Ecclesiastes 12:1 in Oriya 1 ଆଉ, ତୁମ୍ଭେ ଯୌବନ କାଳରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର; ଯେହେତୁ ଦୁଃସମୟ ଆସୁଅଛି, ଯେଉଁସବୁ ବର୍ଷରେ ତୁମ୍ଭେ କହିବ, “ଏହିସବୁରେ ମୋହର କିଛି ସୁଖ ନାହିଁ, ସେହିସବୁ ବର୍ଷ ସନ୍ନିକଟ ହେଉଅଛି।”
Other Translations King James Version (KJV) Remember now thy Creator in the days of thy youth, while the evil days come not, nor the years draw nigh, when thou shalt say, I have no pleasure in them;
American Standard Version (ASV) Remember also thy Creator in the days of thy youth, before the evil days come, and the years draw nigh, when thou shalt say, I have no pleasure in them;
Bible in Basic English (BBE) Let your mind be turned to your Maker in the days of your strength, while the evil days come not, and the years are far away when you will say, I have no pleasure in them;
Darby English Bible (DBY) And remember thy Creator in the days of thy youth, before the evil days come, and the years draw nigh, of which thou shalt say, I have no pleasure in them;
World English Bible (WEB) Remember also your Creator in the days of your youth, Before the evil days come, and the years draw near, When you will say, "I have no pleasure in them;"
Young's Literal Translation (YLT) Remember also thy Creators in days of thy youth, While that the evil days come not, Nor the years have arrived, that thou sayest, `I have no pleasure in them.'
Cross Reference Genesis 39:2 in Oriya 2 ମାତ୍ର ସଦାପ୍ରଭୁ ଯୋଷେଫଙ୍କର ସହବର୍ତ୍ତୀ ଥିଲେ, ଏଣୁ ସେ ସମୃଦ୍ଧ ହେଲେ; ଆଉ ସେ ଆପଣା ମିସ୍ରୀୟ କର୍ତ୍ତାର ଗୃହରେ ବାସ କଲେ।
Genesis 39:8 in Oriya 8 ମାତ୍ର ଯୋଷେଫ ଅସ୍ୱୀକାର କରି ଆପଣା ପ୍ରଭୁର ଭାର୍ଯ୍ୟାକୁ କହିଲେ, “ଦେଖ, ଏ ଗୃହରେ ଯାହା ଅଛି ମୋ' ପ୍ରଭୁ ତହିଁର ତତ୍ତ୍ୱ ନିଅନ୍ତି ନାହିଁ, ସେ ମୋ' ହସ୍ତରେ ଆପଣାର ସର୍ବସ୍ୱ ସମର୍ପଣ କରିଅଛନ୍ତି।
Genesis 39:23 in Oriya 23 କାରାରକ୍ଷକ ଯୋଷେଫଙ୍କର ହସ୍ତଗତ କୌଣସି ବିଷୟରେ ଦୃଷ୍ଟିପାତ କଲା ନାହିଁ, କାରଣ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଥିଲେ; ପୁଣି, ସେ ଯାହା କଲେ, ସଦାପ୍ରଭୁ ତାହା ସିଦ୍ଧ କଲେ।
1 Samuel 1:28 in Oriya 28 ଏଣୁ ମୁଁ ମଧ୍ୟ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦନ କଲି; ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ ହେଲା, ଏଉତ୍ତାରେ ସେ ସେଠାରେ ସଦାପ୍ରଭୁଙ୍କର ଆରାଧନା କଲା।
1 Samuel 2:18 in Oriya 18 ସେସମୟରେ ଶାମୁୟେଲ ବାଳକ ଶୁକ୍ଳ ଏଫୋଦ ପିନ୍ଧି ସଦାପ୍ରଭୁଙ୍କ ସମ୍ମୁଖରେ ପରିଚର୍ଯ୍ୟା କଲେ।
1 Samuel 2:26 in Oriya 26 ମାତ୍ର ବାଳକ ଶାମୁୟେଲ କ୍ରମେ କ୍ରମେ ବୃଦ୍ଧି ପାଇଲେ, ପୁଣି, ସଦାପ୍ରଭୁଙ୍କର ଓ ମଧ୍ୟ ମନୁଷ୍ୟର ସାକ୍ଷାତରେ ଅନୁଗ୍ରହପ୍ରାପ୍ତ ହେଲେ।
1 Samuel 3:19 in Oriya 19 ଏଥିଉତ୍ତାରେ ଶାମୁୟେଲ ବଢ଼ିଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗେ ଥାଇ ଶାମୁୟେଲଙ୍କ କୌଣସି କଥା ତଳେ ପଡ଼ିବାକୁ ଦେଲେ ନାହିଁ।
1 Samuel 16:7 in Oriya 7 ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି, ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି;
1 Samuel 16:12 in Oriya 12 ତହିଁରେ ସେ ଲୋକ ପଠାଇ ତାହାକୁ ଅଣାଇଲା। ସେ ଈଷତ୍ ରକ୍ତବର୍ଣ୍ଣ ଓ ସୁନୟନ ଓ ଦେଖିବାକୁ ସୁନ୍ଦର। ସେତେବେଳେ ସଦାପ୍ରଭୁ କହିଲେ, ଉଠ, ଏହାକୁ ଅଭିଷେକ କର; ଏ ସେହି ଲୋକ।
1 Samuel 17:36 in Oriya 36 ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି।
2 Samuel 19:35 in Oriya 35 ଆଜି ମୁଁ ଅଶୀ ବର୍ଷ ବୟସ୍କ; ମୁଁ କ'ଣ ଭଲ ଓ ମନ୍ଦର ପ୍ରଭେଦ କରିପାରେ ? ଆପଣଙ୍କ ଦାସ ମୁଁ ଯାହା ଭୋଜନ କି ପାନ କରେ, କ'ଣ ତହିଁର ଆସ୍ୱାଦ ପାଇ ପାରେ ? ମୁଁ କି ଗାୟକ ଓ ଗାୟିକାମାନଙ୍କ ସ୍ୱର ଆଉ ଶୁଣି ପାରେ ? ତେବେ କାହିଁକି ଆପଣଙ୍କ ଦାସ ମୋହର ସ୍ବାମୀ ମହାରାଜଙ୍କ ପ୍ରତି ଭାର ସ୍ୱରୂପ ହେବ ?
1 Kings 3:6 in Oriya 6 ତହିଁରେ ଶଲୋମନ କହିଲେ, “ତୁମ୍ଭ ଦାସ ଆମ୍ଭ ପିତା ଦାଉଦ ତୁମ୍ଭ ଛାମୁରେ ସତ୍ୟତା ଓ ଧାର୍ମିକତା ଓ ମନର ସରଳତାରେ ତୁମ୍ଭ ସହିତ ଗମନାଗମନ କରିବା ପ୍ରମାଣେ ତୁମ୍ଭେ ତାଙ୍କ ପ୍ରତି ମହାଦୟା ପ୍ରକାଶ କଲ; ଆହୁରି ତୁମ୍ଭେ ତାଙ୍କ ପାଇଁ ଏହି ମହାଦୟା ରଖିଅଛ ଯେ, ଆଜିର ନ୍ୟାୟ ତାଙ୍କର ସିଂହାସନରେ ବସିବା ପାଇଁ ତାଙ୍କୁ ଏକ ପୁତ୍ର ଦେଇଅଛ।
1 Kings 14:13 in Oriya 13 ପୁଣି, ତାହା ନିମନ୍ତେ ସମୁଦାୟ ଇସ୍ରାଏଲ ଶୋକ କରି ତାହାକୁ କବର ଦେବେ; ମାତ୍ର ଯାରବୀୟାମ ସମ୍ପର୍କୀୟର କେବଳ ସେ ହିଁ କବର ପାଇବ; କାରଣ ଯାରବୀୟାମ-ବଂଶ ମଧ୍ୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ତାହାରିଠାରେ କିଛି ସଦ୍ଭାବ ଦେଖାଯାଇଅଛି।
1 Kings 18:12 in Oriya 12 ମାତ୍ର ମୁଁ ଆପଣଙ୍କ ନିକଟରୁ ଗଲାକ୍ଷଣେ ଯେବେ ସଦାପ୍ରଭୁଙ୍କ ଆତ୍ମା ମୋହର ଅଜ୍ଞାତ କୌଣସି ସ୍ଥାନକୁ ଆପଣଙ୍କୁ ନେଇଯିବେ, ତେବେ ମୁଁ ଯାଇ ଆହାବଙ୍କୁ ସମ୍ବାଦ ଦେଲେ, ସେ ଆପଣଙ୍କୁ ପାଇ ନ ପାରି ମୋତେ ବଧ କରିବେ; ମାତ୍ର ଆପଣଙ୍କ ଦାସ ମୁଁ ବାଲ୍ୟକାଳାବଧି ସଦାପ୍ରଭୁଙ୍କୁ ଭୟ କରୁଅଛି।
2 Chronicles 34:2 in Oriya 2 ପୁଣି, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ପଥରେ ଚାଲିଲେ, ଆଉ, ଦକ୍ଷିଣରେ କି ବାମରେ ଫେରିଲେ ନାହିଁ।
Job 30:2 in Oriya 2 ସେମାନଙ୍କ ବାହୁବଳରେ ମୋହର କି ଲାଭ ହୋଇ ପାରେ ? ସେମାନଙ୍କର ଯୌବନାବସ୍ଥା ନଷ୍ଟ ହୋଇଅଛି।
Psalm 22:9 in Oriya 9 ମାତ୍ର ତୁମ୍ଭେ ହିଁ ମୋତେ ଗର୍ଭରୁ ବାହାର କରି ଆଣିଅଛ; ମୁଁ ଆପଣା ମାତୃ-କୋଳରେ ଥିବା ସମୟରେ ତୁମ୍ଭେ ମୋହର ବିଶ୍ୱାସ ଜନ୍ମାଇଅଛ।
Psalm 34:11 in Oriya 11 ହେ ବାଳକମାନେ, ଆସ, ମୋ' କଥା ଶୁଣ; ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି।
Psalm 71:17 in Oriya 17 ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳଠାରୁ ଶିକ୍ଷା ଦେଇ ଆସୁଅଛ; ପୁଣି, ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସବୁ ପ୍ରଚାର କରିଅଛି।
Psalm 90:10 in Oriya 10 ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ, ଅବା ବଳ ସକାଶୁ ଅଶୀ ବର୍ଷ ହୁଏ; ତଥାପି ତହିଁର ଗର୍ବ ଓ ପରିଶ୍ରମ ଦୁଃଖ ମାତ୍ର; କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ।
Proverbs 8:17 in Oriya 17 ଯେଉଁମାନେ ମୋତେ ପ୍ରେମ କରନ୍ତି, ମୁଁ ସେମାନଙ୍କୁ ପ୍ରେମ କରେ, ପୁଣି ଯେଉଁମାନେ ଯତ୍ନରେ ମୋହର ଅନ୍ୱେଷଣ କରନ୍ତି, ସେମାନେ ମୋତେ ପାଇବେ।
Proverbs 22:6 in Oriya 6 ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ; ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ।
Ecclesiastes 11:8 in Oriya 8 ହଁ, ଯଦି ମନୁଷ୍ୟ ଅନେକ ବର୍ଷ ବଞ୍ଚେ, ତେବେ ସେହି ସବୁରେ ସେ ଆନନ୍ଦ କରୁ; ମାତ୍ର ଅନ୍ଧକାରର ଦିନସବୁ ସେ ମନେ ରଖୁ, କାରଣ ସେହି ଦିନସବୁ ଅନେକ ହେବ। ଯାହା ଯାହା ଘଟେ, ସବୁ ଅସାର।
Ecclesiastes 11:10 in Oriya 10 ଏହେତୁ ଆପଣା ହୃଦୟରୁ ବିରକ୍ତି ଦୂର କର ଓ ଆପଣା ଶରୀରରୁ ଦୁଃଖ ଦୂର କର; କାରଣ ଯୌବନ ଓ ଜୀବନର ଉତ୍ତମାଂଶ ଅସାର।
Isaiah 26:8 in Oriya 8 ହେ ସଦାପ୍ରଭୁ, ଆମ୍ଭେମାନେ ତୁମ୍ଭ ଶାସନ ମାର୍ଗରେ ତୁମ୍ଭ ଅପେକ୍ଷାରେ ରହିଅଛୁ; ତୁମ୍ଭର ନାମ ଓ ତୁମ୍ଭର ସ୍ମରଣ ଚିହ୍ନ ପ୍ରତି ଆମ୍ଭମାନଙ୍କର ପ୍ରାଣର ଆକାଂକ୍ଷା ଅଛି।
Lamentations 3:27 in Oriya 27 ଯୌବନ କାଳରେ ଯୁଆଳି ବହିବା ମନୁଷ୍ୟ ନିମନ୍ତେ ମଙ୍ଗଳ ଅଟେ।
Daniel 1:8 in Oriya 8 ମାତ୍ର ରାଜାର ଆହାରୀୟ ଦ୍ରବ୍ୟରେ ଓ ତାହାର ପାନୀୟ ଦ୍ରାକ୍ଷାରସରେ ଆପଣାକୁ ଅଶୁଚି ନ କରିବା ପାଇଁ ଦାନିୟେଲ ନିଜ ମନରେ ସ୍ଥିର କଲେ; ଏହେତୁ ସେ ଯେପରି ଆପଣାକୁ ଅଶୁଚି ନ କରନ୍ତି, ଏଥିପାଇଁ ସେ ନପୁଂସକାଧିପତିଙ୍କୁ ନିବେଦନ କଲେ।
Daniel 1:17 in Oriya 17 ଆଉ, ପରମେଶ୍ୱର ସେହି ଚାରି ଯୁବାଙ୍କୁ ସମସ୍ତ ବିଦ୍ୟା ଓ ଜ୍ଞାନରେ, ବୁଦ୍ଧି ଓ ନିପୁଣତା ଦେଲେ ପୁଣି, ଦାନିୟେଲ ଯାବତୀୟ ଦର୍ଶନ ଓ ସ୍ୱପ୍ନ ବିଷୟରେ ବୁଦ୍ଧିମାନ ହେଲେ।
Hosea 7:9 in Oriya 9 ବିଦେଶୀମାନେ ତାହାର ବଳ ଗ୍ରାସ କରିଅଛନ୍ତି, ଆଉ ସେ ତାହା ଜାଣେ ନାହିଁ; ହଁ, ତାହାର ମସ୍ତକରେ, ଏଠାରେ ସେଠାରେ ପକ୍ୱ କେଶ ଅଛି, ମାତ୍ର ସେ ତାହା ଜାଣେ ନାହିଁ।
Luke 1:15 in Oriya 15 ଯେଣୁ ସେ ପ୍ରଭୁଙ୍କ ଛାମୁରେ ମହାନ ହେବ; ସେ ଦ୍ରାକ୍ଷାରସ କି ମଦ୍ୟ କେବେ ହେଁ ପାନ କରିବ ନାହିଁ, ପୁଣି, ମାତାର ଉଦରରୁ ହିଁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବ,
Luke 2:40 in Oriya 40 ଆଉ, ଶିଶୁ ବୃଦ୍ଧି ପାଇବାକୁ ଲାଗିଲେ ଓ ଜ୍ଞାନରେ ପୂର୍ଣ୍ଣ ହେଉ ହେଉ ଶକ୍ତିମାନ ହେଲେ, ପୁଣି, ଇଶ୍ବରଙ୍କ ଅନୁଗ୍ରହ ତାହାଙ୍କ ଉପରେ ଥିଲା।
Luke 18:16 in Oriya 16 କିନ୍ତୁ ସେ ସେମାନଙ୍କୁ ଆପଣା ପାଖକୁ ଡାକି କହିଲେ, ଶିଶୁମାନଙ୍କୁ ମୋ ନିକଟକୁ ଆସିବାକୁ ଦିଅ, ଆଉ ସେମାନଙ୍କୁ ମନା କର ନାହିଁ; କାରଣ ଇଶ୍ବରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର।
Ephesians 6:4 in Oriya 4 ପୁଣି, ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ୱାରା ପ୍ରତିପାଳନ କର।
2 Timothy 3:15 in Oriya 15 ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟ କାଳଠାରୁ ଜାଣିଅଛ।