Ecclesiastes 4:1 in Oriya 1 ଏଥିଉତ୍ତାରେ ମୁଁ ଫେରି ସୂର୍ଯ୍ୟ ତଳେ କୃତ ଅତ୍ୟାଚାର ସବୁ ଦେଖିଲି; ଆଉ ଦେଖ, ଅତ୍ୟାଚାରପ୍ରାପ୍ତ ଲୋକମାନଙ୍କର ଅଶ୍ରୁପାତ ହୁଏ, ଓ ସେମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ; ପୁଣି, ସେମାନଙ୍କ ଉପଦ୍ରବକାରୀମାନଙ୍କ ପକ୍ଷରେ ପରାକ୍ରମ ଅଛି, ମାତ୍ର ଉପଦ୍ରବପ୍ରାପ୍ତ ଲୋକମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ।
Other Translations King James Version (KJV) So I returned, and considered all the oppressions that are done under the sun: and behold the tears of such as were oppressed, and they had no comforter; and on the side of their oppressors there was power; but they had no comforter.
American Standard Version (ASV) Then I returned and saw all the oppressions that are done under the sun: and, behold, the tears of such as were oppressed, and they had no comforter; and on the side of their oppressors there was power; but they had no comforter.
Bible in Basic English (BBE) And again I saw all the cruel things which are done under the sun; there was the weeping of those who have evil done to them, and they had no comforter: and from the hands of the evil-doers there went out power, but they had no comforter.
Darby English Bible (DBY) And I returned and saw all the oppressions that are done under the sun: and behold, the tears of the oppressed, and they had no comforter; and on the side of their oppressors was power, and they had no comforter.
World English Bible (WEB) Then I returned and saw all the oppressions that are done under the sun: and, behold, the tears of those who were oppressed, and they had no comforter; and on the side of their oppressors there was power; but they had no comforter.
Young's Literal Translation (YLT) And I have turned, and I see all the oppressions that are done under the sun, and lo, the tear of the oppressed, and they have no comforter; and at the hand of their oppressors `is' power, and they have no comforter.
Cross Reference Exodus 1:13 in Oriya 13 ତହିଁରେ ମିସ୍ରୀୟ ଲୋକମାନେ ନିର୍ଦ୍ଦୟ ଭାବରେ ଇସ୍ରାଏଲ ସନ୍ତାନମାନଙ୍କୁ ଦାସ୍ୟକର୍ମ କରାଇଲେ।
Exodus 1:16 in Oriya 16 “ଯେଉଁ ସମୟରେ ତୁମ୍ଭେମାନେ ଏବ୍ରୀୟା ସ୍ତ୍ରୀମାନଙ୍କର ଧାତ୍ରୀକାର୍ଯ୍ୟ କରିବ ଓ ସେମାନଙ୍କୁ ଜନ୍ମାସନରେ ଦେଖିବ; ସେ ସମୟରେ ଯଦି ପୁତ୍ରସନ୍ତାନ ହେବ, ତେବେ ତାକୁ ବଧ କରିବ; ଆଉ ଯଦି କନ୍ୟା ହେବ, ତେବେ ତାକୁ ଜୀବିତ ରଖିବ।”
Exodus 1:22 in Oriya 22 ଏଥିଉତ୍ତାରେ ଫାରୋ ଆପଣା ସମସ୍ତ ପ୍ରଜାଙ୍କୁ ଏହି ଆଜ୍ଞା ଦେଲେ, “ତୁମ୍ଭେମାନେ ନବଜାତ ପ୍ରତ୍ୟେକ ଏବ୍ରୀୟ ପୁତ୍ରସନ୍ତାନକୁ ନଦୀରେ ନିକ୍ଷେପ କର, ମାତ୍ର ପ୍ରତ୍ୟେକ କନ୍ୟାକୁ ଜୀବିତ ରଖ।”
Exodus 2:23 in Oriya 23 ବହୁ କାଳ ଉତ୍ତାରେ ମିସ୍ରୀୟ ରାଜାଙ୍କର ମୃତ୍ୟୁୁ ହେଲା, ପୁଣି, ଇସ୍ରାଏଲ-ସନ୍ତାନଗଣ ଦାସ୍ୟକର୍ମ ସକାଶୁ ହାହାକାର ଓ କ୍ରନ୍ଦନ କଲେ ଓ ଦାସ୍ୟକର୍ମ ସକାଶୁ ସେମାନଙ୍କ ଆର୍ତ୍ତନାଦ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେଲା।
Exodus 5:16 in Oriya 16 ଆପଣଙ୍କ ଦାସମାନଙ୍କୁ ପାଳ ଦିଆଯାଏ ନାହିଁ, ତଥାପି ସେମାନେ କହନ୍ତି, ଇଟା ବନାଅ; ଆଉ ଦେଖନ୍ତୁ, ଆପଣଙ୍କ ଦାସମାନେ ପ୍ରହାରିତ ହୁଅନ୍ତି, ମାତ୍ର ଦୋଷ ଆପଣଙ୍କ ନିଜ ଲୋକଙ୍କର।”
Deuteronomy 28:33 in Oriya 33 ତୁମ୍ଭର ଅଜ୍ଞାତ ଏକ ଗୋଷ୍ଠୀ ତୁମ୍ଭ ଭୂମିର ଓ ତୁମ୍ଭ ସକଳ ପରିଶ୍ରମର ଫଳ ଭୋଗ କରିବ; ପୁଣି ତୁମ୍ଭେ ସର୍ବଦା କେବଳ ଉପଦ୍ରବଗ୍ରସ୍ତ ଓ କ୍ଲେଶପ୍ରାପ୍ତ ହେବ।
Deuteronomy 28:48 in Oriya 48 ଏହେତୁ ସଦାପ୍ରଭୁ ଯେଉଁ ଶତ୍ରୁମାନଙ୍କୁ ତୁମ୍ଭ ବିରୁଦ୍ଧରେ ପଠାଇବେ, ତୁମ୍ଭେ କ୍ଷୁଧାରେ, ତୃଷାରେ, ଉଲଙ୍ଗତାରେ ଓ ସର୍ବ ପ୍ରକାର ଅଭାବରେ ସେମାନଙ୍କର ଦାସ୍ୟକର୍ମ କରିବ; ଆଉ ଶତ୍ରୁ ତୁମ୍ଭକୁ ବିନଷ୍ଟ କରିବା ପର୍ଯ୍ୟନ୍ତ ତୁମ୍ଭ କାନ୍ଧରେ ଲୁହାର ଯୁଆଳି ଦେବ।
Judges 4:3 in Oriya 3 ଏଥିରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ; କାରଣ ତାହାର ନଅ ଶହ ଲୌହ ରଥ ଥିଲା; ପୁଣି ସେ କୋଡ଼ିଏ ବର୍ଷ ପର୍ଯ୍ୟନ୍ତ ଇସ୍ରାଏଲ ସନ୍ତାନଗଣ ପ୍ରତି ଶୋଷଣ ଓ କଠୋର ଅତ୍ୟାଚାର କଲା।
Judges 10:7 in Oriya 7 ଏ ନିମନ୍ତେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି ସେ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ଅମ୍ମୋନ-ସନ୍ତାନମାନଙ୍କ ହସ୍ତରେ ସେମାନଙ୍କୁ ବିକ୍ରୟ କଲେ।
Nehemiah 5:1 in Oriya 1 ଏଥିଉତ୍ତାରେ ଯିହୁଦୀୟ ଭାଇମାନଙ୍କ ବିରୁଦ୍ଧରେ ଲୋକମାନଙ୍କର ଓ ସେମାନଙ୍କ ଭାର୍ଯ୍ୟାଗଣ ସ୍ଵର ଉତ୍ତୋଳନ କଲେ।
Job 6:29 in Oriya 29 ମୁଁ ବିନୟ କରୁଅଛି, ଫେର, କୌଣସି ଅନ୍ୟାୟ ନ ହେଉ; ହଁ, ପୁନର୍ବାର ଫେର, ମୋହର ଗୁହାରି ଯଥାର୍ଥ।
Job 16:4 in Oriya 4 ମୁଁ ମଧ୍ୟ ତୁମ୍ଭମାନଙ୍କ ପରି କହି ପାରନ୍ତି; ଯେବେ ତୁମ୍ଭମାନଙ୍କ ପ୍ରାଣ ମୋର ପ୍ରାଣର ଅବସ୍ଥାରେ ଥା'ନ୍ତା, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ବାକ୍ୟମାଳା ଏକତ୍ର ଖଞ୍ଜି ପାରନ୍ତି ଓ ତୁମ୍ଭମାନଙ୍କ ପ୍ରତି ଆପଣା ମୁଣ୍ଡ ହଲାଇ ପାରନ୍ତି।
Job 19:21 in Oriya 21 ହେ ମୋହର ମିତ୍ରମାନେ, ମୋ' ପ୍ରତି ଦୟା କର, ମୋ' ପ୍ରତି ଦୟା କର; କାରଣ ପରମେଶ୍ୱରଙ୍କ ହସ୍ତ ମୋତେ ସ୍ପର୍ଶ କରିଅଛି।
Job 24:7 in Oriya 7 ସେମାନେ ସାରାରାତ୍ରି ବସ୍ତ୍ର ବିନା ଉଲଙ୍ଗ ହୋଇ ଶୟନ କରନ୍ତି ଓ ଶୀତକାଳରେ ସେମାନଙ୍କର ଆଚ୍ଛାଦନ ବସ୍ତ୍ର ନ ଥାଏ।
Job 35:9 in Oriya 9 ଉପଦ୍ରବର ବାହୁଲ୍ୟ ସକାଶୁ ଲୋକେ କ୍ରନ୍ଦନ କରନ୍ତି; ବଳବାନର ବାହୁ ସକାଶୁ ସେମାନେ ସାହାଯ୍ୟ ପାଇଁ ଡାକ ପକାନ୍ତି।
Psalm 10:9 in Oriya 9 ଯେପରି ସିଂହ ଆପଣା ଗହ୍ୱରରେ, ସେପରି ସେ ଆବୃତ ସ୍ଥାନରେ ଛକି ବସେ, ସେ ଦରିଦ୍ରକୁ ଧରିବା ପାଇଁ ଛକି ବସେ; ସେ ଶିକାରୀ ସଦୃଶ୍ୟ ଦରିଦ୍ରକୁ ଧରି ଆପଣା ଜାଲରେ ଟାଣେ।
Psalm 12:5 in Oriya 5 ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଏବେ ଉଠିବା; ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା।
Psalm 42:3 in Oriya 3 ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ ହୋଇଅଛି, କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି ?”
Psalm 42:9 in Oriya 9 ମୁଁ ଆପଣା ଶୈଳ ସ୍ୱରୂପ ପରମେଶ୍ୱରଙ୍କୁ କହିବି, “ତୁମ୍ଭେ କାହିଁକି ମୋତେ ପାସୋରିଅଛ ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି ବୁଲୁଅଛି ?”
Psalm 69:20 in Oriya 20 ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ ଭାରାକ୍ରାନ୍ତ ହୋଇଅଛି; ପୁଣି, କେହି ଦୟା କରିବ ବୋଲି ମୁଁ ଅପେକ୍ଷା କଲି, ମାତ୍ର କେହି ନ ଥିଲା ଓ ସାନ୍ତ୍ୱନାକାରୀମାନଙ୍କର ଅପେକ୍ଷା କଲି, ମାତ୍ର କାହାକୁ ପାଇଲି ନାହିଁ।
Psalm 80:5 in Oriya 5 ତୁମ୍ଭେ ସେମାନଙ୍କୁ ଲୋତକରୂପ ଭକ୍ଷ୍ୟ ଖୁଆଇଅଛ ଓ ସେମାନଙ୍କୁ ବହୁ ପରିମାଣରେ ଲୋତକ ପାନ କରିବାକୁ ଦେଇଅଛ।
Psalm 102:8 in Oriya 8 ମୋ' ଶତ୍ରୁମାନେ ସାରାଦିନ ମୋତେ ନିନ୍ଦା କରନ୍ତି; ମୋ' ବିରୁଦ୍ଧରେ କ୍ରୋଧାନ୍ୱିତ ଲୋକମାନେ ମୋ' ନାମ ନେଇ ଶାପ ଦିଅନ୍ତି।
Psalm 142:4 in Oriya 4 ମୋ' ଦକ୍ଷିଣ ପାର୍ଶ୍ୱ ନିରୀକ୍ଷଣ କରି ଦେଖ; ମୋତେ ଜାଣିବା ଲୋକ କେହି ନାହିଁ; ମୋହର ଆଶ୍ରୟ ବିନଷ୍ଟ ହୋଇଅଛି; ମୋ' ପ୍ରାଣ ପାଇଁ କେହି ଚିନ୍ତା କରେ ନାହିଁ।
Proverbs 19:7 in Oriya 7 ଦରିଦ୍ରର ସମସ୍ତ ଭ୍ରାତା ତାହାକୁ ଘୃଣା କରନ୍ତି; ତାହାର ମିତ୍ରମାନେ ତାହାଠୁଁ କେତେ ଅଧିକ ଦୂରକୁ ନ ଯିବେ ! ସେ ଆଳାପ ଚେଷ୍ଟା କରେ, ମାତ୍ର ସେମାନେ ନାହାନ୍ତି।
Proverbs 28:3 in Oriya 3 ଯେଉଁ ଦରିଦ୍ର ଲୋକ ଦୀନହୀନକୁ ଉପଦ୍ରବ କରେ, ସେ ପ୍ଳାବନକାରୀ ବୃଷ୍ଟି ପରି; ତହିଁରେ ଭକ୍ଷ୍ୟର ଅଭାବ ଘଟେ।
Proverbs 28:15 in Oriya 15 ଯେପରି ଗର୍ଜ୍ଜନକାରୀ ସିଂହ ଓ ଭ୍ରମଣକାରୀ ଭାଲୁ; ସେପରି ଦୀନହୀନ ପ୍ରଜାଙ୍କ ଉପରେ ଦୁଷ୍ଟ କର୍ତ୍ତା।
Ecclesiastes 3:16 in Oriya 16 ଆହୁରି, ମୁଁ ସୂର୍ଯ୍ୟ ତଳେ ବିଚାର ସ୍ଥାନରେ ଦେଖିଲି, ସେଠାରେ ଦୁଷ୍ଟତା ଅଛି, ପୁଣି ଧର୍ମସ୍ଥାନରେ ଦେଖିଲି, ସେଠାରେ ହେଁ ଦୁଷ୍ଟତା ଅଛି।
Ecclesiastes 5:8 in Oriya 8 ଯେବେ ତୁମ୍ଭେ କୌଣସି ପ୍ରଦେଶରେ ଦରିଦ୍ର ପ୍ରତି ଉପଦ୍ରବ, ଅତ୍ୟାଚାରପୂର୍ବକ ବିଚାର ଓ ନ୍ୟାୟ ଅନ୍ୟଥା ହେବାର ଦେଖ, ତେବେ ସେ ବିଷୟରେ ଚମତ୍କୃତ ହୁଅ ନାହିଁ; କାରଣ ଉଚ୍ଚ ଅପେକ୍ଷା ଜଣେ ଉଚ୍ଚତର ଦେଖନ୍ତି; ପୁଣି, ସେମାନଙ୍କ ଅପେକ୍ଷା ଉଚ୍ଚତର ଅଛନ୍ତି।
Ecclesiastes 7:7 in Oriya 7 ନିଶ୍ଚୟ ଅନ୍ୟାୟ ଧନଗ୍ରହଣ ଜ୍ଞାନୀ ଲୋକକୁ ନିର୍ବୋଧ କରେ ଓ ଲାଞ୍ଚ ବୁଦ୍ଧି ନଷ୍ଟ କରେ।
Isaiah 5:7 in Oriya 7 ଯେହେତୁ ଇସ୍ରାଏଲ ବଂଶ ସୈନ୍ୟାଧିପତି ସଦାପ୍ରଭୁଙ୍କର ଦ୍ରାକ୍ଷାକ୍ଷେତ୍ର ଓ ଯିହୁଦାର ଲୋକେ ତାହାଙ୍କର ମନୋରମ ଚାରା; ସେ ନ୍ୟାୟ ଅପେକ୍ଷା କଲେ, ମାତ୍ର ଦେଖ, ଉପଦ୍ରବ; ଧାର୍ମିକତା ଅପେକ୍ଷା କଲେ, ମାତ୍ର ଦେଖ, କ୍ରନ୍ଦନ।
Isaiah 51:23 in Oriya 23 ପୁଣି, ଯେଉଁମାନେ ତୁମ୍ଭକୁ କ୍ଲେଶ ଦିଅନ୍ତି, ସେମାନଙ୍କ ହସ୍ତରେ ଆମ୍ଭେ ତାହା ଦେବା; ସେମାନେ ତୁମ୍ଭ ପ୍ରାଣକୁ କହିଅଛନ୍ତି, ନଇଁ ପଡ଼, ଆମ୍ଭେମାନେ ତୁମ୍ଭ ଉପର ଦେଇ ଗମନ କରିବା : ଆଉ, ତୁମ୍ଭେ ଭୂମି ଓ ସଡ଼କ ପରି ଗମନକାରୀମାନଙ୍କ ନିମନ୍ତେ ଆପଣା ପିଠି ପାତି ଦେଇଅଛ।”
Isaiah 59:7 in Oriya 7 ସେମାନଙ୍କର ଚରଣ ଦୁଷ୍କର୍ମର ଆଡ଼େ ଦୌଡ଼େ ଓ ସେମାନେ ନିର୍ଦ୍ଦୋଷର ରକ୍ତପାତ କରିବାକୁ ବେଗଗାମୀ ହୁଅନ୍ତି; ସେମାନଙ୍କର ଚିନ୍ତାସବୁ ଅଧର୍ମର ଚିନ୍ତା; ସେମାନଙ୍କ ପଥରେ ଉଚ୍ଛିନ୍ନତା ଓ ବିନାଶ ଥାଏ।
Isaiah 59:13 in Oriya 13 ତାହା ଅପରାଧ ଓ ସଦାପ୍ରଭୁଙ୍କୁ ଅସ୍ୱୀକାର କରିବା ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍ଗମନରୁ ବିମୁଖ ହେବା, ଉପଦ୍ରବ ଓ ରାଜଦ୍ରୋହର କଥା କହିବା, ମିଥ୍ୟା କଥା ଧାରଣ କରି ଅନ୍ତଃକରଣରୁ ବାହାର କରିବାର ଅଟେ।
Lamentations 1:2 in Oriya 2 ସେ ରାତ୍ରିରେ ଅତିଶୟ ରୋଦନ କରେ, ତାହାର ଲୋତକ ଗାଲରେ ପଡ଼ିଅଛି; ତାହାର ସମସ୍ତ ପ୍ରେମିକଙ୍କ ମଧ୍ୟରେ ତାହାକୁ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ତାହାର ବନ୍ଧୁ ସମସ୍ତେ ତାହାକୁ ପ୍ରବଞ୍ଚନା କରିଅଛନ୍ତି, ସେମାନେ ତାହାର ଶତ୍ରୁ ହୋଇଅଛନ୍ତି।
Lamentations 1:9 in Oriya 9 ତାହାର ଅଶୌଚ ତାହାର ବସ୍ତ୍ରର ଅଞ୍ଚଳରେ ଥିଲା; ସେ ଆପଣାର ଶେଷ ଦଶା ସ୍ମରଣ କଲା ନାହିଁ; ଏଥିପାଇଁ ସେ ଆଶ୍ଚର୍ଯ୍ୟଜନକ ରୂପେ ଅଧଃପତିତ ହୋଇଅଛି; ତାହାର ସାନ୍ତ୍ୱନାକାରୀ କେହି ନାହାନ୍ତି। ହେ ସଦାପ୍ରଭୁ, ମୋହର ଦୁଃଖ ଦେଖ, କାରଣ ଶତ୍ରୁ ଆପଣାକୁ ବଡ଼ କରିଅଛି।
Malachi 2:13 in Oriya 13 ତୁମ୍ଭେମାନେ ମଧ୍ୟ ଏହି କର୍ମ କରୁଅଛ; ତୁମ୍ଭେମାନେ ଲୋତକରେ, ରୋଦନରେ ଓ ଆର୍ତ୍ତସ୍ୱରରେ ସଦାପ୍ରଭୁଙ୍କ ଯଜ୍ଞବେଦିକୁ ଏପରି ଆଚ୍ଛନ୍ନ କରୁଅଛ , କାରଣ ସେ ଆଉ ତୁମ୍ଭର ନୈବେଦ୍ୟ ପ୍ରତି ଦୃଷ୍ଟିପାତ କରନ୍ତି ନାହିଁ, କିଅବା ତୁଷ୍ଟ ହୋଇ ତୁମ୍ଭମାନଙ୍କ ହସ୍ତରୁ ତାହା ଗ୍ରହଣ କରନ୍ତି ନାହିଁ।
Malachi 3:5 in Oriya 5 “ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Malachi 3:18 in Oriya 18 ସେତେବେଳେ ତୁମ୍ଭେମାନେ, ଧାର୍ମିକ ଓ ଦୁଷ୍ଟ, ଯେ ପରମେଶ୍ୱରଙ୍କ ସେବା କରେ ଓ ଯେ ତାହାଙ୍କର ସେବା ନ କରେ, ସେମାନଙ୍କ ମଧ୍ୟରେ ପ୍ରଭେଦ ଦେଖିବ।
Matthew 26:56 in Oriya 56 ମାତ୍ର ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ସେଥିନିମନ୍ତେ ଏସମସ୍ତ ଘଟିଅଛି। ସେତେବେଳେ ଶିଷ୍ୟମାନେ ସମସ୍ତେ ତାହାଙ୍କୁ ଛାଡ଼ି ପଳାଇଗଲେ।
2 Timothy 4:16 in Oriya 16 ମୋହର ବିଚାରର ପ୍ରଥମ ଶୁଣାଣି ବେଳେ କେହି ମୋହର ସପକ୍ଷ ହେଲେ ନାହିଁ, ମାତ୍ର ସମସ୍ତେ ମୋତେ ପରିତ୍ୟାଗ କଲେ; ଏହା ସେମାନଙ୍କ ବିରୁଦ୍ଧରେ ଗଣିତ ନ ହେଉ।
James 5:4 in Oriya 4 ଦେଖ, ତୁମ୍ଭମାନଙ୍କ କ୍ଷେତ୍ରର ଶସ୍ୟଛେଦନକାରୀମାନଙ୍କୁ ପ୍ରବଞ୍ଚନା କରି ତୁମ୍ଭେମାନେ ଯେଉଁ ମୂଲ ଦେଇ ନାହଁ, ତାହା ଚିତ୍କାର କରୁଅଛି, ପୁଣି, ଶସ୍ୟ ଛେଦନକାରୀମାନଙ୍କର ଆର୍ତ୍ତନାଦ ବାହିନୀମାନଙ୍କ ପ୍ରଭୁଙ୍କ କର୍ଣ୍ଣରେ ପ୍ରବେଶ କରିଅଛି।