Deuteronomy 9:26 in Oriya 26 ପୁଣି ମୁଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲି, “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ଲୋକଙ୍କୁ ଓ ଆପଣା ଅଧିକାରକୁ ବିନାଶ କର ନାହିଁ, ତୁମ୍ଭେ ଆପଣା ମହିମାରେ ସେମାନଙ୍କୁ ମୁକ୍ତ କରିଅଛ, ତୁମ୍ଭେ ସେମାନଙ୍କୁ ବଳବାନ୍ ହସ୍ତ ଦ୍ୱାରା ମିସରରୁ ବାହାର କରି ଆଣିଅଛ।
Other Translations King James Version (KJV) I prayed therefore unto the LORD, and said, O Lord GOD, destroy not thy people and thine inheritance, which thou hast redeemed through thy greatness, which thou hast brought forth out of Egypt with a mighty hand.
American Standard Version (ASV) And I prayed unto Jehovah, and said, O Lord Jehovah, destroy not thy people and thine inheritance, that thou hast redeemed through thy greatness, that thou hast brought forth out of Egypt with a mighty hand.
Bible in Basic English (BBE) And I made prayer to the Lord and said, O Lord God, do not send destruction on your people and your heritage, to whom, by your great power, you have given salvation, whom you have taken out of Egypt by the strength of your hand.
Darby English Bible (DBY) I prayed therefore to Jehovah, and said, Lord Jehovah, destroy not thy people and thine inheritance, which thou hast redeemed through thy greatness, which thou hast brought forth out of Egypt with a powerful hand.
Webster's Bible (WBT) I prayed therefore to the LORD, and said, O Lord GOD, destroy not thy people and thy inheritance, which thou hast redeemed through thy greatness, which thou hast brought forth out of Egypt with a mighty hand.
World English Bible (WEB) I prayed to Yahweh, and said, Lord Yahweh, don't destroy your people and your inheritance, that you have redeemed through your greatness, that you have brought forth out of Egypt with a mighty hand.
Young's Literal Translation (YLT) and I pray unto Jehovah, and say, Lord Jehovah, destroy not Thy people, and Thine inheritance, whom Thou hast ransomed in Thy greatness; whom Thou hast brought out of Egypt with a strong hand;
Cross Reference Exodus 15:13 in Oriya 13 ତୁମ୍ଭେ ଆପଣା ଦୟାରେ ନିଜ ମୁକ୍ତ ଲୋକମାନଙ୍କୁ ଗମନ କରାଉଅଛ, ତୁମ୍ଭେ ଆପଣା ପରାକ୍ରମରେ ସେମାନଙ୍କୁ ପଥ କଢ଼ାଇ ତୁମ୍ଭ ପବିତ୍ର ନିବାସ ସ୍ଥାନକୁ ନେଇ ଯାଉଅଛ।
Exodus 32:11 in Oriya 11 ତହିଁରେ ମୋଶା ଆପଣା ସଦାପ୍ରଭୁ ପରମେଶ୍ୱରଙ୍କୁ ନିବେଦନ କରି କହିଲେ, “ହେ ସଦାପ୍ରଭୁ, ତୁମ୍ଭେ ଆପଣାର ଯେଉଁ ଲୋକମାନଙ୍କୁ ଆପଣା ମହାପରାକ୍ରମ ଓ ବାହୁ ବଳରେ ମିସର ଦେଶରୁ ବାହାର ଆଣିଅଛ, ସେମାନଙ୍କ ପ୍ରତିକୂଳରେ ତୁମ୍ଭର କ୍ରୋଧ କାହିଁକି ପ୍ରଜ୍ୱଳିତ ହେବ ?
Exodus 34:9 in Oriya 9 “ପ୍ରଭୁ, ମୁଁ ଯଦି ତୁମ୍ଭ ଦୁଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ବିନୟ କରୁଅଛି, ପ୍ରଭୁ ଆମ୍ଭମାନଙ୍କ ମଧ୍ୟବର୍ତ୍ତୀ ହୋଇ ଗମନ କରନ୍ତୁ; କାରଣ ଏମାନେ ଶକ୍ତଗ୍ରୀବ ଲୋକ, ଆଉ ଆମ୍ଭମାନଙ୍କ ଅପରାଧ ଓ ପାପ ମୋଚନ କରି ଆପଣା ଅଧିକାରାର୍ଥେ ଆମ୍ଭମାନଙ୍କୁ ଗ୍ରହଣ କରନ୍ତୁ।”
Numbers 14:13 in Oriya 13 ଏଥିରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ତେବେ ମିସ୍ରୀୟ ଲୋକମାନେ ତ ଏହା ଶୁଣିବେ; କାରଣ ତୁମ୍ଭେ ଆପଣା ପରାକ୍ରମ ଦ୍ୱାରା ସେମାନଙ୍କ ମଧ୍ୟରୁ ଏହି ଲୋକମାନଙ୍କୁ ଆଣିଅଛ।
Deuteronomy 7:8 in Oriya 8 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କୁ ସ୍ନେହ କରିବାରୁ ଓ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ସେ ଯେଉଁ ଶପଥ କରିଥିଲେ, ତାହା ପ୍ରତିପାଳନ କରିବାକୁ ଇଚ୍ଛୁକ ହେବାରୁ ସଦାପ୍ରଭୁ ବଳବାନ୍ ହସ୍ତ ଦ୍ୱାରା ତୁମ୍ଭମାନଙ୍କୁ ବାହାର କରି ଆଣିଅଛନ୍ତି ଓ ଦାସ୍ୟଗୃହରୁ, ମିସରର ରାଜା ଫାରୋର ହସ୍ତରୁ ତୁମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି।
Deuteronomy 9:29 in Oriya 29 ତଥାପି ସେମାନେ ତ ତୁମ୍ଭର ଲୋକ ଓ ତୁମ୍ଭର ଅଧିକାର, ତୁମ୍ଭେ ସେମାନଙ୍କୁ ଆପଣା ମହାଶକ୍ତି ଓ ବିସ୍ତାରିତ ବାହୁ ଦ୍ୱାରା ବାହାର କରି ଆଣିଅଛ।
Deuteronomy 13:5 in Oriya 5 ସେହି ଭବିଷ୍ୟଦ୍ବକ୍ତାର କି ସ୍ୱପ୍ନଦର୍ଶକର ପ୍ରାଣଦଣ୍ଡ ହେବ; କାରଣ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ ଓ ଦାସ୍ୟଗୃହରୁ ତୁମ୍ଭକୁ ମୁକ୍ତ କଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ପଥରେ ଗମନ କରିବା ନିମନ୍ତେ ତୁମକୁ ଆଜ୍ଞା ଦେଇଅଛନ୍ତି, ତହିଁରୁ ଭୁଲାଇ ନେଇ ଯିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ସେ ବିଦ୍ରୋହର କଥା କହିଅଛି। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତାକୁ ଉଚ୍ଛିନ୍ନ କରିବ।
Deuteronomy 15:15 in Oriya 15 ତୁମ୍ଭେ ସ୍ମରଣ କରିବ ଯେ, ତୁମ୍ଭେ ମିସର ଦେଶରେ ବନ୍ଧାଦାସ ହୋଇଥିଲ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ମୁକ୍ତ କଲେ; ଏନିମନ୍ତେ ମୁଁ ଆଜି ତୁମ୍ଭକୁ ଏହି ଆଜ୍ଞା ଦେଉଅଛି।
Deuteronomy 21:8 in Oriya 8 ହେ ସଦାପ୍ରଭୁ, ତୁମ୍ଭେ ଆପଣାର ଯେଉଁ ଇସ୍ରାଏଲ ଲୋକଙ୍କୁ ମୁକ୍ତ କରିଅଛ, ସେମାନଙ୍କୁ କ୍ଷମା କର; ଆପଣା ଇସ୍ରାଏଲ ଲୋକ ମଧ୍ୟରେ ନିରପରାଧର ରକ୍ତପାତ-ଦୋଷ ରହିବାକୁ ଦିଅ ନାହିଁ। ତହିଁରେ ସେମାନଙ୍କ ପ୍ରତି ସେହି ରକ୍ତପାତ-ଦୋଷ କ୍ଷମା ହେବ;
Deuteronomy 26:7 in Oriya 7 ତହୁଁ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପୈତୃକ ପରମେଶ୍ୱରଙ୍କ ନିକଟରେ ଡାକ ପକାଇଲୁ, ଆଉ ସଦାପ୍ରଭୁ ଆମ୍ଭମାନଙ୍କ ରବ ଶୁଣିଲେ ଓ ଆମ୍ଭମାନଙ୍କ କ୍ଳେଶ, ଶ୍ରମ ଓ ଅତ୍ୟାଚାର ଦେଖିଲେ।
Deuteronomy 32:9 in Oriya 9 କାରଣ ସଦାପ୍ରଭୁଙ୍କ ଅଂଶ ତାହାଙ୍କର ଲୋକ ଯାକୁବ ତାହାଙ୍କର ଅଧିକାରର ବାଣ୍ଟ।
2 Samuel 7:23 in Oriya 23 ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି ? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ, ଓ ଆପଣା ନାମ କରିବାକୁ ପୁଣି ମିସରରୁ, ନାନା ଗୋଷ୍ଠୀ ଓ ସେମାନଙ୍କ ଦେବଗଣଠାରୁ ତୁମ୍ଭ ଉଦ୍ଦେଶ୍ୟରେ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରେ ସେମାନଙ୍କ ପାଇଁ ମହତ୍ କର୍ମ ଓ ତୁମ୍ଭ ଦେଶ ପାଇଁ ଭୟାନକ କର୍ମ କରିବାକୁ ପରମେଶ୍ୱର ଆଗମନ କରିଥିଲେ।
1 Kings 8:51 in Oriya 51 କାରଣ, ସେମାନେ ତୁମ୍ଭର ଲୋକ ଓ ତୁମ୍ଭର ଅଧିକାର, ତୁମ୍ଭେ ସେମାନଙ୍କୁ ମିସରରୁ, ଲୌହ-ଅଗ୍ନିକୁଣ୍ଡ ମଧ୍ୟରୁ ଆଣିଅଛ;
Nehemiah 1:10 in Oriya 10 ଏମାନେ ତୁମ୍ଭର ଦାସ ଓ ତୁମ୍ଭର ଲୋକ, ତୁମ୍ଭେ ଏମାନଙ୍କୁ ଆପଣାର ମହାପରାକ୍ରମ ଓ ଆପଣାର ବଳବାନ୍ ହସ୍ତ ଦ୍ୱାରା ମୁକ୍ତ କରିଅଛ।
Psalm 74:1 in Oriya 1 ଆସଫର ମସ୍କୀଲ୍। ହେ ପରମେଶ୍ୱର, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ସଦାକାଳ ପରିତ୍ୟାଗ କରିଅଛ ? ତୁମ୍ଭ ଚରାସ୍ଥାନର ମେଷଗଣ ବିରୁଦ୍ଧରେ କାହିଁକି ତୁମ୍ଭ କ୍ରୋଧାନଳର ଧୂମ ଉଠୁଅଛି ?
Psalm 77:15 in Oriya 15 ତୁମ୍ଭେ ନିଜ ବାହୁରେ ଆପଣା ଲୋକଙ୍କୁ, ଯାକୁବ ଓ ଯୋଷେଫର ସନ୍ତାନଗଣକୁ ମୁକ୍ତ କରିଅଛ।
Psalm 99:6 in Oriya 6 ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା, ହାରୋଣ ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ।
Psalm 106:23 in Oriya 23 ଏହେତୁ ସେ ସେମାନଙ୍କୁ ସଂହାର କରିବେ ବୋଲି କହିଲେ, ମାତ୍ର ସେ ଯେପରି ସେମାନଙ୍କୁ ସଂହାର ନ କରିବେ, ଏଥିପାଇଁ ତାହାଙ୍କ କୋପ ଫେରାଇବା ନିମନ୍ତେ ତାହାଙ୍କ ମନୋନୀତ ମୋଶା ଭଗ୍ନସ୍ଥାନରେ ତାହାଙ୍କ ସମ୍ମୁଖରେ ଠିଆ ହେଲେ।
Psalm 107:2 in Oriya 2 ସେ ଯେଉଁମାନଙ୍କୁ ବିପକ୍ଷର ହସ୍ତରୁ ମୁକ୍ତ କରିଅଛନ୍ତି ଓ ନାନା ଦେଶରୁ, ପୂର୍ବ ଓ ପଶ୍ଚିମରୁ,
Isaiah 44:23 in Oriya 23 ହେ ଆକାଶମଣ୍ଡଳ, ଗାନ କର, କାରଣ ସଦାପ୍ରଭୁ ଏହା ସାଧନ କରିଅଛନ୍ତି; ହେ ପୃଥିବୀର ଅଧଃସ୍ଥାନସକଳ, ଆନନ୍ଦଧ୍ୱନି କର; ହେ ପର୍ବତଗଣ, ହେ ଅରଣ୍ୟ ଓ ତନ୍ମଧ୍ୟସ୍ଥ ପ୍ରତ୍ୟେକ ବୃକ୍ଷ, ତୁମ୍ଭେମାନେ ଉଚ୍ଚସ୍ୱରରେ ଗାନ କର; କାରଣ ସଦାପ୍ରଭୁ ଯାକୁବକୁ ମୁକ୍ତ କରିଅଛନ୍ତି ଓ ଇସ୍ରାଏଲ ମଧ୍ୟରେ ଆପଣାକୁ ଗୌରବାନ୍ୱିତ କରିବେ।
Isaiah 63:19 in Oriya 19 ଯେଉଁମାନଙ୍କ ଉପରେ ତୁମ୍ଭେ କେବେ କର୍ତ୍ତୃତ୍ୱ କରି ନାହଁ, ଯେଉଁମାନେ ତୁମ୍ଭ ନାମରେ କେବେ ଖ୍ୟାତ ହୋଇ ନ ଥିଲେ, ଏପରି ଲୋକମାନଙ୍କ ତୁଲ୍ୟ ଆମ୍ଭେମାନେ ହୋଇଅଛୁ।
Jeremiah 14:21 in Oriya 21 ତୁମ୍ଭେ ଆପଣା ନାମ ସକାଶୁ ଆମ୍ଭମାନଙ୍କୁ ଘୃଣା କର ନାହିଁ; ଆପଣା ଗୌରବ ସିଂହାସନର ଅପମାନ କର ନାହିଁ; ସ୍ମରଣ କର, ଆମ୍ଭମାନଙ୍କ ସହିତ ତୁମ୍ଭର କୃତ ନିୟମ ଭଗ୍ନ କର ନାହିଁ।
Micah 6:4 in Oriya 4 ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ ଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ; ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ।
Titus 2:14 in Oriya 14 ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।
Hebrews 9:12 in Oriya 12 ମାତ୍ର ଆପଣାର ରକ୍ତ ଘେନି ଏକାଥରକେ ମହାପବିତ୍ର ସ୍ଥାନରେ ପ୍ରବେଶ କରି ଅନନ୍ତ ମୁକ୍ତି ସାଧନ କରିଅଛନ୍ତି।
Revelation 5:9 in Oriya 9 ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଇଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,