Deuteronomy 7:2 in Oriya 2 ପୁଣି ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ ଓ ତୁମ୍ଭେ ସେମାନଙ୍କୁ ପରାସ୍ତ କରିବ; ସେତେବେଳେ ତୁମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବ; ତୁମ୍ଭେ ସେମାନଙ୍କ ସହିତ କୌଣସି ନିୟମ କରିବ ନାହିଁ, କିଅବା ସେମାନଙ୍କ ପ୍ରତି ଦୟା ପ୍ରକାଶ କରିବ ନାହିଁ।
Other Translations King James Version (KJV) And when the LORD thy God shall deliver them before thee; thou shalt smite them, and utterly destroy them; thou shalt make no covenant with them, nor show mercy unto them:
American Standard Version (ASV) and when Jehovah thy God shall deliver them up before thee, and thou shalt smite them; then thou shalt utterly destroy them: thou shalt make no covenant with them, nor show mercy unto them;
Bible in Basic English (BBE) And when the Lord has given them up into your hands and you have overcome them, give them up to complete destruction: make no agreement with them, and have no mercy on them:
Darby English Bible (DBY) and when Jehovah thy God shall give them up before thee and thou shalt smite them, then shalt thou utterly destroy them: thou shalt make no covenant with them, nor shew mercy unto them.
Webster's Bible (WBT) And when the LORD thy God shall deliver them before thee, thou shalt smite them and utterly destroy them, thou shalt make no covenant with them, nor show mercy to them:
World English Bible (WEB) and when Yahweh your God shall deliver them up before you, and you shall strike them; then you shall utterly destroy them: you shall make no covenant with them, nor show mercy to them;
Young's Literal Translation (YLT) and Jehovah thy God hath given them before thee, and thou hast smitten them -- thou dost utterly devote them -- thou dost not make with them a covenant, nor dost thou favour them.
Cross Reference Genesis 14:20 in Oriya 20 ସର୍ବୋପରିସ୍ଥ ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲେ।” ସେତେବେଳେ (ଅବ୍ରାମ) ସବୁ ଦ୍ରବ୍ୟର ଦଶମାଂଶ ତାଙ୍କୁ ଦେଲେ।
Exodus 22:20 in Oriya 20 ଯେଉଁ ଲୋକ କେବଳ ସଦାପ୍ରଭୁଙ୍କ ବିନା କୌଣସି ଦେବତା ନିକଟରେ ବଳିଦାନ କରେ, ସେ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହେବ।
Exodus 23:32 in Oriya 32 ତୁମ୍ଭେ ସେମାନଙ୍କ ସହିତ କିମ୍ବା ସେମାନଙ୍କ ଦେବଗଣ ସହିତ କୌଣସି ନିୟମ ସ୍ଥିର କରିବ ନାହିଁ।
Exodus 34:12 in Oriya 12 ତୁମ୍ଭେ ଆପଣା ବିଷୟରେ ସାବଧାନ ହୁଅ, ଯେଉଁ ଦେଶକୁ ତୁମ୍ଭେ ଯାଉଅଛ, ସେହି ଦେଶର ନିବାସୀମାନଙ୍କ ସହିତ ନିୟମ କର ନାହିଁ; କାଳେ ତାହା ତୁମ୍ଭମାନଙ୍କ ମଧ୍ୟରେ ଗୋଟିଏ ଫାନ୍ଦ ସ୍ୱରୂପ ହେବ।
Leviticus 27:28 in Oriya 28 ଆଉ କୌଣସି ମନୁଷ୍ୟ ଆପଣା ସର୍ବସ୍ୱରୁ, ଅର୍ଥାତ୍, ମନୁଷ୍ୟ କି ପଶୁ କି ଅଧିକୃତ କ୍ଷେତ୍ରରୁ ଯାହା କିଛି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ଏପରି କୌଣସି ଉତ୍ସର୍ଗିତ ବସ୍ତୁ ବିକ୍ରୀତ ବା ମୁକ୍ତ ହେବ ନାହିଁ; ପ୍ରତ୍ୟେକ ଉତ୍ସର୍ଗିତ ବସ୍ତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ।
Numbers 33:52 in Oriya 52 ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶନିବାସୀ ସମସ୍ତଙ୍କୁ ତଡ଼ି ବାହାର କରି ଦେବ ଓ ସେମାନଙ୍କର ସମସ୍ତ ମୂର୍ତ୍ତିବିଶିଷ୍ଟ ପାଷାଣ ଭାଙ୍ଗି ପକାଇବ ଓ ସେମାନଙ୍କର ଛାଞ୍ଚ-ଢଳା ପ୍ରତିମାସବୁ ବିନଷ୍ଟ କରିବ ଓ ସେମାନଙ୍କର ଉଚ୍ଚସ୍ଥଳୀସବୁ ଉଚ୍ଛିନ୍ନ କରିବ।
Deuteronomy 3:3 in Oriya 3 ଏହିରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ମଧ୍ୟ ବାଶନ-ରାଜା ଓଗ୍କୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଏପରି ପରାଜୟ କଲୁ ଯେ, ତାହାର କେହି ଅବଶିଷ୍ଟ ରହିଲା ନାହିଁ।
Deuteronomy 7:23 in Oriya 23 ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଆଗରେ ସେମାନଙ୍କୁ ସମର୍ପଣ କରିବେ ଓ ସେମାନେ ବିନଷ୍ଟ ନ ହେବା ପର୍ଯ୍ୟନ୍ତ ସେମାନଙ୍କୁ ମହାବ୍ୟାକୁଳତାରେ ବ୍ୟାକୁଳ କରିବେ।
Deuteronomy 13:8 in Oriya 8 ତେବେ ତୁମ୍ଭେ ସେହି ଲୋକର କଥାରେ ସମ୍ମତ ହେବ ନାହିଁ, କି ତାହାର କଥା ଶୁଣିବ ନାହିଁ; କିଅବା ତାହା ପ୍ରତି ଚକ୍ଷୁ ଲଜ୍ଜା କରିବ ନାହିଁ, ଅବା ତାହାକୁ ଦୟା କରିବ ନାହିଁ, କି ତାହାକୁ ଲୁଚାଇ ରଖିବ ନାହିଁ।
Deuteronomy 20:10 in Oriya 10 ଯେତେବେଳେ ତୁମ୍ଭେ ଯୁଦ୍ଧ କରିବା ପାଇଁ କୌଣସି ନଗରର ନିକଟବର୍ତ୍ତୀ ହେବ, ସେତେବେଳେ ତହିଁ ପ୍ରତି ସନ୍ଧିର କଥା ଘୋଷଣା କରିବ।
Deuteronomy 20:16 in Oriya 16 ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଲୋକମାନଙ୍କର ଯେଉଁ ଯେଉଁ ନଗର ତୁମ୍ଭର ଅଧିକାର ପାଇଁ ଦିଅନ୍ତି, ତୁମ୍ଭେ ତହିଁ ମଧ୍ୟରେ ନିଃଶ୍ୱାସଧାରୀ କାହାରିକୁ ଜୀବିତ ରଖିବ ନାହିଁ।
Deuteronomy 23:14 in Oriya 14 କାରଣ ତୁମ୍ଭକୁ ରକ୍ଷା କରିବା ପାଇଁ ଓ ତୁମ୍ଭ ସମ୍ମୁଖରେ ତୁମ୍ଭ ଶତ୍ରୁମାନଙ୍କୁ ସମର୍ପଣ କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଛାଉଣି ମଧ୍ୟରେ ଗମନାଗମନ କରନ୍ତି, ଏନିମନ୍ତେ ସେ ଯେପରି ତୁମ୍ଭ ମଧ୍ୟରେ ଲଜ୍ଜାକର ବିଷୟ ନ ଦେଖନ୍ତି ଓ ତୁମ୍ଭ ନିକଟରୁ ବିମୁଖ ନ ହୁଅନ୍ତି, ଏଥିପାଇଁ ତୁମ୍ଭ ଛାଉଣି ପବିତ୍ର ହେବ।
Joshua 2:14 in Oriya 14 ଏଥିରେ ସେମାନେ ତାହାକୁ କହିଲେ, ତୁମ୍ଭେମାନେ ଯେବେ ଆମ୍ଭମାନଙ୍କର ଏହି କଥା ପ୍ରକାଶ ନ କରିବ, ତେବେ ତୁମ୍ଭମାନଙ୍କ ପ୍ରାଣ ବଦଳେ ଆମ୍ଭମାନଙ୍କ ପ୍ରାଣ ଯିବ; ଯେତେବେଳେ ସଦାପ୍ରଭୁ ଆମ୍ଭମାନଙ୍କୁ ଏହି ଦେଶ ଦେବେ, ସେତେବେଳେ ଆମ୍ଭେମାନେ ତୁମ୍ଭ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରିବା।
Joshua 6:17 in Oriya 17 ମାତ୍ର ନଗର ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବର୍ଜିତ ହେବ; କେବଳ ରାହାବ ବେଶ୍ୟା, ସେ ଓ ଗୃହରେ ତାହା ସଙ୍ଗେ ଥିବା ସମସ୍ତ ଲୋକ ଜୀବିତ ରହିବେ, କାରଣ ସେ ଆମ୍ଭମାନଙ୍କ ପ୍ରେରିତ ଗୁପ୍ତଚରଙ୍କୁ ଲୁଚାଇ ରଖିଥିଲା।
Joshua 8:24 in Oriya 24 ଏହିରୂପେ ଯେଉଁ ପ୍ରାନ୍ତରରେ ଅୟ ନିବାସୀ ଲୋକମାନେ ସେମାନଙ୍କ ପଛେ ପଛେ ଗୋଡ଼ାଉଥିଲେ, ସେହି କ୍ଷେତ୍ରରେ ଇସ୍ରାଏଲ ସେମାନଙ୍କୁ ନିଃଶେଷିତ ହେବା ପ୍ରଯ୍ୟନ୍ତ ବଧ କରି ସାରିଲା ଉତ୍ତାରେ ସେମାନେ ମୃତ୍ୟୁବରଣ କଲେ, ତହିଁ ଉତ୍ତାରେ ସମଗ୍ର ଇସ୍ରାଏଲ ଫେରି ଆସି ଅୟରେ ଥିବା ପ୍ରତ୍ୟେକ ଜଣଙ୍କୁ ସଂହାର କଲେ।
Joshua 9:18 in Oriya 18 ମାତ୍ର ମଣ୍ଡଳୀର ଅଧିପତିଗଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ସେମାନଙ୍କ ସହିତ ଶପଥ କରିଥିବାରୁ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ ଆଘାତ କଲେ ନାହିଁ, ଏହେତୁ ସମସ୍ତ ମଣ୍ଡଳୀ ଅଧିପତିମାନଙ୍କ ବିରୁଦ୍ଧରେ ବଚସା କରିବାକୁ ଲାଗିଲେ।
Joshua 9:24 in Oriya 24 ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର କରି କହିଲେ, ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବକ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତାହା ନିଶ୍ଚିତ ରୂପେ ତୁମ୍ଭ ଦାସମାନଙ୍କୁ କୁହାଯାଇଅଛି; ଏହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ଭୀତ ହୋଇ ଏହି କାର୍ଯ୍ୟ କରିଅଛୁ।
Joshua 10:24 in Oriya 24 ଏହିରୂପେ ସେମାନେ ସେହି ରାଜାମାନଙ୍କୁ ଯିହୋଶୂୟଙ୍କ ନିକଟକୁ ଆଣିଲା ଉତ୍ତାରେ ଯିହୋଶୂୟ ଇସ୍ରାଏଲର ସମସ୍ତ ପୁରୁଷଙ୍କୁ ଡାକି ତାଙ୍କ ସଙ୍ଗେ ଯାଇଥିବା ସେନାପତିମାନଙ୍କୁ କହିଲେ, ନିକଟକୁ ଆସି ଏହି ରାଜାମାନଙ୍କ ବେକରେ ପାଦ ଦିଅ। ତହିଁରେ ସେମାନେ ନିକଟକୁ ଆସି ସେମାନଙ୍କ ବେକରେ ପାଦ ଦେଲେ।
Joshua 10:28 in Oriya 28 ଏଥିଉତ୍ତାରେ ଯିହୋଶୂୟ ସେହି ଦିନ ମକ୍କେଦା ହସ୍ତଗତ କରି ଖଡ଼୍ଗଧାରରେ ନଗରକୁ ଓ ତହିଁର ରାଜାକୁ ଆଘାତ କଲେ; ସେ ସେମାନଙ୍କୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ; କାହାକୁ ଅବଶିଷ୍ଟ ରଖିଲେ ନାହିଁ; ପୁଣି ସେ ଯେପରି ଯିରୀହୋ ରାଜା ପ୍ରତି କରିଥିଲେ, ସେପରି ମକ୍କେଦା ରାଜା ପ୍ରତି କଲେ।
Joshua 10:30 in Oriya 30 ତହିଁରେ ସଦାପ୍ରଭୁ ତାହାକୁ, ମଧ୍ୟ ତହିଁର ରାଜାକୁ ଇସ୍ରାଏଲ ହସ୍ତରେ ସମର୍ପଣ କଲେ; ତେଣୁ ସେ ତାହା ଓ ତନ୍ମଧ୍ୟସ୍ଥ ସମସ୍ତ ପ୍ରାଣୀକୁ ଖଡ଼୍ଗଧାରରେ ଆଘାତ କଲେ, ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ସେ ଯେପରି ଯିରୀହୋ ରାଜା ପ୍ରତି କରିଥିଲେ, ସେପରି ତହିଁର ରାଜା ପ୍ରତି କଲେ।
Joshua 10:32 in Oriya 32 ତହିଁରେ ସଦାପ୍ରଭୁ ଲାଖୀଶ୍କୁ ଇସ୍ରାଏଲର ହସ୍ତଗତ କରନ୍ତେ, ସେମାନେ ଦ୍ୱିତୀୟ ଦିନ ଲାଖୀଶ୍ ଆକ୍ରମଣ କରି ଯେପରି ଲିବ୍ନା ପ୍ରତି କରିଥିଲେ, ସେହିପରି ତାହାକୁ ଓ ତନ୍ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ଖଡ଼୍ଗଧାରରେ ଆଘାତ କଲେ।
Joshua 10:40 in Oriya 40 ଏହିରୂପେ ଯିହୋଶୂୟ ପର୍ବତମୟ ଦେଶ ଓ ଦକ୍ଷିଣ ପ୍ରଦେଶ ଓ ତଳଭୂମି ଓ ଅଧିତ୍ୟକାଦି ସମସ୍ତ ଦେଶ ଓ ତହିଁର ସମସ୍ତ ରାଜାଙ୍କୁ ପରାସ୍ତ କରି ବଧ କଲେ; ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ମାତ୍ର ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ନିଃଶ୍ୱାସ-ପ୍ରଶ୍ୱାସଧାରୀ ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।
Joshua 10:42 in Oriya 42 ପୁଣି ଯିହୋଶୂୟ ଏହି ସମସ୍ତ ଦେଶ ଓ ରାଜାଗଣକୁ ଏକାବେଳେ ହସ୍ତଗତ କଲେ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।
Joshua 11:11 in Oriya 11 ଆଉ ଲୋକମାନେ ତହିଁର ନିବାସୀ ସମସ୍ତ ପ୍ରାଣୀଙ୍କୁ ଖଡ଼୍ଗଧାରରେ ଆଘାତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କଲେ; ନିଃଶ୍ୱାସପ୍ରଶ୍ୱାସଧାରୀ କେହି ଅବଶିଷ୍ଟ ରହିଲା ନାହିଁ ଓ ସେ ହାତ୍ସୋରକୁ ଅଗ୍ନିରେ ଦଗ୍ଧ କଲେ।
Joshua 21:44 in Oriya 44 ଆଉ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ କୃତ ଆପଣା ସମସ୍ତ ଶପଥ ଅନୁସାରେ ଚାରିଆଡ଼େ ସେମାନଙ୍କୁ ବିଶ୍ରାମ ଦେଲେ; ପୁଣି ସେମାନଙ୍କ ଶତ୍ରୁମାନଙ୍କ ମଧ୍ୟରୁ କେହି ସେମାନଙ୍କ ସମ୍ମୁଖରେ ଠିଆ ହୋଇ ପାରିଲା ନାହିଁ; ସଦାପ୍ରଭୁ ସେମାନଙ୍କ ସମସ୍ତ ଶତ୍ରୁଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ।
Judges 1:4 in Oriya 4 ଏଥି ଉତ୍ତାରେ ଯିହୁଦା ଯାତ୍ରା କଲା; ପୁଣି ସଦାପ୍ରଭୁ ସେମାନଙ୍କ ହସ୍ତରେ କିଣାନୀୟ ଓ ପିରିଷୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ବେଷକରେ ସେମାନଙ୍କର ଦଶ ହଜାର ଲୋକଙ୍କୁ ବଧ କଲେ।
Judges 1:24 in Oriya 24 ତହିଁରେ ସେହି ନିରୀକ୍ଷକମାନେ ସେ ନଗରରୁ ଜଣକୁ ବାହାରେ ଆସିବାର ଦେଖି କହିଲେ, ବିନୟ କରୁଅଛୁ, ସେହି ନଗରରେ ପ୍ରବେଶ କରିବା ପଥ ଆମ୍ଭମାନଙ୍କୁ ଦେଖାଅ; ତାହା କଲେ ଆମ୍ଭେମାନେ ତୁମ୍ଭ ପ୍ରତି ଦୟା ବ୍ୟବହାର କରିବା।
Judges 2:2 in Oriya 2 ଆଉ ତୁମ୍ଭେମାନେ ଏହି ଦେଶ-ନିବାସୀମାନଙ୍କ ସହିତ କୌଣସି ନିୟମ ସ୍ଥିର କରିବ ନାହିଁ; ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦି ସକଳ ଭାଙ୍ଗି ପକାଇବ; ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ, କାହିଁକି ତୁମ୍ଭେମାନେ ଏହି କର୍ମ କରିଅଛ ?
2 Samuel 21:2 in Oriya 2 ତହୁଁ ରାଜା ଗିବୀୟୋନୀୟ ଲୋକମାନଙ୍କୁ ଡକାଇ ସେମାନଙ୍କୁ କହିଲେ। (ଏହି ଗିବୀୟୋନୀୟ ଲୋକମାନେ ଇସ୍ରାଏଲ-ସନ୍ତାନ ନ ଥିଲେ, ମାତ୍ର ଇମୋରୀୟମାନଙ୍କର ଅବଶିଷ୍ଟାଂଶ ମଧ୍ୟରେ ଥିଲେ; ପୁଣି ଇସ୍ରାଏଲ-ସନ୍ତାନମାନେ ସେମାନଙ୍କୁ ବଧ ନ କରିବା ପାଇଁ ଶପଥ କରିଥିଲେ; ତଥାପି ଶାଉଲ ଇସ୍ରାଏଲ ଓ ଯିହୁଦା-ସନ୍ତାନଗଣ ପକ୍ଷରେ ଉଦ୍ଯୋଗୀ ହୋଇ ସେମାନଙ୍କୁ ବଧ କରିବାକୁ ଚେଷ୍ଟା କରିଥିଲେ।)