଆମ୍ଭମାନଙ୍କ ପରମେଶ୍ୱର ସ୍ନେହଶୀଳ ଅଟନ୍ତି।
Psalm 145:8 in Oriya 8 ସଦାପ୍ରଭୁ କୃପାବାନ ଓ ସ୍ନେହଶୀଳ; କ୍ରୋଧରେ ଧୀର ଓ ଦୟାରେ ମହାନ।
Jeremiah 14:21 in Oriya 21 ତୁମ୍ଭେ ଆପଣା ନାମ ସକାଶୁ ଆମ୍ଭମାନଙ୍କୁ ଘୃଣା କର ନାହିଁ; ଆପଣା ଗୌରବ ସିଂହାସନର ଅପମାନ କର ନାହିଁ; ସ୍ମରଣ କର, ଆମ୍ଭମାନଙ୍କ ସହିତ ତୁମ୍ଭର କୃତ ନିୟମ ଭଗ୍ନ କର ନାହିଁ।
Jonah 4:2 in Oriya 2 ଆଉ, ସେ ସଦାପ୍ରଭୁଙ୍କର ନିକଟରେ ପ୍ରାର୍ଥନା କରି କହିଲେ, “ହେ ସଦାପ୍ରଭୁ, ବିନତି କରେ, ମୁଁ ସ୍ୱଦେଶରେ ଥିବା ବେଳେ କି ଏହି କଥା କହି ନ ଥିଲି ? ଏଥିପାଇଁ ଶୀଘ୍ର କରି ତର୍ଶୀଶକୁ ପଳାଇଲି; କାରଣ ତୁମ୍ଭେ ଯେ କୃପାମୟ, ସ୍ନେହଶୀଳ, କ୍ରୋଧରେ ଧୀର, ଦୟାରେ ମହାନ ଓ ଅମଙ୍ଗଳର ବିଷୟରେ ଅନିଚ୍ଛୁକ ପରମେଶ୍ୱର ଅଟ, ଏହା ମୁଁ ଜାଣିଲି।
Micah 7:18 in Oriya 18 ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞାଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।
Luke 1:72 in Oriya 72 ଯେପରି ସେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ପ୍ରତି ଦୟା ବ୍ୟବହାର କରନ୍ତି,