Ecclesiastes 3:14 in Oriya 14 ମୁଁ ଜାଣେ ଯେ, ପରମେଶ୍ୱର ଯାହା କିଛି କରନ୍ତି, ତାହା ଅନନ୍ତକାଳସ୍ଥାୟୀ; ତାହା ବଢ଼ାଯାଇ ନ ପାରେ, କିଅବା ତାହା ଊଣା କରାଯାଇ ନ ପାରେ; ଆଉ ମନୁଷ୍ୟମାନେ ପରମେଶ୍ୱରଙ୍କ ସମ୍ମୁଖରେ ଭୀତ ହେବା ପାଇଁ ସେ ତାହା କରିଅଛନ୍ତି।
Other Translations King James Version (KJV) I know that, whatsoever God doeth, it shall be for ever: nothing can be put to it, nor any thing taken from it: and God doeth it, that men should fear before him.
American Standard Version (ASV) I know that, whatsoever God doeth, it shall be for ever: nothing can be put to it, nor anything taken from it; and God hath done it, that men should fear before him.
Bible in Basic English (BBE) I am certain that whatever God does will be for ever. No addition may be made to it, nothing may be taken from it; and God has done it so that man may be in fear before him.
Darby English Bible (DBY) I know that whatever God doeth, it shall be for ever; there is nothing to be added to it, nor anything to be taken from it; and God doeth [it], that [men] should fear before him.
World English Bible (WEB) I know that whatever God does, it shall be forever. Nothing can be added to it, nor anything taken from it; and God has done it, that men should fear before him.
Young's Literal Translation (YLT) I have known that all that God doth is to the age, to it nothing is to be added, and from it nothing is to be withdrawn; and God hath wrought that they do fear before Him.
Cross Reference Psalm 33:11 in Oriya 11 ସଦାପ୍ରଭୁଙ୍କ ମନ୍ତ୍ରଣା ଅନନ୍ତକାଳସ୍ଥାୟୀ; ତାହାଙ୍କ ଚିତ୍ତର ସଙ୍କଳ୍ପସବୁ ପୁରୁଷାନୁକ୍ରମେ ଥାଏ।
Psalm 64:9 in Oriya 9 ପୁଣି, ସକଳ ମନୁଷ୍ୟ ଭୟ କରିବେ, ସେମାନେ ପରମେଶ୍ୱରଙ୍କ କର୍ମ ପ୍ରକାଶ କରିବେ ଓ ତାହାଙ୍କର କ୍ରିୟା ସୁବିବେଚନା କରିବେ।
Psalm 76:10 in Oriya 10 ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ୱାରା ଆପଣା କଟିବନ୍ଧନ କରିବ।
Psalm 119:90 in Oriya 90 ତୁମ୍ଭର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ସ୍ଥାୟୀ; ତୁମ୍ଭେ ପୃଥିବୀକୁ ସଂସ୍ଥାପନ କରିଅଛ ଓ ତାହା ସୁସ୍ଥିର ଥାଏ।
Proverbs 19:21 in Oriya 21 ମନୁଷ୍ୟର ମନରେ ନାନା ସଙ୍କଳ୍ପ ଥାଏ, ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ।
Proverbs 21:30 in Oriya 30 ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ।
Proverbs 30:6 in Oriya 6 ତାହାଙ୍କ ବାକ୍ୟରେ ଯୋଗ କର ନାହିଁ, କଲେ ସେ ତୁମ୍ଭକୁ ଅନୁଯୋଗ କରିବେ, ପୁଣି, ତୁମ୍ଭେ ମିଥ୍ୟାବାଦୀ ଜଣା ପଡ଼ିବ।
Ecclesiastes 5:7 in Oriya 7 କାରଣ ସ୍ୱପ୍ନ ଓ ଅସାରତାର ବାହୁଲ୍ୟ ଓ ବହୁ ବାକ୍ୟ ଦ୍ୱାରା ଏହିପରି ଘଟେ; ମାତ୍ର ତୁମ୍ଭେ ପରମେଶ୍ୱରଙ୍କୁ ଭୟ କର।
Ecclesiastes 7:18 in Oriya 18 ଏହା ଧରି ରଖିବାର, ମଧ୍ୟ ତାହାଠାରୁ ହସ୍ତ କାଢ଼ି ନ ନେବାର ତୁମ୍ଭର ଉତ୍ତମ; କାରଣ ଯେ ପରମେଶ୍ୱରଙ୍କୁ ଭୟ କରେ, ସେ ଏହିସବୁରୁ ଉତ୍ତୀର୍ଣ୍ଣ ହେବ।
Ecclesiastes 8:12 in Oriya 12 ଯଦ୍ୟପି ପାପୀ ଶହେ ଥର ଦୁଷ୍କର୍ମ କରି ଦୀର୍ଘଜୀବୀ ହୁଏ, ତଥାପି ମୁଁ ନିଶ୍ଚୟ ଜାଣେ ଯେ, ପରମେଶ୍ୱରଙ୍କ ଭୟକାରୀମାନେ ତାହାଙ୍କ ଛାମୁରେ ଭୀତ ହୁଅନ୍ତି ବୋଲି ସେମାନଙ୍କର ମଙ୍ଗଳ ହେବ;
Isaiah 10:12 in Oriya 12 ଏହେତୁ ଏପରି ଘଟିବ ଯେ, ପ୍ରଭୁ ସିୟୋନ ପର୍ବତରେ ଓ ଯିରୂଶାଲମରେ ଆପଣାର ସମସ୍ତ କାର୍ଯ୍ୟ ସାଧନ କଲା ଉତ୍ତାରେ ଆମ୍ଭେ ଅଶୂର-ରାଜର ଅହଙ୍କାରମୟ ଚିତ୍ତରୂପ ଫଳର ଓ ତାହାର ଉଚ୍ଚ ଦୃଷ୍ଟିରୂପ ଆଡ଼ମ୍ବରର ପ୍ରତିଫଳ ଦେବା।
Isaiah 46:10 in Oriya 10 ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, “ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,”
Isaiah 59:18 in Oriya 18 ସେମାନଙ୍କର କର୍ମ ପ୍ରମାଣେ ସେ ଆପଣା ବିପକ୍ଷମାନଙ୍କୁ ପ୍ରଚଣ୍ଡ କୋପରୂପ ପ୍ରତିଦାନ ଓ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦେବେ; ଦ୍ୱୀପସମୂହକୁ ପ୍ରତିଫଳ ଦାନ କରିବେ।
Daniel 4:34 in Oriya 34 ଏଥିଉତ୍ତାରେ ସେହି ସମୟର ଶେଷରେ ମୁଁ ନବୂଖଦ୍ନିତ୍ସର ସ୍ୱର୍ଗ ଆଡ଼େ ଉର୍ଦ୍ଧ୍ବ ଦୃଷ୍ଟି କଲି, ତହିଁରେ ମୋର ବୁଦ୍ଧି ମୋ' କତିକୁ ଫେରି ଆସିଲା, ତହୁଁ ମୁଁ ସର୍ବୋପରିସ୍ଥଙ୍କର ଧନ୍ୟବାଦ କଲି ଓ ଯେ ଅନନ୍ତଜୀବୀ, ତାହାଙ୍କର ପ୍ରଶଂସା ଓ ସମାଦର କଲି; କାରଣ ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ ଓ ତାହାଙ୍କର ରାଜ୍ୟ ପୁରୁଷାନୁକ୍ରମେ ଥାଏ।
Daniel 8:8 in Oriya 8 ଏଉତ୍ତାରେ ସେ ଛାଗ ଆପଣାର ଅତିଶୟ ବଡ଼ାଇ ପ୍ରକାଶ କଲା ଓ ସେ ବଳବାନ ଥିଲା ବେଳେ ତାହାର ବୃହତ୍ ଶୃଙ୍ଗ ଭଗ୍ନ ହେଲା; ଆଉ, ତହିଁର ପରିବର୍ତ୍ତରେ ଆକାଶର ଚତୁର୍ଦ୍ଦିଗ ଆଡ଼େ ଚାରି ବିଲକ୍ଷଣ ଶୃଙ୍ଗ ଉତ୍ପନ୍ନ ହେଲା।
Daniel 11:2 in Oriya 2 ଏବେ, ଆମ୍ଭେ ତୁମ୍ଭଙ୍କୁ ସତ୍ୟ କଥା ଜଣାଇବା। ଦେଖ, ପାରସ୍ୟରେ ଆଉ ତିନି ରାଜା ଉତ୍ପନ୍ନ ହେବେ ଓ ଚତୁର୍ଥ ରାଜା ସେହି ସମସ୍ତଙ୍କ ଅପେକ୍ଷା ଅଧିକ ଧନଶାଳୀ ହେବ; ଆଉ, ସେ ଆପଣା ଧନରେ ବଳବାନ ହେଲେ ଗ୍ରୀସ୍ ରାଜ୍ୟ ବିରୁଦ୍ଧରେ ସମସ୍ତଙ୍କୁ ଉତ୍ତେଜିତ କରିବ।
John 19:10 in Oriya 10 ସେଥିରେ ପୀଲାତ ତାହାଙ୍କୁ କହିଲେ, ଆମ୍ଭକୁ କଥା କହୁ ନାହଁ ? ତୁମ୍ଭକୁ ମୁକ୍ତ କରିବାକୁ ଆମ୍ଭର ଅଧିକାର ଅଛି ଓ ତୁମ୍ଭକୁ କ୍ରୁଶରେ ଚଢ଼ାଇବାକୁ ଆମ୍ଭର ଅଧିକାର ଅଛି, ଏହା କି ତୁମ୍ଭେ ଜାଣୁ ନାହଁ ?
John 19:28 in Oriya 28 ଏହାପରେ ଯୀଶୁ ଧର୍ମଶାସ୍ତ୍ରର ବାକ୍ୟ ଯେପରି ସଫଳ ହୁଏ, ଏଥି ନିମନ୍ତେ ସମସ୍ତ ବିଷୟ ଏବେ ସମାପ୍ତ ହୋଇଅଛି ବୋଲି ଜାଣି କହିଲେ, ମୋତେ ତୃଷା ଲାଗୁଅଛି।
Acts 2:23 in Oriya 23 ସେହି ବ୍ୟକ୍ତି ଇଶ୍ବରଙ୍କ ନିରୂୂପିତ ସଙ୍କଳ୍ପ ଓ ପୂର୍ବାଜ୍ଞାନୁସାରେ ସମର୍ପିତ ହୁଅନ୍ତେ, ଆପଣମାନେ ତାହାଙ୍କୁ ଅଧାର୍ମିକମାନଙ୍କ ହସ୍ତ ଦ୍ୱାରା କ୍ରୁଶାରୋପଣ କରି ବଧ କରିଥିଲେ;
Acts 4:28 in Oriya 28 ତୁମ୍ଭର ସଂକଳ୍ପ ଦ୍ୱାରା ଯେ ସମସ୍ତ ବିଷୟ ଘଟିବ ବୋଲି ପୂର୍ବରୁ ନିରୂପିତ ହୋଇଥିଲା, ତାହା କରିବାକୁ ଏକତ୍ର ହେଲେ।
Acts 5:39 in Oriya 39 କିନ୍ତୁ ଯଦି ତାହା ଈଶ୍ୱରଙ୍କଠାରୁ ହୋଇଥାଏ, ତାହାହେଲେ ଆପଣମାନେ ସେମାନଙ୍କୁ ଉଚ୍ଛିନ୍ନ କରିବାକୁ ସମର୍ଥ ହେବେ ନାହିଁ, କାଳେ ଆପଣମାନେ ଇଶ୍ବରଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି ବୋଲି ଦେଖାଯିବେ।
Romans 11:36 in Oriya 36 ଯେଣୁ ସମସ୍ତ ବିଷୟ ତାହାଙ୍କଠାରୁ, ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ; ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍।
Ephesians 3:11 in Oriya 11 ତଦନୁସାରେ ମଣ୍ଡଳୀ ଦ୍ୱାରା ଯେପରି ତାହାଙ୍କର ବହୁବିଧ ଜ୍ଞାନ, ସ୍ୱର୍ଗରେ କର୍ତ୍ତାପଣ ଓ ଅଧିକାରପ୍ରାପ୍ତ ବ୍ୟକ୍ତିମାନଙ୍କୁ ଜ୍ଞାତ କରାଯାଏ;
Titus 1:2 in Oriya 2 ଇଶ୍ବରଙ୍କ ମନୋନୀତ ଲୋକମାନେ ଅନନ୍ତ ଜୀବନର ଭରସା ପ୍ରାପ୍ତ ହୋଇ, ଯେପରି ବିଶ୍ଵାସ ଓ ଭକ୍ତି ସହିତ ସତ୍ୟ ଜ୍ଞାନରେ ବୃଦ୍ଧି ପାଆନ୍ତି, ଏଥି ନିମନ୍ତେ ମୁଁ ପ୍ରେରିତ ହୋଇଅଛି;
James 1:17 in Oriya 17 ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ।
Revelation 15:4 in Oriya 4 ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ, ଯେଣୁ ତୁମ୍ଭର ନ୍ୟାୟ କର୍ମସମୂହ ପ୍ରକାଶିତ ହୋଇଅଛି।