Ecclesiastes 2:24 in Oriya 24 ଭୋଜନ ଓ ପାନ ପୁଣି ନିଜ ପରିଶ୍ରମରେ ଆପଣା ପ୍ରାଣକୁ ସୁଖଭୋଗ କରାଇବା ଅପେକ୍ଷା ମନୁଷ୍ୟର ଆଉ ଅଧିକ ମଙ୍ଗଳ ବିଷୟ ନାହିଁ। ମଧ୍ୟ ମୁଁ ଦେଖିଲି, ଏହା ପରମେଶ୍ୱରଙ୍କ ହସ୍ତରୁ ହୁଏ।
Other Translations King James Version (KJV) There is nothing better for a man, than that he should eat and drink, and that he should make his soul enjoy good in his labour. This also I saw, that it was from the hand of God.
American Standard Version (ASV) There is nothing better for a man `than' that he should eat and drink, and make his soul enjoy good in his labor. This also I saw, that it is from the hand of God.
Bible in Basic English (BBE) There is nothing better for a man than taking meat and drink, and having delight in his work. This again I saw was from the hand of God.
Darby English Bible (DBY) There is nothing good for man, but that he should eat and drink, and that he should make his soul enjoy good in his labour. This also I saw, that it was from the hand of God.
World English Bible (WEB) There is nothing better for a man than that he should eat and drink, and make his soul enjoy good in his labor. This also I saw, that it is from the hand of God.
Young's Literal Translation (YLT) There is nothing good in a man who eateth, and hath drunk, and hath shewn his soul good in his labour. This also I have seen that it `is' from the hand of God.
Cross Reference Deuteronomy 12:12 in Oriya 12 ଆଉ ତୁମ୍ଭେମାନେ, ତୁମ୍ଭମାନଙ୍କ ପୁତ୍ରଗଣ, ତୁମ୍ଭମାନଙ୍କ କନ୍ୟାଗଣ, ତୁମ୍ଭମାନଙ୍କ ଦାସଗଣ ଓ ତୁମ୍ଭମାନଙ୍କ ଦାସୀଗଣ, ପୁଣି ତୁମ୍ଭମାନଙ୍କ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକର କୌଣସି ଅଂଶ କି ଅଧିକାର ତୁମ୍ଭମାନଙ୍କ ମଧ୍ୟରେ ନ ଥିବା ସକାଶୁ ସେ ଏବଂ ତୁମ୍ଭେ ସମସ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।
Deuteronomy 12:18 in Oriya 18 ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ ତାହା ଭୋଜନ କରିବ, ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାର ମଧ୍ୟବର୍ତ୍ତୀ ଲେବୀୟ ଲୋକ (ତାହା ଭୋଜନ କରିବ) ଯେସମସ୍ତ ବିଷୟରେ ତୁମ୍ଭେ ହାତ ଦେବ, ତହିଁରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।
Nehemiah 8:10 in Oriya 10 ଆଉ, ନିହିମିୟା ସେମାନଙ୍କୁ କହିଲା, “ଆପଣା ଆପଣା ପଥରେ ଯାଅ, ଚିକଣ ଦ୍ରବ୍ୟ ଭୋଜନ କର ଓ ମିଠା ଦ୍ରବ୍ୟ ପାନ କର ଓ ଯାହା ନିମନ୍ତେ କିଛି ପ୍ରସ୍ତୁତ ହୋଇ ନାହିଁ, ତାହା ନିକଟକୁ କିଛି ଅଂଶ ପଠାଅ; କାରଣ ଆଜିର ଦିନ ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ, ତୁମ୍ଭେମାନେ ଦୁଃଖିତ ନ ହୁଅ; ଯେଣୁ ସଦାପ୍ରଭୁ ବିଷୟକ ଆନନ୍ଦ ତୁମ୍ଭମାନଙ୍କର ବଳ ଅଟେ।”
Ecclesiastes 3:12 in Oriya 12 ମୁଁ ଜାଣେ ଯେ, ଯାବଜ୍ଜୀବନ ଆନନ୍ଦ ଓ ସୁକର୍ମ କରିବା ଅପେକ୍ଷା ସେମାନଙ୍କର ଆଉ କୌଣସି ମଙ୍ଗଳ ବିଷୟ ନାହିଁ।
Ecclesiastes 3:22 in Oriya 22 ଏହେତୁ ମନୁଷ୍ୟ ସ୍ୱକର୍ମରେ ଆନନ୍ଦ କରିବା ଅପେକ୍ଷା ଆଉ ତାହାର କିଛି ଅଧିକ ମଙ୍ଗଳ ନାହିଁ ବୋଲି ମୁଁ ଦେଖିଲି; କାରଣ ଏହା ହିଁ ତାହାର ଅଧିକାର; ଆଉ, ତାହା ପରେ ଯାହା ଘଟିବ, ତାହା ଦେଖିବା ପାଇଁ କିଏ ତାହାକୁ ଫେରାଇ ଆଣି ପାରେ ?
Ecclesiastes 5:18 in Oriya 18 ଦେଖ, ଭୋଜନ ଓ ପାନ କରିବାର ଓ ପରମେଶ୍ୱରଙ୍କ ଦତ୍ତ ପରମାୟୁ ମଧ୍ୟରେ ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସମସ୍ତ ପରିଶ୍ରମରେ ସୁଖଭୋଗ କରିବାର, ଏହା ହିଁ ତାହା ପକ୍ଷରେ ଉତ୍ତମ ଓ ମନୋହର ବୋଲି ମୁଁ ଦେଖିଅଛି; କାରଣ ଏହା ହିଁ ତାହାର ଅଂଶ।
Ecclesiastes 6:2 in Oriya 2 ପରମେଶ୍ୱର କାହାକୁ କାହାକୁ ଏତେ ଧନ, ସମ୍ପତ୍ତି ଓ ସମ୍ଭ୍ରମ ଦିଅନ୍ତି ଯେ, ତାହାର ମନୋବାଞ୍ଛା ପୂର୍ଣ୍ଣ କରିବାକୁ କୌଣସି ବିଷୟର ଅଭାବ ନ ଥାଏ, ତଥାପି ତାହା ଭୋଗ କରିବା ପାଇଁ ପରମେଶ୍ୱର ତାହାକୁ କ୍ଷମତା ଦିଅନ୍ତି ନାହିଁ, ମାତ୍ର ଅନ୍ୟ ଲୋକ ତାହା ଭୋଗ କରେ; ଏହା ଅସାର ଓ ମନ୍ଦ ବ୍ୟାଧି ସ୍ୱରୂପ।
Ecclesiastes 8:15 in Oriya 15 ତହୁଁ ମୁଁ ଆନନ୍ଦର ପ୍ରଶଂସା କଲି, କାରଣ ଭୋଜନ ଓ ପାନ ଓ ଆନନ୍ଦ କରିବା ଅପେକ୍ଷା ସୂର୍ଯ୍ୟ ତଳେ ମନୁଷ୍ୟ ପ୍ରତି ଆଉ କୌଣସି ଉତ୍ତମ ବିଷୟ ନାହିଁ; ଯେଣୁ ସେ ସୂର୍ଯ୍ୟ ତଳେ ପରମେଶ୍ୱରଙ୍କ ଦତ୍ତ ତାହାର ପରମାୟୁ ମଧ୍ୟରେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସବୁରେ ଏହା ହିଁ ତାହାର ସହବର୍ତ୍ତୀ ହେବ।
Ecclesiastes 9:7 in Oriya 7 ତୁମ୍ଭେ ଆପଣା ମାର୍ଗରେ ଯାଅ, ଆନନ୍ଦରେ ଆପଣା ଆହାର ଭୋଜନ କର ଓ ହୃଷ୍ଟଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କର; କାରଣ ପରମେଶ୍ୱର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି।
Ecclesiastes 11:9 in Oriya 9 ହେ ଯୁବା ଲୋକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ, ପୁଣି ଆପଣା ମନର ଗତିରେ ଓ ଆପଣା ଚକ୍ଷୁର ଦର୍ଶନରେ ଚାଲ; ମାତ୍ର ପରମେଶ୍ୱର ଏହିସବୁ ବିଷୟ ଧରି ତୁମ୍ଭକୁ ବିଚାରରେ ଆଣିବେ, ଏହା ତୁମ୍ଭେ ଜ୍ଞାତ ହୁଅ।
Malachi 2:2 in Oriya 2 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯଦି ତୁମ୍ଭେମାନେ ନ ଶୁଣିବ ଓ ଆମ୍ଭ ନାମକୁ ଗୌରବ ଦେବା ନିମନ୍ତେ ମନୋଯୋଗ ନ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କ ଉପରେ ଅଭିଶାପ ପ୍ରେରଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ଆଶୀର୍ବାଦସକଳକୁ ଅଭିଶାପ ଦେବା; ହଁ, ସେହିସବୁକୁ ଅଭିଶାପ ଦେଇ ସାରିଅଛୁ, କାରଣ ତୁମ୍ଭେମାନେ ତହିଁରେ ମନୋଯୋଗ କରୁ ନାହଁ।
Luke 12:19 in Oriya 19 ଆଉ ମୁଁ ମୋହର ପ୍ରାଣକୁ କହିବି, ରେ ପ୍ରାଣ, ଅନେକ ବର୍ଷ ନିମନ୍ତେ ତୋର ବହୁତ ଖାଦ୍ୟଶସ୍ୟ ସଞ୍ଚିତ ଅଛି, ବିଶ୍ରାମ କର୍, ଭୋଜନ କର୍, ଆମୋଦ କର୍;
Acts 14:17 in Oriya 17 ତଥାପି ସେ ଆପଣାକୁ ସାକ୍ଷ୍ୟ ବିହୀନ କରି ରଖି ନାହାଁନ୍ତି, କାରଣ ସେ ମଙ୍ଗଳ କରିଅଛନ୍ତି, ଆଉ ଆକାଶରୁ ବୃଷ୍ଟି ଓ ଫଳଦାୟକ ଋତୁ ଗୁଡ଼ିକ ଦେଇ ଭକ୍ଷ ଓ ଆନନ୍ଦରେ ଆପଣମାନଙ୍କ ହୃଦୟ ପରିତୃପ୍ତ କରିଅଛନ୍ତି।
1 Corinthians 15:32 in Oriya 32 ଯଦି ଲୋକାଚାର ଅନୁସାରେ ମୁଁ ଏଫିସରେ ବନ୍ୟ ପଶୁମାନଙ୍କ ସହିତ ଯୁଦ୍ଧ କରିଅଛି, ତେବେ ସେଥିରେ ମୋହର ଲାଭ କ'ଣ ? ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ‘ଆସ, ଆମ୍ଭେମାନେ ଭୋଜନପାନ କରୁ, କାରଣ କାଲି ଆମ୍ଭେମାନେ ମରିବା'।
1 Timothy 6:17 in Oriya 17 ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୁଅନ୍ତି ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରନ୍ତି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁରଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ୱର, ତାହାଙ୍କ ଉପରେ ନିର୍ଭର କରନ୍ତି,