Deuteronomy 4:37 in Oriya 37 ସେ ତୁମ୍ଭର ପୂର୍ବପୁରୁଷମାନଙ୍କୁ ସ୍ନେହ କରିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ହିଁ ମନୋନୀତ କଲେ,
Other Translations King James Version (KJV) And because he loved thy fathers, therefore he chose their seed after them, and brought thee out in his sight with his mighty power out of Egypt;
American Standard Version (ASV) And because he loved thy fathers, therefore he chose their seed after them, and brought thee out with his presence, with his great power, out of Egypt;
Bible in Basic English (BBE) And because of his love for your fathers, he took their seed and made it his, and he himself, present among you, took you out of Egypt by his great power;
Darby English Bible (DBY) And because he loved thy fathers, and chose their seed after them, he brought thee out with his countenance, with his great power, out of Egypt,
Webster's Bible (WBT) And because he loved thy fathers, therefore he chose their seed after them, and brought thee out of Egypt in his sight with his mighty power.
World English Bible (WEB) Because he loved your fathers, therefore he chose their seed after them, and brought you out with his presence, with his great power, out of Egypt;
Young's Literal Translation (YLT) `And because that He hath loved thy fathers, He doth also fix on their seed after them, and doth bring thee out, in His presence, by His great power, from Egypt:
Cross Reference Exodus 13:3 in Oriya 3 ଏଥିଉତ୍ତାରେ ମୋଶା ଲୋକମାନଙ୍କୁ କହିଲେ, “ଏହି ଦିନ ସ୍ମରଣରେ ରଖ, ଯେହେତୁ ଏହି ଦିନରେ ତୁମ୍ଭେମାନେ ଦାସଗୃହ ସ୍ୱରୂପ ମିସରରୁ ବାହାର ହେଲ, ଆଉ ସଦାପ୍ରଭୁ ବାହୁ ବଳ ଦ୍ୱାରା ସେଠାରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ; ଏଥିରେ ତାଡ଼ି ମିଶ୍ରିତ ରୁଟି ଭୋଜନ କରାଯିବ ନାହିଁ।
Exodus 13:9 in Oriya 9 ପୁଣି, ସଦାପ୍ରଭୁଙ୍କ ବ୍ୟବସ୍ଥା ଯେପରି ତୁମ୍ଭ ମୁଖରେ ରହିବ, ଏଥିପାଇଁ ଏହା ଚିହ୍ନ ସ୍ୱରୂପେ ତୁମ୍ଭ ହସ୍ତରେ ଓ ସ୍ମରଣର ଉପାୟ ସ୍ୱରୂପ ତୁମ୍ଭ ଚକ୍ଷୁ ଦ୍ୱୟର ମଧ୍ୟସ୍ଥାନରେ ରହିବ; ଯେହେତୁ ସଦାପ୍ରଭୁ ପରାକ୍ରାନ୍ତ ହସ୍ତ ଦ୍ୱାରା ମିସରଠାରୁ ତୁମ୍ଭଙ୍କୁ ବାହାର କରି ଆଣିଅଛନ୍ତି।
Exodus 13:14 in Oriya 14 ଆଉ ଭବିଷ୍ୟତ କାଳରେ ତୁମ୍ଭର ପୁତ୍ର ଯଦି ପଚାରିବ, ଏହା କଅଣ ? ତେବେ ତୁମ୍ଭେ କହିବ, ସଦାପ୍ରଭୁ ଯେତେବେଳେ ଆମ୍ଭମାନଙ୍କୁ ଆପଣା ବାହୁ ବଳ ଦ୍ୱାରା ଦାସଗୃହ ସ୍ୱରୂପ ମିସରଠାରୁ ବାହାର କଲେ,
Exodus 33:14 in Oriya 14 ସେତେବେଳେ ସେ କହିଲେ, “ମୋହର ଉପସ୍ଥିତି ତୁମ୍ଭ ସହିତ ଗମନ କରିବ, ପୁଣି, ଆମ୍ଭେ ତୁମ୍ଭକୁ ବିଶ୍ରାମ ଦେବା।”
Deuteronomy 4:34 in Oriya 34 କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟ କର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।
Deuteronomy 7:7 in Oriya 7 ତୁମ୍ଭେମାନେ ଅନ୍ୟ ଲୋକଙ୍କ ଅପେକ୍ଷା ଅଧିକ ସଂଖ୍ୟକ ଥିଲ ବୋଲି ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ସ୍ନେହ ରଖିଲେ ନାହିଁ କି ତୁମ୍ଭମାନଙ୍କୁ ମନୋନୀତ କଲେ ନାହିଁ, କାରଣ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଅଳ୍ପସଂଖ୍ୟକ ଥିଲ।
Deuteronomy 9:5 in Oriya 5 ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ସକାଶୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ ମାତ୍ର ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ, ଆଉ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ, ଇସ୍ହାକଙ୍କୁ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।
Deuteronomy 10:15 in Oriya 15 କେବଳ ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ସ୍ନେହ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆଜି ଦିନ ପରି ସେ ସର୍ବଗୋଷ୍ଠୀୟ ଲୋକମାନଙ୍କଠାରୁ ମନୋନୀତ କଲେ।
2 Chronicles 16:9 in Oriya 9 କାରଣ ସଦାପ୍ରଭୁଙ୍କ ପ୍ରତି ଯେଉଁମାନଙ୍କର ଅନ୍ତଃକରଣ ସିଦ୍ଧ ଥାଏ, ସେମାନଙ୍କ ସପକ୍ଷରେ ଆପଣାକୁ ବଳବାନ ଦେଖାଇବା ପାଇଁ ତାହାଙ୍କର ଚକ୍ଷୁ ପୃଥିବୀର ସର୍ବତ୍ର ଏଣେତେଣେ ଦୌଡ଼ଇ। ଏ ବିଷୟରେ ତୁମ୍ଭେ ଅଜ୍ଞାନର କାର୍ଯ୍ୟ କରିଅଛ; ଏଣୁ ଏହି ସମୟଠାରୁ ତୁମ୍ଭ ପ୍ରତି ଯୁଦ୍ଧ ଘଟିବ।”
Psalm 32:8 in Oriya 8 ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି; ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି।
Psalm 34:15 in Oriya 15 ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି।
Psalm 105:6 in Oriya 6 ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର।
Psalm 114:1 in Oriya 1 ଯେତେବେଳେ ଇସ୍ରାଏଲ ମିସରରୁ ଓ ଯାକୁବ-ବଂଶ ଅନ୍ୟ ଭାଷାବାଦୀ ଲୋକଙ୍କ ମଧ୍ୟରୁ ବାହାରିଲେ;
Psalm 136:10 in Oriya 10 ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ୱାରା) ମିସରକୁ ଆଘାତ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Isaiah 41:8 in Oriya 8 ମାତ୍ର ହେ ଆମ୍ଭର ଦାସ ଇସ୍ରାଏଲ, ଆମ୍ଭର ମନୋନୀତ ଯାକୁବ, ଆମ୍ଭର ବନ୍ଧୁ ଅବ୍ରହାମର ବଂଶ;
Isaiah 51:9 in Oriya 9 ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର, ଯେପରି ପୂର୍ବ କାଳରେ, ପ୍ରାଚୀନ କାଳର ବଂଶାନୁକ୍ରମେ ସମୟରେ, ସେହିପରି ଜାଗ। ଯେ ରାହବକୁ ଖଣ୍ଡ ଖଣ୍ଡ କରି କାଟିଲେ, ଯେ ନାଗକୁ ବିଦ୍ଧ କଲେ, ସେ କି ତୁମ୍ଭେ ନୁହଁ ?
Isaiah 63:9 in Oriya 9 ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ।
Isaiah 63:11 in Oriya 11 ସେତେବେଳେ ସେ ପୁରାତନ କାଳ, ମୋଶା ଓ ଆପଣା ଲୋକମାନଙ୍କୁ ସ୍ମରଣ କରି କହିଲେ, “ଯେ ଆପଣା ପଲର ରକ୍ଷକମାନଙ୍କ ସହିତ ସେମାନଙ୍କୁ ସମୁଦ୍ର ପାର କରାଇ ଆଣିଲେ, ସେ କାହାନ୍ତି ? ଯେ ସେମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ରଖିଲେ,
Jeremiah 31:1 in Oriya 1 ସଦାପ୍ରଭୁ କହନ୍ତି, “ସେହି ସମୟରେ ଆମ୍ଭେ ଇସ୍ରାଏଲର ସମୁଦାୟ ଗୋଷ୍ଠୀର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।”
Malachi 1:2 in Oriya 2 ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କୁ ପ୍ରେମ କରିଅଛୁ।” ତଥାପି ତୁମ୍ଭେମାନେ କହୁଅଛ, “ତୁମ୍ଭେ କାହିଁରେ ଆମ୍ଭମାନଙ୍କୁ ପ୍ରେମ କରିଅଛ ?” ସଦାପ୍ରଭୁ କହନ୍ତି, “ଏଷୌ କି ଯାକୁବର ଭାଇ ନ ଥିଲା ?” “ତଥାପି ଆମ୍ଭେ ଯାକୁବକୁ ପ୍ରେମ କଲୁ।
Luke 1:72 in Oriya 72 ଯେପରି ସେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ପ୍ରତି ଦୟା ବ୍ୟବହାର କରନ୍ତି,
Romans 9:5 in Oriya 5 ପିତୃପୁରୁଷମାନେ ସେମାନଙ୍କର, ଆଉ ଶାରୀରିକଭାବେ ସେମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଉତ୍ପନ୍ନ; ସେହି ସର୍ବାଧିପତି ଈଶ୍ୱର ଯୁଗେ ଯୁଗେ ଧନ୍ୟ, ଆମେନ୍।