Ecclesiastes 7:14 in Oriya 14 ସୁଖ ସମୟରେ ଆନନ୍ଦିତ ହୁଅ ଓ ଦୁଃଖ ସମୟରେ ବିବେଚନା କର; ମନୁଷ୍ୟକୁ ଭବିଷ୍ୟତରେ ଯାହା ଘଟିବ, ତାହା ଯେପରି ସେ ଜାଣି ନ ପାରେ, ଏଥିପାଇଁ ପରମେଶ୍ୱର ସୁଖ ଓ ଦୁଃଖକୁ ପାଖେ ପାଖେ ରଖିଅଛନ୍ତି।
Other Translations King James Version (KJV) In the day of prosperity be joyful, but in the day of adversity consider: God also hath set the one over against the other, to the end that man should find nothing after him.
American Standard Version (ASV) In the day of prosperity be joyful, and in the day of adversity consider; yea, God hath made the one side by side with the other, to the end that man should not find out anything `that shall be' after him.
Bible in Basic English (BBE) In the day of wealth have joy, but in the day of evil take thought: God has put the one against the other, so that man may not be certain what will be after him.
Darby English Bible (DBY) In the day of prosperity enjoy good, and in the day of adversity consider: God hath also set the one beside the other, to the end that man should find out nothing [of what shall be] after him.
World English Bible (WEB) In the day of prosperity be joyful, and in the day of adversity consider; yes, God has made the one side by side with the other, to the end that man should not find out anything after him.
Young's Literal Translation (YLT) In a day of prosperity be in gladness, And in a day of evil consider. Also this over-against that hath God made, To the intent that man doth not find anything after him.
Cross Reference Deuteronomy 8:3 in Oriya 3 ଆଉ ମନୁଷ୍ୟ ଯେ କେବଳ ରୁଟିରେ ବଞ୍ଚେ ନାହିଁ, ମାତ୍ର ସଦାପ୍ରଭୁଙ୍କ ମୁଖରୁ ଯାହା ଯାହା ନିର୍ଗତ ହୁଏ, ତହିଁରେ ହିଁ ବଞ୍ଚେ, ଏହା ତୁମ୍ଭକୁ ଜଣାଇବା ପାଇଁ ସେ ତୁମ୍ଭକୁ ନମ୍ର, କ୍ଷୁଧିତ କରି ତୁମ୍ଭର ଅଜ୍ଞାତ ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ମାନ୍ନା ଦେଇ ପ୍ରତିପାଳନ କରିଅଛନ୍ତି।
Deuteronomy 28:47 in Oriya 47 କାରଣ ତୁମ୍ଭେ ସର୍ବ ପ୍ରକାର ସମ୍ପତ୍ତି ବହୁଳ ରୂପେ ପାଇଲେ ର୍ହେଁ ଆନନ୍ଦରେ ଓ ପ୍ରଫୁଲ୍ଲ ଚିତ୍ତରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ସେବା କଲ ନାହିଁ।
1 Kings 8:47 in Oriya 47 ତେବେ ସେମାନେ ଯେଉଁ ଦେଶକୁ ବନ୍ଦୀ ରୂପେ ନୀତ ହୁଅନ୍ତି, ସେହି ସ୍ଥାନରେ ଯେବେ ସେମାନେ ମନେ ମନେ ବିବେଚନା କରି ଅନୁତାପ କରନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନଙ୍କ ଦେଶରେ ତୁମ୍ଭ ନିକଟରେ ବିନତି କରି କହନ୍ତି, ଆମ୍ଭେମାନେ ପାପ କଲୁ ଓ ବିପଥଗାମୀ ହେଲୁ ଓ ଦୁଷ୍ଟପଣ କଲୁ;
1 Kings 17:17 in Oriya 17 ଏହିସବୁ ଘଟଣା ଉତ୍ତାରେ ଗୃହର କର୍ତ୍ତ୍ରୀ ସେହି ସ୍ତ୍ରୀର ପୁତ୍ର ପୀଡ଼ିତ ହେଲା; ପୁଣି, ତାହାର ପୀଡ଼ା ଏପରି ପ୍ରବଳ ହେଲା ଯେ, ତାହାଠାରେ ଶ୍ୱାସବାୟୁ ରହିଲା ନାହିଁ।
2 Chronicles 33:12 in Oriya 12 ପୁଣି, ସେ ଦୁଃଖରେ ଥିବା ବେଳେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ଆପଣା ପିତୃଗଣର ପରମେଶ୍ୱରଙ୍କ ଛାମୁରେ ଆପଣାକୁ ଅତିଶୟ ନମ୍ର କଲେ।
Job 10:1 in Oriya 1 ମୋ' ପ୍ରାଣ ମୋ' ଜୀବନ ବିଷୟରେ କ୍ଳାନ୍ତ ହୋଇଅଛି, ମୁଁ ଆପଣା ଦୁଃଖ ସ୍ୱଚ୍ଛନ୍ଦରେ କହିବି; ମୁଁ ଆପଣା ପ୍ରାଣର ତିକ୍ତତାରେ କହିବି।
Psalm 30:11 in Oriya 11 ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ;
Psalm 40:3 in Oriya 3 ପୁଣି, ସେ ମୋ' ମୁଖରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି, ସଦାପ୍ରଭୁଙ୍କଠାରେ ବିଶ୍ୱାସ କରିବେ।
Psalm 94:12 in Oriya 12 ହେ ସଦାପ୍ରଭୁ, ଦୁଷ୍ଟ ନିମନ୍ତେ ଗର୍ତ୍ତ ଖୋଳା ହେବା ପର୍ଯ୍ୟନ୍ତ ବିପଦ କାଳରୁ ବିଶ୍ରାମ ଦେବା ନିମନ୍ତେ,
Psalm 119:71 in Oriya 71 ମୁଁ ଯେପରି ତୁମ୍ଭର ବିଧିସବୁ ଶିଖିବି, ଏଥିପାଇଁ ମୁଁ ଯେ ଦୁଃଖଗ୍ରସ୍ତ ହେଲି, ଏହା ମୋ' ପକ୍ଷରେ ଭଲ ହେଲା।
Ecclesiastes 3:4 in Oriya 4 ରୋଦନ କରିବାର ସମୟ ଓ ହସିବାର ସମୟ; ବିଳାପ କରିବାର ସମୟ ଓ ନୃତ୍ୟ କରିବାର ସମୟ;
Ecclesiastes 3:22 in Oriya 22 ଏହେତୁ ମନୁଷ୍ୟ ସ୍ୱକର୍ମରେ ଆନନ୍ଦ କରିବା ଅପେକ୍ଷା ଆଉ ତାହାର କିଛି ଅଧିକ ମଙ୍ଗଳ ନାହିଁ ବୋଲି ମୁଁ ଦେଖିଲି; କାରଣ ଏହା ହିଁ ତାହାର ଅଧିକାର; ଆଉ, ତାହା ପରେ ଯାହା ଘଟିବ, ତାହା ଦେଖିବା ପାଇଁ କିଏ ତାହାକୁ ଫେରାଇ ଆଣି ପାରେ ?
Ecclesiastes 12:8 in Oriya 8 ଉପଦେଶକ କହନ୍ତି, “ଅସାରର ଅସାର, ସବୁ ହିଁ ଅସାର।”
Ecclesiastes 12:13 in Oriya 13 ସାର କଥା ଏହି; ସବୁ ଶୁଣାଯାଇଅଛି; ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କର ଆଜ୍ଞାସବୁ ପାଳନ କର; କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ କର୍ମ।
Isaiah 22:12 in Oriya 12 ପୁଣି, ସେହି ଦିନ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ରୋଦନ ଓ ବିଳାପ ଓ ମସ୍ତକ ମୁଣ୍ଡନ ଓ କଟିଦେଶରେ ଚଟବନ୍ଧନ କରିବାକୁ ଡାକିଲେ;
Isaiah 26:11 in Oriya 11 ହେ ସଦାପ୍ରଭୁ, ତୁମ୍ଭର ହସ୍ତ ଉତ୍ଥିତ ହୋଇଅଛି, ତଥାପି ସେମାନେ ଦେଖନ୍ତି ନାହିଁ, ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଉଦ୍ଯୋଗ ଦେଖି ସେମାନେ ଲଜ୍ଜିତ ହେବେ; ହଁ, ଅଗ୍ନି ତୁମ୍ଭ ବିପକ୍ଷଗଣକୁ ଗ୍ରାସ କରିବ।
Isaiah 42:25 in Oriya 25 ଏହେତୁ ସେ ତାହାର ଉପରେ ଆପଣା କ୍ରୋଧର ପ୍ରଚଣ୍ଡତା ଓ ଯୁଦ୍ଧର ପ୍ରବଳତା ଢାଳି ଦେଲେ; ତହିଁରେ ତାହା ଚତୁର୍ଦ୍ଦିଗରେ ଅଗ୍ନି ଜ୍ୱଳି ଉଠିଲା, ମାତ୍ର ସେ ଜାଣିଲା ନାହିଁ; ପୁଣି, ଅଗ୍ନି ତାହାକୁ ଦଗ୍ଧ କଲା, ତଥାପି ସେ ମନୋଯୋଗ କଲା ନାହିଁ।
Jeremiah 23:20 in Oriya 20 ଯେପର୍ଯ୍ୟନ୍ତ ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରନ୍ତି, ସେପର୍ଯ୍ୟନ୍ତ ତାହାଙ୍କ କ୍ରୋଧ ଫେରିବ ନାହିଁ; ତୁମ୍ଭେମାନେ ଶେଷ କାଳରେ ତାହା ସମ୍ପୂର୍ଣ୍ଣ ରୂପେ ବୁଝିବ।
Hosea 2:6 in Oriya 6 ଏଥିପାଇଁ ଦେଖ, ଆମ୍ଭେ କଣ୍ଟା ଦ୍ୱାରା ତୁମ୍ଭର ପଥ ରୁଦ୍ଧ କରିବା ଓ ଆମ୍ଭେ ତାହାର ବିରୁଦ୍ଧରେ ବାଡ଼ ବାନ୍ଧିବା, ତହିଁରେ ସେ ଆପଣା ପଥ ପାଇବ ନାହିଁ।
Micah 6:9 in Oriya 9 ସଦାପ୍ରଭୁ ଏହି ନଗର ପ୍ରତି ଘୋଷଣା କରୁଅଛି ଓ ଜ୍ଞାନବାନ ମନୁଷ୍ୟ ତୁମ୍ଭର ନାମ ଦେଖିବ। ତୁମ୍ଭେମାନେ ଦଣ୍ଡ ଓ ତନ୍ନିରୂପଣକାରୀଙ୍କୁ ମାନ।
Haggai 1:5 in Oriya 5 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର।
Matthew 9:13 in Oriya 13 କିନ୍ତୁ ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ, ଏହି ବାକ୍ୟର ମର୍ମ ତୁମ୍ଭେମାନେ ଯାଇ ଶିକ୍ଷା କର, କାରଣ ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, ମାତ୍ର ପାପୀମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସିଅଛି।
Luke 15:17 in Oriya 17 ମାତ୍ର ସେ ଚେତନା ପାଇ କହିଲା, ମୋର ବାପାଙ୍କ କେତେ ମୂଲିଆଙ୍କର ଖାଦ୍ୟ ବଳିପଡ଼ୁଅଛି, କିନ୍ତୁ ମୁଁ ଏଠାରେ ଭୋକରେ ମରୁଅଛି।
John 16:22 in Oriya 22 ସେହିପରି ତୁମ୍ଭେମାନେ ବର୍ତ୍ତମାନ ଦୁଃଖ ପାଉଅଛ, କିନ୍ତୁ ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଦର୍ଶନ ଦେବି, ଆଉ ତୁମ୍ଭମାନଙ୍କ ହୃଦୟ ଆନନ୍ଦିତ ହେବ ଓ କେହି ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ଆନନ୍ଦ ହରଣ କରିବ ନାହିଁ।
Acts 14:22 in Oriya 22 ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଇଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ।
James 5:13 in Oriya 13 ତୁମ୍ଭମାନଙ୍କ ମଧ୍ୟରେ କ'ଣ କେହି ଦୁଃଖଭୋଗ କରୁଅଛି ? ସେ ପ୍ରାର୍ଥନା କରୁ। କେହି କ'ଣ ଆନନ୍ଦିତ ଅଟେ ? ସେ ଗୀତ ଗାନ କରୁ।