Ecclesiastes 3:22 in Oriya 22 ଏହେତୁ ମନୁଷ୍ୟ ସ୍ୱକର୍ମରେ ଆନନ୍ଦ କରିବା ଅପେକ୍ଷା ଆଉ ତାହାର କିଛି ଅଧିକ ମଙ୍ଗଳ ନାହିଁ ବୋଲି ମୁଁ ଦେଖିଲି; କାରଣ ଏହା ହିଁ ତାହାର ଅଧିକାର; ଆଉ, ତାହା ପରେ ଯାହା ଘଟିବ, ତାହା ଦେଖିବା ପାଇଁ କିଏ ତାହାକୁ ଫେରାଇ ଆଣି ପାରେ ?
Other Translations King James Version (KJV) Wherefore I perceive that there is nothing better, than that a man should rejoice in his own works; for that is his portion: for who shall bring him to see what shall be after him?
American Standard Version (ASV) Wherefore I saw that there is nothing better, than that a man should rejoice in his works; for that is his portion: for who shall bring him `back' to see what shall be after him?
Bible in Basic English (BBE) So I saw that there is nothing better than for a man to have joy in his work--because that is his reward. Who will make him see what will come after him?
Darby English Bible (DBY) And I have seen that there is nothing better than that man should rejoice in his own works; for that is his portion; for who shall bring him to see what shall be after him?
World English Bible (WEB) Therefore I saw that there is nothing better, than that a man should rejoice in his works; for that is his portion: for who can bring him to see what will be after him?
Young's Literal Translation (YLT) And I have seen that there is nothing better than that man rejoice in his works, for it `is' his portion; for who doth bring him in to look on that which is after him?
Cross Reference Deuteronomy 12:7 in Oriya 7 ପୁଣି ସେହି ସ୍ଥାନରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଯେଉଁ ବିଷୟରେ ତୁମ୍ଭକୁ ଆଶୀର୍ବାଦ କରିଅଛନ୍ତି, ଏପରି ଯେକୌଣସି ବିଷୟରେ ତୁମ୍ଭେମାନେ ହାତ ଦେବ, ତହିଁରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିବାର ଆନନ୍ଦ କରିବ।
Deuteronomy 12:18 in Oriya 18 ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ ତାହା ଭୋଜନ କରିବ, ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାର ମଧ୍ୟବର୍ତ୍ତୀ ଲେବୀୟ ଲୋକ (ତାହା ଭୋଜନ କରିବ) ଯେସମସ୍ତ ବିଷୟରେ ତୁମ୍ଭେ ହାତ ଦେବ, ତହିଁରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।
Deuteronomy 26:10 in Oriya 10 ଏବେ, ହେ ସଦାପ୍ରଭୁ, ଦେଖ, ତୁମ୍ଭେ ଆମ୍ଭକୁ ଯେଉଁ ଭୂମି ଦେଇଅଛ, ଆମ୍ଭେ ତହିଁର ପ୍ରଥମ ଫଳ ଆଣିଅଛୁ।” ଏଉତ୍ତାରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତାହା ରଖିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବ।
Deuteronomy 28:47 in Oriya 47 କାରଣ ତୁମ୍ଭେ ସର୍ବ ପ୍ରକାର ସମ୍ପତ୍ତି ବହୁଳ ରୂପେ ପାଇଲେ ର୍ହେଁ ଆନନ୍ଦରେ ଓ ପ୍ରଫୁଲ୍ଲ ଚିତ୍ତରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ସେବା କଲ ନାହିଁ।
Job 14:21 in Oriya 21 ତାହାର ସନ୍ତାନଗଣ ସମ୍ଭ୍ରମପ୍ରାପ୍ତ ହେଲେ, ସେ ତାହା ଜାଣେ ନାହିଁ; ପୁଣି, ସେମାନେ ଅବନତ ହେଲେ, ସେ ସେମାନଙ୍କ ବିଷୟ ବୋଧ ପାଏ ନାହିଁ।
Ecclesiastes 2:10 in Oriya 10 ପୁଣି, ମୋ' ଚକ୍ଷୁ ଯାହା ଦେଖି ଯାହା କଲା, ତାହା ମୁଁ ତାହାକୁ ନିଷେଧ କଲି ନାହିଁ; ମୁଁ ଆପଣା ହୃଦୟକୁ କୌଣସି ସୁଖଭୋଗରୁ ବାରଣ କଲି ନାହିଁ, କାରଣ ମୋହର ସମସ୍ତ ପରିଶ୍ରମ ସକାଶୁ ମୋହର ହୃଦୟ ଆନନ୍ଦ କଲା; ପୁଣି, ମୋହର ସକଳ ପରିଶ୍ରମରୁ ଏହା ମୋହର ଅଂଶ ଥିଲା।
Ecclesiastes 2:24 in Oriya 24 ଭୋଜନ ଓ ପାନ ପୁଣି ନିଜ ପରିଶ୍ରମରେ ଆପଣା ପ୍ରାଣକୁ ସୁଖଭୋଗ କରାଇବା ଅପେକ୍ଷା ମନୁଷ୍ୟର ଆଉ ଅଧିକ ମଙ୍ଗଳ ବିଷୟ ନାହିଁ। ମଧ୍ୟ ମୁଁ ଦେଖିଲି, ଏହା ପରମେଶ୍ୱରଙ୍କ ହସ୍ତରୁ ହୁଏ।
Ecclesiastes 3:11 in Oriya 11 ସେ ପ୍ରତ୍ୟେକ ବିଷୟକୁ ତାହାର ସମୟରେ ଶୋଭିତ କରିଅଛନ୍ତି; ମଧ୍ୟ ସେ ସେମାନଙ୍କ ହୃଦୟରେ ଅନନ୍ତ କାଳ ରଖିଅଛନ୍ତି; ତଥାପି ପରମେଶ୍ୱର ପ୍ରଥମଠାରୁ ଶେଷ ପର୍ଯ୍ୟନ୍ତ ଯେଉଁ କାର୍ଯ୍ୟ କରିଅଛନ୍ତି, ମନୁଷ୍ୟ ତହିଁର ତତ୍ତ୍ୱ ପାଇ ପାରେ ନାହିଁ।
Ecclesiastes 5:18 in Oriya 18 ଦେଖ, ଭୋଜନ ଓ ପାନ କରିବାର ଓ ପରମେଶ୍ୱରଙ୍କ ଦତ୍ତ ପରମାୟୁ ମଧ୍ୟରେ ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସମସ୍ତ ପରିଶ୍ରମରେ ସୁଖଭୋଗ କରିବାର, ଏହା ହିଁ ତାହା ପକ୍ଷରେ ଉତ୍ତମ ଓ ମନୋହର ବୋଲି ମୁଁ ଦେଖିଅଛି; କାରଣ ଏହା ହିଁ ତାହାର ଅଂଶ।
Ecclesiastes 6:12 in Oriya 12 କାରଣ ମନୁଷ୍ୟ ଛାୟା ତୁଲ୍ୟ ଆପଣାର ଯେଉଁ ଅସାର ଜୀବନର ଦିନସବୁ କ୍ଷେପଣ କରେ, ସେହି ଜୀବନ କାଳରେ ତାହାର ମଙ୍ଗଳ କଅଣ, ଏହା କିଏ ଜାଣେ ? ଆଉ, ମନୁଷ୍ୟର ମରଣାନ୍ତେ ସୂର୍ଯ୍ୟ ତଳେ ଯାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ ?
Ecclesiastes 8:7 in Oriya 7 କାରଣ କଅଣ ଘଟିବ, ତାହା ସେ ଜାଣେ ନାହିଁ ଓ କିପ୍ରକାରେ ତାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ ?
Ecclesiastes 8:15 in Oriya 15 ତହୁଁ ମୁଁ ଆନନ୍ଦର ପ୍ରଶଂସା କଲି, କାରଣ ଭୋଜନ ଓ ପାନ ଓ ଆନନ୍ଦ କରିବା ଅପେକ୍ଷା ସୂର୍ଯ୍ୟ ତଳେ ମନୁଷ୍ୟ ପ୍ରତି ଆଉ କୌଣସି ଉତ୍ତମ ବିଷୟ ନାହିଁ; ଯେଣୁ ସେ ସୂର୍ଯ୍ୟ ତଳେ ପରମେଶ୍ୱରଙ୍କ ଦତ୍ତ ତାହାର ପରମାୟୁ ମଧ୍ୟରେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସବୁରେ ଏହା ହିଁ ତାହାର ସହବର୍ତ୍ତୀ ହେବ।
Ecclesiastes 9:7 in Oriya 7 ତୁମ୍ଭେ ଆପଣା ମାର୍ଗରେ ଯାଅ, ଆନନ୍ଦରେ ଆପଣା ଆହାର ଭୋଜନ କର ଓ ହୃଷ୍ଟଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କର; କାରଣ ପରମେଶ୍ୱର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି।
Ecclesiastes 9:12 in Oriya 12 କାରଣ ମନୁଷ୍ୟ ମଧ୍ୟ ଆପଣା ମୃତ୍ୟୁର ସମୟ ଜାଣେ ନାହିଁ; ଯେପରି ମତ୍ସ୍ୟଗଣ ଅଶୁଭ ଜାଲରେ ପଡ଼ନ୍ତି ଓ ଯେପରି ପକ୍ଷୀଗଣ ଫାନ୍ଦରେ ଧରାଯାଆନ୍ତି, ସେହିପରି ମନୁଷ୍ୟ ସନ୍ତାନଗଣ ଅକସ୍ମାତ୍ ଉପସ୍ଥିତ ବିପଦ ସମୟରେ ଧରାପଡ଼ନ୍ତି।
Ecclesiastes 10:14 in Oriya 14 ମୂର୍ଖ ବହୁତ କଥା କହେ; ତଥାପି କଅଣ ହେବ, ମନୁଷ୍ୟ ଜାଣେ ନାହିଁ; ଆଉ, ତାହା ଉତ୍ତାରେ ଯାହା ଘଟିବ, କିଏ ତାହାକୁ ଜଣାଇ ପାରେ ?
Ecclesiastes 11:9 in Oriya 9 ହେ ଯୁବା ଲୋକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ, ପୁଣି ଆପଣା ମନର ଗତିରେ ଓ ଆପଣା ଚକ୍ଷୁର ଦର୍ଶନରେ ଚାଲ; ମାତ୍ର ପରମେଶ୍ୱର ଏହିସବୁ ବିଷୟ ଧରି ତୁମ୍ଭକୁ ବିଚାରରେ ଆଣିବେ, ଏହା ତୁମ୍ଭେ ଜ୍ଞାତ ହୁଅ।
Daniel 12:9 in Oriya 9 ତହିଁରେ ସେ କହିଲେ, ହେ ଦାନିୟେଲ, ତୁମ୍ଭେ ଆପଣା ପଥରେ ଗମନ କର; କାରଣ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ ଓ ମୁଦ୍ରାଙ୍କିତ ହୋଇଅଛି।
Daniel 12:13 in Oriya 13 ମାତ୍ର ଶେଷ କାଳ ପର୍ଯ୍ୟନ୍ତ ତୁମ୍ଭେ ଆପଣା ପଥରେ ଗମନ କର; କାରଣ ତୁମ୍ଭେ ବିଶ୍ରାମ ପାଇବ ଓ କାଳର ଶେଷରେ ଆପଣା ଅଧିକାରରେ ଠିଆ ହେବ।
Matthew 6:34 in Oriya 34 ଅତଏବ କାଲି ପାଇଁ ଚିନ୍ତିତ ହୁଅ ନାହିଁ, କାରଣ କାଲି ନିଜେ ନିଜ ପାଇଁ ଚିନ୍ତା କରିବ। ଆଜିର କଷ୍ଟ ଆଜି ପାଇଁ ଯଥେଷ୍ଟ।
Romans 12:11 in Oriya 11 ଉଦ୍ଯୋଗରେ ଶିଥିଳ ହୁଅ ନାହିଁ; ଆତ୍ମାରେ ଉତ୍ତପ୍ତ ହୁଅ; ପ୍ରଭୁଙ୍କ ସେବା କର;
Philippians 4:4 in Oriya 4 ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର।