Ecclesiastes 8:12 in Oriya 12 ଯଦ୍ୟପି ପାପୀ ଶହେ ଥର ଦୁଷ୍କର୍ମ କରି ଦୀର୍ଘଜୀବୀ ହୁଏ, ତଥାପି ମୁଁ ନିଶ୍ଚୟ ଜାଣେ ଯେ, ପରମେଶ୍ୱରଙ୍କ ଭୟକାରୀମାନେ ତାହାଙ୍କ ଛାମୁରେ ଭୀତ ହୁଅନ୍ତି ବୋଲି ସେମାନଙ୍କର ମଙ୍ଗଳ ହେବ;
Other Translations King James Version (KJV) Though a sinner do evil an hundred times, and his days be prolonged, yet surely I know that it shall be well with them that fear God, which fear before him:
American Standard Version (ASV) Though a sinner do evil a hundred times, and prolong his `days', yet surely I know that it shall be well with them that fear God, that fear before him:
Bible in Basic English (BBE) Though a sinner does evil a hundred times and his life is long, I am certain that it will be well for those who go in fear of God and are in fear before him.
Darby English Bible (DBY) Though a sinner do evil a hundred times, and prolong his [days], yet I know that it shall be well with them that fear God, because they fear before him;
World English Bible (WEB) Though a sinner commits crimes a hundred times, and lives long, yet surely I know that it will be better with those who fear God, who are reverent before him.
Young's Literal Translation (YLT) Though a sinner is doing evil a hundred `times', and prolonging `himself' for it, surely also I know that there is good to those fearing God, who fear before Him.
Cross Reference Deuteronomy 12:25 in Oriya 25 ତୁମ୍ଭେ ତାହା ଭୋଜନ କରିବ ନାହିଁ ତହିଁରେ ତୁମ୍ଭେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ତୁମ୍ଭର ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ମଙ୍ଗଳ ହେବ।
1 Kings 2:5 in Oriya 5 ଆହୁରି ସରୁୟାର ପୁତ୍ର ଯୋୟାବ ମୋ' ପ୍ରତି ଯାହା କରିଅଛି, ପୁଣି, ଇସ୍ରାଏଲର ଦୁଇ ସେନାପତି, ନରର ପୁତ୍ର ଅବ୍ନର ଓ ଯେଥରର ପୁତ୍ର ଅମାସା ପ୍ରତି ଯାହା କରିଅଛି, ତାହା ତୁମ୍ଭେ ଜାଣ; ସେ ସେମାନଙ୍କୁ ବଧ କରି ସନ୍ଧି ସମୟରେ ଯୁଦ୍ଧ ସମୟର ନ୍ୟାୟ ରକ୍ତପାତ କଲା ଓ ସେହି ଯୁଦ୍ଧଯୋଗ୍ୟ ରକ୍ତ ଆପଣା କଟିସ୍ଥିତ ବନ୍ଧନୀରେ ଓ ପାଦସ୍ଥିତ ପାଦୁକାରେ ଲଗାଇଲା।
1 Kings 21:25 in Oriya 25 ଯେପରି ଏହି ଆହାବ ଆପଣା ଭାର୍ଯ୍ୟା ଈଷେବଲ୍ ଦ୍ୱାରା ପ୍ରବର୍ତ୍ତିତ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ଆପଣାକୁ ବିକ୍ରୟ କଲେ, ସେପରି ଆଉ କେହି କରିବ ନାହିଁ।
1 Kings 22:34 in Oriya 34 ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ଇସ୍ରାଏଲ-ରାଜାଙ୍କ ସାଞ୍ଜୁଆର ଯୋଡ଼ ମଧ୍ୟରେ ଆଘାତ କଲା; ତେଣୁ ସେ ଆପଣା ସାରଥିକି କହିଲେ, “ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି।”
1 Chronicles 16:30 in Oriya 30 ସମୁଦାୟ ପୃଥିବୀ ! ତାହାଙ୍କ ଛାମୁରେ କମ୍ପମାନ ହୁଅ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ନୋହିବ।
Psalm 37:11 in Oriya 11 ମାତ୍ର ନମ୍ର ଲୋକମାନେ ଦେଶ ଅଧିକାର କରିବେ ଓ ଶାନ୍ତିର ବାହୁଲ୍ୟରେ ଆପଣା ଆପଣାକୁ ଆନନ୍ଦିତ କରିବେ।
Psalm 37:18 in Oriya 18 ସଦାପ୍ରଭୁ ସିଦ୍ଧ ଲୋକମାନଙ୍କ ଦିନସବୁ ଜାଣନ୍ତି ଓ ସେମାନଙ୍କ ଅଧିକାର ଅନନ୍ତକାଳସ୍ଥାୟୀ ହେବ।
Psalm 96:9 in Oriya 9 ଆହେ, ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର; ସମୁଦାୟ ପୃଥିବୀ, ତାହାଙ୍କ ଛାମୁରେ କମ୍ପମାନ ହୁଅ।
Psalm 112:1 in Oriya 1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ଯେଉଁ ଜନ ସଦାପ୍ରଭୁଙ୍କୁ ଭୟ କରେ, ଯେ ତାହାଙ୍କ ଆଜ୍ଞାସବୁରେ ଅତିଶୟ ସନ୍ତୁଷ୍ଟ ହୁଏ, ସେ ଧନ୍ୟ।
Psalm 115:13 in Oriya 13 ସେ ସଦାପ୍ରଭୁଙ୍କ ଭୟକାରୀ ସାନ ଓ ବଡ଼ ସମସ୍ତଙ୍କୁ ଆଶୀର୍ବାଦ କରିବେ।
Proverbs 1:32 in Oriya 32 ହଁ, ନିର୍ବୋଧମାନଙ୍କର ବିପଥ-ଗମନ ସେମାନଙ୍କୁ ବିନାଶ କରିବ ଓ ଅଜ୍ଞାନମାନଙ୍କର ଆତ୍ମତୃପ୍ତି ସେମାନଙ୍କୁ ସଂହାର କରିବ।
Proverbs 13:21 in Oriya 21 ପାପୀମାନଙ୍କ ପଛେ ମନ୍ଦ ଗୋଡ଼ାଏ; ମାତ୍ର ଧାର୍ମିକମାନଙ୍କୁ ମଙ୍ଗଳରୂପ ପୁରସ୍କାର ଦତ୍ତ ହେବ।
Ecclesiastes 3:14 in Oriya 14 ମୁଁ ଜାଣେ ଯେ, ପରମେଶ୍ୱର ଯାହା କିଛି କରନ୍ତି, ତାହା ଅନନ୍ତକାଳସ୍ଥାୟୀ; ତାହା ବଢ଼ାଯାଇ ନ ପାରେ, କିଅବା ତାହା ଊଣା କରାଯାଇ ନ ପାରେ; ଆଉ ମନୁଷ୍ୟମାନେ ପରମେଶ୍ୱରଙ୍କ ସମ୍ମୁଖରେ ଭୀତ ହେବା ପାଇଁ ସେ ତାହା କରିଅଛନ୍ତି।
Ecclesiastes 5:16 in Oriya 16 ପୁଣି, ସେ ଯେପରି ଆସିଲା, ସର୍ବତୋଭାବେ ଯେ ସେପରି ଯିବ, ଏହା ହିଁ ବ୍ୟାଧି ସ୍ୱରୂପ ଅନିଷ୍ଟ; ଏଣୁ ବାୟୁ ନିମନ୍ତେ ସେ ପରିଶ୍ରମ କଲେ, ତାହାର କି ଲାଭ ?
Ecclesiastes 7:15 in Oriya 15 ମୁଁ ଆପଣା ଅସାରତା ସମୟରେ ଏହିସବୁ ଦେଖିଅଛି; ଧାର୍ମିକ ଲୋକ କେବେ କେବେ ଆପଣା ଧାର୍ମିକତାରେ ବିନଷ୍ଟ ହୁଏ, ପୁଣି ଦୁଷ୍ଟ ଲୋକ ଆପଣା ଦୁଷ୍କ୍ରିୟାରେ ଦୀର୍ଘଜୀବୀ ହୁଏ।
Ecclesiastes 7:18 in Oriya 18 ଏହା ଧରି ରଖିବାର, ମଧ୍ୟ ତାହାଠାରୁ ହସ୍ତ କାଢ଼ି ନ ନେବାର ତୁମ୍ଭର ଉତ୍ତମ; କାରଣ ଯେ ପରମେଶ୍ୱରଙ୍କୁ ଭୟ କରେ, ସେ ଏହିସବୁରୁ ଉତ୍ତୀର୍ଣ୍ଣ ହେବ।
Isaiah 3:10 in Oriya 10 ତୁମ୍ଭେମାନେ ଧାର୍ମିକର ବିଷୟରେ କୁହ ଯେ, ତାହାର ମଙ୍ଗଳ ହେବ, ଯେହେତୁ ସେମାନେ ଆପଣା ଆପଣା କର୍ମର ଫଳ ଭୁଞ୍ଜିବେ।
Isaiah 65:13 in Oriya 13 ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭର ଦାସମାନେ ଭୋଜନ କରିବେ, ମାତ୍ର ତୁମ୍ଭେମାନେ କ୍ଷୁଧାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ପାନ କରିବେ, ମାତ୍ର ତୁମ୍ଭେମାନେ ତୃଷାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ଆନନ୍ଦ କରିବେ, ମାତ୍ର ତୁମ୍ଭେମାନେ ଲଜ୍ଜିତ ହେବ;
Isaiah 65:20 in Oriya 20 ସେସମୟରୁ ସେସ୍ଥାନରେ ଅଳ୍ପ ଦିନର ଶିଶୁ କିଅବା ଅସମ୍ପୂର୍ଣ୍ଣାୟୁ ବୃଦ୍ଧ ଲୋକ ଆଉ ନ ଥିବ; କାରଣ ବାଳକ ଏକ ଶତ ବର୍ଷ ବୟଃକ୍ରମରେ ମରିବ ଓ ପାପୀ ଏକ ଶତ ବର୍ଷ ବୟସ୍କ ହୋଇ ଶାପଗ୍ରସ୍ତ ହେବ।
Matthew 25:34 in Oriya 34 ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;
Matthew 25:41 in Oriya 41 ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ କର,
Luke 1:50 in Oriya 50 ଆଉ ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ପୁରୁଷାନୁକ୍ରମେ ଥାଏ।
Romans 2:5 in Oriya 5 କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଇଶ୍ବରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ;
Romans 9:22 in Oriya 22 କିନ୍ତୁ ଈଶ୍ୱର ଆପଣା କ୍ରୋଧ ପ୍ରଦର୍ଶନ କରିବା ନିମନ୍ତେ ଓ ଆପଣା ଶକ୍ତି ଜ୍ଞାତ କରାଇବା ନିମନ୍ତେ ଇଚ୍ଛା କଲେ ସୁଦ୍ଧା ଯଦି ବିନାଶାର୍ଥେ ପ୍ରସ୍ତୁତ ହୋଇଥିବା କ୍ରୋଧର ପାତ୍ରଗୁଡ଼ାକ ପ୍ରତି ଦୀର୍ଘସହିଷ୍ଣୁତା ସହ ଧୈର୍ଯ୍ୟ ଧରିଅଛନ୍ତି,
2 Peter 2:9 in Oriya 9 ଏହି ପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି, ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ୱ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ଡର ଅଧୀନରେ ରଖିବାକୁ ଜାଣନ୍ତି।