Ecclesiastes 7:15 in Oriya 15 ମୁଁ ଆପଣା ଅସାରତା ସମୟରେ ଏହିସବୁ ଦେଖିଅଛି; ଧାର୍ମିକ ଲୋକ କେବେ କେବେ ଆପଣା ଧାର୍ମିକତାରେ ବିନଷ୍ଟ ହୁଏ, ପୁଣି ଦୁଷ୍ଟ ଲୋକ ଆପଣା ଦୁଷ୍କ୍ରିୟାରେ ଦୀର୍ଘଜୀବୀ ହୁଏ।
Other Translations King James Version (KJV) All things have I seen in the days of my vanity: there is a just man that perisheth in his righteousness, and there is a wicked man that prolongeth his life in his wickedness.
American Standard Version (ASV) All this have I seen in my days of vanity: there is a righteous man that perisheth in his righteousness, and there is a wicked man that prolongeth `his life' in his evil-doing.
Bible in Basic English (BBE) These two have I seen in my life which is to no purpose: a good man coming to his end in his righteousness, and an evil man whose days are long in his evil-doing.
Darby English Bible (DBY) All [this] have I seen in the days of my vanity: there is a righteous [man] that perisheth by his righteousness, and there is a wicked [man] that prolongeth [his days] by his wickedness.
World English Bible (WEB) All this have I seen in my days of vanity: there is a righteous man who perishes in his righteousness, and there is a wicked man who lives long in his evil-doing.
Young's Literal Translation (YLT) The whole I have considered in the days of my vanity. There is a righteous one perishing in his righteousness, and there is a wrong-doer prolonging `himself' in his wrong.
Cross Reference Genesis 47:9 in Oriya 9 ଯାକୁବ ଫାରୋଙ୍କୁ କହିଲେ, “ମୋହର ପ୍ରବାସ କାଳର ଦିନ ଶହେ ତିରିଶ ବର୍ଷ; ମୋ' ପରମାୟୁର ଦିନ ଅଳ୍ପ ଓ ଆପଦଜନକ; ପୁଣି, ମୋହର ପୂର୍ବପୁରୁଷମାନଙ୍କ ପ୍ରବାସକାଳୀନ ଆୟୁର ଦିନ ତୁଲ୍ୟ ନୁହେଁ।”
1 Samuel 22:18 in Oriya 18 ଏଣୁ ରାଜା ଦୋୟେଗ୍କୁ କହିଲେ, ତୁମ୍ଭେ ଫେରି ଏହି ଯାଜକମାନଙ୍କୁ ଆକ୍ରମଣ କର। ତହିଁରେ ଇଦୋମୀୟ ଦୋୟେଗ୍ ଫେରି ଯାଜକମାନଙ୍କୁ ଆକ୍ରମଣ କଲା ଓ ସେହିଦିନ ସେ ଶୁକ୍ଳ ଏଫୋଦ-ପରିଧାନକାରୀ ପଞ୍ଚାଶୀ ଜଣଙ୍କୁ ବଧ କଲା।
1 Kings 21:13 in Oriya 13 ଆଉ ପାପାଧମ-ସନ୍ତାନ ଦୁଇ ମନୁଷ୍ୟ ଆସି ତାହା ସମ୍ମୁଖରେ ବସିଲେ; ପୁଣି, ସେହି ପାପାଧମ ମନୁଷ୍ୟମାନେ ଲୋକମାନଙ୍କ ସାକ୍ଷାତରେ ନାବୋତ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଲେ, “ନାବୋତ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛି।” ତହୁଁ ସେମାନେ ତାହାକୁ ନଗରର ବାହାରକୁ ନେଇଯାଇ ପ୍ରସ୍ତରାଘାତ କରି ବଧ କଲେ।
2 Chronicles 24:21 in Oriya 21 ତହିଁରେ ସେମାନେ ତାହା ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ରାଜାଜ୍ଞାରେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ତାହାକୁ ପ୍ରସ୍ତରାଘାତ କଲେ।
Job 9:22 in Oriya 22 ସବୁ ତ ସମାନ; ଏଥିପାଇଁ ମୁଁ କହେ, ସେ ସିଦ୍ଧ ଓ ଦୁଷ୍ଟକୁ ସଂହାର କରନ୍ତି।
Job 21:7 in Oriya 7 ଦୁଷ୍ଟମାନେ କାହିଁକି ଜୀବିତ ଥା'ନ୍ତି, ବୃଦ୍ଧ ହୁଅନ୍ତି ଓ ପରାକ୍ରମରେ ବର୍ଦ୍ଧିଷ୍ଣୁ ହୁଅନ୍ତି ?
Psalm 39:6 in Oriya 6 ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନାଗମନ କରେ; ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ; ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ, ଜାଣେ ନାହିଁ।
Psalm 73:3 in Oriya 3 କାରଣ ମୁଁ ଦୁଷ୍ଟମାନଙ୍କର ସମୃଦ୍ଧି ଦେଖି ଦାମ୍ଭିକମାନଙ୍କ ପ୍ରତି ଈର୍ଷାନ୍ୱିତ ହେଲି।
Ecclesiastes 2:23 in Oriya 23 କାରଣ ତାହାର ଦିନସବୁ କେବଳ ଦୁଃଖମୟ ଓ ତାହାର କାର୍ଯ୍ୟ ମନସ୍ତାପଜନକ; ରାତ୍ରିରେ ମଧ୍ୟ ତାହାର ହୃଦୟ ବିଶ୍ରାମ ପାଏ ନାହିଁ। ଏହା ମଧ୍ୟ ଅସାର।
Ecclesiastes 3:16 in Oriya 16 ଆହୁରି, ମୁଁ ସୂର୍ଯ୍ୟ ତଳେ ବିଚାର ସ୍ଥାନରେ ଦେଖିଲି, ସେଠାରେ ଦୁଷ୍ଟତା ଅଛି, ପୁଣି ଧର୍ମସ୍ଥାନରେ ଦେଖିଲି, ସେଠାରେ ହେଁ ଦୁଷ୍ଟତା ଅଛି।
Ecclesiastes 5:16 in Oriya 16 ପୁଣି, ସେ ଯେପରି ଆସିଲା, ସର୍ବତୋଭାବେ ଯେ ସେପରି ଯିବ, ଏହା ହିଁ ବ୍ୟାଧି ସ୍ୱରୂପ ଅନିଷ୍ଟ; ଏଣୁ ବାୟୁ ନିମନ୍ତେ ସେ ପରିଶ୍ରମ କଲେ, ତାହାର କି ଲାଭ ?
Ecclesiastes 6:12 in Oriya 12 କାରଣ ମନୁଷ୍ୟ ଛାୟା ତୁଲ୍ୟ ଆପଣାର ଯେଉଁ ଅସାର ଜୀବନର ଦିନସବୁ କ୍ଷେପଣ କରେ, ସେହି ଜୀବନ କାଳରେ ତାହାର ମଙ୍ଗଳ କଅଣ, ଏହା କିଏ ଜାଣେ ? ଆଉ, ମନୁଷ୍ୟର ମରଣାନ୍ତେ ସୂର୍ଯ୍ୟ ତଳେ ଯାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ ?
Ecclesiastes 8:12 in Oriya 12 ଯଦ୍ୟପି ପାପୀ ଶହେ ଥର ଦୁଷ୍କର୍ମ କରି ଦୀର୍ଘଜୀବୀ ହୁଏ, ତଥାପି ମୁଁ ନିଶ୍ଚୟ ଜାଣେ ଯେ, ପରମେଶ୍ୱରଙ୍କ ଭୟକାରୀମାନେ ତାହାଙ୍କ ଛାମୁରେ ଭୀତ ହୁଅନ୍ତି ବୋଲି ସେମାନଙ୍କର ମଙ୍ଗଳ ହେବ;
Ecclesiastes 9:1 in Oriya 1 ମୁଁ ଏହିସବୁ ବିଷୟରେ ମନୋନିବେଶ କରି ଅନୁସନ୍ଧାନ କଲି; ଧାର୍ମିକ ଓ ଜ୍ଞାନୀ, ଆଉ ସେମାନଙ୍କ କାର୍ଯ୍ୟ ପରମେଶ୍ୱରଙ୍କ ହସ୍ତଗତ; ଏହା ପ୍ରେମ କି ଘୃଣା, ତାହା ମନୁଷ୍ୟ ଜାଣେ ନାହିଁ; ସବୁ ସେମାନଙ୍କ ସମ୍ମୁଖରେ ଥାଏ।
Ecclesiastes 9:9 in Oriya 9 ସୂର୍ଯ୍ୟ ତଳେ ପରମେଶ୍ୱର ତୁମ୍ଭକୁ ଅସାର ଆୟୁଷର ଯେତେ ଦିନ ଦେଇଅଛନ୍ତି, ତୁମ୍ଭର ସେହି ଅସାର ଆୟୁଷର ସମସ୍ତ ଦିନ ଆପଣା ପ୍ରିୟତମା ଭାର୍ଯ୍ୟା ସଙ୍ଗେ ଆନନ୍ଦରେ ବାସ କର; କାରଣ ଜୀବନ ମଧ୍ୟରେ ଓ ସୂର୍ଯ୍ୟ ତଳେ ତୁମ୍ଭେ ଯେଉଁ ପରିଶ୍ରମ କରୁଅଛ, ସେହି ପରିଶ୍ରମ ମଧ୍ୟରେ ଏହା ହିଁ ତୁମ୍ଭର ଅଂଶ।
Isaiah 65:20 in Oriya 20 ସେସମୟରୁ ସେସ୍ଥାନରେ ଅଳ୍ପ ଦିନର ଶିଶୁ କିଅବା ଅସମ୍ପୂର୍ଣ୍ଣାୟୁ ବୃଦ୍ଧ ଲୋକ ଆଉ ନ ଥିବ; କାରଣ ବାଳକ ଏକ ଶତ ବର୍ଷ ବୟଃକ୍ରମରେ ମରିବ ଓ ପାପୀ ଏକ ଶତ ବର୍ଷ ବୟସ୍କ ହୋଇ ଶାପଗ୍ରସ୍ତ ହେବ।
Jeremiah 12:1 in Oriya 1 ହେ ସଦାପ୍ରଭୁ, ମୁଁ ଯେତେବେଳେ ତୁମ୍ଭ ସଙ୍ଗେ ପ୍ରତିବାଦ କରେ, ତୁମ୍ଭେ ଧାର୍ମିକ ଅଟ; ତଥାପି ବିଚାର ବିଷୟରେ ମୁଁ ତୁମ୍ଭ ସଙ୍ଗେ ବାଦାନୁବାଦ କରିବି; ଦୁଷ୍ଟ ଲୋକମାନଙ୍କର ପଥ କାହିଁକି କୁଶଳଯୁକ୍ତ ହୁଏ ? ଅତି ବିଶ୍ୱାସଘାତକ ସମସ୍ତେ କାହିଁକି ନିରାପଦରେ ଥା'ନ୍ତି ?
Matthew 23:34 in Oriya 34 ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପଠାଉଅଛି; ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କ୍ରୁଶରେ ବଧ କରିବ, ଆଉ କାହା କାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ଓ ନଗରକୁନଗର ତାଡ଼ନା କରିବ,
John 16:2 in Oriya 2 ସେମାନେ ତୁମ୍ଭମାନଙ୍କୁ ସମାଜଗୃହରୁ ବାହାର କରିବେ, ହଁ, ଏପରି ସମୟ ଆସୁଅଛି, ଯେତେବେଳେ ଯେ କେହି ତୁମ୍ଭମାନଙ୍କୁ ବଧ କରେ, ସେ ଇଶ୍ବରଙ୍କ ଉଦ୍ଦେଶ୍ୟରେ ଉପାସନାରୂପ ବଳି ଉତ୍ସର୍ଗ କରୁଅଛି ବୋଲି ମନେ କରିବ।
Acts 7:52 in Oriya 52 ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣମାନଙ୍କର ପିତୃପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟରେ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରି ବଧ କରିଅଛନ୍ତି;