Ecclesiastes 9:10 in Oriya 10 ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ।
Other Translations King James Version (KJV) Whatsoever thy hand findeth to do, do it with thy might; for there is no work, nor device, nor knowledge, nor wisdom, in the grave, whither thou goest.
American Standard Version (ASV) Whatsoever thy hand findeth to do, do `it' with thy might; for there is no work, nor device, nor knowledge, nor wisdom, in Sheol, whither thou goest.
Bible in Basic English (BBE) Whatever comes to your hand to do with all your power, do it because there is no work, or thought, or knowledge, or wisdom in the place of the dead to which you are going.
Darby English Bible (DBY) Whatever thy hand findeth to do, do with thy might; for there is no work, nor device, nor knowledge, nor wisdom, in Sheol, whither thou goest.
World English Bible (WEB) Whatever your hand finds to do, do it with your might; for there is no work, nor device, nor knowledge, nor wisdom, in Sheol, where you are going.
Young's Literal Translation (YLT) All that thy hand findeth to do, with thy power do, for there is no work, and device, and knowledge, and wisdom in Sheol whither thou art going.
Cross Reference Numbers 13:30 in Oriya 30 ତହିଁରେ କାଲେବ ମୋଶାଙ୍କ ପକ୍ଷରୁ ଲୋକମାନଙ୍କୁ କ୍ଷାନ୍ତ କରି କହିଲେ, “ଆସ, ଆମ୍ଭେମାନେ ଏହିକ୍ଷଣି ଉଠିଯାଇ ତାହା ଅଧିକାର କରୁ; ତାହା ପରାସ୍ତ କରିବାକୁ ଆମ୍ଭେମାନେ ସକ୍ଷମ ଅଟୁ।”
1 Chronicles 22:19 in Oriya 19 ଏଣୁ, ଏବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଆପଣା ଆପଣା ଅନ୍ତଃକରଣ ଓ ପ୍ରାଣ ନିବେଶ କର; ଆଉ ଉଠ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯେଉଁ ଗୃହ ନିର୍ମିତ ହେବ, ସେଠାକୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଓ ପରମେଶ୍ୱରଙ୍କ ପବିତ୍ର ପାତ୍ରସକଳ ଆଣିବା ପାଇଁ ସଦାପ୍ରଭୁ ପରମେଶ୍ୱରଙ୍କର ଆବାସ ନିର୍ମାଣ କର।”
1 Chronicles 28:20 in Oriya 20 ଏଉତ୍ତାରେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ କହିଲେ, “ବଳବାନ୍ ଓ ସାହସିକ ହୁଅ ଓ ଏହି କର୍ମ କର; ଭୟ ନ କର, ଅବା ନିରାଶ ନ ହୁଅ; କାରଣ ଆମ୍ଭର ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ଅଛନ୍ତି; ସଦାପ୍ରଭୁଙ୍କ ଗୃହର ସେବାର୍ଥକ ସକଳ କର୍ମ ସମାପ୍ତ ନ ହେବା ପର୍ଯ୍ୟନ୍ତ ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କି ତୁମ୍ଭକୁ ତ୍ୟାଗ କରିବେ ନାହିଁ।
1 Chronicles 29:2 in Oriya 2 ଏବେ ମୁଁ ଆପଣାର ସମସ୍ତ ଶକ୍ତିରେ ମୋ' ପରମେଶ୍ୱରଙ୍କ ଗୃହ ନିମନ୍ତେ ପ୍ରଚୁର ରୂପେ ସ୍ୱର୍ଣ୍ଣମୟ ଦ୍ରବ୍ୟ ପାଇଁ ସୁନା ଓ ରୌପ୍ୟମୟ ଦ୍ରବ୍ୟ ପାଇଁ ରୂପା ଓ ପିତ୍ତଳମୟ ଦ୍ରବ୍ୟ ପାଇଁ ପିତ୍ତଳ, ଲୌହମୟ ଦ୍ରବ୍ୟ ପାଇଁ ଲୁହା ଓ କାଷ୍ଠମୟ ଦ୍ରବ୍ୟ ପାଇଁ କାଷ୍ଠ; ଗୋମେଦକ ମଣି ଓ ଖଚନାର୍ଥକ ପ୍ରସ୍ତର, ଜଡ଼ିତ-କର୍ମାର୍ଥକ ପ୍ରସ୍ତର ଓ ନାନା ବର୍ଣ୍ଣର ପ୍ରସ୍ତର ଓ ସର୍ବ ପ୍ରକାର ବହୁମୂଲ୍ୟ ପ୍ରସ୍ତର ଓ ମର୍ମର ପ୍ରସ୍ତର ଆୟୋଜନ କରିଅଛି।
2 Chronicles 31:20 in Oriya 20 ହିଜକିୟ ଯିହୁଦାର ସର୍ବତ୍ର ଏପ୍ରକାର କଲେ; ପୁଣି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ଓ ବିଶ୍ୱସ୍ତତାର କର୍ମ କଲେ।
Ezra 6:14 in Oriya 14 ଏଥିରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କର ଓ ଇଦ୍ଦୋର ପୁତ୍ର ଜିଖରୀୟଙ୍କ ଭବିଷ୍ୟଦ୍ବାକ୍ୟ ସହକାରେ ଯିହୁଦୀୟ ପ୍ରାଚୀନବର୍ଗ ମନ୍ଦିରକୁ ନିର୍ମାଣ କଲେ ଓ କୃତକାର୍ଯ୍ୟ ହେଲେ। ଆଉ, ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ଓ ପାରସ୍ୟ ରାଜା କୋରସ୍ ଓ ଦାରୀୟାବସ ଓ ଅର୍ତ୍ତକ୍ଷସ୍ତର ଆଜ୍ଞାନୁସାରେ ନିର୍ମାଣ କରି ସମାପ୍ତ କଲେ।
Nehemiah 2:12 in Oriya 12 ତହୁଁ ରାତ୍ରିରେ ମୁଁ ଓ ମୋ' ସଙ୍ଗେ କେତେକ ଲୋକ ଉଠିଲୁ; ପୁଣି, ମୋର ପରମେଶ୍ୱର ଯିରୁଶାଲମ ନିମନ୍ତେ ଯାହା କରିବାକୁ ମୋର ମନରେ ପ୍ରବୃତ୍ତି ଦେଇଥିଲେ, ତାହା ମୁଁ କାହାକୁ ଜଣାଇଲି ନାହିଁ; ଆଉ ମୁଁ ଯେଉଁ ପଶୁ ଉପରେ ଚଢ଼ିଥିଲି, ତାହା ଛଡ଼ା ଅନ୍ୟ ପଶୁ ମୋ' ସଙ୍ଗରେ ନ ଥିଲା।
Nehemiah 4:2 in Oriya 2 ଆଉ, ସେ ଆପଣା ଭ୍ରାତୃଗଣ ଓ ଶମରୀୟ ସୈନ୍ୟଦଳ ସାକ୍ଷାତରେ ଏହି କଥା କହିଲା, “ଏହି ଦୁର୍ବଳ ଯିହୁଦୀୟମାନେ କଅଣ କରୁଅଛନ୍ତି ? ସେମାନେ କ'ଣ ଗଡ଼ବନ୍ଦି କରି ରହିବେ ? ସେମାନେ କ'ଣ ବଳିଦାନ କରିବେ ? ସେମାନେ କ'ଣ ଦିନକରେ ସମାପ୍ତ କରିବେ ? ସେମାନେ କ'ଣ କାନ୍ଥଡ଼ାର ଢିପିରୁ ଦଗ୍ଧ ପ୍ରସ୍ତର କାଢ଼ି ସଜୀବ କରିବେ ?”
Nehemiah 4:6 in Oriya 6 ଏହିରୂପେ ଆମ୍ଭେମାନେ ପ୍ରାଚୀର ଗଢ଼ିଲୁ ଓ ତହିଁର ଉଚ୍ଚତାର ଅର୍ଦ୍ଧ ପର୍ଯ୍ୟନ୍ତ ସମୁଦାୟ ପ୍ରାଚୀର ଏକତ୍ର ସଂଯୁକ୍ତ କରାଗଲା; ଯେଣୁ କର୍ମ କରିବାକୁ ଲୋକମାନଙ୍କର ମନ ଥିଲା।
Nehemiah 4:9 in Oriya 9 ମାତ୍ର ଆମ୍ଭେମାନେ ସେମାନଙ୍କ ସକାଶୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲୁ ଓ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ପ୍ରହରୀ ରଖିଲୁ।
Nehemiah 4:17 in Oriya 17 ଯେଉଁମାନେ ପ୍ରାଚୀର ଗଢ଼ିଲେ ଓ ଯେଉଁମାନେ ଭାର ବହିଲେ, ସେମାନେ ଆପେ ଆପେ ଭାର ଉଠାଇଲେ, ପ୍ରତି ଜଣ ଏକ ହସ୍ତରେ କର୍ମ କଲେ ଓ ଅନ୍ୟ ହସ୍ତରେ ଅସ୍ତ୍ର ଧରିଲେ;
Nehemiah 13:8 in Oriya 8 ଏଥିରେ ମୁଁ ଅତ୍ୟନ୍ତ କ୍ରୋଧିତ ହୋଇ ସେହି କୋଠରିରୁ ଟୋବିୟର ସମସ୍ତ ଗୃହସାମଗ୍ରୀ ବାହାର କରି ଫୋପାଡି ଦେଲି।
Job 14:7 in Oriya 7 କାରଣ ବୃକ୍ଷ ବିଷୟରେ ଆଶା ଥାଏ, ତାହା କଟାଗଲେ ପୁନର୍ବାର ପଲ୍ଲବିତ ହେବ ଓ ତହିଁର କୋମଳ ଶାଖାର ଅଭାବ ହେବ ନାହିଁ।
Psalm 6:5 in Oriya 5 କାରଣ ମରଣାବସ୍ଥାରେ ତୁମ୍ଭ ବିଷୟକ କୌଣସି ସ୍ମରଣ ନ ଥାଏ; ପାତାଳରେ କିଏ ତୁମ୍ଭକୁ ଧନ୍ୟବାଦ ଦେବ ?
Psalm 71:15 in Oriya 15 ମୋହର ମୁଖ ସାରାଦିନ ତୁମ୍ଭର ଧର୍ମ ଓ ତୁମ୍ଭର ପରିତ୍ରାଣ ବର୍ଣ୍ଣନା କରିବ; କାରଣ ମୁଁ ତହିଁର ସଂଖ୍ୟା ଜାଣେ ନାହିଁ।
Psalm 88:10 in Oriya 10 ତୁମ୍ଭେ କି ମୃତ ଲୋକମାନଙ୍କୁ ଆଶ୍ଚର୍ଯ୍ୟକ୍ରିୟା ଦେଖାଇବ ? ଯେଉଁମାନେ ମରିଯାଇଅଛନ୍ତି, ସେମାନେ ଉଠି କି ତୁମ୍ଭର ପ୍ରଶଂସା କରିବେ ? ସେଲା
Ecclesiastes 9:5 in Oriya 5 ଜୀବିତ ଲୋକେ ମରିବେ ବୋଲି ଜାଣନ୍ତି; ମାତ୍ର ମୃତ ଲୋକମାନେ କିଛି ଜାଣନ୍ତି ନାହିଁ, କିଅବା ସେମାନେ ଆଉ କୌଣସି ଫଳ ପାଆନ୍ତି ନାହିଁ; କାରଣ ସେମାନଙ୍କ ବିଷୟକ ସ୍ମରଣ ବିସ୍ମୃତ ହୁଏ।
Ecclesiastes 11:3 in Oriya 3 ମେଘମାଳ ବୃଷ୍ଟିରେ ପୂର୍ଣ୍ଣ ହେଲେ ପୃଥିବୀରେ ତାହା ଢାଳି ଦିଅନ୍ତି; ପୁଣି, ବୃକ୍ଷ ଯଦି ଦକ୍ଷିଣ କି ଉତ୍ତର ଦିଗରେ ପଡ଼େ, ତେବେ ଯେଉଁ ସ୍ଥାନରେ ପଡ଼େ, ସେହି ସ୍ଥାନରେ ରହିବ।
Ecclesiastes 11:6 in Oriya 6 ତୁମ୍ଭେ ପ୍ରଭାତରେ ବୀଜ ବୁଣ ଓ ସନ୍ଧ୍ୟା ବେଳେ ଆପଣା ହସ୍ତ ବନ୍ଦ କର ନାହିଁ; କାରଣ ଏହା ଅବା ତାହା ସିଦ୍ଧ ହେବ, ଅବା ଉଭୟ ସମାନ ଉତ୍ତମ ହେବ, ଏହା ତୁମ୍ଭେ ଜାଣ ନାହିଁ।
Isaiah 38:18 in Oriya 18 ଯେହେତୁ ପାତାଳ ତୁମ୍ଭର ପ୍ରଶଂସା କରି ନ ପାରେ, ମୃତ୍ୟୁୁ ତୁମ୍ଭର ଗୁଣ କୀର୍ତ୍ତନ କରି ନ ପାରେ; ଗର୍ତ୍ତଗାମୀମାନେ ତୁମ୍ଭର ସତ୍ୟତା ପାଇଁ ପ୍ରତ୍ୟାଶା କରି ନ ପାରନ୍ତି।
Jeremiah 29:13 in Oriya 13 ଆଉ, ତୁମ୍ଭେମାନେ ଆମ୍ଭଙ୍କୁ ଅନ୍ୱେଷଣ କରିବ ଓ ସର୍ବାନ୍ତଃକରଣ ସହିତ ଆମ୍ଭଙ୍କୁ ଖୋଜିଲେ ଆମ୍ଭର ଉଦ୍ଦେଶ୍ୟ ପାଇବ।”
Matthew 6:33 in Oriya 33 କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।
John 4:34 in Oriya 34 ଯୀଶୁ ସେମାନଙ୍କୁ କହିଲେ, ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବା ଓ ତାହାଙ୍କର କାର୍ଯ୍ୟ ସମାପ୍ତ କରିବା, ଏହା ହିଁ ମୋହର ଖାଦ୍ୟ।
John 9:4 in Oriya 4 ଦିନ ଥାଉ ଥାଉ ମୋହର ପ୍ରେରଣକର୍ତ୍ତାଙ୍କ କର୍ମ କରିବା ଆମ୍ଭମାନଙ୍କ କର୍ତ୍ତବ୍ୟ; ଯେଉଁ ସମୟରେ କେହି କର୍ମ କରି ପାରେ ନାହିଁ, ଏପରି ରାତ୍ରି ଆସୁଅଛି।
Acts 20:25 in Oriya 25 ପୁଣି, ଏବେ ଦେଖ, ଯେଉଁମାନଙ୍କ ମଧ୍ୟରେ ମୁଁ ଇଶ୍ବରଙ୍କ ରାଜ୍ୟ ଘୋଷଣା କରୁ କରୁ ଭ୍ରମଣ କଲି, ଏପରି ଯେ ତୁମ୍ଭେମାନେ ସମସ୍ତେ, ଆଉ ମୋହର ମୁଖ ଦେଖିବ ନାହିଁ ବୋଲି ମୁଁ ଜାଣେ।
Romans 12:11 in Oriya 11 ଉଦ୍ଯୋଗରେ ଶିଥିଳ ହୁଅ ନାହିଁ; ଆତ୍ମାରେ ଉତ୍ତପ୍ତ ହୁଅ; ପ୍ରଭୁଙ୍କ ସେବା କର;
Romans 15:18 in Oriya 18 କାରଣ ଅଣଯିହୂଦୀମାନଙ୍କୁ ଆଜ୍ଞାବହ କରିବା ନିମନ୍ତେ ଖ୍ରୀଷ୍ଟ ମୋ' ଦ୍ୱାରା ବାକ୍ୟରେ ଓ କର୍ମରେ, ଅର୍ଥାତ୍ ନାନା ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମରେ, ପବିତ୍ର ଆତ୍ମାଙ୍କ ଶକ୍ତିରେ ଯାହା ଯାହା ସାଧନ କରି ନାହାଁନ୍ତି, ଏପରି କୌଣସି ବିଷୟ କହିବାକୁ ମୁଁ ସାହସ କରିବି ନାହିଁ।
1 Corinthians 9:24 in Oriya 24 ଯେଉଁମାନେ ରଙ୍ଗଭୂମିରେ ଦୌଡ଼ନ୍ତି, ସେମାନେ ସମସ୍ତେ ଦୌଡ଼ନ୍ତି ସତ, କିନ୍ତୁ କେବଳ ଜଣେ ଯେ ପଣ ପାଏ, ଏହା କି ତୁମ୍ଭେମାନେ ଜାଣ ନାହିଁ ? ତୁମ୍ଭେମାନେ ଯେପରି ପଣ ପାଇବ, ଏଥିପାଇଁ ସେହିପରି ଦୌଡ଼।
1 Corinthians 9:26 in Oriya 26 ଅତଏବ ମୁଁ ଦୌଡ଼ୁଅଛି, କିନ୍ତୁ ବିନାଲକ୍ଷ୍ୟରେ ନୁହେଁ, ମୁଁ ମୁଷ୍ଟିଯୁଦ୍ଧ କରୁଅଛି, କିନ୍ତୁ ଶୂନ୍ୟକୁ ଆଘାତ କରିବା ଲୋକ ପରି ନୁହେଁ।
1 Corinthians 15:10 in Oriya 10 କିନ୍ତୁ ମୁଁ ଯାହା ହୋଇଅଛି, ତାହା ଇଶ୍ବରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋ' ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେ ସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋ' ସହିତ ଥିବା ଇଶ୍ବରଙ୍କ ଅନୁଗ୍ରହ ତାହା କରିଅଛି।
1 Corinthians 16:10 in Oriya 10 ଯଦି ତୀମଥି ଯାଆନ୍ତି, ତେବେ ଯେପରି ନିର୍ଭୟରେ ତୁମ୍ଭମାନଙ୍କ ମଧ୍ୟରେ ରୁହନ୍ତି, ସେ ବିଷୟରେ ମନୋଯୋଗ କର, କାରଣ ମୁଁ ଯେପରି, ସେ ମଧ୍ୟ ସେହିପରି ପ୍ରଭୁଙ୍କ କାର୍ଯ୍ୟ କରନ୍ତି,
Ephesians 5:16 in Oriya 16 ପୁଣି, ସୁଯୋଗର ସତ୍ ବ୍ୟବହାର କର, କାରଣ କାଳ ମନ୍ଦ ଅଟେ।
Colossians 3:23 in Oriya 23 ତୁମ୍ଭେମାନେ ଯାହା କିଛି କର, ପ୍ରଭୁଙ୍କ ନିମନ୍ତେ କଲାପରି ଅନ୍ତର ସହ ତାହା କର, ମନୁଷ୍ୟ ନିମନ୍ତେ କଲାପରି କର ନାହିଁ;
2 Peter 1:12 in Oriya 12 ଅତଏବ, ତୁମ୍ଭେମାନେ ଯଦ୍ୟପି ଏହି ସବୁ ବିଷୟ ଜାଣ ଓ ପ୍ରାପ୍ତ ସତ୍ୟରେ ସ୍ଥିରୀକୃତ ହୋଇଅଛ, ତଥାପି ମୁଁ ଏହି ସବୁ ବିଷୟ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ସର୍ବଦା ପ୍ରସ୍ତୁତ ହୋଇ ରହିବି।