Ecclesiastes 5:1 in Oriya 1 ତୁମ୍ଭେ ପରମେଶ୍ୱରଙ୍କ ଗୃହକୁ ଯିବା ବେଳେ ସାବଧାନରେ ଆପଣା ଚରଣ ରଖ; କାରଣ ମୂର୍ଖମାନଙ୍କର ବଳି ଉତ୍ସର୍ଗ କରିବା ଅପେକ୍ଷା ଶ୍ରବଣାର୍ଥେ ନିକଟବର୍ତ୍ତୀ ହେବାର ଉତ୍ତମ; ଯେଣୁ ସେମାନେ ମନ୍ଦ କର୍ମ କରନ୍ତି ବୋଲି ଜାଣନ୍ତି ନାହିଁ।
Other Translations King James Version (KJV) Keep thy foot when thou goest to the house of God, and be more ready to hear, than to give the sacrifice of fools: for they consider not that they do evil.
American Standard Version (ASV) Keep thy foot when thou goest to the house of God; for to draw nigh to hear is better than to give the sacrifice of fools: for they know not that they do evil.
Bible in Basic English (BBE) Be not unwise with your mouth, and let not your heart be quick to say anything before God, because God is in heaven and you are on the earth--so let not the number of your words be great.
Darby English Bible (DBY) Keep thy foot when thou goest to the house of God, and draw near to hear, rather than to give the sacrifice of fools: for they know not that they do evil.
World English Bible (WEB) Guard your steps when you go to God's house; for to draw near to listen is better than to give the sacrifice of fools, for they don't know that they do evil.
Young's Literal Translation (YLT) Keep thy feet when thou goest unto a house of God, and draw near to hear rather than to give of fools the sacrifice, for they do not know they do evil.
Cross Reference Genesis 4:3 in Oriya 3 ସମୟାନୁକ୍ରମେ କୟିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମିରୁ ଉତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲେ।
Genesis 28:16 in Oriya 16 ଏଥିଉତ୍ତାରେ ନିଦ୍ରାଭଙ୍ଗ ହୁଅନ୍ତେ, ଯାକୁବ ଜାଗ୍ରତ ହୋଇ କହିଲା, “ଅବଶ୍ୟ ଏହି ସ୍ଥାନରେ ସଦାପ୍ରଭୁ ଅଛନ୍ତି; ମାତ୍ର ମୁଁ ତାହା ଜାଣିଲି ନାହିଁ।”
Exodus 3:5 in Oriya 5 ତହୁଁ ସେ କହିଲେ, “ତୁମ୍ଭେ ଏ ସ୍ଥାନର ନିକଟବର୍ତ୍ତୀ ହୁଅ ନାହିଁ, ତୁମ୍ଭ ପାଦରୁ ପାଦୁକା କାଢ଼; କାରଣ ତୁମ୍ଭେ ଯେଉଁ ସ୍ଥାନରେ ଛିଡ଼ା ହେଉଅଛ, ତାହା ପବିତ୍ର ଭୂମି।”
Leviticus 10:3 in Oriya 3 ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।” ତହିଁରେ ହାରୋଣ ମୌନ ହେଲେ।
Joshua 5:15 in Oriya 15 ତହୁଁ ସଦାପ୍ରଭୁଙ୍କ ସୈନ୍ୟର ସେନାପତି ଯିହୋଶୂୟଙ୍କୁ କହିଲେ, ତୁମ୍ଭ ପାଦରୁ ପାଦୁକା କାଢ଼, କାରଣ ଯେଉଁ ସ୍ଥାନରେ ତୁମ୍ଭେ ଠିଆ ହେଉଅଛ, ତାହା ପବିତ୍ର। ଆଉ ଯିହୋଶୂୟ ସେପରି କଲେ।
1 Samuel 13:12 in Oriya 12 ଏଥିପାଇଁ ମୁଁ କହିଲି, ପଲେଷ୍ଟୀୟମାନେ ଏହିକ୍ଷଣି ମୋ' ବିରୁଦ୍ଧରେ ଗିଲ୍ଗଲ୍କୁ ଓହ୍ଲାଇ ଆସିବେ, ମାତ୍ର ମୁଁ ସଦାପ୍ରଭୁଙ୍କର ଅନୁଗ୍ରହ ମାଗି ନାହିଁ। ଏନିମନ୍ତେ ମୁଁ ସାହସ ବାନ୍ଧି ହୋମବଳି ଉତ୍ସର୍ଗ କଲି।
1 Samuel 15:21 in Oriya 21 ମାତ୍ର ଲୋକମାନେ ଗିଲ୍ଗଲ୍ରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ବିନାଶାର୍ଥେ ବର୍ଜିତ ଦ୍ରବ୍ୟ ମଧ୍ୟରୁ ଲୁଟ ରୂପେ ଉତ୍ତମ ଉତ୍ତମ ମେଷ ଓ ଗୋରୁ ନେଲେ।
2 Chronicles 26:16 in Oriya 16 ମାତ୍ର ସେ ବଳବାନ୍ ହୁଅନ୍ତେ, ତାଙ୍କର ଅନ୍ତଃକରଣ ଉଦ୍ଧତ ହେଲା, ତହୁଁ ସେ ଦୁରାଚରଣ କରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ ଲଙ୍ଘନ କଲେ; କାରଣ ସେ ଧୂପବେଦିରେ ଧୂପ ଜ୍ୱଳାଇବା ନିମନ୍ତେ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ।
Psalm 50:8 in Oriya 8 ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ; ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି।
Psalm 89:7 in Oriya 7 ଓ ଆପଣା ଚତୁର୍ଦ୍ଦିଗସ୍ଥ ସମସ୍ତଙ୍କ ଉପରେ ଭୟଯୋଗ୍ୟ, ସେହି ସଦାପ୍ରଭୁଙ୍କ ତୁଲ୍ୟ ବିକ୍ରମୀ ସନ୍ତାନଗଣ ମଧ୍ୟରେ କିଏ ଅଛି ?
Proverbs 15:8 in Oriya 8 ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର।
Proverbs 21:27 in Oriya 27 ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷୟ, ମାତ୍ର ସେ କୁଅଭିପ୍ରାୟରେ ଆଣିଲେ ତାହା କେତେ ଅଧିକ ଘୃଣିତ।
Isaiah 1:12 in Oriya 12 ତୁମ୍ଭେମାନେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବା ବେଳେ ଆମ୍ଭର ପ୍ରାଙ୍ଗଣସକଳ ପଦ ତଳେ ଦଳିବା ପାଇଁ କିଏ ତୁମ୍ଭମାନଙ୍କଠାରୁ ଚାହିଁଅଛି ?
Isaiah 66:3 in Oriya 3 ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ୱଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;
Jeremiah 7:21 in Oriya 21 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣାମାନଙ୍କର ଅନ୍ୟାନ୍ୟ ବଳି ସହିତ ତୁମ୍ଭମାନଙ୍କର ହୋମବଳି ଯୋଗ କରି ମାଂସ ଭୋଜନ କର।
Hosea 6:6 in Oriya 6 କାରଣ ବଳିଦାନ ନୁହେଁ, ମାତ୍ର ଦୟା ଓ ହୋମ ଅପେକ୍ଷା ପରମେଶ୍ୱର ବିଷୟକ ଜ୍ଞାନ ବାଞ୍ଛା କରୁ।
Malachi 1:10 in Oriya 10 ଆଃ, ତୁମ୍ଭେମାନେ ଯେପରି ବୃଥାରେ ଆମ୍ଭ ଯଜ୍ଞବେଦି ଉପରେ ଅଗ୍ନି ଜ୍ୱଳାଇ ନ ପାରିବ, ଏଥିପାଇଁ କବାଟ ବନ୍ଦ କରିବାକୁ ଯଦି ତୁମ୍ଭମାନଙ୍କ ମଧ୍ୟରେ ଜଣେ ଥାଆନ୍ତା ! ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କଠାରେ ଆମ୍ଭର କିଛି ସନ୍ତୋଷ ନାହିଁ, ଆଉ ତୁମ୍ଭମାନଙ୍କ ହସ୍ତରୁ ଆମ୍ଭେ ନୈବେଦ୍ୟ ଗ୍ରହଣ କରିବା ନାହିଁ।”
Acts 10:33 in Oriya 33 ଏନିମନ୍ତେ ମୁଁ ଅବିଳମ୍ବରେ ଆପଣଙ୍କ ନିକଟକୁ ଲୋକ ପଠାଇଲି, ଆଉ ଆପଣ ଯେ ଆସିଅଛନ୍ତି, ଭଲ କରିଅଛନ୍ତି। ଅତଏବ ପ୍ରଭୁ ଆପଣଙ୍କୁ ଯାହାସବୁ ଆଦେଶ ଦେଇଅଛନ୍ତି, ତାହା ଶୁଣିବା ନିମନ୍ତେ ଆମ୍ଭେମାନେ ସମସ୍ତେ ଇଶ୍ବରଙ୍କ ସାକ୍ଷାତରେ ଉପସ୍ଥିତ ଅଛୁ।
1 Corinthians 11:22 in Oriya 22 କ'ଣ ? ତୁମ୍ଭମାନଙ୍କର କି ଭୋଜନପାନ କରିବା ନିମନ୍ତେ ଘର ନାହିଁ ? କିମ୍ବା ତୁମ୍ଭେମାନେ କ'ଣ ଇଶ୍ବରଙ୍କ ମଣ୍ଡଳୀକୁ ଅବଜ୍ଞା କରୁଅଛ, ପୁଣି, ଯେଉଁମାନଙ୍କର ନାହିଁ, ସେମାନଙ୍କୁ ଲଜ୍ଜା ଦେଉଅଛ ? ମୁଁ ତୁମ୍ଭମାନଙ୍କୁ କ'ଣ କହିବି ? କ'ଣ ତୁମ୍ଭମାନଙ୍କର ପ୍ରଶଂସା କରିବି ? ଏବିଷୟରେ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁ ନାହିଁ।
Hebrews 10:26 in Oriya 26 କାରଣ ସତ୍ୟ ଜ୍ଞାନ ଲାଭ କରିବା ପରେ ଯଦି ଆମ୍ଭେମାନେ ସ୍ୱେଚ୍ଛାପୂର୍ବକ ପାପ କରୁଥାଉ, ତେବେ ପାପାର୍ଥକ ବଳି ଆଉ ଅବଶିଷ୍ଟ ନ ଥାଏ,
Hebrews 12:28 in Oriya 28 ଅତଏବ, ଅଟଳ ରାଜ୍ୟ ପ୍ରାପ୍ତ ହେବାରୁ ଆସ, ଆମ୍ଭେମାନେ କୃତଜ୍ଞ ହୋଇ ଭୟ ଓ ଭକ୍ତି ସହକାରେ ଇଶ୍ବରଙ୍କ ସନ୍ତୋଷଜନକ ଉପାସନା କରୁ।
James 1:19 in Oriya 19 ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ। ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ,
1 Peter 2:1 in Oriya 1 ଅତଏବ ପ୍ରଭୁ ଯେ ମଙ୍ଗଳମୟ, ଏହା ଯଦି ଆସ୍ୱାଦନ କରିଅଛ,