Ecclesiastes 9:1 in Oriya 1 ମୁଁ ଏହିସବୁ ବିଷୟରେ ମନୋନିବେଶ କରି ଅନୁସନ୍ଧାନ କଲି; ଧାର୍ମିକ ଓ ଜ୍ଞାନୀ, ଆଉ ସେମାନଙ୍କ କାର୍ଯ୍ୟ ପରମେଶ୍ୱରଙ୍କ ହସ୍ତଗତ; ଏହା ପ୍ରେମ କି ଘୃଣା, ତାହା ମନୁଷ୍ୟ ଜାଣେ ନାହିଁ; ସବୁ ସେମାନଙ୍କ ସମ୍ମୁଖରେ ଥାଏ।
Other Translations King James Version (KJV) For all this I considered in my heart even to declare all this, that the righteous, and the wise, and their works, are in the hand of God: no man knoweth either love or hatred by all that is before them.
American Standard Version (ASV) For all this I laid to my heart, even to explore all this: that the righteous, and the wise, and their works, are in the hand of God; whether it be love or hatred, man knoweth it not; all is before them.
Bible in Basic English (BBE) All this I took to heart, and my heart saw it all: that the upright and the wise and their works are in the hand of God; and men may not be certain if it will be love or hate; all is to no purpose before them.
Darby English Bible (DBY) For all this I laid to my heart and [indeed] to investigate all this, that the righteous, and the wise, and their works, are in the hand of God; man knoweth neither love nor hatred: all is before them.
World English Bible (WEB) For all this I laid to my heart, even to explore all this: that the righteous, and the wise, and their works, are in the hand of God; whether it is love or hatred, man doesn't know it; all is before them.
Young's Literal Translation (YLT) But all this I have laid unto my heart, so as to clear up the whole of this, that the righteous and the wise, and their works, `are' in the hand of God, neither love nor hatred doth man know, the whole `is' before them.
Cross Reference Deuteronomy 33:3 in Oriya 3 ହଁ, ସେ ଲୋକମାନଙ୍କୁ ପ୍ରେମ କରନ୍ତି; ତାହାଙ୍କର ସମସ୍ତ ପବିତ୍ର ଲୋକ ତୁମ୍ଭର ହସ୍ତଗତ ଓ ସେମାନେ ତୁମ୍ଭର ଚରଣ ତଳେ ବସିଲେ; ପ୍ରତ୍ୟେକ ଜଣ ତୁମ୍ଭ ବାକ୍ୟରୁ ଗ୍ରହଣ କରିବେ।
1 Samuel 2:9 in Oriya 9 ସେ ଆପଣା ଧାର୍ମିକ ଲୋକମାନଙ୍କର ଚରଣ ରକ୍ଷା କରିବେ; ମାତ୍ର ଦୁଷ୍ଟମାନେ ଅନ୍ଧକାରରେ ନୀରବ କରାଯିବେ; ଯେହେତୁ କୌଣସି ମନୁଷ୍ୟ ବଳରେ ଜୟୀ ହୋଇ ପାରିବ ନାହିଁ।
2 Samuel 15:25 in Oriya 25 ତହୁଁ ରାଜା ସାଦୋକଙ୍କୁ କହିଲେ, “ପରମେଶ୍ୱରଙ୍କ ସିନ୍ଦୁକ ନଗରକୁ ଫେରାଇ ନିଅ; ଯେବେ ମୁଁ ସଦାପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଏ, ତେବେ ସେ ମୋତେ ପୁନର୍ବାର ଆଣିବେ, ପୁଣି ଏହା ଓ ଆପଣା ନିବାସ ସ୍ଥାନ ମୋତେ ଦେଖାଇବେ।
Job 5:8 in Oriya 8 ମାତ୍ର ମୁଁ ପରମେଶ୍ୱରଙ୍କର ଅନ୍ଵେଷଣ କରିବି ଓ ମୁଁ ଆପଣା ବିଷୟ ପରମେଶ୍ୱରଙ୍କଠାରେ ସମର୍ପଣ କରିବି।
Job 12:10 in Oriya 10 ତାହାଙ୍କ ହସ୍ତରେ ପ୍ରତ୍ୟେକ ଜୀବର ପ୍ରାଣ ଓ ସମୁଦାୟ ନରବଂଶର ଶ୍ୱାସବାୟୁ ଅଛି।
Psalm 10:14 in Oriya 14 ତୁମ୍ଭେ ତାହା ଦେଖିଅଛ; କାରଣ ତୁମ୍ଭେ ହସ୍ତକ୍ଷେପ କରିବା ପାଇଁ ଉପଦ୍ରବ ଓ ଦ୍ୱେଷ ପ୍ରତି ଦୃଷ୍ଟି କରୁଅଛ; ଅସହାୟ ଲୋକ ଆପଣାକୁ ତୁମ୍ଭଠାରେ ସମର୍ପଣ କରେ; ତୁମ୍ଭେ ପିତୃହୀନର ସହାୟ ହୋଇଅଛ।
Psalm 31:5 in Oriya 5 ମୁଁ ତୁମ୍ଭ ହସ୍ତରେ ଆପଣା ଆତ୍ମା ସମର୍ପଣ କରେ; ହେ ସଦାପ୍ରଭୁ, ସତ୍ୟମୟ ପରମେଶ୍ୱର, ତୁମ୍ଭେ ମୋତେ ମୁକ୍ତ କରିଅଛ।
Psalm 37:5 in Oriya 5 ସଦାପ୍ରଭୁଙ୍କଠାରେ ତୁମ୍ଭର ଗତି ସମର୍ପଣ କର; ମଧ୍ୟ ତାହାଙ୍କଠାରେ ନିର୍ଭର ରଖ, ତହିଁରେ ସେ ତାହା ସଫଳ କରିବେ।
Psalm 73:3 in Oriya 3 କାରଣ ମୁଁ ଦୁଷ୍ଟମାନଙ୍କର ସମୃଦ୍ଧି ଦେଖି ଦାମ୍ଭିକମାନଙ୍କ ପ୍ରତି ଈର୍ଷାନ୍ୱିତ ହେଲି।
Psalm 73:11 in Oriya 11 ଆଉ, ସେମାନେ କହନ୍ତି, “ପରମେଶ୍ୱର କିପରି ଜାଣିବେ ?” ଓ ସର୍ବୋପରିସ୍ଥଙ୍କର କି ଜ୍ଞାନ ଅଛି ?
Proverbs 16:3 in Oriya 3 ସଦାପ୍ରଭୁଙ୍କୁ ତୁମ୍ଭର କାର୍ଯ୍ୟ ସମର୍ପଣ କର, ତହିଁରେ ତୁମ୍ଭର ସଙ୍କଳ୍ପ ସ୍ଥିରୀକୃତ ହେବ।
Ecclesiastes 1:17 in Oriya 17 ତହୁଁ ମୁଁ ଜ୍ଞାନର ତତ୍ତ୍ୱ, ପୁଣି ପାଗଳାମି ଓ ଅଜ୍ଞାନତାର ତତ୍ତ୍ୱ ଜାଣିବା ପାଇଁ ମନୋଯୋଗ କଲି; ଏହା ହିଁ ବାୟୁର ପଶ୍ଚାଦ୍ଧାବନ ବୋଲି ଜାଣିଲି।
Ecclesiastes 7:15 in Oriya 15 ମୁଁ ଆପଣା ଅସାରତା ସମୟରେ ଏହିସବୁ ଦେଖିଅଛି; ଧାର୍ମିକ ଲୋକ କେବେ କେବେ ଆପଣା ଧାର୍ମିକତାରେ ବିନଷ୍ଟ ହୁଏ, ପୁଣି ଦୁଷ୍ଟ ଲୋକ ଆପଣା ଦୁଷ୍କ୍ରିୟାରେ ଦୀର୍ଘଜୀବୀ ହୁଏ।
Ecclesiastes 7:25 in Oriya 25 ଜ୍ଞାନ ଓ ବିଷୟମାନର ତତ୍ତ୍ୱ ଜାଣିବାକୁ, ପୁଣି ଦୁଷ୍ଟତା ଯେ ନିର୍ବୋଧତା ଓ ମୂର୍ଖତା ଯେ ପାଗଳାମି, ଏହା ଜାଣିବାକୁ ମୁଁ ଫେରିଲି ଓ ମୋହର ମନ ତାହା ଅନୁସନ୍ଧାନ ଓ ଅନ୍ଵେଷଣ କରିବାକୁ ନିବିଷ୍ଟ ହେଲା।
Ecclesiastes 8:14 in Oriya 14 ପୃଥିବୀରେ ଏହି ଗୋଟିଏ ଅସାରତା ସାଧିତ ହୁଏ; କେବେ କେବେ ଧାର୍ମିକମାନଙ୍କୁ ଦୁଷ୍ଟମାନଙ୍କ କର୍ମାନୁଯାୟୀ ଫଳ ଘଟେ, ପୁଣି କେବେ କେବେ ଦୁଷ୍ଟମାନଙ୍କୁ ଧାର୍ମିକମାନଙ୍କ କର୍ମାନୁଯାୟୀ ଫଳ ଘଟେ; ମୁଁ କହିଲି, “ଏହା ହିଁ ଅସାର।”
Ecclesiastes 8:16 in Oriya 16 ଯେତେବେଳେ ମୁଁ ଜ୍ଞାନର ତତ୍ତ୍ୱ ଜାଣିବାକୁ ଓ ପୃଥିବୀରେ ସାଧିତ କାର୍ଯ୍ୟ ଦେଖିବାକୁ ମନୋଯୋଗ କଲି (କାରଣ ଦିବାରାତ୍ର ଯାହାର ଚକ୍ଷୁ ନିଦ୍ରା ଦେଖେ ନାହିଁ, ଏପରି ଲୋକ ମଧ୍ୟ ଅଛନ୍ତି);
Ecclesiastes 10:14 in Oriya 14 ମୂର୍ଖ ବହୁତ କଥା କହେ; ତଥାପି କଅଣ ହେବ, ମନୁଷ୍ୟ ଜାଣେ ନାହିଁ; ଆଉ, ତାହା ଉତ୍ତାରେ ଯାହା ଘଟିବ, କିଏ ତାହାକୁ ଜଣାଇ ପାରେ ?
Ecclesiastes 12:9 in Oriya 9 ଆହୁରି, ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ଦେଲେ; ପୁଣି, ସେ ବିବେଚନା ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ କ୍ରମ ଅନୁସାରେ ସଜାଡ଼ି ରଖିଲେ।
Isaiah 26:12 in Oriya 12 ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଶାନ୍ତି ନିରୂପଣ କରିବ; କାରଣ ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କର ସକଳ କାର୍ଯ୍ୟ ସାଧନ କରିଅଛ।
Isaiah 49:1 in Oriya 1 ହେ ଦ୍ୱୀପସମୂହ, ମୋ' କଥା ଶୁଣ; ହେ ଦୂରସ୍ଥ ଗୋଷ୍ଠୀସମୂହ, ମନୋଯୋଗ କର; ମୁଁ ଗର୍ଭସ୍ଥ ହେବା ସମୟଠାରୁ ସଦାପ୍ରଭୁ ମୋତେ ଆହ୍ୱାନ କରିଅଛନ୍ତି; ମୁଁ ମାତାଙ୍କ ଉଦରରୁ ଭୂମିଷ୍ଠ ହେବା ସମୟଠାରୁ ସେ ମୋହର ନାମ ଉଲ୍ଲେଖ କରିଅଛନ୍ତି;
Jeremiah 1:18 in Oriya 18 କାରଣ ଦେଖ, ଆମ୍ଭେ ଆଜି ସମଗ୍ର ଦେଶ ବିରୁଦ୍ଧରେ, ଯିହୁଦାର ରାଜାଗଣ ବିରୁଦ୍ଧରେ, ତହିଁର ଅଧିପତିଗଣର ବିରୁଦ୍ଧରେ, ତହିଁର ଯାଜକମାନଙ୍କ ବିରୁଦ୍ଧରେ ଓ ଦେଶସ୍ଥ ଲୋକମାନଙ୍କ ବିରୁଦ୍ଧରେ, ତୁମ୍ଭକୁ ଏକ ଦୃଢ଼ ନଗର, ଲୌହସ୍ତମ୍ଭ ଓ ପିତ୍ତଳର ପ୍ରାଚୀର ସ୍ୱରୂପ କଲୁ।
Malachi 3:15 in Oriya 15 ପୁଣି, ଏବେ ଆମ୍ଭେମାନେ ଅହଙ୍କାରୀକୁ ସୁଖୀ କହୁ; ହଁ, ଦୁଷ୍ଟାଚାରୀମାନେ ବର୍ଦ୍ଧିଷ୍ଣୁ ହୁଅନ୍ତି; ହଁ, ଯେଉଁମାନେ ପରମେଶ୍ୱରଙ୍କର ପରୀକ୍ଷା କରନ୍ତି, ସେମାନେ ରକ୍ଷା ପାଆନ୍ତି।
John 10:27 in Oriya 27 ମୋ' ମେଷସବୁ ମୋହର ସ୍ୱର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି,
1 Corinthians 3:5 in Oriya 5 ଆପଲ୍ଲ କିଏ ? ପାଉଲ ବା କିଏ ? ସେମାନେ ତ ସେବକମାତ୍ର, ଯେଉଁମାନଙ୍କ ଦ୍ୱାରା, ପ୍ରତ୍ୟେକକୁ ପ୍ରଭୁ ଯେପରି ଦେଇଅଛନ୍ତି, ତଦନୁସାରେ ତୁମ୍ଭେମାନେ ବିଶ୍ୱାସ କରିଅଛ।
2 Timothy 1:12 in Oriya 12 ଏହି କାରଣରୁ ମଧ୍ୟ ମୁଁ ଏହି ସବୁ ଦୁଃଖଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ୱାସ କରିଅଛି, ତାହାଙ୍କୁ ଜାଣେ, ପୁଣି, ମୁଁ ତାହାଙ୍କ ହାତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ (ବିଚାର ଦିନ) ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ରୂପେ ବିଶ୍ୱାସ କରୁଅଛି।
1 Peter 1:5 in Oriya 5 ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଇଶ୍ବରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ।