Deuteronomy 8:2 in Oriya 2 ପୁଣି ତୁମ୍ଭେ ତାହାଙ୍କ ଆଜ୍ଞା ପାଳନ କରିବ କି ନାହିଁ, ଏ ବିଷୟରେ ତୁମ୍ଭର ପରୀକ୍ଷା ନେବା ପାଇଁ, ତୁମ୍ଭର ମାନସ ଜାଣିବା ପାଇଁ ଓ ତୁମ୍ଭକୁ ନମ୍ର କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଚାଳିଶ ବର୍ଷ ପ୍ରାନ୍ତର ମଧ୍ୟରେ ତୁମ୍ଭକୁ ଯେଉଁ ସକଳ ପଥରେ ଗମନ କରାଇଅଛନ୍ତି, ତାହା ସ୍ମରଣ କର।
Other Translations King James Version (KJV) And thou shalt remember all the way which the LORD thy God led thee these forty years in the wilderness, to humble thee, and to prove thee, to know what was in thine heart, whether thou wouldest keep his commandments, or no.
American Standard Version (ASV) And thou shalt remember all the way which Jehovah thy God hath led thee these forty years in the wilderness, that he might humble thee, to prove thee, to know what was in thy heart, whether thou wouldest keep his commandments, or not.
Bible in Basic English (BBE) And keep in mind the way by which the Lord your God has taken you through the waste land these forty years, so that he might make low your pride and put you to the test, to see what was in your heart and if you would keep his orders or not.
Darby English Bible (DBY) And thou shalt remember all the way which Jehovah thy God led thee these forty years in the wilderness, to humble thee, and to prove thee, to know what was in thy heart, whether thou wouldest keep his commandments or not.
Webster's Bible (WBT) And thou shalt remember all the way which the LORD thy God hath led thee these forty years in the wilderness, to humble thee, and to prove thee, to know what was in thy heart, whether thou wouldst keep his commandments, or not.
World English Bible (WEB) You shall remember all the way which Yahweh your God has led you these forty years in the wilderness, that he might humble you, to prove you, to know what was in your heart, whether you would keep his commandments, or not.
Young's Literal Translation (YLT) and thou hast remembered all the way which Jehovah thy God hath caused thee to go these forty years in the wilderness, in order to humble thee to try thee, to know that which `is' in thy heart, whether thou dost keep His commands or not.
Cross Reference Genesis 22:1 in Oriya 1 ଏହି ସମସ୍ତ ଘଟଣା ଉତ୍ତାରେ ପରମେଶ୍ୱର ଅବ୍ରହାମଙ୍କର ପରୀକ୍ଷା ନିମନ୍ତେ କହିଲେ, “ହେ ଅବ୍ରହାମ। ତହିଁରେ ସେ ଉତ୍ତର କଲେ, ଦେଖନ୍ତୁ, ମୁଁ ଏଠାରେ ଅଛି।”
Exodus 15:25 in Oriya 25 ତହିଁରେ ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାଙ୍କୁ ଏକ ପ୍ରକାର କାଷ୍ଠ ଦେଖାଇଲେ, ସେ ତାହା ନେଇ ଜଳରେ ପକାନ୍ତେ, ଜଳ ମିଷ୍ଟ ହେଲା। ସେହି ସ୍ଥାନରେ ସଦାପ୍ରଭୁ ସେମାନଙ୍କ ନିମନ୍ତେ ବିଧି ଓ ଆଦେଶ ନିରୂପଣ କଲେ, ପୁଣି, ସେମାନଙ୍କର ପରୀକ୍ଷା ନେଇ କହିଲେ,
Exodus 16:4 in Oriya 4 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ଆକାଶରୁ ଖାଦ୍ୟଦ୍ରବ୍ୟ ବୃଷ୍ଟି କରିବା; ପୁଣି, ଲୋକମାନେ ବାହାରକୁ ଯାଇ ପ୍ରତିଦିନ ଦିନର ନିରୂପିତ ପରିମାଣାନୁସାରେ ଖାଦ୍ୟ ସଂଗ୍ରହ କରିବେ; ତହିଁରେ ସେମାନେ ଆମ୍ଭର ବ୍ୟବସ୍ଥାନୁସାରେ ଚାଲିବେ କି ନାହିଁ, ଆମ୍ଭେ ସେମାନଙ୍କର ଏହି ପରୀକ୍ଷା ନେବା।
Deuteronomy 1:3 in Oriya 3 ସଦାପ୍ରଭୁ ଯେଉଁ ଯେଉଁ କଥା ଇସ୍ରାଏଲ-ସନ୍ତାନଗଣକୁ କହିବା ପାଇଁ ମୋଶାଙ୍କୁ ଆଜ୍ଞା ଦେଇଥିଲେ, ତଦନୁସାରେ ମୋଶା ଚାଳିଶତମ ବର୍ଷର ଏକାଦଶ ମାସର ପ୍ରଥମ ଦିନରେ ସେମାନଙ୍କୁ କହିଲେ,
Deuteronomy 1:33 in Oriya 33 ସେ ତୁମ୍ଭମାନଙ୍କ ଛାଉଣି ସ୍ଥାପନ କରିବାର ସ୍ଥାନ ଅନ୍ୱେଷଣ କରିବା ପାଇଁ ରାତ୍ରିରେ ଅଗ୍ନି ଦ୍ୱାରା ଓ ଦିବସରେ ମେଘ ଦ୍ୱାରା ତୁମ୍ଭମାନଙ୍କର ଗନ୍ତବ୍ୟ ପଥ ଦେଖାଇବାକୁ ପଥରେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କଲେ।
Deuteronomy 2:7 in Oriya 7 କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭଙ୍କୁ ଆଶୀର୍ବାଦ କରିଅଛନ୍ତି; ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ତୁମ୍ଭ ଯିବାର ଜାଣିଅଛନ୍ତି; ଏହି ଚାଳିଶ ବର୍ଷସାରା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହୋଇଅଛନ୍ତି; ତୁମ୍ଭର କିଛି ଅଭାବ ହୋଇ ନାହିଁ।'”
Deuteronomy 7:18 in Oriya 18 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଫାରୋ ଓ ସମସ୍ତ ମିସର ପ୍ରତି ଯେଉଁ ଯେଉଁ କର୍ମ କରିଅଛନ୍ତି;
Deuteronomy 8:16 in Oriya 16 ଯେ ତୁମ୍ଭ ପୂର୍ବପୁରୁଷମାନଙ୍କ ଅଜ୍ଞାତ ମାନ୍ନା ଦ୍ୱାରା ପ୍ରାନ୍ତରରେ ତୁମ୍ଭକୁ ପ୍ରତିପାଳନ କଲେ, ଏପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ତୁମ୍ଭେ ପାସୋରି ଯିବ।
Deuteronomy 13:3 in Oriya 3 ତେବେ ତୁମ୍ଭେ ସେହି ଭବିଷ୍ୟଦ୍ବକ୍ତାର କି ସ୍ୱପ୍ନଦର୍ଶକର କଥା ଶୁଣିବ ନାହିଁ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ପ୍ରେମ କରୁଅଛ କି ନାହିଁ; ଏହା ଜାଣିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ପରୀକ୍ଷା କରୁଅଛନ୍ତି।
Deuteronomy 29:5 in Oriya 5 ପୁଣି, ଆମ୍ଭେ ଏହି ପ୍ରାନ୍ତରରେ ଚାଳିଶ ବର୍ଷ କାଳ ତୁମ୍ଭମାନଙ୍କୁ ଗମନ କରାଇଅଛୁ; ତୁମ୍ଭମାନଙ୍କ ବସ୍ତ୍ର ତୁମ୍ଭମାନଙ୍କ ଶରୀରରେ ଅଭାବ ହୋଇ ନାହିଁ ଓ ତୁମ୍ଭ ପାଦୁକା ତୁମ୍ଭ ପାଦରେ ନଷ୍ଟ ହୋଇ ନାହିଁ।
2 Chronicles 32:25 in Oriya 25 ମାତ୍ର ହିଜକିୟ ଆପଣା ପ୍ରତି କୃତ ମଙ୍ଗଳ ଅନୁସାରେ ପ୍ରତିଦାନ କଲେ ନାହିଁ; କାରଣ ତାଙ୍କର ଅନ୍ତଃକରଣ ଗର୍ବିତ ହେଲା; ଏହେତୁ ତାଙ୍କ ଉପରେ, ପୁଣି ଯିହୁଦା ଓ ଯିରୂଶାଲମ ଉପରେ କୋପ ଉପସ୍ଥିତ ହେଲା।
2 Chronicles 32:31 in Oriya 31 ତଥାପି ଦେଶରେ ଯେଉଁ ଅଦ୍ଭୁତ କାର୍ଯ୍ୟ ହୋଇଥିଲା, ତହିଁର ବିବରଣ ପଚାରିବା ନିମିତ୍ତ ତାଙ୍କ ନିକଟକୁ ବାବିଲୀୟ ଅଧିପତିମାନଙ୍କ ପ୍ରେରିତ ଦୂତମାନଙ୍କ କାର୍ଯ୍ୟ ସମ୍ବନ୍ଧରେ ଯେପରି ସେ ଆପଣା ଅନ୍ତଃକରଣର ସମସ୍ତ ଭାବ ଜାଣି ପାରିବେ, ଏଥିପାଇଁ ପରମେଶ୍ୱର ତାଙ୍କର ପରୀକ୍ଷା ନେବା ସକାଶେ ତାଙ୍କୁ ଛାଡ଼ି ଦେଲେ।
2 Chronicles 33:12 in Oriya 12 ପୁଣି, ସେ ଦୁଃଖରେ ଥିବା ବେଳେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ଆପଣା ପିତୃଗଣର ପରମେଶ୍ୱରଙ୍କ ଛାମୁରେ ଆପଣାକୁ ଅତିଶୟ ନମ୍ର କଲେ।
2 Chronicles 33:19 in Oriya 19 ମଧ୍ୟ ତାଙ୍କର ପ୍ରାର୍ଥନା ଓ ପରମେଶ୍ୱର ତାଙ୍କ ପ୍ରତି କିପରି ପ୍ରସନ୍ନ ହେଲେ ଓ ତାଙ୍କର ସକଳ ପାପ ଓ ସତ୍ୟଲଙ୍ଘନ ଓ ସେ ଆପଣାକୁ ନମ୍ର କରିବା ପୂର୍ବେ ଯେଉଁ ଯେଉଁ ସ୍ଥାନରେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଆଉ ଆଶେରା ମୂର୍ତ୍ତି ଓ ଖୋଦିତ-ପ୍ରତିମା ସ୍ଥାପନ କରିଥିଲେ; ଦେଖ, ତାହାସବୁ ହୋଶେୟର ପୁସ୍ତକରେ ଲିଖିତ ଅଛି।
Job 33:17 in Oriya 17 ତଦ୍ଦ୍ୱାରା ସେ ମନୁଷ୍ୟକୁ ତାହାର ସଙ୍କଳ୍ପରୁ ନିବୃତ୍ତ କରନ୍ତି ଓ ମନୁଷ୍ୟଠାରୁ ଅହଙ୍କାର ଗୁପ୍ତ କରନ୍ତି।
Job 42:5 in Oriya 5 ମୁଁ କର୍ଣ୍ଣରେ ତୁମ୍ଭ ବିଷୟ ଶୁଣିଥିଲି; ମାତ୍ର ଏବେ ମୋହର ଚକ୍ଷୁ ତୁମ୍ଭଙ୍କୁ ଦେଖୁଅଛି,
Psalm 77:11 in Oriya 11 ମୁଁ ସଦାପ୍ରଭୁଙ୍କ କର୍ମସବୁ ଉଲ୍ଲେଖ କରିବି; ମୁଁ ପୂର୍ବକାଳର ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାସବୁ ସ୍ମରଣ କରିବି।
Psalm 81:7 in Oriya 7 ତୁମ୍ଭେ ସଙ୍କଟ ବେଳେ ଡାକିଲ, ତହୁଁ ଆମ୍ଭେ ତୁମ୍ଭକୁ ଉଦ୍ଧାର କଲୁ; ଆମ୍ଭେ ମେଘଗର୍ଜ୍ଜନର ଗୁପ୍ତ ସ୍ଥାନରେ ତୁମ୍ଭକୁ ଉତ୍ତର ଦେଲୁ; ଆମ୍ଭେ ମିରୀବାଃ ଜଳ ନିକଟରେ ତୁମ୍ଭକୁ ପରୀକ୍ଷା କଲୁ। ସେଲା
Psalm 106:7 in Oriya 7 ଆମ୍ଭମାନଙ୍କ ପିତୃପୁରୁଷମାନେ ମିସରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସବୁ ବୁଝିଲେ ନାହିଁ; ସେମାନେ ତୁମ୍ଭ ଦୟାର ବାହୁଲ୍ୟ ସ୍ମରଣ କଲେ ନାହିଁ; ମାତ୍ର ସମୁଦ୍ର ନିକଟରେ, ସୂଫ ସମୁଦ୍ର ନିକଟରେ ହେଁ ବିଦ୍ରୋହାଚରଣ କଲେ।
Psalm 136:16 in Oriya 16 ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ କରାଇଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Proverbs 17:3 in Oriya 3 କୋୟିରେ ରୂପାର ଓ ଉହ୍ମାଇରେ ସୁନାର ପରୀକ୍ଷା ହୁଏ; ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି।
Isaiah 2:17 in Oriya 17 ପୁଣି, ମନୁଷ୍ୟର ଉଚ୍ଚତା ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ; ଆଉ ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ।
Jeremiah 17:9 in Oriya 9 ଅନ୍ତଃକରଣ ସବୁଠାରୁ କପଟମୟ ଓ ଅପ୍ରତୀକାର୍ଯ୍ୟ ରୂପେ ପୀଡ଼ିତ; କିଏ ତାହା ଜାଣିପାରେ ?
Amos 2:10 in Oriya 10 ଆହୁରି, ଇମୋରୀୟମାନଙ୍କ ଦେଶ ଅଧିକାର କରିବା ନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ପଥ କଢ଼ାଇ ତୁମ୍ଭମାନଙ୍କୁ ଗମନ କରାଇଲୁ।
Malachi 3:2 in Oriya 2 ମାତ୍ର ତାହାଙ୍କର ଆଗମନ ଦିନ କିଏ ସହି ପାରେ ? ଆଉ, ସେ ଦର୍ଶନ ଦେବା ବେଳେ କିଏ ଠିଆ ହେବ ? କାରଣ ସେ ପରିଷ୍କାରକାରୀର ଅଗ୍ନି ତୁଲ୍ୟ ଓ ଲୁଗା ସଫା କ୍ଷାର ସ୍ୱରୂପ;
Luke 18:14 in Oriya 14 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଲୋକ ନୁହେଁ, ବରଂ କର ଆଦାୟକାରୀ ଧାର୍ମିକ ଗଣିତ ହୋଇ ନିଜ ଘରକୁ ଚାଲିଗଲା; କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, କିନ୍ତୁ ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।
John 2:25 in Oriya 25 ପୁଣି, କେହି ଯେ ମନୁଷ୍ୟ ବିଷୟରେ ସାକ୍ଷ୍ୟ ଦେବ, ଏହା ତାହାଙ୍କର ପ୍ରୟୋଜନ ନ ଥିଲା, ଯେଣୁ ମନୁଷ୍ୟ ଅନ୍ତରରେ କ'ଣ ଅଛି, ତାହା ସେ ଆପେ ଜାଣୁଥିଲେ।
Ephesians 2:11 in Oriya 11 ଅତଏବ ତୁମ୍ଭେମାନେ ପୁର୍ବରେ ଯେତେବେଳେ ଶରୀର ସମ୍ବନ୍ଧରେ ଅଣଯିହୂଦୀ ଥିଲ ଓ ଶାରୀରିକ ଭାବେ ହସ୍ତକୃତ ସୁନ୍ନତ ଲୋକମାନଙ୍କ ଦ୍ୱାରା ଅସୁନ୍ନତ ବୋଲି ଖ୍ୟାତ ହେଉଥିଲ,
James 1:3 in Oriya 3 ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ବିଶ୍ୱାସ ଯେ ସହିଷ୍ଣୁତା ଉତ୍ପନ୍ନ କରେ, ଏହା ତ ଜାଣିଅଛ।
James 4:6 in Oriya 6 କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଶାସ୍ତ୍ରରେ ଉକ୍ତ ଅଛି, “ଈଶ୍ୱର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି।”
James 4:10 in Oriya 10 ପ୍ରଭୁଙ୍କ ଛାମୁରେ ଆପଣା ଆପଣାକୁ ନତ କର, ତାହାହେଲେ ସେ ତୁମ୍ଭମାନଙ୍କୁ ଉନ୍ନତ କରିବେ।
1 Peter 1:7 in Oriya 7 ଯେପରି ଅଗ୍ନି ଦ୍ୱାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ୱାସ, ତାହା ଯୀଶୁଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ।
1 Peter 5:5 in Oriya 5 ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ ଈଶ୍ୱର ଅହଂକାରୀମାନଙ୍କୁ ପ୍ରତିରୋଧ କରି ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।
2 Peter 1:12 in Oriya 12 ଅତଏବ, ତୁମ୍ଭେମାନେ ଯଦ୍ୟପି ଏହି ସବୁ ବିଷୟ ଜାଣ ଓ ପ୍ରାପ୍ତ ସତ୍ୟରେ ସ୍ଥିରୀକୃତ ହୋଇଅଛ, ତଥାପି ମୁଁ ଏହି ସବୁ ବିଷୟ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ସର୍ବଦା ପ୍ରସ୍ତୁତ ହୋଇ ରହିବି।
2 Peter 3:1 in Oriya 1 ହେ ପ୍ରିୟମାନେ, ମୁଁ ବର୍ତ୍ତମାନ ତୁମ୍ଭମାନଙ୍କ ନିକଟକୁ ଏହି ଦ୍ୱିତୀୟ ପତ୍ର ଲେଖୁଅଛି।
Revelation 2:23 in Oriya 23 ପୁଣି, ଆମ୍ଭେ ତାହାର ସନ୍ତାନମାନଙ୍କୁ ମୃତ୍ୟୁ ଦ୍ୱାରା ବିନାଶ କରିବୁ। ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସରେ ଫଳଦାତା, ଏହା ମଣ୍ଡଳୀଗଣ ଜାଣିବେ।