Ecclesiastes 11:8 in Oriya 8 ହଁ, ଯଦି ମନୁଷ୍ୟ ଅନେକ ବର୍ଷ ବଞ୍ଚେ, ତେବେ ସେହି ସବୁରେ ସେ ଆନନ୍ଦ କରୁ; ମାତ୍ର ଅନ୍ଧକାରର ଦିନସବୁ ସେ ମନେ ରଖୁ, କାରଣ ସେହି ଦିନସବୁ ଅନେକ ହେବ। ଯାହା ଯାହା ଘଟେ, ସବୁ ଅସାର।
Other Translations King James Version (KJV) But if a man live many years, and rejoice in them all; yet let him remember the days of darkness; for they shall be many. All that cometh is vanity.
American Standard Version (ASV) Yea, if a man live many years, let him rejoice in them all; but let him remember the days of darkness, for they shall be many. All that cometh is vanity.
Bible in Basic English (BBE) But even if a man's life is long and he has joy in all his years, let him keep in mind the dark days, because they will be great in number. Whatever may come is to no purpose.
Darby English Bible (DBY) but if a man live many years, [and] rejoice in them all, yet let him remember the days of darkness; for they shall be many: all that cometh is vanity.
World English Bible (WEB) Yes, if a man lives many years, let him rejoice in them all; But let him remember the days of darkness, for they shall be many. All that comes is vanity.
Young's Literal Translation (YLT) But, if man liveth many years, In all of them let him rejoice, And remember the days of darkness, For they are many! all that is coming `is' vanity.
Cross Reference Deuteronomy 32:29 in Oriya 29 ଆହା, ସେମାନେ ଯେବେ ଜ୍ଞାନବାନ୍ ହୁଅନ୍ତେ, ସେମାନେ ଏକଥା ବୁଝନ୍ତେ, ସେମାନେ ଯେବେ ଆପଣାମାନଙ୍କ ଶେଷାବସ୍ଥା ବିବେଚନା କରନ୍ତେ।
Job 10:22 in Oriya 22 ସେ ଦେଶ ଅନ୍ଧକାର ତୁଲ୍ୟ ନିବିଡ଼ ଅନ୍ଧକାରମୟ; ସେ ଦେଶ ମୃତ୍ୟୁୁଚ୍ଛାୟାମୟ, ସୁଧାରାବିହୀନ ଓ ସେଠାରେ ଦୀପ୍ତି ଅନ୍ଧକାରର ସମାନ।”
Job 14:10 in Oriya 10 ମାତ୍ର ମନୁଷ୍ୟ ମରେ ଓ କ୍ଷୟ ପାଏ; ହଁ, ମନୁଷ୍ୟ ପ୍ରାଣତ୍ୟାଗ କରେ, ପୁଣି ସେ କେଉଁଠାରେ ଥାଏ ?
Job 15:23 in Oriya 23 ସେ ଖାଦ୍ୟ ନିମନ୍ତେ ବାହାରେ ବୁଲି କହଇ, ତାହା କାହିଁ ? ଅନ୍ଧକାରର ଦିନ ତାହାର ସନ୍ନିକଟ ବୋଲି ସେ ଜାଣେ।
Job 18:18 in Oriya 18 ସେ ଆଲୁଅରୁ ଅନ୍ଧାରକୁ ତଡ଼ାଯିବ ଓ ଜଗତରୁ ଘଉଡ଼ାଯିବ।
Ecclesiastes 2:1 in Oriya 1 ମୁଁ ଆପଣା ମନେ ମନେ କହିଲି, “ଆସ, ମୁଁ ଏବେ ତୁମ୍ଭକୁ ଆନନ୍ଦ ଦ୍ୱାରା ପରୀକ୍ଷା କରିବି; ଏହେତୁ ସୁଖଭୋଗ କର; ଆଉ ଦେଖ, ତାହା ମଧ୍ୟ ଅସାର।”
Ecclesiastes 2:15 in Oriya 15 ତହିଁରେ ମୁଁ ଆପଣା ମନେ ମନେ କହିଲି, “ମୂର୍ଖ ପ୍ରତି ଯେରୂପ ଘଟେ, ମୋ' ପ୍ରତି ହିଁ ସେରୂପ ଘଟିବ; ତେବେ ମୁଁ କାହିଁକି ଅଧିକ ଜ୍ଞାନବାନ ହେଲି ?” ତହୁଁ ମୁଁ ମନେ ମନେ କହିଲି, “ଏହା ହିଁ ଅସାର।”
Ecclesiastes 2:17 in Oriya 17 ତହୁଁ ମୁଁ ଜୀବନକୁ ଘୃଣା କଲି; ଯେହେତୁ ସୂର୍ଯ୍ୟ ତଳେ କୃତ କାର୍ଯ୍ୟ ମୋ' ପ୍ରତି କ୍ଲେଶବୋଧକ ହେଲା; କାରଣ ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।
Ecclesiastes 2:19 in Oriya 19 ଆଉ, ସେ ଜ୍ଞାନୀ କି ମୂର୍ଖ ହେବ, କିଏ ଜାଣେ ? ତଥାପି ମୁଁ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହୋଇ ଜ୍ଞାନ ପ୍ରକାଶ କଲି, ସେ ମୋହର ସେହି ସକଳ ପରିଶ୍ରମର ଫଳାଧିକାରୀ ହେବ; ଏହା ହିଁ ଅସାର।
Ecclesiastes 2:21 in Oriya 21 କାରଣ ଏକ ବ୍ୟକ୍ତି ଜ୍ଞାନ, ବିଦ୍ୟା ଓ ଦକ୍ଷତା ସହିତ ପରିଶ୍ରମ କରେ; ତଥାପି ଯେଉଁ ବ୍ୟକ୍ତି ତହିଁରେ ପରିଶ୍ରମ କରି ନାହିଁ, ତାହାର ଅଧିକାର ନିମନ୍ତେ ସେ ତାହା ଛାଡ଼ିଯିବ। ଏହା ହିଁ ଅସାର ଓ ଅତି ମନ୍ଦ।
Ecclesiastes 2:26 in Oriya 26 ଯେହେତୁ ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାକୁ ଜ୍ଞାନ, ବିଦ୍ୟା ଓ ଆନନ୍ଦ ଦିଅନ୍ତି; ମାତ୍ର ପରମେଶ୍ୱରଙ୍କ ତୁଷ୍ଟିକାରୀ ଲୋକକୁ ଦେବା ପାଇଁ ସଂଗ୍ରହ ଓ ସଞ୍ଚୟ କରଣାର୍ଥେ ପାପୀକୁ ସେ କାର୍ଯ୍ୟ ଦିଅନ୍ତି। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।
Ecclesiastes 3:12 in Oriya 12 ମୁଁ ଜାଣେ ଯେ, ଯାବଜ୍ଜୀବନ ଆନନ୍ଦ ଓ ସୁକର୍ମ କରିବା ଅପେକ୍ଷା ସେମାନଙ୍କର ଆଉ କୌଣସି ମଙ୍ଗଳ ବିଷୟ ନାହିଁ।
Ecclesiastes 4:8 in Oriya 8 କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ; କିଅବା ତାହାର ପୁତ୍ର କି ଭ୍ରାତା ନାହିଁ; ତଥାପି ତାହାର ସମସ୍ତ ପରିଶ୍ରମର ସୀମା ନାହିଁ, ଅଥବା ଧନରେ ତାହାର ଚକ୍ଷୁ ତୃପ୍ତ ନୁହେଁ। ସେ କହେ, ତେବେ ମୁଁ କାହା ପାଇଁ ପରିଶ୍ରମ କରୁଅଛି ଓ ଆପଣା ପ୍ରାଣକୁ ମଙ୍ଗଳରୁ ବଞ୍ଚିତ କରିଅଛି ? ଏହା ହିଁ ଅସାର ଓ ଅତ୍ୟନ୍ତ କ୍ଲେଶଜନକ।
Ecclesiastes 4:16 in Oriya 16 ସେ ଯେଉଁମାନଙ୍କର ଅଧ୍ୟକ୍ଷ ହେଲା, ସେହି ଲୋକମାନେ ଅସଂଖ୍ୟ; ତଥାପି ଉତ୍ତରକାଳୀନ ଲୋକମାନେ ତାହାଠାରେ ଆନନ୍ଦ କରିବେ ନାହିଁ। ନିଶ୍ଚୟ ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।
Ecclesiastes 5:15 in Oriya 15 ସେ ଆପଣା ମାତୃଗର୍ଭରୁ ଯେପରି ଆସିଲା, ସେପରି ଉଲଙ୍ଗ ହୋଇ ଆସିବା ପରି ଫେରିଯିବ, ଆଉ ସେ ଆପଣା ପରିଶ୍ରମ ପାଇଁ ସ୍ୱହସ୍ତରେ ଯାହା ବହି ନେଇ ପାରିବ, ଏପରି କିଛି ସଙ୍ଗେ ନେବ ନାହିଁ।
Ecclesiastes 5:18 in Oriya 18 ଦେଖ, ଭୋଜନ ଓ ପାନ କରିବାର ଓ ପରମେଶ୍ୱରଙ୍କ ଦତ୍ତ ପରମାୟୁ ମଧ୍ୟରେ ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସମସ୍ତ ପରିଶ୍ରମରେ ସୁଖଭୋଗ କରିବାର, ଏହା ହିଁ ତାହା ପକ୍ଷରେ ଉତ୍ତମ ଓ ମନୋହର ବୋଲି ମୁଁ ଦେଖିଅଛି; କାରଣ ଏହା ହିଁ ତାହାର ଅଂଶ।
Ecclesiastes 6:6 in Oriya 6 ପୁଣି, ସେ ମନୁଷ୍ୟ କୌଣସି ମଙ୍ଗଳ ଭୋଗ ନ କରି ଦୁଇଗୁଣ ସହସ୍ର ବର୍ଷ ବଞ୍ଚିଲେ ହେଁ ସମସ୍ତେ କି ଏକ ସ୍ଥାନକୁ ନ ଯା'ନ୍ତି ?
Ecclesiastes 6:11 in Oriya 11 ଅସାରତାବର୍ଦ୍ଧକ ଅନେକ କଥା ଅଛି, ତହିଁରେ ମନୁଷ୍ୟର କି ଲାଭ ?
Ecclesiastes 7:14 in Oriya 14 ସୁଖ ସମୟରେ ଆନନ୍ଦିତ ହୁଅ ଓ ଦୁଃଖ ସମୟରେ ବିବେଚନା କର; ମନୁଷ୍ୟକୁ ଭବିଷ୍ୟତରେ ଯାହା ଘଟିବ, ତାହା ଯେପରି ସେ ଜାଣି ନ ପାରେ, ଏଥିପାଇଁ ପରମେଶ୍ୱର ସୁଖ ଓ ଦୁଃଖକୁ ପାଖେ ପାଖେ ରଖିଅଛନ୍ତି।
Ecclesiastes 8:12 in Oriya 12 ଯଦ୍ୟପି ପାପୀ ଶହେ ଥର ଦୁଷ୍କର୍ମ କରି ଦୀର୍ଘଜୀବୀ ହୁଏ, ତଥାପି ମୁଁ ନିଶ୍ଚୟ ଜାଣେ ଯେ, ପରମେଶ୍ୱରଙ୍କ ଭୟକାରୀମାନେ ତାହାଙ୍କ ଛାମୁରେ ଭୀତ ହୁଅନ୍ତି ବୋଲି ସେମାନଙ୍କର ମଙ୍ଗଳ ହେବ;
Ecclesiastes 8:15 in Oriya 15 ତହୁଁ ମୁଁ ଆନନ୍ଦର ପ୍ରଶଂସା କଲି, କାରଣ ଭୋଜନ ଓ ପାନ ଓ ଆନନ୍ଦ କରିବା ଅପେକ୍ଷା ସୂର୍ଯ୍ୟ ତଳେ ମନୁଷ୍ୟ ପ୍ରତି ଆଉ କୌଣସି ଉତ୍ତମ ବିଷୟ ନାହିଁ; ଯେଣୁ ସେ ସୂର୍ଯ୍ୟ ତଳେ ପରମେଶ୍ୱରଙ୍କ ଦତ୍ତ ତାହାର ପରମାୟୁ ମଧ୍ୟରେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସବୁରେ ଏହା ହିଁ ତାହାର ସହବର୍ତ୍ତୀ ହେବ।
Ecclesiastes 12:1 in Oriya 1 ଆଉ, ତୁମ୍ଭେ ଯୌବନ କାଳରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର; ଯେହେତୁ ଦୁଃସମୟ ଆସୁଅଛି, ଯେଉଁସବୁ ବର୍ଷରେ ତୁମ୍ଭେ କହିବ, “ଏହିସବୁରେ ମୋହର କିଛି ସୁଖ ନାହିଁ, ସେହିସବୁ ବର୍ଷ ସନ୍ନିକଟ ହେଉଅଛି।”
Jeremiah 13:16 in Oriya 16 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅନ୍ଧକାର ଉପସ୍ଥିତ କରିବା ପୂର୍ବେ ଓ ଅନ୍ଧକାରମୟ ପର୍ବତରେ ତୁମ୍ଭମାନଙ୍କ ଚରଣ ଝୁଣ୍ଟିବା ପୂର୍ବେ; ପୁଣି, ତୁମ୍ଭେମାନେ ଆଲୁଅର ଅପେକ୍ଷା କରୁ କରୁ ସେ ତାହା ମୃତ୍ୟୁୁଛାୟାରେ ଓ ଘୋର ଅନ୍ଧକାରରେ ପରିଣତ କରିବା ପୂର୍ବେ, ତୁମ୍ଭେମାନେ ତାହାଙ୍କୁ ଗୌରବ ଦିଅ।
Joel 2:2 in Oriya 2 ତାହା ତିମିର ଓ ଅନ୍ଧକାରମୟ ଦିନ, ତାହା ମେଘାଚ୍ଛନ୍ନ ଓ ନିବିଡ଼ ଅନ୍ଧକାରମୟ ଦିନ, ପର୍ବତଗଣର ଉପରେ ଅରୁଣ ତୁଲ୍ୟ ତାହା ବ୍ୟାପ୍ତ ହେଉଅଛି; ମହତୀ ଓ ବଳବତୀ ଏକ ଗୋଷ୍ଠୀ, ତାହାରି ସଦୃଶ ଗୋଷ୍ଠୀ କେବେ ହୋଇ ନାହିଁ, କିଅବା ସେମାନଙ୍କ ଉତ୍ତାରେ ଅନେକ ଅନେକ ପିଢ଼ିର ବର୍ଷ ପର୍ଯ୍ୟନ୍ତ ହେବ ନାହିଁ।
Matthew 22:13 in Oriya 13 ସେଥିରେ ରାଜା ପରିଚାରକମାନଙ୍କୁ କହିଲେ, ଏହାର ହାତଗୋଡ଼ ବାନ୍ଧି ଏହାକୁ ବାହାର ଅନ୍ଧାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।
John 12:35 in Oriya 35 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଆଉ ଅଳ୍ପ ସମୟ ମାତ୍ର ଜ୍ୟୋତିଃ ତୁମ୍ଭମାନଙ୍କ ମଧ୍ୟରେ ଅଛି। ଅନ୍ଧକାର ଯେପରି ତୁମ୍ଭମାନଙ୍କୁ ଗ୍ରାସ ନ କରେ, ଏଥି ନିମନ୍ତେ ତୁମ୍ଭମାନଙ୍କ ନିକଟରେ ଜ୍ୟୋତିଃ ଥାଉ ଥାଉ ଗମନାଗମନ କର; ଯେ ଅନ୍ଧକାରରେ ଗମନାଗମନ କରେ, ସେ କେଉଁଠାକୁ ଯାଉଅଛି, ତାହା ଜାଣେ ନାହିଁ।
Jude 1:18 in Oriya 18 ସେମାନେ କିପରି ତୁମ୍ଭମାନଙ୍କୁ କହୁଥିଲେ, ଶେଷକାଳରେ ଆପଣା ଆପଣା କୁଅଭିଳାଷାନୁସାରେ ଚାଳିତ ପରିହାସକ ଲୋକେ ଉପସ୍ଥିତ ହେବେ।